ଯିରିମୀୟ 4:1 - ପବିତ୍ର ବାଇବଲ (Re-edited) - (BSI)1 ସଦାପ୍ରଭୁ କହନ୍ତି, ହେ ଇସ୍ରାଏଲ, ଯେବେ ତୁମ୍ଭେ ଫେରିବ, ତେବେ ଆମ୍ଭ ନିକଟକୁ ତୁମ୍ଭେ ଫେରି ଆସିବ; ଆଉ, ଯେବେ ତୁମ୍ଭେ ଆମ୍ଭ ଦୃଷ୍ଟିରୁ ତୁମ୍ଭର ଘୃଣାଯୋଗ୍ୟ ବିଷୟସବୁ ଦୂର କରିବ, ତେବେ ତୁମ୍ଭେ ସ୍ଥାନାନ୍ତରୀକୃତ ନୋହିବ; Gade chapit laଓଡିଆ ବାଇବେଲ1 ସଦାପ୍ରଭୁ କହନ୍ତି, “ହେ ଇସ୍ରାଏଲ, ଯଦି ତୁମ୍ଭେ ଫେରିବ, ତେବେ ଆମ୍ଭ ନିକଟକୁ ତୁମ୍ଭେ ଫେରି ଆସିବ; ଆଉ, ଯଦି ତୁମ୍ଭେ ଆମ୍ଭ ଦୃଷ୍ଟିରୁ ତୁମ୍ଭର ଘୃଣାଯୋଗ୍ୟ ବିଷୟସବୁ ଦୂର କରିବ, ତେବେ ତୁମ୍ଭେ ସ୍ଥାନାନ୍ତରୀକୃତ ହେବ ନାହିଁ; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ସଦାପ୍ରଭୁ କହନ୍ତି, “ହେ ଇସ୍ରାଏଲ, ଯଦି ତୁମ୍ଭେ ଫେରିବ, ତେବେ ଆମ୍ଭ ନିକଟକୁ ତୁମ୍ଭେ ଫେରି ଆସିବ; ଆଉ, ଯଦି ତୁମ୍ଭେ ଆମ୍ଭ ଦୃଷ୍ଟିରୁ ତୁମ୍ଭର ଘୃଣାଯୋଗ୍ୟ ବିଷୟସବୁ ଦୂର କରିବ, ତେବେ ତୁମ୍ଭେ ସ୍ଥାନାନ୍ତରୀକୃତ ହେବ ନାହିଁ; Gade chapit laପବିତ୍ର ବାଇବଲ1 ସଦାପ୍ରଭୁ କହନ୍ତି, “ହେ ଇସ୍ରାଏଲ ଯଦି ତୁମ୍ଭେ ଫେରି ଆସିବାକୁ ଇଚ୍ଛା କରୁଛ, ତେବେ ମୋ’ ନିକଟକୁ ଫେରି ଆସ। ଯଦି ତୁମ୍ଭେ ସମସ୍ତ ମୂର୍ତ୍ତି ମୋ’ ଚକ୍ଷୁ ସମ୍ମୁଖରୁ ଫିଙ୍ଗିଦିଅ ଓ ବିପଥଗାମୀ ହୁଅ ନାହିଁ। Gade chapit la |
ତହିଁରେ ଶାମୁୟେଲ ସମୁଦାୟ ଇସ୍ରାଏଲ-ବଂଶକୁ କହିଲେ, ଯେବେ ତୁମ୍ଭେମାନେ ସମସ୍ତ ଅନ୍ତଃକରଣ ସହିତ ସଦାପ୍ରଭୁଙ୍କ ପ୍ରତି ଫେରୁଅଛ, ତେବେ ଆପଣାମାନଙ୍କ ମଧ୍ୟରୁ ବିଦେଶୀୟ ଦେବତାମାନଙ୍କୁ ଓ ଅଷ୍ଟାରୋତ୍ ଦେବୀଗଣକୁ ଦୂର କର ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କ ଅନ୍ତଃକରଣ ପ୍ରସ୍ତୁତ କର ଓ କେବଳ ତାହାଙ୍କୁ ସେବା କର; ତହିଁରେ ସେ ପଲେଷ୍ଟୀୟମାନଙ୍କ ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କରିବେ।
ମଧ୍ୟ ଆମ୍ଭେ ଆପଣାର ସମସ୍ତ ଦାସ ଭବିଷ୍ୟଦ୍-ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ପ୍ରଭାତରେ ଉଠି ସେମାନଙ୍କୁ ପଠାଇ ତୁମ୍ଭମାନଙ୍କୁ କହିଅଛୁ, ତୁମ୍ଭେମାନେ ପ୍ରତ୍ୟେକେ ଏବେ ଆପଣା ଆପଣା କୁପଥରୁ ଫେର, ଆପଣମାନଙ୍କର ଆଚରଣ ଶୁଧରାଅ ଓ ଅନ୍ୟ ଦେବଗଣର ସେବା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍ଗାମୀ ହୁଅ ନାହିଁ, ତହିଁରେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପିତୃପୁରୁଷ-ମାନଙ୍କୁ ଆମ୍ଭର ଦତ୍ତ ଦେଶରେ ତୁମ୍ଭେମାନେ ବାସ କରିବ; ମାତ୍ର ତୁମ୍ଭେମାନେ କର୍ଣ୍ଣପାତ କରି ନାହଁ, କିଅବା ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ।
ତୁମ୍ଭେମାନେ ଆପଣାମାନଙ୍କର ପୂର୍ବପୁରୁଷଗଣର ତୁଲ୍ୟ ହୁଅ ନାହିଁ, ଯେଉଁମାନଙ୍କୁ ଡାକି ପୂର୍ବକାଳର ଭବିଷ୍ୟଦ୍-ବକ୍ତାମାନେ ଉଚ୍ଚୈଃସ୍ଵରରେ କହିଲେ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆପଣା ଆପଣା କୁପଥରୁ ଓ ଆପଣା ଆପଣା କୁକ୍ରିୟାରୁ ଏବେ ଫେର। ମାତ୍ର ସେମାନେ ଶୁଣିଲେ ନାହିଁ, କିଅବା ଆମ୍ଭ ପ୍ରତି କର୍ଣ୍ଣପାତ କଲେ ନାହିଁ, ଏହା ସଦାପ୍ରଭୁ କହନ୍ତି।