Biblia Todo Logo
Bib sou entènèt

- Piblisite -




ଯିରିମୀୟ 4:10 - ପବିତ୍ର ବାଇବଲ (Re-edited) - (BSI)

10 ଏଥିରେ ମୁଁ କହିଲି, ହାୟ ହାୟ, ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଏହି ଲୋକମାନଙ୍କୁ ଓ ଯିରୂଶାଲମକୁ ତୁମ୍ଭମାନଙ୍କର ଶାନ୍ତି ହେବ ବୋଲି କହି ନିଶ୍ଚୟ ଅତିଶୟ ଭ୍ରାନ୍ତ କରିଅଛ; ଯେହେତୁ ଖଡ଼୍‍ଗ ପ୍ରାଣକୁ ଆଘାତ କରୁଅଛି।

Gade chapit la Kopi

ଓଡିଆ ବାଇବେଲ

10 ଏଥିରେ ମୁଁ କହିଲି, “ହାୟ ହାୟ, ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଏହି ଲୋକମାନଙ୍କୁ ଓ ଯିରୂଶାଲମକୁ ତୁମ୍ଭମାନଙ୍କର ଶାନ୍ତି ହେବ ବୋଲି କହି ନିଶ୍ଚୟ ଅତିଶୟ ଭ୍ରାନ୍ତ କରିଅଛ; ଯେହେତୁ ଖଡ୍ଗ ପ୍ରାଣକୁ ଆଘାତ କରୁଅଛି।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଏଥିରେ ମୁଁ କହିଲି, “ହାୟ ହାୟ, ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଏହି ଲୋକମାନଙ୍କୁ ଓ ଯିରୂଶାଲମକୁ ତୁମ୍ଭମାନଙ୍କର ଶାନ୍ତି ହେବ ବୋଲି କହି ନିଶ୍ଚୟ ଅତିଶୟ ଭ୍ରାନ୍ତ କରିଅଛ; ଯେହେତୁ ଖଡ୍ଗ ପ୍ରାଣକୁ ଆଘାତ କରୁଅଛି।”

Gade chapit la Kopi

ପବିତ୍ର ବାଇବଲ

10 ଏଥିରେ ମୁଁ, ଯିରିମିୟ କହିଲି, “ହେ ସଦାପ୍ରଭୁ ମୋର ପ୍ରଭୁ, ତୁମ୍ଭେ ଯିହୁଦା ଓ ଯିରୁଶାଲମର ଲୋକମାନଙ୍କୁ ପ୍ରକୃତରେ ଭ୍ରାନ୍ତିରେ ପକାଇଛ। ତୁମ୍ଭେ ସେମାନଙ୍କୁ କହିଛ, ‘ତୁମ୍ଭେମାନେ ଶାନ୍ତି ପାଇବ।’ କିନ୍ତୁ ସେମାନଙ୍କ ଗଳା ପାଖରେ ‌‌ଖ‌ଡ଼୍‌ଗ ଅଛି।”

Gade chapit la Kopi




ଯିରିମୀୟ 4:10
21 Referans Kwoze  

ସେମାନେ ସଦାପ୍ରଭୁଙ୍କୁ ଅସ୍ଵୀକାର କରି କହିଲେ, ଏ ତ ସେ ନୁହଁନ୍ତି; ପୁଣି, ଆମ୍ଭମାନଙ୍କ ପ୍ରତି ଅମଙ୍ଗଳ ଘଟିବ ନାହିଁ; କିଅବା ଆମ୍ଭେମାନେ ଖଡ଼୍‍ଗ କି ଦୁର୍ଭିକ୍ଷ ଦେଖିବା ନାହିଁ;


କାରଣ ଆମ୍ଭେ ଆପଣା ସକାଶୁ ଓ ଆମ୍ଭ ଦାସ ଦାଉଦ ସକାଶୁ ଏହି ନଗରକୁ ରକ୍ଷା କରିବା ପାଇଁ ସପକ୍ଷ ହେବା।


