Biblia Todo Logo
Bib sou entènèt

- Piblisite -




ଯିରିମୀୟ 3:5 - ପବିତ୍ର ବାଇବଲ (Re-edited) - (BSI)

5 ସେ କି ସଦା କାଳ କ୍ରୁଦ୍ଧ ହୋଇଥିବେ? ସେ କି ଶେଷ ପର୍ଯ୍ୟନ୍ତ ତାହା ରଖିବେ? ଦେଖ, ତୁମ୍ଭେ କଥା କହିଅଛ, ପୁଣି ଦୁଷ୍କ୍ରିୟା କରିଅଛ ଓ ନିଜ ପଥରେ ଚାଲିଅଛ।

Gade chapit la Kopi

ଓଡିଆ ବାଇବେଲ

5 ସେ କି ସଦାକାଳ କ୍ରୁଦ୍ଧ ହୋଇଥିବେ ? ସେ କି ଶେଷ ପର୍ଯ୍ୟନ୍ତ ତାହା ରଖିବେ ? ଦେଖ, ତୁମ୍ଭେ କଥା କହିଅଛ, ପୁଣି ଦୁଷ୍କ୍ରିୟା କରିଅଛ ଓ ନିଜ ପଥରେ ଚାଲିଅଛ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସେ କି ସଦାକାଳ କ୍ରୁଦ୍ଧ ହୋଇଥିବେ? ସେ କି ଶେଷ ପର୍ଯ୍ୟନ୍ତ ତାହା ରଖିବେ?’ ଦେଖ, ତୁମ୍ଭେ କଥା କହିଅଛ, ପୁଣି ଦୁଷ୍କ୍ରିୟା କରିଅଛ ଓ ନିଜ ପଥରେ ଚାଲିଅଛ।”

Gade chapit la Kopi

ପବିତ୍ର ବାଇବଲ

5 ତୁମ୍ଭେ ପୁଣି କୁହ, ‘ପରମେଶ୍ୱର କ’ଣ ସଦାକାଳ କୃଦ୍ଧ ହୋଇଥିବେ? ତାଙ୍କର କ୍ରୋଧ ଚିରକାଳ ରହିବ ନାହିଁ।’ “ଆଉ ତୁମ୍ଭେ କଥା କହୁଅଛ ତଥାପି ଦୁଷ୍କର୍ମ କରିବାରେ ଲାଗିଛ ଏବଂ ନିଜ ପଥରେ ଗ୍ଭଲିଛ।”

Gade chapit la Kopi




ଯିରିମୀୟ 3:5
14 Referans Kwoze  

ଯାହା ମନ୍ଦ, ତାହା ଯନିପୂର୍ବକ କରିବା ପାଇଁ ତହିଁ ଉପରେ ସେମାନଙ୍କର ହସ୍ତ ଅଛି; ଅଧିପତି ଚାହେଁ ଓ ବିଚାରକର୍ତ୍ତା ପୁରସ୍କାର ପାଇଁ ପ୍ରସ୍ତୁତ; ଆଉ, ବଡ଼ ଲୋକ ଆପଣା ପ୍ରାଣର ହିଂସାଭାବ ମୁଖରେ ବ୍ୟକ୍ତ କରେ; ଏହିରୂପେ ସେମାନେ ବସ୍ତ୍ର ତୁଲ୍ୟ ତାହା ଏକତ୍ର ବୁଣନ୍ତି।


ଯେଉଁମାନେ ଆପଣା ଆପଣା ଶଯ୍ୟାରେ ଅଧର୍ମ କଳ୍ପନା କରନ୍ତି ଓ କୁକର୍ମ ସ୍ଥିର କରନ୍ତି, ସେମାନେ ସନ୍ତାପର ପାତ୍ର ! ପ୍ରଭାତ ହେବାମାତ୍ର ସେମାନେ ତାହା ସାଧନ କରନ୍ତି, କାରଣ ତାହା ସେମାନଙ୍କ ହସ୍ତର କ୍ଷମତାଧୀନ।


ଦେଖ, ଇସ୍ରାଏଲର ଅଧିପତିଗଣ ପ୍ରତ୍ୟେକେ ଆପଣା ଆପଣା ପରାକ୍ରମ ଅନୁସାରେ ରକ୍ତପାତ କରିବା ନିମନ୍ତେ ତୁମ୍ଭ ମଧ୍ୟରେ ରହିଅଛନ୍ତି।


