Biblia Todo Logo
Bib sou entènèt

- Piblisite -




ଯିରିମୀୟ 34:9 - ପବିତ୍ର ବାଇବଲ (Re-edited) - (BSI)

9 ଏପରି ମୁକ୍ତି-ଘୋଷଣାର ନିୟମ ସିଦିକୀୟ ରାଜା ଯିରୂଶାଲମସ୍ଥ ସବୁ ଲୋକଙ୍କ ସହିତ ସ୍ଥିର କଲା ଉତ୍ତାରେ ସଦାପ୍ରଭୁଙ୍କଠାରୁ ଯିରିମୀୟଙ୍କ ନିକଟରେ ଯେଉଁ ବାକ୍ୟ ଉପସ୍ଥିତ ହେଲା, ତହିଁର ବୃତ୍ତା;।

Gade chapit la Kopi

ଓଡିଆ ବାଇବେଲ

9 ଏପରି ମୁକ୍ତି ଘୋଷଣାର ନିୟମ ସିଦିକୀୟ ରାଜା ଯିରୂଶାଲମସ୍ଥ ସବୁ ଲୋକଙ୍କ ସହିତ ସ୍ଥିର କଲା ଉତ୍ତାରେ ସଦାପ୍ରଭୁଙ୍କଠାରୁ ଯିରିମୀୟଙ୍କ ନିକଟରେ ଯେଉଁ ବାକ୍ୟ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଏପରି ମୁକ୍ତି ଘୋଷଣାର ନିୟମ ସିଦିକୀୟ ରାଜା ଯିରୂଶାଲମସ୍ଥ ସବୁ ଲୋକଙ୍କ ସହିତ ସ୍ଥିର କଲା ଉତ୍ତାରେ ସଦାପ୍ରଭୁଙ୍କଠାରୁ ଯିରିମୀୟଙ୍କ ନିକଟରେ ଯେଉଁ ବାକ୍ୟ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ।

Gade chapit la Kopi

ପବିତ୍ର ବାଇବଲ

9 ପ୍ରତ୍ୟେକ ଏବ୍ରୀୟ ଦାସଦାସୀଙ୍କୁ ମୁକ୍ତ କରିବେ ଓ କେହି ଯିହୁଦୀୟମାନଙ୍କୁ ଦାସ୍ୟକର୍ମ କରାଇବେ ନାହିଁ।

Gade chapit la Kopi




ଯିରିମୀୟ 34:9
16 Referans Kwoze  

ମୁଁ ଅଷ୍ଟମ ଦିନରେ ସୁନ୍ନତପ୍ରାପ୍ତ, ଇସ୍ରାଏଲ ବଂଶଜାତ, ବିନ୍ୟାମୀନ ଗୋଷ୍ଠୀୟ, ଏବ୍ରୀୟ-ରକ୍ତଜାତ ଜଣେ ଏବ୍ରୀୟ, ବ୍ୟବସ୍ଥା ପାଳନ ସମ୍ଵନ୍ଧରେ ଜଣେ ଫାରୂଶୀ,


ସେମାନେ କି ଏବ୍ରୀୟ? ମୁଁ ମଧ୍ୟ ଏବ୍ରୀୟ। ସେମାନେ କି ଇସ୍ରାଏଲୀୟ? ମୁଁ ମଧ୍ୟ ଇସ୍ରାଏଲୀୟ। ସେମାନେ କି ଅବ୍ରହାମଙ୍କ ସନ୍ତାନ? ମୁଁ ମଧ୍ୟ ଅବ୍ରହାମଙ୍କ ସନ୍ତାନ।


କିନ୍ତୁ ତୁମ୍ଭେମାନେ ନିଜେ ନିଜେ ଅନ୍ୟାୟ ଓ କ୍ଷତି କରୁଅଛ, ପୁଣି ତାହା ଭାଇମାନଙ୍କ ପ୍ରତି କରୁଅଛ।