ଆଉ, ଯେପରି ସେମାନେ ଈଶ୍ଵର ବିଷୟକ ଜ୍ଞାନ ଗ୍ରହଣ କରିବାକୁ ଅସ୍ଵୀକୃତ ହେଲେ, ସେହିପରି ଈଶ୍ଵର ଅନୁଚିତ କର୍ମ କରିବା ନିମନ୍ତେ ସେମାନଙ୍କୁ ଭ୍ରଷ୍ଟ ମତିରେ ସମର୍ପଣ କଲେ।


ଏହି କାରଣରୁ ଈଶ୍ଵର ସେମାନଙ୍କୁ ଜଘନ୍ୟ ପାପପ୍ରବୃତ୍ତିରେ ସମର୍ପଣ କଲେ, କାରଣ ସେମାନଙ୍କ ସ୍ତ୍ରୀମାନେ ସ୍ଵାଭାବିକ ବ୍ୟବହାର ପରିବର୍ତ୍ତେ ଅସ୍ଵାଭାବିକ ବ୍ୟବହାର କଲେ,


ଏଣୁ ଈଶ୍ଵର ସେମାନଙ୍କ ହୃଦୟର କୁଅଭିଳାଷ ଅନୁସାରେ ସେମାନଙ୍କୁ ଅଶୁଚିତାରେ ସମର୍ପଣ କଲେ, ଯେପରି ସେମାନଙ୍କ ଶରୀର ପରସ୍ପର ଦ୍ଵାରା କଳୁଷିତ ହୁଏ।


ପୁଣି, ମୁଁ ଏହି ଭବିଷ୍ୟଦ୍ବାକ୍ୟ ପ୍ରଚାର କଲା ବେଳେ ବନାୟର ପୁତ୍ର ପ୍ଲଟୀୟ ମଲା। ତହିଁରେ ମୁଁ ଉବୁଡ଼ ହୋଇ ପଡ଼ି ଉଚ୍ଚସ୍ଵରରେ କ୍ରନ୍ଦନ କରି କହିଲି, ଆହା, ପ୍ରଭୁ, ସଦାପ୍ରଭୁଣ! ତୁମ୍ଭେ କି ଇସ୍ରାଏଲର ଅବଶିଷ୍ଟାଂଶକୁ ସମ୍ପୂର୍ଣ୍ଣ ରୂପେ ଶେଷ କରିବ?


ଆବାଳବୃଦ୍ଧଲୋକ ବାଟରେ ଭୂମିରେ ପଡ଼ିଅଛନ୍ତି; ଆମ୍ଭର କୁମାରୀ ଓ ଯୁବକଗଣ ଖଡ଼୍‍ଗରେ ହତ ହୋଇ ପଡ଼ିଅଛନ୍ତି; ତୁମ୍ଭେ ସେମାନଙ୍କୁ ଆପଣା କ୍ରୋଧର ଦିନରେ ବଧ କରିଅଛ; ତୁମ୍ଭେ ଦୟା ନ କରି ହତ୍ୟା କରିଅଛ।


ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଆପଣା ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ଵାରା ଆକାଶମଣ୍ତଳ ଓ ପୃଥିବୀ ନିର୍ମାଣ କରିଅଛ; ତୁମ୍ଭର ଅସାଧ୍ୟ କିଛି ହିଁ ନାହିଁ;


ସେମାନେ ଆମ୍ଭର ଅବଜ୍ଞାକାରୀମାନଙ୍କୁ ଅନୁକ୍ଷଣେ କହନ୍ତି, ସଦାପ୍ରଭୁ କହିଅଛନ୍ତି, ତୁମ୍ଭମାନଙ୍କର ଶାନ୍ତି ହେବ; ପୁଣି, ଯେଉଁମାନେ ଆପଣା ଆପଣା ହୃଦୟର ଅବାଧ୍ୟତାନୁସାରେ ଆଚରଣ କରନ୍ତି, ସେହି ପ୍ରତ୍ୟେକ ଲୋକଙ୍କୁ ସେମାନେ କହନ୍ତି, ତୁମ୍ଭମାନଙ୍କ ପ୍ରତି କୌଣସି ଅମଙ୍ଗଳ ଘଟିବ ନାହିଁ।


