Biblia Todo Logo
Bib sou entènèt

- Piblisite -




ଯିରିମୀୟ 32:18 - ପବିତ୍ର ବାଇବଲ (Re-edited) - (BSI)

18 ତୁମ୍ଭେ ସହସ୍ର ସହସ୍ରର ପ୍ରତି ଦୟା ପ୍ରକାଶ କରୁଅଛ ଓ ପିତୃଗଣର ଅଧର୍ମର ପ୍ରତିଫଳ ସେମାନଙ୍କ ଉତ୍ତାରେ ସେମାନଙ୍କ ସନ୍ତାନଗଣର କ୍ରୋଡ଼ରେ ଦେଉଅଛ; ତୁମ୍ଭେ ମହାନ ପରାକ୍ରା; ପରମେଶ୍ଵର, ସୈନ୍ୟାଧିପତି ସଦାପ୍ରଭୁ, ତୁମ୍ଭର ନାମ;

Gade chapit la Kopi

ଓଡିଆ ବାଇବେଲ

18 ତୁମ୍ଭେ ସହସ୍ର ସହସ୍ରର ପ୍ରତି ଦୟା ପ୍ରକାଶ କରୁଅଛ ଓ ପିତୃଗଣର ଅଧର୍ମର ପ୍ରତିଫଳ ସେମାନଙ୍କ ଉତ୍ତାରେ ସେମାନଙ୍କ ସନ୍ତାନଗଣର କ୍ରୋଡ଼ରେ ଦେଉଅଛ; ତୁମ୍ଭେ ମହାନ ପରାକ୍ରାନ୍ତ ପରମେଶ୍ୱର, ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭର ନାମ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ତୁମ୍ଭେ ସହସ୍ର ସହସ୍ରର ପ୍ରତି ଦୟା ପ୍ରକାଶ କରୁଅଛ ଓ ପିତୃଗଣର ଅଧର୍ମର ପ୍ରତିଫଳ ସେମାନଙ୍କ ଉତ୍ତାରେ ସେମାନଙ୍କ ସନ୍ତାନଗଣର କ୍ରୋଡ଼ରେ ଦେଉଅଛ; ତୁମ୍ଭେ ମହାନ ପରାକ୍ରାନ୍ତ ପରମେଶ୍ୱର, ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭର ନାମ;

Gade chapit la Kopi

ପବିତ୍ର ବାଇବଲ

18 ତୁମ୍ଭେ ସହସ୍ର ସହସ୍ର ଲୋକମାନଙ୍କ ପ୍ରତି ଦୟା ପ୍ରକାଶ କରୁଅଛ। ପୁଣି ପିତୃଗଣଙ୍କ ଅପରାଧର ପ୍ରତିଫଳ ସେମାନଙ୍କ ପିଲାମାନଙ୍କ ଉପରେ ଦେଉଅଛ। ତୁମ୍ଭେ ମହାନ ପରାକ୍ରାନ୍ତ ପରମେଶ୍ୱର, ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭର ନାମ।

Gade chapit la Kopi




ଯିରିମୀୟ 32:18
33 Referans Kwoze  

ଯେ ଯାକୁବର ବାଣ୍ଟ ସ୍ଵରୂପ, ସେ ଏମାନଙ୍କ ପରି ନୁହନ୍ତି; କାରଣ ସେ ସର୍ବବସ୍ତୁର ନିର୍ମାଣକର୍ତ୍ତା ଓ ଇସ୍ରାଏଲ-ବଂଶ ତାହାଙ୍କର ଅଧିକାର ସ୍ଵରୂପ; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ ।


“ସହସ୍ର ସହସ୍ର ପୁରୁଷ ପର୍ଯ୍ୟନ୍ତ ଦୟାରକ୍ଷାକାରୀ, ଅପରାଧ ଓ ଆଜ୍ଞାଲଙ୍ଘନ ଓ ପାପ କ୍ଷମାକାରୀ, ତଥାପି ନିତା; ତହିଁର ଦଣ୍ତଦାତାା, ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ପୁତ୍ରପୌତ୍ରାଦି ଉପରେ ପିତୃଗଣର ଅପରାଧର ପ୍ରତିଫଳ-ଦାତା।”