ସମସ୍ତ ଅଧିପତି ଓ ସମସ୍ତ ଲୋକେ ଏହି ନିୟମରେ ଆବଦ୍ଧ ହୋଇ, ପ୍ରତ୍ୟେକେ ଆପଣା ଆପଣା ଦାସକୁ ଓ ପ୍ରତ୍ୟେକେ ଆପଣା ଆପଣା ଦାସୀକୁ ମୁକ୍ତ କରି ବିଦାୟ କରି ଦେବେ, କେହି ସେମାନଙ୍କୁ ଆଉ ଦାସ୍ୟକର୍ମ କରାଇବେ ନାହିଁ ବୋଲି ସମ୍ମତ ହେଲେ, ସେମାନେ ସମ୍ମତ ହୋଇ ସେମାନଙ୍କୁ ବିଦାୟ କରି ଦେଲେ;


ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଆମ୍ଭେ ସେହି ଦିନ ତୁମ୍ଭ ସ୍କନ୍ଧରୁ ତାହାର ଯୁଆଳି ଭାଙ୍ଗି ପକାଇବା ଓ ତୁମ୍ଭର ବନ୍ଧନସବୁ ଛିଣ୍ତାଇ ଦେବା; ପୁଣି, ବିଦେଶୀମାନେ ଆଉ ଆପଣାମାନଙ୍କର ଦାସ୍ୟକର୍ମ ତାହାକୁ କରାଇବେ ନାହିଁ;


ଆଉ, ତାହାର ନିଜ ଦେଶର ସମୟ ଉପସ୍ଥିତ ହେବା ପର୍ଯ୍ୟନ୍ତ ସମୁଦାୟ ଗୋଷ୍ଠୀ ତାହାର ଓ ତାହାର ପୁତ୍ରର ଓ ପୌତ୍ରର ଦାସ୍ୟକର୍ମ କରିବେ; ତହିଁ ଉତ୍ତାରେ ଅନେକ ଗୋଷ୍ଠୀ ଓ ମହାନ ମହାନ ରାଜାମାନେ ତାହାକୁ ଆପଣାମାନଙ୍କର ଦାସ୍ୟକର୍ମ କରାଇବେ।


କାରଣ ଅନେକ ଗୋଷ୍ଠୀ ଓ ମହାନ ମହାନ ରାଜାମାନେ ସେମାନଙ୍କୁ ହିଁ ଆପଣାମାନଙ୍କର ଦାସ୍ୟକର୍ମ କରାଇବେ, ଆଉ ଆମ୍ଭେ ସେମାନଙ୍କ କ୍ରିୟାନୁସାରେ ଓ ସେମାନଙ୍କ ହସ୍ତକୃତ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବା।


ତହୁଁ ସେ ଦୁହେଁ ପଲେଷ୍ଟୀୟମାନଙ୍କ ପ୍ରହରୀ-ଦଳ ନିକଟରେ ଆପଣାମାନଙ୍କୁ ଦେଖାଇଲେ; ଏଥିରେ ପଲେଷ୍ଟୀୟମାନେ କହିଲେ, ଏହି ଦେଖ, ଏବ୍ରୀୟ ଲୋକମାନେ ଯେଉଁ ଯେଉଁ ଗାଡ଼ରେ ଲୁଚିଥିଲେ, ସେଠାରୁ ଏବେ ବାହାରି ଆସୁଅଛନ୍ତି।


ହେ ପଲେଷ୍ଟୀୟମାନେ, ତୁମ୍ଭେମାନେ ବଳବାନ ହୁଅ ଓ ପୁରୁଷତ୍ଵ ପ୍ରକାଶ କର, ତହିଁରେ ଏବ୍ରୀୟମାନେ ଯେପରି ତୁମ୍ଭମାନଙ୍କର ଦାସ ହୋଇଅଛନ୍ତି, ସେପରି ତୁମ୍ଭେମାନେ ସେମାନଙ୍କର ଦାସ ହେବ ନାହିଁ; ତୁମ୍ଭେମାନେ ପୁରୁଷତ୍ଵ ପ୍ରକାଶ କର ଓ ଯୁଦ୍ଧ କର।


