Biblia Todo Logo
Bib sou entènèt

- Piblisite -




ଯିରିମୀୟ 32:9 - ପବିତ୍ର ବାଇବଲ (Re-edited) - (BSI)

9 ପୁଣି, ମୋʼ ପିତୃବ୍ୟର ପୁତ୍ର ହନନେଲଠାରୁ ଅନାଥୋତ୍ସ୍ଥିତ ସେହି କ୍ଷେତ୍ର କ୍ରୟ କରି ତହିଁର ମୂଲ୍ୟ ସତର ଶେକଲ ରୂପା ତୌଲି ତାହାକୁ ଦେଲି।

Gade chapit la Kopi

ଓଡିଆ ବାଇବେଲ

9 ପୁଣି, ମୋ’ ପିତୃବ୍ୟର ପୁତ୍ର ହନନେଲ ଠାରୁ ଅନାଥୋତ୍‍ସ୍ଥିତ ସେହି କ୍ଷେତ୍ର କ୍ରୟ କରି ତହିଁର ମୂଲ୍ୟ ସତର ଶେକଲ ରୂପା ତୌଲି ତାହାକୁ ଦେଲି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ପୁଣି, ମୋʼ ପିତୃବ୍ୟର ପୁତ୍ର ହନନେଲଠାରୁ ଅନାଥୋତ୍‍ସ୍ଥିତ ସେହି କ୍ଷେତ୍ର କ୍ରୟ କରି ତହିଁର ମୂଲ୍ୟ ସତର ଶେକଲ ରୂପା ତୌଲି ତାହାକୁ ଦେଲି।

Gade chapit la Kopi

ପବିତ୍ର ବାଇବଲ

9 ଆଉ ମୋର ପିତୃବ୍ୟ ପୁଅ ହନନେଲଠାରୁ ଅନାଥୋତସ୍ଥିତ ସେହି କ୍ଷେତ୍ର କ୍ରୟ କଲି ଓ ତାହାର ମୂଲ୍ୟ ସ୍ୱରୂପ ସତର ଶେକଲ ରୂପା ତୌଲି ତାହାକୁ ଦେଲି।

Gade chapit la Kopi




ଯିରିମୀୟ 32:9
11 Referans Kwoze  

ମହାରାଜ ସନ୍ତୁଷ୍ଟ ହେଲେ ସେମାନଙ୍କୁ ବିନାଶ କରିବା ପାଇଁ ପତ୍ର ଲେଖାଯାଉ, ତହିଁରେ ମୁଁ ରାଜକାର୍ଯ୍ୟରେ ନିଯୁକ୍ତ ଲୋକଙ୍କ ହସ୍ତରେ ରାଜଭଣ୍ତାରକୁ ଆଣିବା ପାଇଁ ଦଶ ହଜାର ତାଳ; ରୂପା ଦେବି।


ତହୁଁ ରାଜା ନିକଟ ଦେଇ ଯିବା ବେଳେ ସେ ଡାକ ପକାଇ ରାଜାଙ୍କୁ କହିଲା; ଆପଣଙ୍କ ଦାସ ବାହାରି ଯୁଦ୍ଧ ମଧ୍ୟକୁ ଯାଇଥିଲା; ଆଉ ଦେଖନ୍ତୁ, ଜଣେ ମନୁଷ୍ୟ ମୋʼ ପାଖକୁ ଫେରି ଏକ ଲୋକକୁ ଆଣି କହିଲା, ଏ ଲୋକକୁ ରଖ; ଯେବେ କୌଣସି ରୂପେ ତାହାର ସନ୍ଧାନ ନ ମିଳେ, ତେବେ ତାହାର ପ୍ରାଣ ବଦଳେ ତୁମ୍ଭର ପ୍ରାଣ ଯିବ, ନୋହିଲେ ତୁମ୍ଭେ ଏକ ତାଳ; ରୂପା ଦେବ।


ତହିଁରେ ମୁଁ ପନ୍ଦର ରୌପ୍ୟ ମୁଦ୍ରା ଓ ଏକ ହୋମର ଓ ଅର୍ଦ୍ଧ ହୋମର ଯବ ଦେଇ ସେ ସ୍ତ୍ରୀକୁ କିଣିଲି;


