Biblia Todo Logo
Bib sou entènèt

- Piblisite -




ଯିରିମୀୟ 30:2 - ପବିତ୍ର ବାଇବଲ (Re-edited) - (BSI)

2 ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଆମ୍ଭେ ତୁମ୍ଭକୁ ଯେଉଁ ସକଳ କଥା କହିଅଛୁ, ତାହା ଗୋଟିଏ ପୁସ୍ତକରେ ଲେଖି ରଖ।

Gade chapit la Kopi

ଓଡିଆ ବାଇବେଲ

2 “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭକୁ ଯେଉଁ ସକଳ କଥା କହିଅଛୁ, ତାହା ଗୋଟିଏ ପୁସ୍ତକରେ ଲେଖି ରଖ।’

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେ ତୁମ୍ଭକୁ ଯେଉଁ ସକଳ କଥା କହିଅଛୁ, ତାହା ଗୋଟିଏ ପୁସ୍ତକରେ ଲେଖି ରଖ।

Gade chapit la Kopi

ପବିତ୍ର ବାଇବଲ

2 ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ହେ ଯିରିମିୟ, ଆମ୍ଭେ ତୁମ୍ଭକୁ ଯେଉଁସବୁ କଥା କହିଅଛୁ, ତାହା ତୁମ୍ଭେ ଗୋଟିଏ ପୁସ୍ତକରେ ଲେଖି ରଖ।”

Gade chapit la Kopi




ଯିରିମୀୟ 30:2
19 Referans Kwoze  

ତହୁଁ ଯିରିମୀୟ ଆଉ ଖଣ୍ତେ ପୁସ୍ତକ ନେଇ ନେରୀୟର ପୁତ୍ର ବାରୂକ ଲେଖକକୁ ଦେଲେ; ଯିହୁଦାର ରାଜା ଯିହୋୟାକୀମ୍ ଯେଉଁ ପୁସ୍ତକ ଅଗ୍ନିରେ ଦଗ୍ଧ କରିଥିଲା, ତହିଁର ସମସ୍ତ କଥା ସେ ଯିରିମୀୟଙ୍କର ମୁଖରୁ ଶୁଣି ତହିଁରେ ଲେଖିଲା; ପୁଣି, ତାହା ଛଡ଼ା ସେହି ପ୍ରକାର ଆଉ ଅନେକ କଥା ତହିଁରେ ଯୁକ୍ତ କରାଗଲା।


ଏବେ ଯାଅ, ସେମାନଙ୍କ ସାକ୍ଷାତରେ ଏକ ଫଳକରେ ତାହା ଲେଖ ଓ ତାହା ଯେପରି ଆସନ୍ତା କାଳ ନିମନ୍ତେ, ଅନ; କାଳ ପର୍ଯ୍ୟନ୍ତ ରହିବ, ଏଥିପାଇଁ ଏକ ପୁସ୍ତକରେ ତାହା ଲିପିବଦ୍ଧ କର।


ଅତଏବ, ଯାହା ଯାହା ଦର୍ଶନ କଲ, ଯାହା ଯାହା ବର୍ତ୍ତମାନ ଘଟୁଅଛି ଓ ଏହା ପରେ ଘଟିବ, ସେହିସବୁ ଲିପିବଦ୍ଧ କର।


ତୁମ୍ଭେ ଯାହା ଦର୍ଶନ କରୁଅଛ, ତାହା ଗୋଟିଏ ପୁସ୍ତକରେ ଲିପିବଦ୍ଧ କରି ସପ୍ତ ମଣ୍ତଳୀ, ଅର୍ଥାତ୍, ଏଫିସ, ସ୍ମୁର୍ଣ୍ଣା, ପର୍ଗମ, ଥୁୟତୀରା ସାର୍ଦ୍ଦୀ, ଫିଲାଦେଲ୍ଫିଆ ଓ ଲାଅଦିକୀଆ ନିକଟକୁ ପ୍ରେରଣ କର।


କାରଣ କୌଣସି ଭାବବାଣୀ କେବେ ହେଁ ମନୁଷ୍ୟର ଇଚ୍ଛାରୁ ଉତ୍ପନ୍ନ ହୋଇ ନାହିଁ, ମାତ୍ର ଈଶ୍ଵର ପ୍ରେରିତ ମନୁଷ୍ୟମାନେ ପବିତ୍ର ଆତ୍ମାଙ୍କ ଦ୍ଵାରା ଚାଳିତ ହୋଇ କଥା କହିଥିଲେ।


ଏହିସମସ୍ତ ଦୃଷ୍ଟାନ୍ତ ସ୍ଵରୂପେ ସେମାନଙ୍କ ପ୍ରତି ଘଟିଲା, ଆଉ ଯେଉଁମାନଙ୍କ ସମୟରେ ଯୁଗା; କାଳ ଉପସ୍ଥିତ ହୋଇଅଛି, ଏପରି ଯେ ଆମ୍ଭେମାନେ, ଆମ୍ଭମାନଙ୍କ ଚେତନା ନିମନ୍ତେ ସେହିସବୁ ଲେଖାଯାଇଅଛି।


