Biblia Todo Logo
Bib sou entènèt

- Piblisite -




ଯିରିମୀୟ 34:5 - ପବିତ୍ର ବାଇବଲ (Re-edited) - (BSI)

5 ତୁମ୍ଭେ ଶାନ୍ତିରେ ମରିବ; ପୁଣି, ତୁମ୍ଭ ପିତୃ-ଲୋକମାନଙ୍କ ନିମନ୍ତେ, ତୁମ୍ଭ ପୂର୍ବବର୍ତ୍ତୀ ରାଜାମାନଙ୍କ ନିମନ୍ତେ ଯେପରି ଦାହ ହୋଇଥିଲା, ସେପରି ଲୋକମାନେ ତୁମ୍ଭ ନିମନ୍ତେ ସୁଗନ୍ଧି ଧୂପ ଦାହ କରିବେ; ଆଉ, ହାୟ ପ୍ରଭୋଣ! ହାୟ ପ୍ରଭୋ ! ବୋଲି ତୁମ୍ଭ ନିମନ୍ତେ ବିଳାପ କରିବେ, କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ଏହି କଥା କହିଅଛୁ।

Gade chapit la Kopi

ଓଡିଆ ବାଇବେଲ

5 ତୁମ୍ଭେ ଶାନ୍ତିରେ ମରିବ; ପୁଣି, ତୁମ୍ଭ ପିତୃଲୋକମାନଙ୍କ ନିମନ୍ତେ, ତୁମ୍ଭ ପୂର୍ବବର୍ତ୍ତୀ ରାଜାମାନଙ୍କ ନିମନ୍ତେ ଯେପରି ଦାହ ହୋଇଥିଲା, ସେପରି ଲୋକମାନେ ତୁମ୍ଭ ନିମନ୍ତେ ସୁଗନ୍ଧି ଧୂପ ଦାହ କରିବେ; ଆଉ, “ହାୟ ପ୍ରଭୁ ! ହାୟ ପ୍ରଭୁ !” ବୋଲି ତୁମ୍ଭ ନିମନ୍ତେ ବିଳାପ କରିବେ, କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ଏହି କଥା କହିଅଛୁ।’”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତୁମ୍ଭେ ଶାନ୍ତିରେ ମରିବ; ପୁଣି, ତୁମ୍ଭ ପିତୃଲୋକମାନଙ୍କ ନିମନ୍ତେ, ତୁମ୍ଭ ପୂର୍ବବର୍ତ୍ତୀ ରାଜାମାନଙ୍କ ନିମନ୍ତେ ଯେପରି ଦାହ ହୋଇଥିଲା, ସେପରି ଲୋକମାନେ ତୁମ୍ଭ ନିମନ୍ତେ ସୁଗନ୍ଧି ଧୂପଦାହ କରିବେ; ଆଉ, ‘ହାୟ ପ୍ରଭୋ! ହାୟ ପ୍ରଭୋ!’ ବୋଲି ତୁମ୍ଭ ନିମନ୍ତେ ବିଳାପ କରିବେ, କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ଏହି କଥା କହିଅଛୁ।”

Gade chapit la Kopi

ପବିତ୍ର ବାଇବଲ

5 ତୁମ୍ଭେ ତୁମ୍ଭ ପୂର୍ବପୁରୁଷଙ୍କ ପରି ଓ ପୂର୍ବବର୍ତ୍ତୀ ରାଜାମାନଙ୍କ ପରି ଶାନ୍ତିରେ ମୃତ୍ୟୁବରଣ କରିବ। ଯେପରି ସୁଗନ୍ଧ ସେମାନେ ତାଙ୍କ ପାଇଁ ଜାଳି ଥିଲେ, ସେହିପରି ସେମାନେ ତୁମ୍ଭ ପାଇଁ ସୁଗନ୍ଧ ଜାଳିବେ। ପୁଣି “ହାୟ ପ୍ରଭୋ!” ହାୟ ପ୍ରଭୋ! କହି ସେମାନେ ତୁମ୍ଭ ପାଇଁ ବିଳାପ କରିବେ।’” କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ଏହା କହିଅଛୁ।

Gade chapit la Kopi




ଯିରିମୀୟ 34:5
10 Referans Kwoze  

ଏହେତୁ ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ଲୋକମାନେ, ହାୟ, ଆମ୍ଭର ଭାଇଣ! ଅବା ହାୟ, ଭଉଣୀଣ! କହି ତାହା ପାଇଁ ବିଳାପ କରିବେ ନାହିଁ; ହାୟ, ପ୍ରଭୁଣ! ଅବା ହାୟ, ତାଙ୍କର ମହିମା ! ଏହା କହି ଲୋକେ ତାହା ପାଇଁ ବିଳାପ କରିବେ ନାହିଁ।


