Biblia Todo Logo
Bib sou entènèt

- Piblisite -




ଯିରିମୀୟ 36:3 - ପବିତ୍ର ବାଇବଲ (Re-edited) - (BSI)

3 ହୋଇପାରେ, ଆମ୍ଭେ ଯିହୁଦା-ବଂଶ ପ୍ରତି ଯେସକଳ ଅମଙ୍ଗଳ ଘଟାଇବାର ସଙ୍କଳ୍ପ କରିଅଛୁ, ସେମାନେ ତାହାସବୁ ଶୁଣି ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେରିବେ; ତାହାହେଲେ, ଆମ୍ଭେ ସେମାନଙ୍କର ଅଧର୍ମ ଓ ପାପ କ୍ଷମା କରିବା।

Gade chapit la Kopi

ଓଡିଆ ବାଇବେଲ

3 ହୋଇପାରେ, ଆମ୍ଭେ ଯିହୁଦା ବଂଶ ପ୍ରତି ଯେସକଳ ଅମଙ୍ଗଳ ଘଟାଇବାର ସଂକଳ୍ପ କରିଅଛୁ, ସେମାନେ ତାହାସବୁ ଶୁଣି ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେରିବେ; ତାହାହେଲେ, ଆମ୍ଭେ ସେମାନଙ୍କର ଅଧର୍ମ ଓ ପାପ କ୍ଷମା କରିବା।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ହୋଇପାରେ, ଆମ୍ଭେ ଯିହୁଦା ବଂଶ ପ୍ରତି ଯେସକଳ ଅମଙ୍ଗଳ ଘଟାଇବାର ସଂକଳ୍ପ କରିଅଛୁ, ସେମାନେ ତାହାସବୁ ଶୁଣି ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେରିବେ; ତାହାହେଲେ, ଆମ୍ଭେ ସେମାନଙ୍କର ଅଧର୍ମ ଓ ପାପ କ୍ଷମା କରିବା।”

Gade chapit la Kopi

ପବିତ୍ର ବାଇବଲ

3 ମୁଁ ତାଙ୍କ ଉପରକୁ ବିପର୍ଯ୍ୟୟ ଆଣିବାର ଯୋଜନା ଶୁଣିଲା ପରେ ଏହା ଏପରି ହୋଇପାରେ, ସେମାନେ ଭୁଲ ରାସ୍ତାରୁ ଫେରି ପାରନ୍ତି ଏବଂ ତା'ପରେ ମୁଁ ସେମାନଙ୍କୁ କ୍ଷମା କରି ଦେବି।”

Gade chapit la Kopi




ଯିରିମୀୟ 36:3
35 Referans Kwoze  

ସେତେବେଳେ ଯେଉଁ ଗୋଷ୍ଠୀ ବିଷୟରେ ଆମ୍ଭେ କହିଅଛୁ, ସେମାନେ ଯେବେ ଆପଣା ଆପଣା ଦୁଷ୍କର୍ମରୁ ଫେରନ୍ତି, ତେବେ ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବାକୁ ଆମ୍ଭେ ମନରେ କଲୁ, ତହିଁରୁ ଆମ୍ଭେ କ୍ଷା; ହେବା।


ଅତଏବ, ଯେପରି ଆପଣମାନଙ୍କର ପାପ-ମୋଚନ ହୋଇପାରେ, ଏଥିନିମନ୍ତେ ମନ ପରିବର୍ତ୍ତନ କରି ଫେରିଆସନ୍ତୁ,


ଏଥିପାଇଁ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ପ୍ରସ୍ଥାନ କରିବା ପାଇଁ ସମ୍ଵଳ ପ୍ରସ୍ତୁତ କର, ଆଉ ସେମାନଙ୍କ ସାକ୍ଷାତରେ ଦିନ ବେଳେ ପ୍ରସ୍ଥାନ କର, ତୁମ୍ଭେ ସେମାନଙ୍କ ସାକ୍ଷାତରେ ସ୍ଵସ୍ଥାନରୁ ଅନ୍ୟ ସ୍ଥାନକୁ ପ୍ରସ୍ଥାନ କରିବ। ହୋଇପାରେ, ବିଦ୍ରୋହୀ-ବଂଶ ହେଲେ ହେଁ ସେମାନେ ବିବେଚନା କରିବେ।


