Biblia Todo Logo
Bib sou entènèt

- Piblisite -




ଯିରିମୀୟ 30:12 - ପବିତ୍ର ବାଇବଲ (Re-edited) - (BSI)

12 କାରଣ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭର କ୍ଷତ ଅପ୍ରତୀକାର୍ଯ୍ୟ ଓ ତୁମ୍ଭର ଘାʼ ବ୍ୟଥାଜନକ।

Gade chapit la Kopi

ଓଡିଆ ବାଇବେଲ

12 କାରଣ ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭର କ୍ଷତ ଅପ୍ରତୀକାର୍ଯ୍ୟ ଓ ତୁମ୍ଭର ଘା’ ବ୍ୟଥାଜନକ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 କାରଣ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭର କ୍ଷତ ଅପ୍ରତୀକାର୍ଯ୍ୟ ଓ ତୁମ୍ଭର ଘାʼ ବ୍ୟଥାଜନକ।

Gade chapit la Kopi

ପବିତ୍ର ବାଇବଲ

12 ପୁଣି ସଦାପ୍ରଭୁ କହନ୍ତି, “ତୁମ୍ଭମାନଙ୍କର କ୍ଷତ ଦୁରାରୋଗ୍ୟ ଓ ତୁମ୍ଭମାନଙ୍କର ଘା’ କେବେ ପୂରଣ ହେବ ନାହିଁ।

Gade chapit la Kopi




ଯିରିମୀୟ 30:12
13 Referans Kwoze  

ମୋର ବେଦନା ନିତ୍ୟସ୍ଥାୟୀ ଓ ମୋର କ୍ଷତ ଅପ୍ରତୀକାର୍ଯ୍ୟ ହୋଇ ସୁସ୍ଥ ହେବାକୁ ଅସ୍ଵୀକାର କରେ କାହିଁକିଣ? ତୁମ୍ଭେ କି ମୋʼ ପ୍ରତି ନିତା; ପ୍ରବଞ୍ଚନାଜନକ ନଦୀସ୍ରୋତ, ଅସ୍ଥାୟୀ ଜଳ ତୁଲ୍ୟ ହେବ?


ତୁମ୍ଭେ ଆପଣା କ୍ଷତ ସକାଶୁ କାହିଁକି କ୍ରନ୍ଦନ କରୁଅଛ? ତୁମ୍ଭର ବେଦନା ଅପ୍ରତୀକାର୍ଯ୍ୟ, ତୁମ୍ଭର ଅଧର୍ମ ବହୁଳ ଓ ତୁମ୍ଭର ପାପ ବୃଦ୍ଧି ହେବା ସକାଶୁ ଆମ୍ଭେ ତୁମ୍ଭ ପ୍ରତି ଏହିସବୁ କରିଅଛୁ।


ଆଉ, ତୁମ୍ଭେ ସେମାନଙ୍କୁ ଏହି କଥା କହିବ, ଦିବାରାତ୍ର ଆମ୍ଭ ଚକ୍ଷୁରୁ ଜଳଧାରା ବହୁ, ତାହା ନିବୃତ୍ତ ନ ହେଉ; କାରଣ ଆମ୍ଭ ଲୋକମାନଙ୍କର ଅନୂଢ଼ା କନ୍ୟା, ମହା କ୍ଷତରେ, ମହା ଦୁଃଖଦାୟକ ଆଘାତରେ ଭଗ୍ନ ହୋଇଅଛି।


ମାତ୍ର ସେମାନେ ପରମେଶ୍ଵରଙ୍କ ଦୂତଗଣକୁ ପରିହାସ କଲେ, ତାହାଙ୍କର ବାକ୍ୟ ତୁଚ୍ଛ କଲେ ଓ ତାହାଙ୍କ ଭବିଷ୍ୟଦ୍ବକ୍ତାଗଣକୁ ବିଦ୍ରୂପ କଲେ; ଏଣୁ ଆପଣା ଲୋକମାନଙ୍କ ଉପରେ ସଦାପ୍ରଭୁଙ୍କ କୋପ ଉତ୍ଥିତ ହେଲା, ଶେଷରେ ଆଉ ପ୍ରତିକାର ନୋହିଲା।


ତେବେ ସେ ମୋତେ କହିଲେ, ହେ ମନୁଷ୍ୟ-ସନ୍ତାନ, ଏହି ଅସ୍ଥିସକଳ ସମୁଦାୟ ଇସ୍ରାଏଲ-ବଂଶ ଅଟନ୍ତି; ଦେଖ, ସେମାନେ କହନ୍ତି, ଆମ୍ଭମାନଙ୍କର ଅସ୍ଥିସବୁ ଶୁଷ୍କ ହୋଇଅଛି, ଆମ୍ଭମାନଙ୍କର ଭରସା ନଷ୍ଟ ହୋଇଅଛି; ଆମ୍ଭେମାନେ ସମ୍ପୂର୍ଣ୍ଣ ରୂପେ ଉଚ୍ଛିନ୍ନ ହୋଇଅଛୁ।