ପୁଣି, ଶାନ୍ତି ନ ଥିଲେ ହେଁ ସେମାନେ ଶାନ୍ତି, ଶାନ୍ତି ବୋଲି କହି ଆମ୍ଭ ଲୋକମାନଙ୍କ କନ୍ୟାର କ୍ଷତ ଉପରେ ଉପରେ ସୁସ୍ଥ କରନ୍ତି।


ଆହୁରି, ଶାନ୍ତି ନ ଥିଲେ ହେଁ ସେମାନେ ଶାନ୍ତି ଶାନ୍ତି ବୋଲି କହି ଆମ୍ଭ ଲୋକମାନଙ୍କ କ୍ଷତ ହାଲୁକା ଭାବରେ ସୁସ୍ଥ କରିଅଛନ୍ତି।


ତୁମ୍ଭର ଆଚରଣ ଓ ତୁମ୍ଭର କ୍ରିୟା ଏହିସବୁ ତୁମ୍ଭ ପ୍ରତି ଘଟାଇଅଛି; ଏହା ତୁମ୍ଭ ଦୁଷ୍ଟତାର ଫଳ, ହଁ, ତାହା ତିକ୍ତ, ହଁ, ତାହା ମର୍ମଭେଦକ।


ଏଥିରେ ମୁଁ କହିଲି, ହାୟ ହାୟ, ହେ ପ୍ରଭୁ, ସଦାପ୍ରଭୁ! ଦେଖ, ମୁଁ କଥା କହି ଜାଣେ ନାହିଁ କାରଣ ମୁଁ ତ ବାଳକ।


ହେ ସଦାପ୍ରଭୋ, ଆମ୍ଭମାନଙ୍କୁ ତୁମ୍ଭ ପଥରୁ କାହିଁକି ଭ୍ରାନ୍ତ କରାଉଅଛ ଓ ତୁମ୍ଭକୁ ଭୟ କରିବା ପ୍ରତି ଆମ୍ଭମାନଙ୍କ ଅନ୍ତଃକରଣକୁ କଠିନ କରାଉଅଛଣ? ଆପଣା ଦାସମାନଙ୍କର, ଆପଣା ଅଧିକାର ସ୍ଵରୂପ ଗୋଷ୍ଠୀଗଣର ସକାଶୁ ଫେର।


ସେମାନେ ଦର୍ଶକଗଣକୁ କହନ୍ତି, ତୁମ୍ଭେମାନେ ଦର୍ଶନ କର ନାହିଁ ଓ ଭବିଷ୍ୟଦ୍ବକ୍ତାଗଣକୁ କହନ୍ତି, ତୁମ୍ଭେମାନେ ଆମ୍ଭମାନଙ୍କ ନିକଟରେ ଯଥାର୍ଥ ବାକ୍ୟ ପ୍ରଚାର କର ନାହିଁ, ଆମ୍ଭମାନଙ୍କୁ କୋମଳ କଥା କୁହ ଓ ଭ୍ରାନ୍ତିଜନକ ବାକ୍ୟ ପ୍ରଚାର କର;


ନୋହିଲେ ଏହିଥର ଆମ୍ଭେ ତୁମ୍ଭ ହୃଦୟ ବିରୁଦ୍ଧରେ, ପୁଣି ତୁମ୍ଭ ଦାସଗଣ ଓ ଲୋକମାନଙ୍କ ମଧ୍ୟରେ ଆମ୍ଭର ସର୍ବପ୍ରକାର ମହାମାରୀ ପଠାଇବା; ତହିଁରେ ସମୁଦାୟ ପୃଥିବୀରେ ଆମ୍ଭ ତୁଲ୍ୟ କେହି ନାହିଁ, ଏହା ତୁମ୍ଭେ ଜ୍ଞାତ ହେବ।


ଅନନ୍ତର ମୋଶା ସଦାପ୍ରଭୁଙ୍କ ନିକଟକୁ ଫେରିଯାଇ କହିଲେ, ହେ ପ୍ରଭୋ, ତୁମ୍ଭେ ଏହି ଲୋକମାନଙ୍କର ଅମଙ୍ଗଳ କାହିଁକି କଲ? ମୋତେ ବା ପଠାଇଲ କାହିଁକି?


Swiv nou:

Piblisite


Piblisite