Biblia Todo Logo
Bib sou entènèt

- Piblisite -




ଯିରିମୀୟ 39:11 - ପବିତ୍ର ବାଇବଲ (Re-edited) - (BSI)

11 ପୁଣି, ବାବିଲର ରାଜା ନବୂଖଦ୍ନିତ୍ସର ଯିରିମୀୟଙ୍କ ବିଷୟରେ ପ୍ରହରୀବର୍ଗର ସେନାପତି ନବୂସର୍ଦନ୍କୁ ଏହି ଆଜ୍ଞା କଲା,

Gade chapit la Kopi

ଓଡିଆ ବାଇବେଲ

11 ପୁଣି, ବାବିଲର ରାଜା ନବୂଖଦ୍‍ନିତ୍ସର ଯିରିମୀୟଙ୍କ ବିଷୟରେ ପ୍ରହରୀବର୍ଗର ସେନାପତି ନବୂଷରଦନ୍‍କୁ ଏହି ଆଜ୍ଞା କଲା,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ପୁଣି, ବାବିଲର ରାଜା ନବୂଖଦ୍‍ନିତ୍ସର ଯିରିମୀୟଙ୍କ ବିଷୟରେ ପ୍ରହରୀବର୍ଗର ସେନାପତି ନବୂଷରଦନ୍‍କୁ ଏହି ଆଜ୍ଞା କଲା,

Gade chapit la Kopi

ପବିତ୍ର ବାଇବଲ

11 ମାତ୍ର ବାବିଲର ରାଜା ନବୂଖ‌ଦ୍‌ନିତ୍ସର ଯିରିମିୟଙ୍କ ବିଷୟରେ ପ୍ରହରୀବର୍ଗର ସେନାପତି ନବୂଷରଦ‌‌‌ନ୍‌‌‌କୁ ଏହି ଆଜ୍ଞା ଦେଲେ।

Gade chapit la Kopi




ଯିରିମୀୟ 39:11
12 Referans Kwoze  

ପୁଣି, ସେ ଶତସେନାପତିଙ୍କି ତାଙ୍କର କୌଣସି ଆତ୍ମୀୟ ସ୍ଵଜନଙ୍କୁ ତାଙ୍କର ସେବା କରିବା ପାଇଁ ବାରଣ ନ କରିବାକୁ, ପୁଣି ତାଙ୍କୁ ବନ୍ଦୀ ରୂପେ ରକ୍ଷା କରି ତାଙ୍କ ପ୍ରତି କୋମଳ ବ୍ୟବହାର କରିବାକୁ ଆଦେଶ ଦେଲେ।


ପୁଣି, ଆମ୍ଭେ ତୁମ୍ଭକୁ ଦୁଷ୍ଟମାନଙ୍କ ହସ୍ତରୁ ଉଦ୍ଧାର କରିବା ଓ ଆମ୍ଭେ ତୁମ୍ଭକୁ ଭୟଙ୍କର ଲୋକମାନଙ୍କ ହସ୍ତରୁ ମୁକ୍ତ କରିବା।


ମାତ୍ର ସେ, କିଅବା ତାହାର ଦାସମାନେ ଅବା ଦେଶସ୍ଥ ଲୋକମାନେ, ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ଵାରା କଥିତ ସଦାପ୍ରଭୁଙ୍କ ବାକ୍ୟରେ ମନୋଯୋଗ କଲେ ନାହିଁ।


ସଦାପ୍ରଭୁ କହିଲେ, ଆମ୍ଭେ ନିଶ୍ଚୟ ମଙ୍ଗଳ ନିମନ୍ତେ ତୁମ୍ଭକୁ ସବଳ କରିବା; ଆମ୍ଭେ ନିଶ୍ଚୟ ବିପଦ ଓ ଦୁର୍ଦ୍ଦଶା ସମୟରେ ତୁମ୍ଭ ଶତ୍ରୁଗଣକୁ ତୁମ୍ଭ ନିକଟରେ ବିନତି କରାଇବା।


ସେ ଛଅଗୋଟି ସଙ୍କଟରୁ ତୁମ୍ଭକୁ ଉଦ୍ଧାର କରିବେ; ଆହୁରି, ସାତ ସଂକଟରୁ ତୁମ୍ଭକୁ କୌଣସି ଅମଙ୍ଗଳ ସ୍ପର୍ଶ କରିବ ନାହିଁ।