ତୁମ୍ଭେ ଯାଇ ଉତ୍ତର ଦିଗ ଆଡ଼େ ଏହି କଥା ପ୍ରଚାର କରି କୁହ, ହେ ବିପଥଗାମିନୀ ଇସ୍ରାଏଲ, ସଦାପ୍ରଭୁ କହନ୍ତି, ତୁମ୍ଭେ ଫେର; ଆମ୍ଭେ ତୁମ୍ଭ ପ୍ରତି କ୍ରୋଧ ଦୃଷ୍ଟି କରିବା ନାହିଁ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ଦୟାବାନ, ଆମ୍ଭେ ସର୍ବଦା କ୍ରୋଧ ରଖିବା ନାହିଁ।


କାରଣ ଆମ୍ଭେ ସର୍ବଦା ବିରୋଧ କରିବା ନାହିଁ, ଅଥବା ନିରନ୍ତର କ୍ରୋଧ କରିବା ନାହିଁ; କଲେ, ଆତ୍ମା ଓ ଆମ୍ଭ ନିର୍ମିତ ପ୍ରାଣୀସକଳ ଆମ୍ଭ ସମ୍ମୁଖରେ କ୍ଷୀଣ ହେବେ।


ହେ ସଦାପ୍ରଭୋ, ଅତ୍ୟ; କ୍ରୁଦ୍ଧ ହୁଅ ନାହିଁ, କିଅବା ଚିର କାଳ ଅପରାଧ ମନରେ ରଖ ନାହିଁ; ଆମ୍ଭେମାନେ ବିନତି କରୁ, ଦେଖ, ଦୃଷ୍ଟି କର, ଆମ୍ଭେ ସମସ୍ତେ ତୁମ୍ଭର ଲୋକ।


ତୁମ୍ଭେ କି ସଦାକାଳ ଆମ୍ଭମାନଙ୍କ ଉପରେ କ୍ରୁଦ୍ଧ ହେବ? ତୁମ୍ଭେ କି ପୁରୁଷପରମ୍ପରା ପ୍ରତି ଆପଣା କ୍ରୋଧ ରଖିଥିବ?


ଏହେତୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ପ୍ରଚଣ୍ତ କ୍ରୋଧ ଯେପରି ଆମ୍ଭମାନଙ୍କ ଉପରୁ ନିବୃତ୍ତ ହେବ, ଏଥିପାଇଁ ତାହାଙ୍କ ସଙ୍ଗେ ଏକ ନିୟମ କରିବାକୁ ମୋʼ ମନରେ ଅଛି।


ତୁମ୍ଭର ଲୋକମାନେ ଯେପରି ତୁମ୍ଭଠାରେ ଆନନ୍ଦ କରିବେ, ଏଥିପାଇଁ ତୁମ୍ଭେ କି ପୁନର୍ବାର ଆମ୍ଭମାନଙ୍କୁ ସଜୀବ କରିବ ନାହିଁ?


ତେବେ ଯିରୂଶାଲମସ୍ଥ ଏହି ଲୋକମାନେ ଚିରକାଳ ବିପଥଗମନରେ କାହିଁକି ବିପଥଗାମୀ ହୋଇଅଛନ୍ତି? ସେମାନେ ପ୍ରବଞ୍ଚନା ଦୃଢ଼ ରୂପେ ଧରନ୍ତି, ସେମାନେ ଫେରିବାକୁ ଅସମ୍ମତ।


ଆମ୍ଭେ ମନୋଯୋଗ କରି ଶୁଣିଲୁ, ମାତ୍ର ସେମାନେ ଯଥାର୍ଥ କଥା କହିଲେ ନାହିଁ; ହାୟ ହାୟ, ମୁଁ କʼଣ କରିଅଛିଣ! ଏହା କହି କେହି ଆପଣା ଦୁଷ୍ଟତା ସକାଶେ ଅନୁତାପ କରେ ନାହିଁ; ଯେପରି ଊର୍ଦ୍ଧ୍ଵଶ୍ଵାସରେ ଅଶ୍ଵ ଯୁଦ୍ଧରେ ଦୌଡ଼େ, ସେପରି ପ୍ରତ୍ୟେକ ଲୋକ ଆପଣା ଆପଣା ପଥରେ ଦୌଡ଼େ।


Swiv nou:

Piblisite


Piblisite