ଆଉ ସେ ଦାଉଦ-ନଗରରେ ଆପଣା ପାଇଁ ଯେଉଁ କବର ଖୋଳିଥିଲେ, ତାଙ୍କର ସେହି କବରରେ ଲୋକମାନେ ତାଙ୍କୁ କବର ଦେଲେ ଓ ଗନ୍ଧବଣିକର ପ୍ରକ୍ରିୟାରେ ପ୍ରସ୍ତୁତ ନାନା ପ୍ରକାର ସୁଗନ୍ଧିଦ୍ରବ୍ୟରେ ପୂର୍ଣ୍ଣ ଶଯ୍ୟାରେ ତାଙ୍କୁ ଶୁଆଇଲେ ଓ ତାଙ୍କ ନିମନ୍ତେ ସେମାନେ ଅତି ବଡ଼ ଦାହ କଲେ।


ସେତେବେଳେ ରାଜା ନବୂଖଦ୍ନିତ୍ସର ମୁହଁ ମାଡ଼ି ପଡ଼ି ଦାନିୟେଲଙ୍କୁ ପ୍ରଣାମ କଲା ଓ ଲୋକମାନେ ଯେପରି ତାଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ ଓ ସୁଗନ୍ଧି ଧୂପ ଉତ୍ସର୍ଗ କରିବେ, ଏହା ଆଜ୍ଞା କଲା।


ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ଯେଉଁ ରାଜା ତାହାକୁ ରାଜା କଲା, ଯାହାର ଶପଥ ସେ ତୁଚ୍ଛ କଲା ଓ ଯାହାର ନିୟମ ସେ ଭାଙ୍ଗିଲା, ସେହି ରାଜାର ବାସସ୍ଥାନ ବାବିଲ ମଧ୍ୟରେ ଓ ତାହାର ନିକଟରେ, ସେ ନିଶ୍ଚୟ ମରିବ।


ଆମ୍ଭେମାନେ ଗୋଷ୍ଠୀଗଣ ମଧ୍ୟରେ ତାହାର ଛାୟା ତଳେ ବଞ୍ଚିବା ବୋଲି ଯାହାର ବିଷୟରେ କହିଲୁ, ଆମ୍ଭମାନଙ୍କ ନାସାର ନିଃଶ୍ଵାସସ୍ଵରୂପ, ସଦାପ୍ରଭୁଙ୍କର ସେହି ଅଭିଷିକ୍ତ ଲୋକ ସେମାନଙ୍କ ଗର୍ତ୍ତରେ ଧରାଗଲା।


ଦେଖ, ଆମ୍ଭେ ତୁମ୍ଭର ପିତୃଲୋକମାନଙ୍କ ନିକଟରେ ତୁମ୍ଭକୁ ସଂଗ୍ରହ କରିବା, ଆଉ ତୁମ୍ଭେ ଶାନ୍ତିରେ ଆପଣା କବରରେ ସଂଗୃହୀତ ହେବ, ପୁଣି ଆମ୍ଭେ ଏହି ସ୍ଥାନ ଉପରେ ଓ ତନ୍ନିବାସୀମାନଙ୍କ ଉପରେ ଯେ ଯେ ଅମଙ୍ଗଳ ଘଟାଇବା, ତାହାସବୁ ତୁମ୍ଭର ଚକ୍ଷୁ ଦେଖିବ ନାହିଁ। ଏଥି ଉତ୍ତାରେ ସେମାନେ ପୁନର୍ବାର ରାଜା ନିକଟକୁ ସମାଚାର ଆଣିଲେ।


ଏଥିପାଇଁ ଦେଖ, ଆମ୍ଭେ ତୁମ୍ଭକୁ ତୁମ୍ଭ ପିତୃଲୋକଙ୍କ ନିକଟରେ ସଂଗ୍ରହ କରିବା ଓ ତୁମ୍ଭେ ଶାନ୍ତିରେ ଆପଣା କବରରେ ସଂଗୃହୀତ ହେବ, ପୁଣି ଆମ୍ଭେ ଏହି ସ୍ଥାନ ଉପରେ ଯେସବୁ ଅମଙ୍ଗଳ ଆଣିବା, ତାହା ତୁମ୍ଭ ଚକ୍ଷୁ ଦେଖିବ ନାହିଁ। ଏଥିଉତ୍ତାରେ ଲୋକମାନେ ପୁନର୍ବାର ରାଜାଙ୍କୁ ଏହି କଥାର ସମାଚାର ଦେଲେ।


ତଥାପି ହେ ସିଦିକୀୟ ଯିହୁଦାର ରାଜନ୍, ସଦାପ୍ରଭୁଙ୍କର ବାକ୍ୟ ଶୁଣ; ସଦାପ୍ରଭୁ ତୁମ୍ଭ ବିଷୟରେ ଏହି କଥା କହନ୍ତି, ତୁମ୍ଭେ ଖଡ଼୍‍ଗ ଦ୍ଵାରା ମରିବ ନାହିଁ;


ସମସ୍ତ ବିକ୍ରମଶାଳୀ ଲୋକ ଉଠି ସେହି ରାତ୍ରିଯାକ ଗମନ କରି ଶାଉଲଙ୍କର ଓ ତାଙ୍କର ପୁତ୍ରମାନଙ୍କ ଶରୀର ବୈଥ୍ଶାନ ପ୍ରାଚୀରରୁ ଯାବେଶ୍କୁ ନେଇ ସେଠାରେ ସେସବୁ ଦଗ୍ଧ କଲେ।


Swiv nou:

Piblisite


Piblisite