Biblia Todo Logo
Bib sou entènèt

- Piblisite -




ଯିରିମୀୟ 3:7 - ପବିତ୍ର ବାଇବଲ (Re-edited) - (BSI)

7 ପୁଣି, ସେ ଏସବୁ କାର୍ଯ୍ୟ କଲା ଉତ୍ତାରେ ଆମ୍ଭେ କହିଲୁ, ସେ ଆମ୍ଭ ନିକଟକୁ ଫେରି ଆସିବ; ମାତ୍ର ସେ ଫେରି ଆସିଲା ନାହିଁ; ଆଉ, ତାହାର ବିଶ୍ଵାସଘାତିନୀ ଭଗିନୀ ଯିହୁଦା ଏହା ଦେଖିଲା।

Gade chapit la Kopi

ଓଡିଆ ବାଇବେଲ

7 ପୁଣି, ସେ ଏସବୁ କାର୍ଯ୍ୟ କଲା ଉତ୍ତାରେ ଆମ୍ଭେ କହିଲୁ, ‘ସେ ଆମ୍ଭ ନିକଟକୁ ଫେରି ଆସିବ,’ ମାତ୍ର ସେ ଫେରି ଆସିଲା ନାହିଁ; ଆଉ, ତାହାର ବିଶ୍ୱାସଘାତିନୀ ଭଗିନୀ ଯିହୁଦା ଏହା ଦେଖିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ପୁଣି, ସେ ଏସବୁ କାର୍ଯ୍ୟ କଲା ଉତ୍ତାରେ ଆମ୍ଭେ କହିଲୁ, ସେ ଆମ୍ଭ ନିକଟକୁ ଫେରି ଆସିବ, ମାତ୍ର ସେ ଫେରି ଆସିଲା ନାହିଁ; ଆଉ, ତାହାର ବିଶ୍ୱାସଘାତିନୀ ଭଗିନୀ ଯିହୁଦା ଏହା ଦେଖିଲା।

Gade chapit la Kopi

ପବିତ୍ର ବାଇବଲ

7 ସେ ଏହିସବୁ ଅପକର୍ମ କଲାପରେ ମୁଁ ଇସ୍ରାଏଲକୁ କହିଲି, ‘ତୁମ୍ଭେ ମୋ’ ନିକଟକୁ ଫେରି ଆସିବା ଉଚିତ୍? ମାତ୍ର ସେ ଫେରି ଆସିଲା ନାହିଁ ଆଉ ତାହାର ବିଶ୍ୱାସଘାତିନୀ ଭଉଣୀ ଯିହୁଦା ଏହା ଦେଖିଲା।

Gade chapit la Kopi




ଯିରିମୀୟ 3:7
15 Referans Kwoze  

ପୁଣି, ଶମରୀୟା ତୁମ୍ଭର ବଡ଼ ଭଗିନୀ, ସେ ଆପଣା କନ୍ୟାଗଣ ସହିତ ତୁମ୍ଭର ବାମ ଦିଗରେ ବାସ କରେ; ଆଉ, ସଦୋମ ତୁମ୍ଭର ସାନ ଭଗିନୀ ସେ ଓ ତାହାର କନ୍ୟାଗଣ ତୁମ୍ଭର ଦକ୍ଷିଣ ଦିଗରେ ବାସ କରନ୍ତି।


ହେ ଇସ୍ରାଏଲ, ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ନିକଟକୁ ଫେରି ଆସ; କାରଣ ତୁମ୍ଭେ ଆପଣା ଅଧର୍ମରେ ପତିତ ହୋଇଅଛ।


ସଦାପ୍ରଭୁ କହନ୍ତି, ଇସ୍ରାଏଲ-ବଂଶ ଓ ଯିହୁଦା-ବଂଶ ଆମ୍ଭ ବିରୁଦ୍ଧରେ ଅତ୍ୟ; ବିଶ୍ଵାସଘାତକତା କରିଅଛନ୍ତି।


ହେ ସଦାପ୍ରଭୁ, ମୁଁ ଯେତେବେଳେ ତୁମ୍ଭ ସଙ୍ଗେ ପ୍ରତିବାଦ କରେ, ତୁମ୍ଭେ ଧାର୍ମିକ ଅଟ; ତଥାପି ବିଚାର ବିଷୟରେ ମୁଁ ତୁମ୍ଭ ସଙ୍ଗେ ବାଦାନୁବାଦ କରିବି; ଦୁଷ୍ଟ ଲୋକମାନଙ୍କର ପଥ କାହିଁକି କୁଶଳଯୁକ୍ତ ହୁଏ? ଅତି ବିଶ୍ଵାସଘାତକ ସମସ୍ତେ କାହିଁକି ନିରାପଦରେ ଥାʼନ୍ତିଣ?


