Biblia Todo Logo
Bib sou entènèt

- Piblisite -




ଯିରିମୀୟ 32:25 - ପବିତ୍ର ବାଇବଲ (Re-edited) - (BSI)

25 ପୁଣି, ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ମୋତେ କହିଅଛ, ମୂଲ୍ୟ ଦେଇ କ୍ଷେତ୍ର କିଣ ଓ ସାକ୍ଷୀ ରଖ; ମାତ୍ର ଏହି ନଗର କଲ୍ଦୀୟମାନଙ୍କ ହସ୍ତରେ ଦତ୍ତ ହେଉଅଛି।

Gade chapit la Kopi

ଓଡିଆ ବାଇବେଲ

25 ପୁଣି, ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ମୋତେ କହିଅଛ, ‘ମୂଲ୍ୟ ଦେଇ କ୍ଷେତ୍ର କିଣ ଓ ସାକ୍ଷୀ ରଖ;’ ମାତ୍ର ଏହି ନଗର କଲ୍‍ଦୀୟମାନଙ୍କ ହସ୍ତରେ ଦତ୍ତ ହେଉଅଛି।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ପୁଣି, ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ମୋତେ କହିଅଛ, ‘ମୂଲ୍ୟ ଦେଇ କ୍ଷେତ୍ର କିଣ ଓ ସାକ୍ଷୀ ରଖ; ମାତ୍ର ଏହି ନଗର କଲ୍‍ଦୀୟମାନଙ୍କ ହସ୍ତରେ ଦତ୍ତ ହେଉଅଛି।’”

Gade chapit la Kopi

ପବିତ୍ର ବାଇବଲ

25 “ପୁଣି ହେ ସଦାପ୍ରଭୁ ମୋର ପ୍ରଭୁ, ତୁମ୍ଭେ ନିଜେ ମୋତେ କହିଲ, ‘ମୂଲ୍ୟ ଦେଇ କ୍ଷେତ୍ର କିଣ ଓ ସାକ୍ଷୀ ରଖ।’ ମାତ୍ର ଯେତେବେଳେ ଏହି ଭୂମି କ‌‌ଲ୍‌‌ଦୀୟମାନଙ୍କ ହସ୍ତରେ ଦତ୍ତ ହେଉଅଛି, ମୁଁ କାହିଁକି ମୋର ଅର୍ଥ ନଷ୍ଟ କରିବି?”

Gade chapit la Kopi




ଯିରିମୀୟ 32:25
11 Referans Kwoze  

ଏହିସବୁ ବନ୍ଧ ଦେଖ, ସେମାନେ ଜୟ କରିବା ପାଇଁ ନଗରକୁ ଆସିଅଛନ୍ତି; ପୁଣି, ଖଡ଼୍‍ଗ ଓ ଦୁର୍ଭିକ୍ଷ ଓ ମହାମାରୀ ସକାଶୁ ନଗର ବିରୁଦ୍ଧରେ ଯୁଦ୍ଧକାରୀ କଲ୍ଦୀୟମାନଙ୍କ ହସ୍ତରେ ତାହା ଦତ୍ତ ହେଉଅଛି; ଆଉ, ତୁମ୍ଭେ ଯାହା କହିଅଛ, ତାହା ସଫଳ ହେଉଅଛି; ପୁଣି ଦେଖ, ତୁମ୍ଭେ ଏହା ଦେଖୁଅଛ।


ଯୀଶୁ ତାଙ୍କୁ ଉତ୍ତର ଦେଲେ, ମୁଁ ଯାହା କରୁଅଛି, ତାହା ତୁମ୍ଭେ ଏବେ ଜାଣୁ ନାହଁ, କିନ୍ତୁ ପରେ ବୁଝିବ।


ମେଘମାଳ ଓ ଅନ୍ଧକାର ତାହାଙ୍କ ଚତୁର୍ଦ୍ଦିଗରେ ଥାଏ; ଧର୍ମ ଓ ବିଚାର ତାହାଙ୍କ ସିଂହାସନର ଭିତ୍ତିମୂଳ।


