Biblia Todo Logo
Bib sou entènèt

- Piblisite -




ଯିରିମୀୟ 30:7 - ପବିତ୍ର ବାଇବଲ (Re-edited) - (BSI)

7 ହାୟ ହାୟ ! ସେ ଦିନ ମହତ, ତାହା ତୁଲ୍ୟ ଦିନ ଆଉ ନାହିଁ, ତାହା ଯାକୁବର ସଙ୍କଟ କାଳ; ମାତ୍ର ସେ ତହିଁରୁ ଉଦ୍ଧାର ପାଇବ।

Gade chapit la Kopi

ଓଡିଆ ବାଇବେଲ

7 ହାୟ ହାୟ ! ସେ ଦିନ ମହତ, ତାହା ତୁଲ୍ୟ ଦିନ ଆଉ ନାହିଁ, ତାହା ଯାକୁବର ସଙ୍କଟ କାଳ; ମାତ୍ର ସେ ତହିଁରୁ ଉଦ୍ଧାର ପାଇବ।’

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ହାୟ ହାୟ! ସେ ଦିନ ମହତ, ତାହା ତୁଲ୍ୟ ଦିନ ଆଉ ନାହିଁ, ତାହା ଯାକୁବର ସଙ୍କଟ କାଳ; ମାତ୍ର ସେ ତହିଁରୁ ଉଦ୍ଧାର ପାଇବ।

Gade chapit la Kopi

ପବିତ୍ର ବାଇବଲ

7 “ଆହା, ସେଦିନ ଅତି ମହାନ। ତାହା ସମାନ ଆଉ ଦିନ ନାହିଁ। ତାହା ଯାକୁବର ସଙ୍କଟକାଳ, ମାତ୍ର ସେ ତହିଁରୁ ଉଦ୍ଧାର ପାଇବ।

Gade chapit la Kopi




ଯିରିମୀୟ 30:7
37 Referans Kwoze  

ସେସମୟରେ ତୁମ୍ଭ ଲୋକଙ୍କ ସନ୍ତାନଗଣର ସାହାଯ୍ୟକାରୀ ମୀଖାୟେଲ ମହାନ ଅଧିପତି ଠିଆ ହେବେ ଓ ମନୁଷ୍ୟ ଗୋଷ୍ଠୀର ସ୍ଥିତିକାଳଠାରୁ ସେସମୟ ପର୍ଯ୍ୟନ୍ତ ଯେଉଁ ପ୍ରକାର ସଂକଟର କାଳ କେବେ ହୋଇ ନାହିଁ, ଏପରି ସଙ୍କଟର କାଳ ଉପସ୍ଥିତ ହେବ, ଆଉ, ତୁମ୍ଭ ଗୋଷ୍ଠୀୟ ଯେପ୍ରତ୍ୟେକର ନାମ ପୁସ୍ତକରେ ଲିଖିତ ହୋଇଅଛି, ସେମାନେ ପ୍ରତ୍ୟେକେ ସେସମୟରେ ଉଦ୍ଧାର ପାଇବେ,।


କାରଣ ଦେଖ, ସେଦିନ ଆସୁଅଛି, ତାହା ତୁନ୍ଦୁର ପରି ଜଳୁଅଛି; ପୁଣି, ଅହଙ୍କାରୀ ଓ ଦୁଷ୍ଟାଚାରୀ ସମସ୍ତେ ନଡ଼ା ପରି ହେବେ; ଆଉ, ସେମାନଙ୍କର ମୂଳ କି ଡାଳ ଯେପରି ଅବଶିଷ୍ଟ ନ ରହିବ , ଏଥିପାଇଁ ଯେଉଁ ଦିନ ଆସୁଅଛି, ତାହା ସେମାନଙ୍କୁ ଦଗ୍ଧ କରିବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ପୁଣି, ସେ ଆମ୍ଭମାନଙ୍କ ଉପରେ ମହା ଅମଙ୍ଗଳ ଘଟାଇବା ଦ୍ଵାରା ଆମ୍ଭମାନଙ୍କ ବିରୁଦ୍ଧରେ ଓ ଯେଉଁ ବିଚାରକର୍ତ୍ତାଗଣ ଆମ୍ଭମାନଙ୍କର ବିଚାର କଲେ, ସେମାନଙ୍କ ବିରୁଦ୍ଧରେ ଯାହା କହିଥିଲେ, ଆପଣାର ସେହି ବାକ୍ୟ ସେ ସଫଳ କରିଅଛନ୍ତି; କାରଣ ଯିରୂଶାଲମ ପ୍ରତି ଯାହା କରା ଯାଇଅଛି, ସମୁଦାୟ ଆକାଶମଣ୍ତଳ ତଳେ ସେପରି କରାଯାଇ ନାହିଁ।


