Biblia Todo Logo
Bib sou entènèt

- Piblisite -




ଯିରିମୀୟ 38:7 - ପବିତ୍ର ବାଇବଲ (Re-edited) - (BSI)

7 ଏଥି ମଧ୍ୟରେ ସେମାନେ ଯିରିମୀୟଙ୍କୁ କୂପରେ ପକାଇ ଦେଇଅଛନ୍ତି ବୋଲି , ରାଜଗୃହସ୍ଥିତ ଏବଦ୍-ମେଲକ୍ ନାମକ ଜଣେ କୁଶୀୟ ନପୁଂସକ ଲୋକ ଶୁଣିଲା; ସେସମୟରେ ରାଜା ବିନ୍ୟାମୀନ ଦ୍ଵାରରେ ଉପବିଷ୍ଟ ଥିଲା।

Gade chapit la Kopi

ଓଡିଆ ବାଇବେଲ

7 ଏଥି ମଧ୍ୟରେ ସେମାନେ ଯିରିମୀୟଙ୍କୁ କୂପରେ ପକାଇ ଦେଇଅଛନ୍ତି ବୋଲି, ରାଜଗୃହସ୍ଥିତ ଏବଦ୍‍-ମେଲକ ନାମକ ଜଣେ କୂଶୀୟ ନପୁଂସକ ଲୋକ ଶୁଣିଲା; ସେସମୟରେ ରାଜା ବିନ୍ୟାମୀନ୍ ଦ୍ୱାରରେ ଉପବିଷ୍ଟ ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଏଥିମଧ୍ୟରେ ସେମାନେ ଯିରିମୀୟଙ୍କୁ କୂପରେ ପକାଇ ଦେଇଅଛନ୍ତି ବୋଲି, ରାଜଗୃହସ୍ଥିତ ଏବଦ୍‍-ମେଲକ ନାମକ ଜଣେ କୂଶୀୟ ନପୁଂସକ ଲୋକ ଶୁଣିଲା; ସେସମୟରେ ରାଜା ବିନ୍ୟାମୀନ୍ ଦ୍ୱାରରେ ଉପବିଷ୍ଟ ଥିଲା।

Gade chapit la Kopi

ପବିତ୍ର ବାଇବଲ

7 କିନ୍ତୁ ଯିରିମିୟ ଖଣାରେ ପତିତ ହୋଇଥିବା କଥା ରାଜଗୃହସ୍ଥିତ ‌ଏବ‌‌ଦ୍‌‌ମେଲକ ନାମକ ଜଣେ ନପୁଂସକ ଲୋକ ଶୁଣିଲା। ସେହି ସମୟରେ ରାଜା ସିଦିକିୟ ବିନ୍ୟାମୀନ ଫାଟକରେ ବସିଥିଲେ।

Gade chapit la Kopi




ଯିରିମୀୟ 38:7
22 Referans Kwoze  

ପୁଣି, ସେ ବିନ୍ୟାମୀନ ନାମକ ନଗର-ଦ୍ଵାରରେ ଉପସ୍ଥିତ ହେବା ବେଳେ ସେଠାରେ ପ୍ରହରୀଗଣର ଜଣେ ଅଧ୍ୟକ୍ଷ ଥିଲା, ତାହାର ନାମ ଯିରୀୟ, ସେ ହନାନୀୟର ପୌତ୍ର ଶେଲିମୀୟର ପୁତ୍ର; ପୁଣି, ସେ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କୁ ଧରି କହିଲା, ତୁମ୍ଭେ କଲ୍ଦୀୟମାନଙ୍କର ପକ୍ଷକୁ ଯାଉଅଛ।