ଏଥିରେ ସମସ୍ତ ଲୋକ ଉତ୍ତର ଦେଲେ, ତାହାର ରକ୍ତ ଆମ୍ଭମାନଙ୍କ ଓ ଆମ୍ଭମାନଙ୍କ ସନ୍ତାନମାନଙ୍କ ଉପରେ ବର୍ତ୍ତୁ।


କାରଣ ଯେ ଅନ; କାଳନିବାସୀ, ଯାହାଙ୍କର ନାମ ଧର୍ମମୟ, ସେହି ଉଚ୍ଚ ଓ ଉନ୍ନତ ପୁରୁଷ ଏହି କଥା କହନ୍ତି; ଆମ୍ଭେ ଊର୍ଦ୍ଧ୍ଵ ଓ ପବିତ୍ର ସ୍ଥାନରେ ବାସ କରୁ, ମଧ୍ୟ ନମ୍ର ଲୋକମାନଙ୍କର ଆତ୍ମାକୁ ସଜୀବ ଓ ଚୂର୍ଣ୍ଣମନା ଲୋକମାନଙ୍କର ଅନ୍ତଃକରଣକୁ ସଜୀବ କରିବା ପାଇଁ ଆମ୍ଭେ ଚୂର୍ଣ୍ଣ ଓ ନମ୍ରମନା ଲୋକର ସଙ୍ଗରେ ହେଁ ବାସ କରୁ।


ଅବଶିଷ୍ଟାଂଶ, ଅର୍ଥାତ୍, ଯାକୁବର ଅବଶିଷ୍ଟାଂଶ, ପରାକ୍ରା; ପରମେଶ୍ଵରଙ୍କ ନିକଟକୁ ଫେରି ଆସିବେ।


କାରଣ ଆମ୍ଭମାନଙ୍କ ନିମନ୍ତେ ଏକ ବାଳକ ଜନ୍ମିଅଛନ୍ତି, ଆମ୍ଭମାନଙ୍କୁ ଏକ ପୁତ୍ର ଦତ୍ତ ହୋଇଅଛନ୍ତି ଓ ତାହାଙ୍କ ସ୍କନ୍ଧରେ କର୍ତ୍ତୃତ୍ଵଭାର ଥୁଆଯିବ; ପୁଣି, ତାହାଙ୍କର ନାମ ଆଶ୍ଚର୍ଯ୍ୟ, ମନ୍ତ୍ରୀ, ପରାକ୍ରା; ପରମେଶ୍ଵର, ଅନନ୍ତକାଳୀନ ପିତା, ଶାନ୍ତିରାଜା ହେବ।


କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ଵର, ସେ ଦେବଗଣର ଦେବ ଓ ପ୍ରଭୁମାନଙ୍କର ପ୍ରଭୁ, ମହାନ, ସର୍ବଶକ୍ତିମାନ ଓ ଭୟଙ୍କର ପରମେଶ୍ଵର, ସେ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ, କିଅବା ଲାଞ୍ଚ ଗ୍ରହଣ କରନ୍ତି ନାହିଁଣ ।


ସଦାପ୍ରଭୁ କ୍ରୋଧରେ ଧୀର ଓ ଦୟାରେ ପରିପୂର୍ଣ୍ଣ ଓ ଅପରାଧ ଓ ଆଜ୍ଞାଲଙ୍ଘନର କ୍ଷମାକାରୀ, ତଥାପି ନିତା; ତହିଁର ଦଣ୍ତଦାତା; ପୁଣି ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନଗଣ ଉପରେ ପିତୃଗଣର ଅପରାଧର ପ୍ରତିଫଳଦାତା।


ହେ ସଦାପ୍ରଭୁ, ମୋର ପରମେଶ୍ଵର, ମୋର ଧର୍ମସ୍ଵରୂପ, ତୁମ୍ଭେ କି ଅନାଦି କାଳଠାରୁ ନୁହଁ? ଆମ୍ଭେମାନେ ବିନଷ୍ଟ ନୋହିବା। ହେ ସଦାପ୍ରଭୁ, ତୁମ୍ଭେ ଶାସନାର୍ଥେ ତାହାକୁ ନିରୂପଣ କରିଅଛ, ପୁଣି ହେ ଶୈଳସ୍ଵରୂପ, ତୁମ୍ଭେ ଶାସ୍ତି ନିମନ୍ତେ ତାହାକୁ ସ୍ଥାପନ କରିଅଛ ।