ପୁଣି, ସଦାପ୍ରଭୁ ଆପଣା ସୈନ୍ୟସାମ; ସମ୍ମୁଖରେ ଆପଣା ରବ ଉଚ୍ଚାରଣ କରନ୍ତି; କାରଣ ତାହାଙ୍କର ଛାଉଣୀ ଅତି ବଡ଼; କାରଣ ତାହାଙ୍କର ବାକ୍ୟ ଯେ ସାଧନ କରେ, ସେ ବଳବାନ। କାରଣ ସଦାପ୍ରଭୁଙ୍କର ଦିନ ମହତ୍ ଓ ଅତି ଭୟାନକ।; ଆଉ କିଏ ତାହା ସହ୍ୟ କରି ପାରେ?


ଆଉ, ଏହିପ୍ରକାରେ ସମସ୍ତ ଇସ୍ରାଏଲ ପରିତ୍ରାଣ ପାଇବେ, ଯେପରି ଲେଖାଅଛି, “ସିୟୋନରୁ ଉଦ୍ଧାରକର୍ତ୍ତା ଆଗମନ କରିବେ, ସେ ଯାକୁବଠାରୁ ଅଧର୍ମ ଦୂର କରିବେ।”


କାରଣ ସେହି କାଳରେ ଏପରି କ୍ଳେଶ ଘଟିବ ଯେ, ଈଶ୍ଵରଙ୍କ କୃତ ସୃଷ୍ଟି ଆରମ୍ଭରୁ ଆଜି ପର୍ଯ୍ୟନ୍ତ ସେପରି ଘଟି ନାହିଁ, ପୁଣି କେବେ ହେଁ ଘଟିବ ନାହିଁ।


ଆଉ, ଯିହୁଦାର ସନ୍ତାନଗଣ ଓ ଇସ୍ରାଏଲର ସନ୍ତାନଗଣ ଏକତ୍ର ସଂଗ୍ରହ କରାଯିବେ ଓ ସେମାନେ ଆପଣାମାନଙ୍କ ଉପରେ ଏକ ଜଣକୁ ପ୍ରଧାନ ରୂପେ ନିଯୁକ୍ତ କରି ଦେଶରୁ ଯାତ୍ରା କରିବେ; କାରଣ ଯିଷ୍ରିୟେଲର ଦିନ ମହତ ଦିନ ହେବ।


ହେ ପଥିକ ସମସ୍ତେ, ଏହା କି ତୁମ୍ଭମାନଙ୍କ ପ୍ରତି କିଛି ନୁହେଁ? ଦେଖି ବୁଝ, ମୋତେ ଯେଉଁ ଦୁଃଖ ଦିଆ ଯାଇଅଛି, ମୋହର ସେହି ଦୁଃଖ ପରି କି କୌଣସି ଦୁଃଖ ଅଛି? ତଦ୍ଦ୍ଵାରା ସଦାପ୍ରଭୁ ଆପଣା ପ୍ରଚଣ୍ତ କ୍ରୋଧର ଦିନରେ ମୋତେ କ୍ଳେଶଯୁକ୍ତ କରିଅଛନ୍ତି।


ଏହେତୁ ସଦାପ୍ରଭୁ କହନ୍ତି, ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ ଅଥବା ହେ ଇସ୍ରାଏଲ, ନିରାଶ ହୁଅ ନାହିଁ; କାରଣ ଦେଖ, ଆମ୍ଭେ ଦୂରରୁ ତୁମ୍ଭକୁ ଓ ବନ୍ଦୀତ୍ଵ ଦେଶରୁ ତୁମ୍ଭ ବଂଶକୁ ଉଦ୍ଧାର କରିବୁ, ପୁଣି ଯାକୁବ ଫେରି ଆସି ଶାନ୍ତିରେ ଓ ନିରାପଦରେ ରହିବ ଓ କେହି ତାହାକୁ ଭୟ ଦେଖାଇବ ନାହିଁ।


ଧାର୍ମିକର ବିପଦ ଅନେକ; ମାତ୍ର ସେସବୁରୁ ସଦାପ୍ରଭୁ ତାହାକୁ ଉଦ୍ଧାର କରନ୍ତି।


କାରଣ ସେମାନଙ୍କ କ୍ରୋଧର ମହାଦିନ ଉପସ୍ଥିତ ହୋଇଅଛି, ଆଉ କିଏ ଠିଆ ହୋଇ ପାରେ?