ସମୁଦ୍ରରେ ତୁମ୍ଭର ପଥ ଓ ମହାଜଳରାଶିରେ ତୁମ୍ଭର ମାର୍ଗ ଥିଲା, ପୁଣି ତୁମ୍ଭର ପଦଚିହ୍ନ ଜଣା ନୋହିଲା।


ତହିଁରେ ସଦାପ୍ରଭୁଙ୍କ ବାକ୍ୟ ଅନୁସାରେ ମୋʼ ପିତୃବ୍ୟର ପୁତ୍ର ହନନେଲ ପ୍ରହରୀ-ପ୍ରାଙ୍ଗଣରେ ମୋʼ ନିକଟକୁ ଆସି କହିଲା, ବିନୟ କରୁଅଛି, ବିନ୍ୟାମୀନ ପ୍ରଦେଶସ୍ଥ ଅନାଥୋତ୍ରେ ମୋହର ଯେଉଁ କ୍ଷେତ୍ର ଅଛି, ତାହା ତୁମ୍ଭେ କ୍ରୟ କର; କାରଣ ତହିଁର ଉତ୍ତରାଧିକାରୀ ହେବାର ଓ ତାହା ମୁକ୍ତ କରିବାର ଅଧିକାର ତୁମ୍ଭର ଅଛି; ତୁମ୍ଭେ ଆପଣା ପାଇଁ ତାହା କ୍ରୟ କର। ତେବେ ଏହା ସଦାପ୍ରଭୁଙ୍କର ବାକ୍ୟ ବୋଲି ମୁଁ ବୁଝିଲି।


ତାହାପରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା।


ପୁଣି, ଏହି ଯେଉଁ ଦେଶ ବିଷୟରେ ତୁମ୍ଭେମାନେ କୁହ, ଏହା ମନୁଷ୍ୟ ଓ ପଶୁଶୂନ୍ୟ ଧ୍ଵଂସସ୍ଥାନ ହୋଇ କଲ୍ଦୀୟମାନଙ୍କ ହସ୍ତରେ ଦତ୍ତ ହୋଇଅଛି, ତହିଁ ମଧ୍ୟରେ କ୍ଷେତ୍ର କ୍ରୟ କରାଯିବ।


ପୁଣି, ଆମ୍ଭେ ସେମାନଙ୍କୁ ଓ ସେମାନଙ୍କର ପିତୃପୁରୁଷମାନଙ୍କୁ ଯେଉଁ ଦେଶ ଦେଲୁ, ତହିଁରୁ ସେମାନେ ଯେପର୍ଯ୍ୟନ୍ତ ଉଚ୍ଛିନ୍ନ ନ ହୁଅନ୍ତି, ସେପର୍ଯ୍ୟନ୍ତ ଆମ୍ଭେ ସେମାନଙ୍କ ମଧ୍ୟକୁ ଖଡ଼୍‍ଗ ଦୁର୍ଭିକ୍ଷ ଓ ମହାମାରୀ ପଠାଇବା।


କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଏହି ଦେଶରେ ଆହୁରି ଗୃହ ଓ କ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର କ୍ରୟ କରାଯିବ।


ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀ ପ୍ରତି ମୁକ୍ତି ଘୋଷଣା କରିବା ପାଇଁ ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ; ଏଣୁ ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଖଡ଼୍‍ଗ ପ୍ରତି, ମହାମାରୀ ପ୍ରତି ଓ ଦୁର୍ଭିକ୍ଷ ପ୍ରତି ମୁକ୍ତି ଘୋଷଣା କରୁଅଛୁ; ଆଉ, ଆମ୍ଭେ ପୃଥିବୀର ସମସ୍ତ ରାଜ୍ୟରେ ଏଣେତେଣେ ବିକ୍ଷିପ୍ତ ହେବା ପାଇଁ ତୁମ୍ଭମାନଙ୍କୁ ସମର୍ପଣ କରିବା।


Swiv nou:

Piblisite


Piblisite