ପୁଣି, ଆମ୍ଭେମାନେ ଯେପରି ଶାସ୍ତ୍ରଲବ୍ଧ ଧୈର୍ଯ୍ୟ ଓ ସାନ୍ତ୍ଵନା ଦ୍ଵାରା ଭରସା ପ୍ରାପ୍ତ ହେଉ, ଏଥିନିମନ୍ତେ ପୂର୍ବକାଳରେ ଯାହା ଯାହା ଲେଖା ହୋଇଥିଲା, ସେହିସବୁ ଆମ୍ଭମାନଙ୍କର ଶିକ୍ଷା ପାଇଁ ଲେଖା ହୋଇଅଛି।


ମାତ୍ର ହେ ଦାନିୟେଲ, ତୁମ୍ଭେ ଶେଷ କାଳ ପର୍ଯ୍ୟନ୍ତ ଏହି ବାକ୍ୟସକଳ ବନ୍ଦ କରି ଓ ଏହି ପୁସ୍ତକ ମୁଦ୍ରାଙ୍କନ କରି ରଖ; ଅନେକେ ଏଣେତେଣେ ଧାବମାନ ହେବେ ଓ ଜ୍ଞାନର ବୃଦ୍ଧି ହେବ।


ପୁଣି, ସଦାପ୍ରଭୁ ମୋତେ କହିଲେ, ତୁମ୍ଭେ ଏକ ଖଣ୍ତ ବୃହତ ଫଳକ ନେଇ ପ୍ରଚଳିତ ଅକ୍ଷରରେ ତହିଁ ଉପରେ ଏହି କଥା ଲେଖ, ମହେର-ଶାଲଲହାଶ୍-ବସ୍ (ଲୁଟ ଶୀଘ୍ର ଆସୁଅଛି, ଲୁଟିତ ଦ୍ରବ୍ୟ ଶୀଘ୍ର ଗମନ କରୁଅଛି);


ଏଣୁ ଏବେ ତୁମ୍ଭେମାନେ ଆପଣାମାନଙ୍କ ପାଇଁ ଏହି ଗୀତ ଲେଖ ଓ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ତାହା ଶିଖାଅ; ଆଉ ଏହି ଗୀତ ଯେପରି ଇସ୍ରାଏଲ-ସନ୍ତାନଗଣର ପ୍ରତିକୂଳରେ ଆମ୍ଭର ସାକ୍ଷୀ ହେବ, ଏଥିପାଇଁ ତାହା ସେମାନଙ୍କୁ ମୁଖସ୍ଥ କରାଅ।


ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ଏହି କଥା ସ୍ମରଣାର୍ଥେ ପୁସ୍ତକରେ ଲେଖି ରଖ, ପୁଣି ଯିହୋଶୂୟର କର୍ଣ୍ଣଗୋଚରରେ ତାହା ପାଠ କର; ଯଥା, ଆମ୍ଭେ ଆକାଶ ତଳରୁ ଅମାଲେକର ସ୍ମରଣ ଲୋପ କରିବା।


ଆଉ, ଆମ୍ଭେ ସେହି ଦେଶ ବିରୁଦ୍ଧରେ ଯାହା ଯାହା କହିଅଛୁ, ଅର୍ଥାତ୍, ସକଳ ଗୋଷ୍ଠୀ ବିରୁଦ୍ଧରେ ଯିରିମୀୟଙ୍କ ଦ୍ଵାରା ପ୍ରଚାରିତ ଯେ ଯେ ଭବିଷ୍ୟଦ୍ବାକ୍ୟ ଏହି ପୁସ୍ତକରେ ଲିଖିତ ଅଛି, ଆମ୍ଭର ସେହି ସମସ୍ତ ବାକ୍ୟ ଆମ୍ଭେ ସେହି ଦେଶ ପ୍ରତି ସଫଳ କରିବା।


ସଦାପ୍ରଭୁଙ୍କଠାରୁ ଯିରିମୀୟଙ୍କ ନିକଟରେ ଏହି ବାକ୍ୟ ଉପସ୍ଥିତ ହେଲା, ଯଥା,


ଯିହୁଦାର ରାଜା ଯିହୋୟାକୀମ୍ ଯେଉଁ ପୁସ୍ତକ ପୋଡ଼ି ପକାଇଅଛି, ସେହି ପ୍ରଥମ ପୁସ୍ତକରେ ଲିଖିତ ଆଦ୍ୟ ସକଳ ବାକ୍ୟ, ତୁମ୍ଭେ ଆଉ ଖଣ୍ତେ ପୁସ୍ତକ ନେଇ ପୁନର୍ବାର ଲେଖ।


Swiv nou:

Piblisite


Piblisite