ଯିରିମୀୟ ଭବିଷ୍ୟଦ୍ବକ୍ତା ନିର୍ବାସିତ ଲୋକମାନଙ୍କର ଅବଶିଷ୍ଟ ପ୍ରାଚୀନବର୍ଗଙ୍କର ଓ ନବୂଖଦ୍ନିତ୍ସର ଦ୍ଵାରା ନିର୍ବାସାର୍ଥେ ଯିରୂଶାଲମଠାରୁ ବାବିଲକୁ ନୀତ ଯାଜକ-ମାନଙ୍କର ଓ ଭବିଷ୍ୟଦ୍ବକ୍ତାଗଣର ଓ ସମସ୍ତ ଲୋକ-ମାନଙ୍କର ନିକଟକୁ ଯେଉଁ ପତ୍ର ଲେଖି,


ଯେ ନଗର-ଦ୍ଵାରରେ ଅନୁଯୋଗ କରେ, ଲୋକମାନେ ତାହାକୁ ହିଂସା କରନ୍ତି ଓ ଯେ ଯଥାର୍ଥ କଥା କହେ, ସେମାନେ ତାହାକୁ ଘୃଣା କରନ୍ତି।


ତେବେ ତାହାର ପିତା ଓ ମାତା ତାହାକୁ ଧରି ତାହାର ନଗରସ୍ଥ ପ୍ରାଚୀନମାନଙ୍କ ନିକଟକୁ ତାହାର ନଗରଦ୍ଵାରକୁ ନେଇଯିବେ;


ସେହିପରି ଶେଷରେ ଥିବା ଲୋକେ ପ୍ରଥମ ହେବେ ଓ ପ୍ରଥମରେ ଥିବା ଲୋକେ ଶେଷରେ ପଡ଼ିବେ।


ଅର୍ଥାତ୍, ଯିହୁଦାର ଅଧିପତିଗଣକୁ ଓ ଯିରୂଶାଲମର ଅଧିପତିଗଣକୁ, ନପୁଂସକଗଣକୁ ଓ ଯାଜକମାନଙ୍କୁ ଓ ଦେଶର ସମସ୍ତ ଲୋକଙ୍କୁ, ଯେଉଁମାନେ ଗୋବତ୍ସର ଦୁଇ ଖଣ୍ତର ମଧ୍ୟ ଦେଇ ଗମନ କଲେ, ସେମାନଙ୍କୁ ଆମ୍ଭେ ସମର୍ପଣ କରିବା;


କୂଶୀୟ ଲୋକ କି ଆପଣା ଚର୍ମ ଓ ଚିତାବାଘ କି ଆପଣା ଚିତ୍ରବର୍ଣ୍ଣ ବଦଳାଇ ପାରେ? ତାହାହେଲେ, କୁକର୍ମ କରିବାକୁ ଅଭ୍ୟସ୍ତ ଯେ ତୁମ୍ଭେମାନେ, ତୁମ୍ଭେମାନେ କି ସୁକର୍ମ କରି ପାରିବ?


ମିସର ଦେଶରୁ ଅଧିପତିମାନେ ଆସିବେ; କୂଶ ପରମେଶ୍ଵରଙ୍କ ପ୍ରତି ହସ୍ତ ପ୍ରସାରିବାକୁ ଚଞ୍ଚଳ ହେବ।


ଆହୁରି ସେ ଯିହୋୟାଖୀନ୍‍ଙ୍କୁ ବାବିଲ୍‍କୁ ନେଇଗଲା ଏବଂ ରାଜାଙ୍କ ମାତାକୁ ଓ ରାଜାଙ୍କର ପନିୀମାନଙ୍କୁ ଓ ତାଙ୍କର ନପୁଂସକମାନଙ୍କୁ ଓ ଦେଶର ପ୍ରଧାନ ଲୋକମାନଙ୍କୁ ସେ ଯିରୂଶାଲମରୁ ବନ୍ଦୀ କରି ବାବିଲ୍‍କୁ ନେଇଗଲା।