ଯେପରି ନିର୍ଝର ଜଳ ନିର୍ଗତ କରେ, ସେପରି ସେ ଆପଣା ଦୁଷ୍ଟତା ନିର୍ଗତ କରେ; ତାହା ମଧ୍ୟରେ ଦୌରାତ୍ମ୍ୟ ଓ ଅପହରଣ ଶୁଣାଯାଏ; ପୁଣି, ପୀଡ଼ା ଓ କ୍ଷତ ନିରନ୍ତର ଆମ୍ଭ ସାକ୍ଷାତରେ ଥାଏ।


ଆଗୋ ଯିରୂଶାଲମର କନ୍ୟେ, ମୁଁ ତୁମ୍ଭ ନିକଟରେ କେଉଁ ସାକ୍ଷ୍ୟ ଦେବି? ମୁଁ କାହା ସହିତ ତୁମ୍ଭର ଉପମା ଦେବି? ଆଗୋ ସିୟୋନ କୁମାରୀ, ମୁଁ ତୁମ୍ଭକୁ ସାନ୍ତ୍ଵନା ଦେବା ପାଇଁ କାହାର ସମାନ ତୁମ୍ଭକୁ କରିବି? କାରଣ ତୁମ୍ଭର କ୍ଷତ ସମୁଦ୍ର ପରି ବଡ଼; କିଏ ତୁମ୍ଭକୁ ସୁସ୍ଥ କରି ପାରେ?


ଯେତେବେଳେ ଇଫ୍ରୟିମ ଆପଣା ରୋଗ ଓ ଯିହୁଦା ଆପଣା କ୍ଷତ ଦେଖିଲା, ସେତେବେଳେ ଇଫ୍ରୟିମ ଅଶୂରୀୟର ନିକଟକୁ ଗଲା ଓ ଯାରେବ ରାଜା ନିକଟକୁ ଲୋକ ପଠାଇଲା; ମାତ୍ର ସେ ତୁମ୍ଭମାନଙ୍କୁ ସୁସ୍ଥ କରିବାକୁ ପାରେ ନାହିଁ, କିଅବା ସେ ତୁମ୍ଭମାନଙ୍କର କ୍ଷତ ଆରୋଗ୍ୟ କରିବ ନାହିଁ।


କାରଣ ତାହାର କ୍ଷତ ଅପ୍ରତିକାର୍ଯ୍ୟ; ଯେହେତୁ ତାହା ଯିହୁଦା ପର୍ଯ୍ୟନ୍ତ ହିଁ ଆସିଅଛି; ତାହା ଆମ୍ଭ ଲୋକମାନଙ୍କର ନଗର-ଦ୍ଵାର, ଯିରୂଶାଲମ ପର୍ଯ୍ୟନ୍ତ ହିଁ ପହଞ୍ଚୁଅଛି।


ତୁମ୍ଭ ଆଘାତର ଉପଶମ ନାହିଁ; ତୁମ୍ଭର କ୍ଷତ ବ୍ୟଥାଜନକ; ଯେଉଁମାନେ ତୁମ୍ଭ ବିଷୟକ ସମ୍ଵାଦ ଶୁଣନ୍ତି, ସେସମସ୍ତେ ତୁମ୍ଭ ପ୍ରତି ହାତତାଳି ଦିଅନ୍ତି; କାରଣ ତୁମ୍ଭର ଦୁଷ୍ଟତା କାହା ଉପରେ ଅବିରତ ବର୍ତ୍ତି ନାହିଁ?


ଗିଲୀୟଦରେ କʼଣ ଔଷଧ ନାହିଁ? ସେଠାରେ କʼଣ ବୈଦ୍ୟ ନାହାନ୍ତି? ତେବେ ମୋʼ ଲୋକମାନଙ୍କ କନ୍ୟା କାହିଁକି ପୁନଃ ସ୍ଵାସ୍ଥ୍ୟଲାଭ କରୁ ନାହିଁ?


ତୁମ୍ଭେ କି ଯିହୁଦାକୁ ନିତା; ଅଗ୍ରାହ୍ୟ କରିଅଛ? ତୁମ୍ଭର ପ୍ରାଣ କି ସିୟୋନକୁ ଘୃଣା କରିଅଛି? କିହେତୁ ତୁମ୍ଭେ ଆମ୍ଭମାନଙ୍କୁ ପ୍ରହାର କଲ ଓ ଆମ୍ଭମାନଙ୍କ ପୀଡ଼ାର କୌଣସି ପ୍ରତିକାର ନାହିଁ? ଆମ୍ଭେମାନେ ଶାନ୍ତିର ଅପେକ୍ଷା କଲୁ, ମାତ୍ର କିଛି ମଙ୍ଗଳ ହେଲା ନାହିଁ ଓ ଆମ୍ଭେମାନେ ସ୍ଵାସ୍ଥ୍ୟ ସମୟର ଅପେକ୍ଷା କଲୁ, ଆଉ ଦେଖ, ଆଶଙ୍କା ଉପସ୍ଥିତ !


Swiv nou:

Piblisite


Piblisite