ହୋଇପାରେ, ସେମାନେ ମନୋଯୋଗ କରି ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେରିବେ; ତାହାହେଲେ ସେମାନଙ୍କ ଆଚରଣର ଦୁଷ୍ଟତା ହେତୁ ଆମ୍ଭେ ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବାକୁ ମନସ୍ଥ କରିଅଛୁ, ତହିଁରୁ ନିବୃତ୍ତ ହେବା।


ଆଉ ତୁମ୍ଭେ ଓ ତୁମ୍ଭ ସନ୍ତାନଗଣ ଯେବେ ସମସ୍ତ ହୃଦୟ ଓ ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ନିକଟକୁ ଫେରି ଆସିବ ଓ ଆଜି ମୁଁ ତୁମ୍ଭମାନଙ୍କୁ ଯେସବୁ ଆଜ୍ଞା ଦେଉଅଛି, ତଦନୁସାରେ ଯେବେ ତାହାଙ୍କ ରବରେ ଅବଧାନ କରିବ;


ହୋଇପାରେ, ସେମାନେ ସଦାପ୍ରଭୁଙ୍କ ସାକ୍ଷାତରେ ଆପଣା ଆପଣାର ନିବେଦନ ଜଣାଇବେ ଓ ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେରିବେ; କାରଣ ସଦାପ୍ରଭୁ ଏହି ଲୋକମାନଙ୍କ ବିରୁଦ୍ଧରେ ମହାକ୍ରୋଧ ଓ ପ୍ରଚଣ୍ତ କୋପର କଥା କହିଅଛନ୍ତି।


ବିଳମ୍ଵ ବୋଲି ଯେପରି କେତେକ ଭାବନ୍ତି, ପ୍ରଭୁ ଆପଣା ପ୍ରତିଜ୍ଞା ବିଷୟରେ ସେପରି ବିଳମ୍ଵ କରନ୍ତି ନାହିଁ କିନ୍ତୁ ଯେପରି କେହି ବିନଷ୍ଟ ନ ହୁଅନ୍ତି, ବରଂ ସମସ୍ତେ ମନ ପରିବର୍ତ୍ତନ କରନ୍ତି, ଏହା ଇଚ୍ଛା କରି, ସେ ତୁମ୍ଭମାନଙ୍କ ପ୍ରତି ଦୀର୍ଘସହିଷ୍ଣୁ ଅଟନ୍ତି।


ସେଥିପାଇଁ ସେମାନଙ୍କ ଚକ୍ଷୁ ଉନ୍ନୋଚନ କରିବା ନିମନ୍ତେ ଆମ୍ଭେ ତୁମ୍ଭକୁ ସେମାନଙ୍କ ନିକଟକୁ ପଠାଉଅଛୁ, ଆଉ ଆମ୍ଭେ ତୁମ୍ଭକୁ ସେମାନଙ୍କଠାରୁ ରକ୍ଷା କରିବୁ।


ଯେପରି ସେମାନେ ଦେଖୁ ଦେଖୁ ଜ୍ଞାତ ହୁଅନ୍ତି ନାହିଁ, ପୁଣି ଶୁଣୁ ଶୁଣୁ ବୁଝନ୍ତି ନାହିଁ, କାଳେ ସେମାନେ ଫେରି ଆସନ୍ତି ଓ କ୍ଷମା ପ୍ରାପ୍ତ ହୁଅନ୍ତି।