ଏହି ଲୋକମାନେ ଯାହା କହିଅଛନ୍ତି, ତାହା କି ତୁମ୍ଭେ ବିବେଚନା କରୁ ନାହଁ? ସେମାନେ କହିଅଛନ୍ତି, ସଦାପ୍ରଭୁ ଆପଣାର ମନୋନୀତ ଦୁଇ ଗୋଷ୍ଠୀଙ୍କି ଅଗ୍ରାହ୍ୟ କରିଅଛନ୍ତି। ଏହିରୂପେ ସେମାନେ ଆମ୍ଭ ଲୋକମାନଙ୍କୁ ତୁଚ୍ଛ ଜ୍ଞାନ କରନ୍ତି, ସେମାନଙ୍କ ସାକ୍ଷାତରେ ସେମାନେ ଏକ ଗୋଷ୍ଠୀ ହୋଇ ଯେପରି ଆଉ ରହିବେ ନାହିଁ।


ତଥାପି ତୁମ୍ଭେ ସେମାନଙ୍କ ପଥରେ ଗମନ କରି ନାହଁ, କିଅବା ସେମାନଙ୍କର ଘୃଣାଯୋଗ୍ୟ କ୍ରିୟାନୁସାରେ କର୍ମ କରି ନାହଁ; ମାତ୍ର ତାହା ଅତି କ୍ଷୁଦ୍ର ଥିଲା ପରି ମଣି, ତୁମ୍ଭେ ଆପଣାର ସମସ୍ତ ଆଚାର ବ୍ୟବହାରରେ ସେମାନଙ୍କ ଅପେକ୍ଷା ଅଧିକ ଭ୍ରଷ୍ଟା ହୋଇଅଛ।


ଆମ୍ଭର ଲୋକମାନଙ୍କର ଆମ୍ଭଠାରୁ ବିମୁଖ ହେବାର ପ୍ରବୃତ୍ତି ଅଛି; ଲୋକମାନେ ଊର୍ଦ୍ଧ୍ଵସ୍ଥଙ୍କ ନିକଟକୁ ଆସିବା ପାଇଁ ସେମାନଙ୍କୁ ଡାକିଲେ ହେଁ କେହି ତାହାଙ୍କର ପ୍ରଶଂସା କରେ ନାହିଁ।


ତହିଁ ସକାଶୁ ଦୁଇ, ତିନି ନଗରସ୍ଥ ଲୋକମାନେ ଜଳ ପାନ କରିବା ନିମନ୍ତେ ବୁଲି ବୁଲି ଅନ୍ୟ ଏକ ନଗରକୁ ଗଲେ, ମାତ୍ର ତୃପ୍ତ ନୋହିଲେ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ, ଏହା ସଦାପ୍ରଭୁ କହନ୍ତି।


ଯିହୁଦା ବିଶ୍ଵାସଘାତକତା କରିଅଛି, ଆଉ ଇସ୍ରାଏଲର ମଧ୍ୟରେ ଓ ଯିରୂଶାଲମ ମଧ୍ୟରେ ଘୃଣାଯୋଗ୍ୟକ୍ରିୟା କରାଯାଏ; କାରଣ ସଦାପ୍ରଭୁଙ୍କର ପ୍ରିୟ ଯେଉଁ ପବିତ୍ରତା, ଯିହୁଦା ତାହା ଅପବିତ୍ର କରିଅଛି ଓ ବିଦେଶୀୟ ଦେବତାର କନ୍ୟାକୁ ବିବାହ କରିଅଛି।


ପୁଣି, ସେ ଆପଣା ପୈତୃକ ପରମେଶ୍ଵରଙ୍କର ଅନ୍ଵେଷଣ କଲେ ଓ ତାହାଙ୍କ ଆଜ୍ଞା ପଥରେ ଚଳି ଇସ୍ରାଏଲର କର୍ମାନୁଯାୟୀ କଲେ ନାହିଁ।


Swiv nou:

Piblisite


Piblisite