ମାତ୍ର ସେ ଦୀନହୀନକୁ ସେମାନଙ୍କ ଖଡ଼୍‍ଗରୂପ ମୁଖରୁ ଓ ପରାକ୍ରମୀମାନଙ୍କ ହସ୍ତରୁ ଉଦ୍ଧାର କରନ୍ତି।


ଏହେତୁ ଦରିଦ୍ର ଭରସା ପାଏ ଓ ଧର୍ମ ନିଜ ମୁଖ ବନ୍ଦ କରେ।


ସେମାନଙ୍କ ସକାଶୁ ଭୀତ ହୁଅ ନାହିଁ କାରଣ ସଦାପ୍ରଭୁ କହନ୍ତି, ତୁମ୍ଭକୁ ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭ ସଙ୍ଗେ ସଙ୍ଗେ ଅଛୁ।


ପୁଣି, ଆମ୍ଭେ ଏହି ଲୋକମାନଙ୍କ ନିକଟରେ ତୁମ୍ଭକୁ ପିତ୍ତଳର ଦୃଢ଼ ପ୍ରାଚୀର ସ୍ଵରୂପ କରିବା; ସେମାନେ ତୁମ୍ଭ ସଙ୍ଗେ ଯୁଦ୍ଧ କରିବେ, ମାତ୍ର ତୁମ୍ଭକୁ ପରାଜୟ କରି ପାରିବେ ନାହିଁ; କାରଣ ସଦାପ୍ରଭୁ କହନ୍ତି, ତୁମ୍ଭକୁ ତ୍ରାଣ କରିବା ପାଇଁ ଓ ତୁମ୍ଭର ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭ ସଙ୍ଗେ ସଙ୍ଗେ ଅଛୁ।


ଯିରୂଶାଲମ ଓ ଯିହୁଦାର ଯେସମସ୍ତ ବନ୍ଦୀ ଲୋକ ବାବିଲକୁ ନିଆ ଯାଉଥିଲେ, ସେମାନଙ୍କ ମଧ୍ୟରୁ ଶୃଙ୍ଖଳାବଦ୍ଧ ଯିରିମୀୟଙ୍କୁ ପ୍ରହରୀବର୍ଗର ସେନାପତି ନବୂସର୍ଦନ୍ ନେଇ ରାମା ନଗରରୁ ବିଦାୟ କଲା ଉତ୍ତାରେ ସଦାପ୍ରଭୁଙ୍କଠାରୁ ଯିରିମୀୟଙ୍କ ନିକଟରେ ଯେଉଁ ବାକ୍ୟ ଉପସ୍ଥିତ ହେଲା, ତହିଁର ବୃତ୍ତା;।


ଆଉ, ଏବେ ଦେଖ, ମୁଁ ଆଜି ତୁମ୍ଭ ହସ୍ତରେ ଥିବା ଶୃଙ୍ଖଳରୁ ତୁମ୍ଭକୁ ମୁକ୍ତ କଲି। ମୋʼ ସଙ୍ଗେ ବାବିଲକୁ ଯିବା ପାଇଁ ଯେବେ ତୁମ୍ଭକୁ ଭଲ ଦିଶେ, ତେବେ ଆସ, ଆଉ ମୁଁ ଭଲ ରୂପେ ତୁମ୍ଭର ତତ୍ତ୍ଵାବଧାନ କରିବି; ମାତ୍ର ମୋʼ ସଙ୍ଗେ ବାବିଲକୁ ଯିବା ପାଇଁ ଯେବେ ତୁମ୍ଭକୁ ଭଲ ନ ଦିଶେ, ତେବେ କ୍ଷା; ହୁଅ; ଦେଖ, ସମୁଦାୟ ଦେଶ ତୁମ୍ଭ ଆଗରେ ପଡ଼ିଛି; ଯେଉଁଠାକୁ ଯିବା ପାଇଁ ତୁମ୍ଭକୁ ଭଲ ଓ ଉପଯୁକ୍ତ ଦିଶେ, ସେଠାକୁ ଯାଅ।


ପଞ୍ଚମ ମାସରେ, ମାସର ଦଶମ ଦିନରେ, ବାବିଲର ରାଜା ନବୂଖଦ୍ନିତ୍ସର ରାଜାର ଅଧିକାରର ଊଣେଇଶ ବର୍ଷରେ, ବାବିଲ ରାଜାର ସମ୍ମୁଖରେ ଦଣ୍ତାୟମାନ ନବୂଷରଦନ୍ ନାମକ ପ୍ରହରୀବର୍ଗର ସେନାପତି ଯିରୂଶାଲମକୁ ଆସିଲାି।


Swiv nou:

Piblisite


Piblisite