ମଧ୍ୟ ଆମ୍ଭେ ଆପଣାର ସମସ୍ତ ଦାସ ଭବିଷ୍ୟଦ୍-ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ପ୍ରଭାତରେ ଉଠି ସେମାନଙ୍କୁ ପଠାଇ ତୁମ୍ଭମାନଙ୍କୁ କହିଅଛୁ, ତୁମ୍ଭେମାନେ ପ୍ରତ୍ୟେକେ ଏବେ ଆପଣା ଆପଣା କୁପଥରୁ ଫେର, ଆପଣମାନଙ୍କର ଆଚରଣ ଶୁଧରାଅ ଓ ଅନ୍ୟ ଦେବଗଣର ସେବା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍ଗାମୀ ହୁଅ ନାହିଁ, ତହିଁରେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପିତୃପୁରୁଷ-ମାନଙ୍କୁ ଆମ୍ଭର ଦତ୍ତ ଦେଶରେ ତୁମ୍ଭେମାନେ ବାସ କରିବ; ମାତ୍ର ତୁମ୍ଭେମାନେ କର୍ଣ୍ଣପାତ କରି ନାହଁ, କିଅବା ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ।


ପୁଣି, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ଜାଣିବାର ମନ ସେମାନଙ୍କୁ ଦେବା; ତହିଁରେ ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ଵର ହେବା; କାରଣ ସେମାନେ ସର୍ବାନ୍ତଃକରଣ ସହିତ ଆମ୍ଭ ନିକଟକୁ ଫେରି ଆସିବେ।


ଏନିମନ୍ତେ ଏବେ ତୁମ୍ଭେ ଯିହୁଦାର ଲୋକମାନଙ୍କ ଓ ଯିରୂଶାଲମ ନିବାସୀମାନଙ୍କ ନିକଟକୁ ଯାଇ କୁହ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ସଂକଳ୍ପ କରୁଅଛୁ; ଏବେ ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେର, ପୁଣି ଆପଣା ଆପଣା ପଥ ଓ ଆପଣା ଆପଣା କ୍ରିୟାର ଶୋଧନ କର।


ତହିଁରେ ଶାମୁୟେଲ ସମୁଦାୟ ଇସ୍ରାଏଲ-ବଂଶକୁ କହିଲେ, ଯେବେ ତୁମ୍ଭେମାନେ ସମସ୍ତ ଅନ୍ତଃକରଣ ସହିତ ସଦାପ୍ରଭୁଙ୍କ ପ୍ରତି ଫେରୁଅଛ, ତେବେ ଆପଣାମାନଙ୍କ ମଧ୍ୟରୁ ବିଦେଶୀୟ ଦେବତାମାନଙ୍କୁ ଓ ଅଷ୍ଟାରୋତ୍ ଦେବୀଗଣକୁ ଦୂର କର ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କ ଅନ୍ତଃକରଣ ପ୍ରସ୍ତୁତ କର ଓ କେବଳ ତାହାଙ୍କୁ ସେବା କର; ତହିଁରେ ସେ ପଲେଷ୍ଟୀୟମାନଙ୍କ ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କରିବେ।


ଆଉ ତୁମ୍ଭେ ଫେରି ଆସି ସଦାପ୍ରଭୁଙ୍କ ରବରେ ଅବଧାନ କରିବ ଓ ମୁଁ ଆଜି ତାହାଙ୍କର ଯେ ସମସ୍ତ ଆଜ୍ଞା ତୁମ୍ଭକୁ ଆଦେଶ କରୁଅଛି, ତାହାସବୁ ପାଳନ କରିବ।


କାରଣ ଏହି ଲୋକଙ୍କର ହୃଦୟ ଜଡ଼ ହେଲା, ସେମାନେ କାନରେ କଷ୍ଟରେ ଶୁଣିଲେ ଓ ଆପଣା ଆପଣା ଆଖି ବୁଜିଲେ, ଯେପରି ସେମାନେ ଆଖିରେ ଦେଖିବେ ନାହିଁ ଓ କାନରେ ଶୁଣିବେ ନାହିଁ, ଆଉ ହୃଦୟରେ ବୁଝିବେ ନାହିଁ, ପୁଣି ଫେରି ଆସିବେ ନାହିଁ, ଆଉ ଆମ୍ଭେ ସେମାନଙ୍କୁ ସୁସ୍ଥ କରିବୁ ନାହିଁ।”