ତହୁଁ ପଲେଷ୍ଟୀୟମାନେ ସେହି ଜୟଧ୍ଵନି ଶୁଣି କହିଲେ, ଏବ୍ରୀୟମାନଙ୍କ ଛାଉଣିରେ ଏହି ମହାଜୟଧ୍ଵନି ଶଦ୍ଦର ଅଭିପ୍ରାୟ କଅଣ? ଆଉ ସେମାନେ ଜାଣିଲେ ଯେ, ସଦାପ୍ରଭୁଙ୍କ ସିନ୍ଦୁକ ଛାଉଣିକି ଆସିଅଛି।


ଯେବେ ତୁମ୍ଭ ଭାଇ, କୌଣସି ଏବ୍ରୀୟ ପୁରୁଷ, କି ଏବ୍ରୀୟା ସ୍ତ୍ରୀ, ତୁମ୍ଭ ନିକଟରେ ବିକାଯାଏ ଓ ଛଅ ବର୍ଷ ତୁମ୍ଭର ସେବା କରେ; ତେବେ ସପ୍ତମ ବର୍ଷରେ ତୁମ୍ଭେ ତାହାକୁ ମୁକ୍ତ କରି ଆପଣା ନିକଟରୁ ବିଦାୟ କରିବ।


ଏଥିରେ ସେମାନେ ତୁମ୍ଭ ରବରେ ଅବଧାନ କରିବେ; ତହୁଁ ତୁମ୍ଭେ ଓ ଇସ୍ରାଏଲ ବଂଶର ପ୍ରାଚୀନବର୍ଗ ମିସରର ରାଜା ନିକଟକୁ ଯାଇ ଏହି କଥା କହିବ, ଏବ୍ରୀୟ ଲୋକମାନଙ୍କ ପରମେଶ୍ଵର ସଦାପ୍ରଭୁ ଆମ୍ଭମାନଙ୍କ ସହିତ ସାକ୍ଷାତ କରିଅଛନ୍ତି; ଏହେତୁ ବିନୟ କରୁଅଛୁ, ଆମ୍ଭମାନଙ୍କ ପରମେଶ୍ଵର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ନିମିତ୍ତ ଏବେ ଆମ୍ଭମାନଙ୍କୁ ତିନି ଦିନର ପଥ ପ୍ରାନ୍ତରକୁ ଯିବା ପାଇଁ ଅନୁମତି ଦେଉନ୍ତୁ।


ସେ ପେଡ଼ି ଫିଟାଇ ସେହି ବାଳକକୁ ଦେଖିଲା; ଆଉ ଦେଖ, ସେହି ବାଳକ କାନ୍ଦୁଅଛି; ତହିଁରେ ସେ ଦୟା ବହି କହିଲା, ଏଇଟି ଏବ୍ରୀୟ ବାଳକ।


କାରଣ ଏବ୍ରୀୟମାନଙ୍କ ଦେଶରୁ ଲୋକମାନେ ମୋତେ ନିତା; ଚୋରି କରି ଆଣିଅଛନ୍ତି; ପୁଣି ଏ ସ୍ଥାନରେ ମଧ୍ୟ ମୁଁ କିଛି କରି ନାହିଁ, ତଥାପି ସେମାନେ ମୋତେ ଏହି କାରାକୂପରେ ବନ୍ଦ କରିଅଛନ୍ତି।


ସେତେବେଳେ ଜଣେ ପଳାତକ ଏବ୍ରୀୟ ଅବ୍ରାମଙ୍କୁ ସମାଚାର ଦେଲା; ସେହି ସମୟରେ ଅବ୍ରାମ ଇଷ୍କୋଲର ଓ ଆନେରର ଭ୍ରାତା ଇମୋରୀୟ ମମ୍ରିର ଅଲୋନ ବୃକ୍ଷ ମୂଳେ ବାସ କରୁଥିଲେ, ପୁଣି ସେମାନେ ଅବ୍ରାମଙ୍କର ସହାୟ ଥିଲେ।


Swiv nou:

Piblisite


Piblisite