ପ୍ରଭୁଙ୍କର ମହତ୍ ଓ ପ୍ରସିଦ୍ଧ ଦିନର ଆଗମନ ପୂର୍ବରେ, ସୂର୍ଯ୍ୟ ଅନ୍ଧକାରମୟ ଓ ଚନ୍ଦ୍ର ରକ୍ତମୟ ହୋଇଯିବ।


ସଦାପ୍ରଭୁଙ୍କର ମହତ ଓ ଭୟଙ୍କର ଦିନର ଆଗମନର ପୂର୍ବେ ସୂର୍ଯ୍ୟ ଅନ୍ଧକାର ଓ ଚନ୍ଦ୍ର ରକ୍ତ ହୋଇଯିବ।


କାରଣ ଯେ ଏକ ନିମିଷ ମଧ୍ୟରେ ଉତ୍ପାଟିତ ହେଲା ଓ ଯାହାକୁ କାହାରି ହସ୍ତ ଆକ୍ରମଣ ନ କଲା, ଏପରି ଯେ ସଦୋମ, ତାହାର ପାପ ଅପେକ୍ଷା ମୋʼ ଲୋକଙ୍କ କନ୍ୟାର ଅଧର୍ମ ଅଧିକ ଅଟେ।


ଆଗୋ ଯିରୂଶାଲମର କନ୍ୟେ, ମୁଁ ତୁମ୍ଭ ନିକଟରେ କେଉଁ ସାକ୍ଷ୍ୟ ଦେବି? ମୁଁ କାହା ସହିତ ତୁମ୍ଭର ଉପମା ଦେବି? ଆଗୋ ସିୟୋନ କୁମାରୀ, ମୁଁ ତୁମ୍ଭକୁ ସାନ୍ତ୍ଵନା ଦେବା ପାଇଁ କାହାର ସମାନ ତୁମ୍ଭକୁ କରିବି? କାରଣ ତୁମ୍ଭର କ୍ଷତ ସମୁଦ୍ର ପରି ବଡ଼; କିଏ ତୁମ୍ଭକୁ ସୁସ୍ଥ କରି ପାରେ?


ହେ ପରମେଶ୍ଵର, ଇସ୍ରାଏଲକୁ ତାହାର ସମସ୍ତ ସଙ୍କଟରୁ ମୁକ୍ତ କର।


ତହିଁରେ ଯାକୁବ ଅତିଶୟ ଭୀତ ଓ ଉଦ୍ବିଗ୍ନ ହେଲା, ପୁଣି ସଙ୍ଗୀ ଲୋକମାନଙ୍କୁ ଓ ଗୋମେଷାଦି ସମସ୍ତ ପଲ ଓ ଓଟମାନଙ୍କୁ ଭିନ୍ନ ଭିନ୍ନ ଦୁଇ ଦଳ କରି କହିଲା,


ପୁଣି, ସେହି ଦିନ ଏହି ସମୁଦ୍ର ଅଞ୍ଚଳସ୍ଥ ନିବାସୀମାନେ କହିବେ, ଦେଖ, ଅଶୂରର ରାଜାଠାରୁ ଉଦ୍ଧାର ପାଇବା ପାଇଁ ସାହାଯ୍ୟ ନିମନ୍ତେ ଯେଉଁଠାକୁ ପଳାଇଲୁ, ଆମ୍ଭମାନଙ୍କର ସେହି ବିଶ୍ଵାସଭୂମି ଏହି ପ୍ରକାର; ତେବେ ଆମ୍ଭେମାନେ ଅବା କିପ୍ରକାରେ ବଞ୍ଚିବା?


ସେମାନେ ଖଣ୍ତେ କାଠମୁଣ୍ତାକୁ କହନ୍ତି, ତୁମ୍ଭେ ଆମ୍ଭର ପିତା ଓ ପଥରକୁ କହନ୍ତି, ତୁମ୍ଭେ ଆମ୍ଭକୁ ଜନ୍ମ କରିଅଛ; ସେମାନେ ଆମ୍ଭ ଆଡ଼କୁ ମୁଖ ନ ଫେରାଇ ଆପଣା ଆପଣା ପିଠି ଫେରାଇ ଅଛନ୍ତି; ମାତ୍ର ବିପଦ ସମୟରେ ସେମାନେ କହିବେ, ତୁମ୍ଭେ ଉଠ, ଆମ୍ଭମାନଙ୍କୁ ଉଦ୍ଧାର କର।