କିନ୍ତୁ ପ୍ରଥମେ ଦାମାସ୍କସ୍ର ଓ ଯିରୂଶାଲମର ଲୋକମାନଙ୍କ ନିକଟରେ, ପରେ ଯିହୁଦା ପ୍ରଦେଶର ସମସ୍ତ ଅଞ୍ଚଳରେ, ପୁଣି ବିଜାତିମାନଙ୍କ ନିକଟରେ ମଧ୍ୟ ପ୍ରଚାର କରିବାକୁ ଲାଗିଲି, ଯେପରି ସେମାନେ ମନ ପରିବର୍ତ୍ତନ କରି ଈଶ୍ଵରଙ୍କ ପ୍ରତି ଫେରିଆସନ୍ତି ଓ ମନ ପରିବର୍ତ୍ତନର ଉପଯୁକ୍ତ କାର୍ଯ୍ୟ କରନ୍ତି।


ସେଥିରେ ଦ୍ରାକ୍ଷାକ୍ଷେତ୍ରର କର୍ତ୍ତା କହିଲେ, ମୁଁ କଅଣ କରିବି? ମୋର ପ୍ରିୟ ପୁତ୍ରକୁ ପଠାଇବି, କେଜାଣି ସେମାନେ ତାହାକୁ ମାନ୍ୟ କରିବେ।


କାରଣ ଏହି ଲୋକଙ୍କର ହୃଦୟ ଜଡ଼ ହେଲା, ସେମାନେ କାନରେ କଷ୍ଟରେ ଶୁଣିଲେ ଓ ଆପଣା ଆପଣା ଆଖି ବୁଜିଲେ, ଯେପରି ସେମାନେ ଆଖିରେ ଦେଖିବେ ନାହିଁ ଓ କାନରେ ଶୁଣିବେ ନାହିଁ, ଆଉ ହୃଦୟରେ ବୁଝିବେ ନାହିଁ, ପୁଣି ଫେରି ଆସିବେ ନାହିଁ, ଆଉ ଆମ୍ଭେ ସେମାନଙ୍କୁ ସୁସ୍ଥ କରିବୁ ନାହିଁ।


ହେ ଦେଶସ୍ଥ ନମ୍ର ଲୋକମାନେ, ତାହାଙ୍କର ଶାସନ ପାଳନ କରିଅଛ ଯେ ତୁମ୍ଭେମାନେ, ତୁମ୍ଭେ ସମସ୍ତେ ସଦାପ୍ରଭୁଙ୍କର ଅନ୍ଵେଷଣ କର, ଧର୍ମର ଅନ୍ଵେଷଣ କର, ନମ୍ରତାର ଅନ୍ଵେଷଣ କର; ହୋଇପାରେ, ସଦାପ୍ରଭୁଙ୍କ କ୍ରୋଧର ଦିନରେ ତୁମ୍ଭେମାନେ ଗୁପ୍ତ ସ୍ଥାନରେ ରଖାଯିବ।


ପ୍ରଭୁ ସଦାପ୍ରଭୁକହନ୍ତି, ଦୁଷ୍ଟର ମରଣରେ କି ଆମ୍ଭର କିଛି ସନ୍ତୋଷ ଅଛି? ବରଂ ସେ ଆପଣା କୁପଥରୁ ଫେରି ବଞ୍ଚୁ, ଏଥିରେ କି ଆମ୍ଭର ସନ୍ତୋଷ ନାହିଁ?