ଆଉ ତହିଁ ମଧ୍ୟରୁ କୌଣସି ନଗରକୁ ପଳାୟନକାରୀ ଲୋକ ନଗର ଦ୍ଵାରର ପ୍ରବେଶ-ସ୍ଥାନରେ ଠିଆ ହୋଇ ନଗରର ପ୍ରାଚୀନମାନଙ୍କ କର୍ଣ୍ଣଗୋଚରରେ ଆପଣାର କଥା କହିବ, ତହୁଁ ସେମାନେ ନଗର ମଧ୍ୟରେ ଆପଣାମାନଙ୍କ ନିକଟକୁ ତାହାକୁ ଆଣି ଆପଣାମାନଙ୍କ ମଧ୍ୟରେ ବାସ କରିବାକୁ ସ୍ଥାନ ଦେବେ।


ନିଶ୍ଚୟ ସଦାପ୍ରଭୁ ଆପଣା ଲୋକମାନଙ୍କଠାରୁ ମୋତେ ପୃଥକ କରିବେ, ଏହା ସଦାପ୍ରଭୁଙ୍କଠାରେ ଆସକ୍ତ ବିଦେଶୀ ଲୋକ ନ କହୁ; ଅଥବା ଦେଖ, ମୁଁ ଗୋଟିଏ ଶୁଷ୍କ ବୃକ୍ଷ, ଏହା ନପୁଂସକ ନ କହୁ।


ତହିଁରେ ପଶ୍ହୂର ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କୁ ପ୍ରହାର କରି, ସଦାପ୍ରଭୁଙ୍କ ଗୃହସ୍ଥିତ ବିନ୍ୟାମୀନ୍ ନାମକ ଉପର ଦ୍ଵାରରେ ଥିବା ହରିକାଠରେ ତାଙ୍କୁ ବନ୍ଦ କରି ରଖିଲା।


ତହିଁରେ ଅଧିପତିମାନେ ଓ ଲୋକ ସମସ୍ତେ ଯାଜକ-ମାନଙ୍କୁ ଓ ଭବିଷ୍ୟଦ୍ବକ୍ତାଗଣକୁ କହିଲେ, ଏହି ମନୁଷ୍ୟ ପ୍ରାଣଦଣ୍ତର ଯୋଗ୍ୟ ନୁହେଁ; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ନାମରେ ସେ ଆମ୍ଭମାନଙ୍କୁ କଥା କହିଅଛି।


ଏବଦ୍-ମେଲକ୍ ରାଜା ଗୃହରୁ ବାହାରି ରାଜାକୁ କହିଲା,


ଗେବାଠାରୁ ଯିରୂଶାଲମର ଦକ୍ଷିଣସ୍ଥ ରିମ୍ମୋନ ପର୍ଯ୍ୟନ୍ତ ସମସ୍ତ ଦେଶ ଆରବା ତୁଲ୍ୟ ପରିବର୍ତ୍ତିତ ହେବ; ଆଉ,ନଗର ଉନ୍ନତ ହୋଇ ବିନ୍ୟାମୀନର ଦ୍ଵାରଠାରୁ ପ୍ରଥମ ଦ୍ଵାରର ସ୍ଥାନ, ଅର୍ଥାତ୍, କୋଣର ଦ୍ଵାର ପର୍ଯ୍ୟନ୍ତ ଓ ହନନେଲର ଦୁର୍ଗଠାରୁ ରାଜାର ଦ୍ରାକ୍ଷାଯନ୍ତ୍ର ପର୍ଯ୍ୟନ୍ତ ଆପଣା ସ୍ଥାନରେ ବାସ କରିବ।


ରକ୍ତପାତପ୍ରିୟ ଲୋକମାନେ ସିଦ୍ଧ ବ୍ୟକ୍ତିକି ଘୃଣା କରନ୍ତି; ପୁଣି, ସେମାନେ ସରଳ ଲୋକର ପ୍ରାଣ ଖୋଜନ୍ତି।


Swiv nou:

Piblisite


Piblisite