Biblia Todo Logo
Bib sou entènèt

- Piblisite -




ଯିରିମୀୟ 39:12 - ପବିତ୍ର ବାଇବଲ (Re-edited) - (BSI)

12 ତୁମ୍ଭେ ତାଙ୍କୁ ନେଇ ଭଲ ରୂପେ ତାଙ୍କର ତତ୍ତ୍ଵାବଧାନ କର ଓ ତାଙ୍କର କୌଣସି କ୍ଷତି କର ନାହିଁ ପୁଣି, ସେ ଯେପରି ତୁମ୍ଭକୁ କହନ୍ତି, ସେପରି ତାଙ୍କ ପ୍ରତି କର।

Gade chapit la Kopi

ଓଡିଆ ବାଇବେଲ

12 “ତୁମ୍ଭେ ତାଙ୍କୁ ନେଇ ଭଲ ରୂପେ ତାଙ୍କର ତତ୍ତ୍ୱାବଧାନ କର ଓ ତାଙ୍କର କୌଣସି କ୍ଷତି କର ନାହିଁ; ପୁଣି, ସେ ଯେପରି ତୁମ୍ଭକୁ କହନ୍ତି, ସେପରି ତାଙ୍କ ପ୍ରତି କର।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 “ତୁମ୍ଭେ ତାଙ୍କୁ ନେଇ ଭଲ ରୂପେ ତାଙ୍କର ତତ୍ତ୍ୱାବଧାନ କର ଓ ତାଙ୍କର କୌଣସି କ୍ଷତି କର ନାହିଁ; ପୁଣି, ସେ ଯେପରି ତୁମ୍ଭକୁ କହନ୍ତି, ସେପରି ତାଙ୍କ ପ୍ରତି କର।”

Gade chapit la Kopi

ପବିତ୍ର ବାଇବଲ

12 “ତୁମ୍ଭେ ଯିରିମିୟଙ୍କୁ ଦେଖ ଓ ତାଙ୍କର ଯତ୍ନ ନିଅ। ତାଙ୍କର କୌଣସି କ୍ଷତି କର ନାହିଁ। ସେ ତୁମ୍ଭକୁ ଯାହା ମାଗିବେ, ତାହା ତାଙ୍କୁ ଦିଅ।”

Gade chapit la Kopi




ଯିରିମୀୟ 39:12
12 Referans Kwoze  

ମନୁଷ୍ୟର ଗତି ସଦାପ୍ରଭୁଙ୍କର ତୁଷ୍ଟିକର ହେଲେ, ସେ ତାହାର ଶତ୍ରୁମାନଙ୍କୁ ହିଁ ତାହା ସହିତ ଶାନ୍ତିରେ ବାସ କରାନ୍ତି।


ଆଉ, ଏବେ ଦେଖ, ମୁଁ ଆଜି ତୁମ୍ଭ ହସ୍ତରେ ଥିବା ଶୃଙ୍ଖଳରୁ ତୁମ୍ଭକୁ ମୁକ୍ତ କଲି। ମୋʼ ସଙ୍ଗେ ବାବିଲକୁ ଯିବା ପାଇଁ ଯେବେ ତୁମ୍ଭକୁ ଭଲ ଦିଶେ, ତେବେ ଆସ, ଆଉ ମୁଁ ଭଲ ରୂପେ ତୁମ୍ଭର ତତ୍ତ୍ଵାବଧାନ କରିବି; ମାତ୍ର ମୋʼ ସଙ୍ଗେ ବାବିଲକୁ ଯିବା ପାଇଁ ଯେବେ ତୁମ୍ଭକୁ ଭଲ ନ ଦିଶେ, ତେବେ କ୍ଷା; ହୁଅ; ଦେଖ, ସମୁଦାୟ ଦେଶ ତୁମ୍ଭ ଆଗରେ ପଡ଼ିଛି; ଯେଉଁଠାକୁ ଯିବା ପାଇଁ ତୁମ୍ଭକୁ ଭଲ ଓ ଉପଯୁକ୍ତ ଦିଶେ, ସେଠାକୁ ଯାଅ।


ରାଜାର ଅନ୍ତଃକରଣ ସଦାପ୍ରଭୁଙ୍କ ହସ୍ତରେ ଜଳପ୍ରଣାଳୀ ତୁଲ୍ୟ ଥାଏ; ସେ ଯେଉଁ ଆଡ଼େ ଇଚ୍ଛା, ସେ ଆଡ଼େ ତାହା ଫେରାନ୍ତି।