ଯିରୂଶାଲମର ଭବିଷ୍ୟଦ୍ବକ୍ତାମାନଙ୍କ ମଧ୍ୟରେ ହିଁ ଆମ୍ଭେ ରୋମାଞ୍ଚଜନକ ବିଷୟ ଦେଖିଅଛୁ; ସେମାନେ ପରଦାର ଗମନ କରନ୍ତି, ମିଥ୍ୟାଚରଣ କରନ୍ତି ଓ ଦୁଷ୍କର୍ମକାରୀମାନଙ୍କର ହସ୍ତ ଏପରି ସବଳ କରନ୍ତି ଯେ, ସେମାନଙ୍କର କେହି ଆପଣା ଆପଣା ଦୁଷ୍ଟତାରୁ ଫେରନ୍ତି ନାହିଁ; ସେ ସମସ୍ତେ ଆମ୍ଭ ପ୍ରତି ସଦୋମର ତୁଲ୍ୟ ଓ ତହିଁର ନିବାସୀମାନେ ହମୋରା ସମାନ ଅଟନ୍ତି।


ଏହି ଲୋକମାନେ ଆପଣା ଆପଣା ଚକ୍ଷୁରେ ଦେଖି ଓ କର୍ଣ୍ଣରେ ଶୁଣି ଓ ଅନ୍ତଃକରଣରେ ବୁଝି ମନ ଫେରାଇ ଯେପରି ସୁସ୍ଥ ନ ହୁଅନ୍ତି, ଏଥିପାଇଁ ତୁମ୍ଭେ ସେମାନଙ୍କ ଅନ୍ତଃକରଣ ସ୍ଥୂଳ କର ଓ ସେମାନଙ୍କ କର୍ଣ୍ଣ ଭାରୀ କର ଓ ସେମାନଙ୍କ ଚକ୍ଷୁ ମୁଦି ଦିଅ।


ମାତ୍ର ଯେବେ ତୁମ୍ଭେମାନେ ଆମ୍ଭ ପ୍ରତି ଫେରିବ ଓ ଆମ୍ଭ ଆଜ୍ଞା ପାଳନ କରି ତଦନୁଯାୟୀ କର୍ମ କରିବ, ତେବେ ତୁମ୍ଭମାନଙ୍କର ତ୍ୟକ୍ତ ଲୋକମାନେ ଆକାଶର ପ୍ରାନ୍ତସୀମାରେ ଥିଲେ ହେଁ ଆମ୍ଭେ ସେଠାରୁ ସେମାନଙ୍କୁ ସଂଗ୍ରହ କରିବା ଓ ଆମ୍ଭେ ଆପଣା ନାମ ସ୍ଥାପନାର୍ଥେ ଯେଉଁ ସ୍ଥାନ ମନୋନୀତ କରିଅଛୁ, ସେହି ସ୍ଥାନକୁ ସେମାନଙ୍କୁ ଆଣିବା; ବିନୟ କରୁଅଛି, ଆପଣାର ଏହି କଥା ସ୍ମରଣ କର।


ଆହା, ଯେପରି ସେମାନଙ୍କର ଓ ସେମାନଙ୍କ ସନ୍ତାନଗଣର ଅନନ୍ତକାଳସ୍ଥାୟୀ ମଙ୍ଗଳ ହୁଏ, ଏଥିପାଇଁ ସର୍ବଦା ଆମ୍ଭଙ୍କୁ ଭୟ କରିବାକୁ ଓ ଆମ୍ଭ ଆଜ୍ଞାସବୁ ପାଳନ କରିବାକୁ ଯେବେ ସେମାନଙ୍କର ଏପରି ହୃଦୟ ହୁଅନ୍ତାଣ!


ଆଉ, ମୋʼ ଅନ୍ତରରେ ଦୁଷ୍ଟତାର କୌଣସି ମାର୍ଗ ଅଛି କି ନାହିଁ, ଏହା ଦେଖ, ପୁଣି ଅନ; ପଥରେ ମୋତେ ଗମନ କରାଅ।


Swiv nou:

Piblisite


Piblisite