ହେ ସଦାପ୍ରଭୋ, ସ୍ଵର୍ଗସ୍ଥ ପରମେଶ୍ଵର, ମୁଁ ବିନୟ କରୁଅଛି, ତୁମ୍ଭେ ମହାନ ଓ ଭୟଙ୍କର ପରମେଶ୍ଵର ଅଟ, ଯେଉଁମାନେ ତୁମ୍ଭକୁ ପ୍ରେମ କରନ୍ତି ଓ ତୁମ୍ଭର ସବୁ ଆଜ୍ଞା ପାଳନ କରନ୍ତି, ସେମାନଙ୍କ ପକ୍ଷରେ ତୁମ୍ଭେ ନିୟମ ଓ ଦୟା ପାଳନ କରିଥାଅ;


ଯଥା, ସଦାପ୍ରଭୁ କହନ୍ତି, ଆମ୍ଭେ ନିଶ୍ଚୟ ଗତ କାଲି ନାବୋତର ରକ୍ତ ଓ ତାହାର ପୁତ୍ରମାନଙ୍କ ରକ୍ତ ଦେଖିଲୁ; ପୁଣି ଆମ୍ଭେ ଏହି ଭୂମିରେ ତୁମ୍ଭକୁ ପ୍ରତିଫଳ ଦେବା, ଏହା ସଦାପ୍ରଭୁଙ୍କ ଉକ୍ତି। ଏହେତୁ ତୁମ୍ଭେ ସଦାପ୍ରଭୁଙ୍କ ଉକ୍ତି ଅନୁସାରେ ତାହାକୁ ନେଇ ସେହି କ୍ଷେତ୍ରଭୂମିରେ ପକାଇଦିଅ।


ଦିବସରେ ଜ୍ୟୋତିଃ ଦେବା ପାଇଁ ଯେ ସୂର୍ଯ୍ୟ ପ୍ରଦାନ କରନ୍ତି ଓ ରାତ୍ରିରେ ଜ୍ୟୋତିଃ ଦେବା ପାଇଁ ଯେ ଚନ୍ଦ୍ରର ଓ ନକ୍ଷତ୍ରଗଣର ବିଧାନାଦି ସ୍ଥାପନ କରନ୍ତି, ଯେ ସମୁଦ୍ରକୁ ସଞ୍ଚାଳିତ କରି ତହିଁର ତରଙ୍ଗସମୂହକୁ ଗର୍ଜନ କରାନ୍ତି, ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ଖ୍ୟାତ ସେହି ସଦାପ୍ରଭୁ ଏହି କଥା କହନ୍ତି :


ପରମେଶ୍ଵର, ସଦାପ୍ରଭୁ ପରମେଶ୍ଵର କଥା କହିଅଛନ୍ତି ଯିଶା.୯:୬ ଓ ସୂର୍ଯ୍ୟର ଉଦୟ-ସ୍ଥାନଠାରୁ ତହିଁର ଅସ୍ତ-ସ୍ଥାନ ପର୍ଯ୍ୟନ୍ତ ସେ ପୃଥିବୀକି ଆହ୍ଵାନ କରିଅଛନ୍ତି।


ତୁମ୍ଭେ ସେମାନଙ୍କଠାରୁ ତ୍ରାସଯୁକ୍ତ ହେବ ନାହିଁ, କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭର ମଧ୍ୟବର୍ତ୍ତୀ, ସେ ମହାନ ଓ ଭୟଙ୍କର ପରମେଶ୍ଵର।


ମାତ୍ର ତାହାର ଧନ ଦୃଢ଼ ହୋଇ ରହିଲା, ପୁଣି ଯେ ଯାକୁବର ବଳଦାତା (ତହିଁ ସକାଶୁ ଇସ୍ରାଏଲର ପାଳକ ଓ ଶୈଳ ବୋଲି ବିଖ୍ୟାତ),


ଦାନ କର, ତାହାହେଲେ ତୁମ୍ଭମାନଙ୍କୁ ଦାନ ଦିଆଯିବ; ଲୋକେ ମାଣକୁ ପୁରା କରି ତାହାକୁ ଚାପି ହଲାଇ ଉଛୁଳାଇ ତୁମ୍ଭମାନଙ୍କ ଅଣ୍ଟିରେ ଦେବେ; କାରଣ ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ପୁଣି ମପାଇ ଦିଆଯିବ।