ପୁଣି, ତାଙ୍କ ସମସ୍ତ କ୍ଳେଶରୁ ତାଙ୍କୁ ଉଦ୍ଧାର କରି ମିସରର ରାଜା ଫାରୋଙ୍କ ସାକ୍ଷାତରେ ତାଙ୍କୁ ଅନୁଗ୍ରହ ଓ ଜ୍ଞାନ ପ୍ରଦାନ କଲେ; ସେଥିରେ ଫାରୋ ତାଙ୍କୁ ମିସର ଓ ଆପଣା ସମସ୍ତ ଗୃହର ଶାସନକର୍ତ୍ତା ସ୍ଵରୂପେ ନିଯୁକ୍ତ କଲେ।


ପୁଣି, ସେମାନେ ଆପଣା ଶତ୍ରୁଗଣ ସମ୍ମୁଖରେ ବନ୍ଦୀତ୍ଵ ସ୍ଥାନକୁ ଗଲେ ହେଁ ଆମ୍ଭେ ସେସ୍ଥାନରେ ଖଡ଼୍‍ଗକୁ ଆଜ୍ଞା କରିବା, ଆଉ ତାହା ସେମାନଙ୍କୁ ବଧ କରିବ ଓ ଆମ୍ଭେ ମଙ୍ଗଳ ନିମନ୍ତେ ନୁହେଁ, ମାତ୍ର ଅମଙ୍ଗଳ ନିମନ୍ତେ ସେମାନଙ୍କ ଉପରେ ଆପଣା ଦୃଷ୍ଟି ରଖିବା।


କାରଣ ଆମ୍ଭେ ମଙ୍ଗଳ ପାଇଁ ସେମାନଙ୍କ ପ୍ରତି ଆପଣା ଦୃଷ୍ଟି ରଖିବା ଓ ସେମାନଙ୍କୁ ପୁନର୍ବାର ଏହି ଦେଶକୁ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିର୍ମାଣ କରିବା ଓ ଭଗ୍ନ କରିବା ନାହିଁ; ଆମ୍ଭେ ସେମାନଙ୍କୁ ରୋପଣ କରିବା ଓ ଉତ୍ପାଟନ କରିବା ନାହିଁ।


ଯାହା ନାହିଁ, ତୁମ୍ଭେ କି ତହିଁ ପ୍ରତି ଆପଣା ଚକ୍ଷୁ ନିର୍ଦ୍ଦେଶ କରିବ? କାରଣ ଆକାଶରେ ଉଡ଼ନ୍ତା ଉତ୍କ୍ରୋଶ ପକ୍ଷୀ ପରି ନିଶ୍ଚୟ ଧନ ଆପଣା ପାଇଁ ପକ୍ଷ କରେ।


ପୁଣି, ଆମ୍ଭେ ତୁମ୍ଭକୁ ଦୁଷ୍ଟମାନଙ୍କ ହସ୍ତରୁ ଉଦ୍ଧାର କରିବା ଓ ଆମ୍ଭେ ତୁମ୍ଭକୁ ଭୟଙ୍କର ଲୋକମାନଙ୍କ ହସ୍ତରୁ ମୁକ୍ତ କରିବା।


ତହିଁରେ ପ୍ରହରୀବର୍ଗର ସେନାପତି ନବୂସର୍ଦନ୍ ଓ ନବୂଶସ୍ବନ୍, ରବସାରୀସ୍ ଓ ନେର୍ଗଲ-ଶରେତ୍ସର, ରବମାଗ୍ ଓ ବାବିଲ ରାଜାର ସମସ୍ତ ପ୍ରଧାନବର୍ଗ ଲୋକ ପଠାଇଲେ।


ସଦାପ୍ରଭୁ କହିଲେ, ଆମ୍ଭେ ନିଶ୍ଚୟ ମଙ୍ଗଳ ନିମନ୍ତେ ତୁମ୍ଭକୁ ସବଳ କରିବା; ଆମ୍ଭେ ନିଶ୍ଚୟ ବିପଦ ଓ ଦୁର୍ଦ୍ଦଶା ସମୟରେ ତୁମ୍ଭ ଶତ୍ରୁଗଣକୁ ତୁମ୍ଭ ନିକଟରେ ବିନତି କରାଇବା।


Swiv nou:

Piblisite


Piblisite