ମାତ୍ର ତୁମ୍ଭେ ନିଜ ପାଇଁ ଯେଉଁ ଦେବତାମାନଙ୍କୁ ନିର୍ମାଣ କରିଅଛ, ସେମାନେ କାହାନ୍ତି? ସେମାନେ ଉଠନ୍ତୁ, ଯେବେ ପାରନ୍ତି, ତେବେ ତୁମ୍ଭ ବିପଦ ସମୟରେ ତୁମ୍ଭକୁ ଉଦ୍ଧାର କରନ୍ତୁ; କାରଣ ହେ ଯିହୁଦା, ତୁମ୍ଭ ନଗରସମୂହର ସଂଖ୍ୟା ପ୍ରମାଣେ ତୁମ୍ଭର ଦେବତାମାନେ ଅଛନ୍ତି ।


ହେ ଇସ୍ରାଏଲର ଆଶାଭୂମି, ସଙ୍କଟ ସମୟରେ ତାହାର ଉଦ୍ଧାରକର୍ତ୍ତା, ତୁମ୍ଭେ ଦେଶ ମଧ୍ୟରେ ପ୍ରବାସୀ ତୁଲ୍ୟ ଓ ଗୋଟିଏ ରାତ୍ରି କ୍ଷେପଣ କରିବା ପାଇଁ ଆସିବା ପଥିକ ତୁଲ୍ୟ କାହିଁକି ହେବ?


ହେ ପ୍ରାଚୀନଗଣ, ତୁମ୍ଭେମାନେ ଏହି କଥା ଶୁଣ, ଆଉ ହେ ଦେଶନିବାସୀସକଳ, ତୁମ୍ଭେମାନେ କର୍ଣ୍ଣପାତ କର। ତୁମ୍ଭେମାନଙ୍କ ସମୟରେ କିଅବା ତୁମ୍ଭମାନଙ୍କର ପିତୃପୁରୁଷ-ଗଣର ସମୟରେ କି ଏହା ଘଟିଅଛି?


ହାୟ ହାୟ ସେ ଦିନ! କାରଣ ସଦାପ୍ରଭୁଙ୍କ ଦିନ ସନ୍ନିକଟ, ସର୍ବଶକ୍ତିମାନଙ୍କ ନିକଟରୁ ପ୍ରଳୟର ତୁଲ୍ୟ ତାହା ଉପସ୍ଥିତ ହେବ।


ମାତ୍ର ତାହା ଗୋଟିଏ ଦିନ ହେବ, ତହିଁର ତତ୍ତ୍ଵ ସଦାପ୍ରଭୁଙ୍କୁ ଜଣା; ତାହା ଦିନ ନୁହେଁ ଓ ରାତ୍ରି ନୁହେଁ; ମାତ୍ର ସନ୍ଧ୍ୟାକାଳରେ ଦୀପ୍ତି ହେବ।


ଏବେ ତୁମ୍ଭେ କାହିଁକି ଘୋର ଚିତ୍କାର କରୁଅଛ? ତୁମ୍ଭ ମଧ୍ୟରେ କି ରାଜା ନାହିଁ, ତୁମ୍ଭର ମନ୍ତ୍ରୀ ବିନଷ୍ଟ ହୋଇଅଛି ବୋଲି କି ସ୍ତ୍ରୀର ପ୍ରସବବେଦନା ତୂଲ୍ୟ ବେଦନା ତୁମ୍ଭକୁ ଆକ୍ରା; କରିଅଛି?


ମୁଁ ଶୁଣିଲି ଓ ମୋʼ ଉଦର କମ୍ପିଲା, ସେହି ରବରେ ମୋର ଓଷ୍ଠାଧର ଥର ଥର ହେଲା; ମୋʼ ଅସ୍ଥିସକଳରେ ପଚାଭାବ ପ୍ରବେଶ କଲା ଓ ମୁଁ ସ୍ଵସ୍ଥାନରେ କମ୍ପିତ ହେଲି; ତହିଁରେ ଯେଉଁମାନେ ସୈନ୍ୟଦଳ ଘେନି ତାହାକୁ ଆକ୍ରମଣ କରିବାକୁ ଆସିବେ, ସେହି ଲୋକମାନଙ୍କ ବିରୁଦ୍ଧରେ ଯେତେବେଳେ ଦିନ ଆସିବ, ସେତେବେଳେ ସେହି ସଙ୍କଟ ଦିନରେ ମୋତେ ବିଶ୍ରାମ କରିବାକୁ ହେବ।


Swiv nou:

Piblisite


Piblisite