Biblia Todo Logo
Bib sou entènèt

- Piblisite -




ଯିରିମୀୟ 37:1 - ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ଯିହୋୟାକୀମ୍ର ପୁତ୍ର କନୀୟର ପଦରେ ଯୋଶୀୟର ପୁତ୍ର ସିଦିକୀୟ ରାଜା ହୋଇ ରାଜତ୍ଵ କଲା; ବାବିଲର ରାଜା ନବୂଖଦ୍ନିତ୍ସର ତାହାକୁ ଯିହୁଦା ଦେଶର ରାଜା କରିଥିଲା।

Gade chapit la Kopi

ଓଡିଆ ବାଇବେଲ

1 ଏଥିଉତ୍ତାରେ ଯିହୋୟାକୀମ୍‍ର ପୁତ୍ର କନୀୟର ପଦରେ ଯୋଶୀୟର ପୁତ୍ର ସିଦିକୀୟ ରାଜା ହୋଇ ରାଜତ୍ୱ କଲା; ବାବିଲର ରାଜା ନବୂଖଦ୍‍ନିତ୍ସର ତାହାକୁ ଯିହୁଦା ଦେଶର ରାଜା କରିଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ଯିହୋୟାକୀମ୍‍ର ପୁତ୍ର କନୀୟର ପଦରେ ଯୋଶୀୟର ପୁତ୍ର ସିଦିକୀୟ ରାଜା ହୋଇ ରାଜତ୍ୱ କଲା; ବାବିଲର ରାଜା ନବୂଖଦ୍‍ନିତ୍ସର ତାହାକୁ ଯିହୁଦା ଦେଶର ରାଜା କରିଥିଲା।

Gade chapit la Kopi

ପବିତ୍ର ବାଇବଲ

1 ଅନନ୍ତର ଯିହୋୟାକୀ‌‌‌ମ୍‌‌‌ର ପୁତ୍ର କନୀୟର ପଦରେ ଯୋଶିୟର ପୁତ୍ର ସିଦିକିୟ ରାଜା ହୋଇ ରାଜତ୍ୱ କଲା। ବାବିଲର ରାଜା ନବୂଖ‌ଦ୍‌ନିତ୍ସର ତାହାକୁ ଯିହୁଦା ଦେଶର ରାଜା କରିଥିଲା।

Gade chapit la Kopi




ଯିରିମୀୟ 37:1
11 Referans Kwoze  

ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ଯିହୁଦାର ରାଜା ଯିହୋୟାକୀମ୍ର ପୁତ୍ର କନୀୟ ଆମ୍ଭ ଦକ୍ଷିଣ ହସ୍ତରେ ମୋହର ତୁଲ୍ୟ ହେଲେ ହେଁ ଆମ୍ଭେ ତୁମ୍ଭକୁ ସେଠାରୁ କାଢ଼ି ପକାଇବା;


ପୁଣି ବାବିଲ୍ର ରାଜା ଯିହୋୟାଖୀନ୍ର ପିତୃବ୍ୟ ମତ୍ତନୀୟଙ୍କୁ ତାଙ୍କ ନାମ ବଦଳାଇ ସିଦିକୀୟ ରଖିଲା।


ତହିଁରେ ଯିହୁଦାର ରାଜା ଯିହୋୟାଖୀନ୍ ଓ ତାଙ୍କର ମାତା ଓ ତାଙ୍କର ଦାସମାନେ ଓ ତାଙ୍କର ଅଧିପତିମାନେ ଓ ତାଙ୍କର ନପୁଂସକମାନେ ବାବିଲ୍-ରାଜା ନିକଟକୁ ବାହାରି ଗଲେ; ପୁଣି ବାବିଲ୍-ରାଜା ଆପଣା ଅଧିକାରର ଅଷ୍ଟମ ବର୍ଷରେ ତାଙ୍କୁ ଧରିଲା।


ଅନନ୍ତର ଯିହୁଦାର ରାଜା ଯିହୋୟାଖୀନ୍ର ବନ୍ଦୀତ୍ଵର ସଇଁତିରିଶ ବର୍ଷର ଦ୍ଵାଦଶ ମାସରେ ଓ ସେହି ମାସର ପଚିଶ ଦିନରେ ବାବିଲର ରାଜା ଇବିଲ୍-ମରୋ-ଦକ୍ ଆପଣା ଅଧିକାରର ପ୍ରଥମ ବର୍ଷରେ, ଯିହୁଦାର ରାଜା ଯିହୋୟାଖୀନ୍କୁ କାରାଗାରରୁ ବାହାର କରି ତାହାର ମସ୍ତକ ଉନ୍ନତ କଲା;


ବାବିଲର ରାଜା ନବୂଖଦ୍ନିତ୍ସର, ଯିହୋୟାକୀମ୍ର ପୁତ୍ର, ଯିହୁଦାର ରାଜା ଯିହୋୟାଖୀନ୍କୁ ଓ ଯିହୁଦାର ଅଧିପତିମାନଙ୍କୁ, ଶିଳ୍ପକରଣଓ କର୍ମକାରକମାନଙ୍କ ସହିତ ଯିରୂଶାଲମରୁ ବନ୍ଦୀ କରି ବାବିଲକୁ ନେଇ ଗଲା ଉତ୍ତାରେ ସଦାପ୍ରଭୁ ମୋତେ ଏକ ଦର୍ଶନ ଦେଖାଇଲେ, ଆଉ ଦେଖ, ସଦାପ୍ରଭୁଙ୍କର ମନ୍ଦିର ସମ୍ମୁଖରେ ଦୁଇ ଡାଲା ଡିମିରି ଫଳ ରଖାଯାଇଅଛି।


ଏହି କନୀୟ କି ତୁଚ୍ଛୀକୃତ ଭଗ୍ନପାତ୍ର? ସେ କି ଅପ୍ରୀତିକର ପାତ୍ର? ସେ ଓ ତାହାର ବଂଶ କାହିଁକି ଦୂରୀକୃତ ହୋଇ ସେମାନଙ୍କ ଅଜ୍ଞାତ ଦେଶରେ ନିକ୍ଷିପ୍ତ ହେଲେ।


ସିଦିକୀୟ ରାଜା ଯେଉଁ ସମୟରେ ମଲ୍‍କୀୟର ପୁତ୍ର ପଶ୍ହୂରକୁ ଓ ମାସେୟର ପୁତ୍ର ସଫନୀୟ। ଯାଜକକୁ ଯିରିମୀୟଙ୍କ ନିକଟକୁ ପଠାଇ କହିଲା,


ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ତୁମ୍ଭେ ଯାଇ ଯିହୁଦାର ରାଜା ସିଦିକୀୟର ସଙ୍ଗେ ଆଳାପ କରି ତାହାକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ବାବିଲ ରାଜାର ହସ୍ତରେ ଏହି ନଗର ସମର୍ପଣ କରିବା, ତହିଁରେ ସେ ଅଗ୍ନିରେ ତାହା ଦଗ୍ଧ କରିବ।


Swiv nou:

Piblisite


Piblisite