ଆଉ ସଦାପ୍ରଭୁ ତାଙ୍କ ସମ୍ମୁଖ ଦେଇ ଗମନ କରି ଏହା ଘୋଷଣା କଲେ, “ସଦାପ୍ରଭୁ, ସଦାପ୍ରଭୁ ପରମେଶ୍ଵର ସ୍ନେହଶୀଳ ଓ କୃପାମୟ, କ୍ରୋଧରେ ଧୀର, ଦୟା ଓ ସତ୍ୟତାରେ ପରିପୂର୍ଣ୍ଣ;


ହେ ସଦାପ୍ରଭୁ, ତୁମ୍ଭ ତୁଲ୍ୟ କେହି ନାହିଁ; ତୁମ୍ଭେ ମହାନ, ଓ ପରାକ୍ରମରେ ତୁମ୍ଭର ନାମ ମହତ।


ମାତ୍ର ସଦାପ୍ରଭୁ ଭୟାନକ ବୀର ପରି ମୋʼ ସଙ୍ଗରେ ଅଛନ୍ତି; ଏହେତୁ ମୋର ତାଡ଼ନାକାରୀମାନେ ଝୁଣ୍ଟିପଡ଼ିବେ ଓ ସେମାନେ ଜୟଯୁକ୍ତ ନୋହିବେ; ସେମାନେ ବିବେଚନା-ପୂର୍ବକ କାର୍ଯ୍ୟ ନ କରିବାରୁ ଅତ୍ୟ; ଲଜ୍ଜିତ ହେବେ, ସେ ଅପମାନ ନିତ୍ୟସ୍ଥାୟୀ ହେବ, ତାହା କେବେ ବିସ୍ମୃତ ନୋହିବ ଣ।


(ମାତ୍ର) ସେମାନଙ୍କର ମୁକ୍ତିଦାତା ବଳବାନ; ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ, ସେ ପୃଥିବୀକି ଶା; ଓ ବାବିଲ ନିବାସୀମାନଙ୍କୁ ଉଦ୍ବିଗ୍ନ କରିବା ନିମନ୍ତେ ସେମାନଙ୍କର ବିବାଦ ସମ୍ପୂର୍ଣ୍ଣ ରୂପେ ନିଷ୍ପତ୍ତି କରିବେ।


କାରଣ ପର୍ବତରୁ ହସ୍ତ ବିନା ଛେଦିତ ଏକ ପ୍ରସ୍ତର ଯେ ସେହି ଲୌହ, ପିତ୍ତଳ, ମୃତ୍ତିକା, ରୂପା ଓ ସୁନାକୁ ଚୂର୍ଣ୍ଣ କଲା, ଏହା ଆପଣ ଦେଖିଲେ; ଯାହା ଏଥି ଉତ୍ତାରେ ଘଟିବ, ତାହା ମହାନ ପରମେଶ୍ଵର ମହାରାଜାଙ୍କୁ ଜ୍ଞାତ କରାଇ ଅଛନ୍ତି; ପୁଣି, ଏହି ସ୍ଵପ୍ନ ନିଶ୍ଚିତ ଓ ତହିଁର ଅର୍ଥ ସତ୍ୟ।


ତୁମ୍ଭେ ସମୁଦ୍ରର ଅହଙ୍କାର ଉପରେ କର୍ତ୍ତୃତ୍ଵ କରୁଅଛ; ତହିଁର ତରଙ୍ଗମାଳା ଉଠିବା ବେଳେ ତୁମ୍ଭେ ସେସବୁ ଶା; କରୁଅଛ।


ଏହି କାର୍ଯ୍ୟର ସାଧନକର୍ତ୍ତା ସଦାପ୍ରଭୁ, ଯେ ଏହା ସୁସ୍ଥିର କରିବା ନିମନ୍ତେ ନିରୂପଣ କରିଅଛନ୍ତି, ସେହି ସଦାପ୍ରଭୁ ଏହି କଥା କହନ୍ତି; ସଦାପ୍ରଭୁ ତାହାଙ୍କର ନାମ;


Swiv nou:

Piblisite


Piblisite