ଅଖାଦ୍ୟ ଦ୍ରବ୍ୟ ନିମନ୍ତେ ତୁମ୍ଭେମାନେ କାହିଁକି ରୂପା ବ୍ୟୟ କରୁଅଛ? ଓ ଯାହା ତୃପ୍ତିକର ନୁହେଁ, ତହିଁ ପାଇଁ କାହିଁକି ତୁମ୍ଭେମାନେ ପରିଶ୍ରମ କରୁଅଛ? ମନୋଯୋଗ କରି ଆମ୍ଭର କଥା ଶୁଣ ଓ ଉତ୍ତମ ଦ୍ରବ୍ୟ ଭୋଜନ କର ଓ ପୁଷ୍ଟିକର ଦ୍ରବ୍ୟରେ ତୁମ୍ଭମାନଙ୍କର ପ୍ରାଣକୁ ସନ୍ତୁଷ୍ଟ ହେବାକୁ ଦିଅ।


ସେତେବେଳେ ସେହି ମିଦୀୟନୀୟ ବଣିକମାନେ ନିକଟକୁ ଆସନ୍ତେ, ସେମାନେ ଯୋଷେଫକୁ ଗର୍ତ୍ତ ମଧ୍ୟରୁ ଉପରକୁ ଟାଣି ଆଣିଲେ; ପୁଣି ଇଶ୍ମାଏଲୀୟମାନଙ୍କଠାରୁ କୋଡ଼ିଏ ରୌପ୍ୟ ମୁଦ୍ରା ନେଇ ଯୋଷେଫକୁ ବିକ୍ରୟ କରିଦେଲେ; ତହିଁରେ ସେମାନେ ଯୋଷେଫକୁ ମିସର ଦେଶକୁ ନେଇଗଲେ।


ପୁଣି ଓଟମାନେ ଜଳ ପାନ କଲା ଉତ୍ତାରେ ସେହି ପୁରୁଷ ତାହା ନିମନ୍ତେ ଅଧଭରି ପରିମିତ ସୁବର୍ଣ୍ଣ ନଥ ଓ ତାହାର ହସ୍ତ ନିମନ୍ତେ ଦଶଭରି ପରିମିତ ଦୁଇ ସୁବର୍ଣ୍ଣ ବଳା ନେଇ କହିଲା,


କାହାର ଗୋରୁ ଯେବେ କାହାର ଦାସ କି ଦାସୀକି ବିନ୍ଧେ, ତେବେ ସେ ତାହାର ପ୍ରଭୁକୁ ତିରିଶ ଶେକଲ ରୂପା ଦେବ; ଆଉ ଗୋରୁ ପ୍ରସ୍ତର ଦ୍ଵାରା ହତ ହେବ।


ମାତ୍ର ମୋହର ପୂର୍ବବର୍ତ୍ତୀ ଦେଶାଧ୍ୟକ୍ଷମାନଙ୍କ ବ୍ୟୟଭାର ଲୋକମାନଙ୍କୁ ବହିବାକୁ ପଡ଼ିଲା, ଆଉ ସେମାନେ ଚାଳିଶ ଶେକଲ ରୂପା ଛଡ଼ା ଲୋକମାନଙ୍କଠାରୁ ଖାଦ୍ୟ ଓ ଦ୍ରାକ୍ଷାରସ ନେଲେ; କେବଳ ତାହା ନୁହେଁ, ସେମାନଙ୍କ ଦାସମାନେ ଲୋକମାନଙ୍କ ଉପରେ କର୍ତ୍ତୃତ୍ଵ କଲେ; ମାତ୍ର ପରମେଶ୍ଵରଙ୍କ ପ୍ରତି ଭୟ ସକାଶୁ ମୁଁ ସେପରି କଲି ନାହିଁ।


ପୁଣି, ତୁମ୍ଭେ ଯେଉଁ ଖାଦ୍ୟ ଭୋଜନ କରିବ, ତାହା ପରିମାଣରେ ଏକ ଏକ ଦିନକୁ କୋଡ଼ିଏ ତୋଳା ଲେଖାଏଁ ହେବ; ତୁମ୍ଭେ ସମୟକୁ ସମୟ ତାହା ଭୋଜନ କରିବ।


Swiv nou:

Piblisite


Piblisite