Biblia Todo Logo
Bib sou entènèt

- Piblisite -




ଯିରିମୀୟ 4:12 - ପବିତ୍ର ବାଇବଲ (Re-edited) - (BSI)

12 ସେହିସବୁ ସ୍ଥାନରୁ ଘୂର୍ଣ୍ଣିବାୟୁ ଆମ୍ଭ ସପକ୍ଷରେ ଆସିବ; ଏବେ ଆମ୍ଭେ ହିଁ ଲୋକମାନଙ୍କ ବିରୁଦ୍ଧରେ ଦଣ୍ତାଜ୍ଞା ପ୍ରକାଶ କରିବା।

Gade chapit la Kopi

ଓଡିଆ ବାଇବେଲ

12 ସେହିସବୁ ସ୍ଥାନରୁ ଘୂର୍ଣ୍ଣିବାୟୁ ଆମ୍ଭ ସପକ୍ଷରେ ଆସିବ; ଏବେ ଆମ୍ଭେ ହିଁ ଲୋକମାନଙ୍କ ବିରୁଦ୍ଧରେ ଦଣ୍ଡାଜ୍ଞା ପ୍ରକାଶ କରିବା।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ସେହି ସବୁ ସ୍ଥାନରୁ ଘୂର୍ଣ୍ଣିବାୟୁ ଆମ୍ଭ ସପକ୍ଷରେ ଆସିବ; ଏବେ ଆମ୍ଭେ ହିଁ ଲୋକମାନଙ୍କ ବିରୁଦ୍ଧରେ ଦଣ୍ଡାଜ୍ଞା ପ୍ରକାଶ କରିବା।”

Gade chapit la Kopi

ପବିତ୍ର ବାଇବଲ

12 ଏହାଠାରୁ ଏକ ଶକ୍ତିଶାଳୀ ବାୟୁ ଆମ୍ଭ ପାଖକୁ ଆସୁଛି। ବର୍ତ୍ତମାନ ଯିହୁଦାର ଲୋକମାନଙ୍କ ବିରୁଦ୍ଧରେ ଆମ୍ଭେ ଆପଣା ଦଣ୍ଡ ଘୋଷଣା କରୁଅଛୁ।”

Gade chapit la Kopi




ଯିରିମୀୟ 4:12
10 Referans Kwoze  

ତହିଁରେ ସେମାନେ ଆମ୍ଭକୁ ପରିତ୍ୟାଗ କରିବାରେ ଓ ଅନ୍ୟ ଦେବତାମାନଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇବାରେ ଓ ଆପଣାମାନଙ୍କ ହସ୍ତକୃତ ବସ୍ତୁକୁ ପ୍ରଣାମ କରିବାରେ ଯେଉଁ ଯେଉଁ ଦୁଷ୍ଟତା କରିଅଛନ୍ତି; ସେସକଳର ବିରୁଦ୍ଧରେ ଆମ୍ଭେ ଆପଣା ବିଚାର ପ୍ରକାଶ କରିବା।


ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ, ଆମ୍ଭେ ହିଁ ତୁମ୍ଭର ବିପକ୍ଷ ଅଟୁ ଓ ଆମ୍ଭେ ଗୋଷ୍ଠୀଗଣର ସାକ୍ଷାତରେ ତୁମ୍ଭ ମଧ୍ୟରେ ବିଚାର ସାଧନ କରିବା।


ସେ ଦୁଷ୍ଟମାନଙ୍କ ଉପରେ ଜାଲ ବର୍ଷାଇବେ; ଅଗ୍ନି ଓ ଗନ୍ଧକ ଓ ଝାଞ୍ଜି ପବନ ସେମାନଙ୍କ ପାନପାତ୍ରର ଅଂଶ ହେବ।


ସେସମୟରେ ଏହି ଲୋକମାନଙ୍କୁ ଓ ଯିରୂଶାଲମକୁ କୁହାଯିବ, ପ୍ରାନ୍ତରସ୍ଥ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀରୁ ଆମ୍ଭ ଲୋକମାନଙ୍କର କନ୍ୟା ଆଡ଼କୁ ଉଷ୍ମ ବାୟୁ ଆସୁଅଛି, ତାହା ଶସ୍ୟ ଝାଡ଼ିବା କି ପରିଷ୍କାର କରିବା ନିମନ୍ତେ ନୁହେଁ;


ଦେଖ, ସେ ମେଘମାଳା ତୁଲ୍ୟ ଆସୁଅଛି, ତାହାର ରଥସବୁ ଘୂର୍ଣ୍ଣିବାୟୁ ସ୍ଵରୂପ ହେବ; ତାହାର ଅଶ୍ଵଗଣ ଉତ୍କୋଶ ପକ୍ଷୀ ଅପେକ୍ଷା ଦ୍ରୁତଗାମୀ। ହାୟ ହାୟ! ଆମ୍ଭେମାନେ ବିନଷ୍ଟ ହେଲୁ।


ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ବାବିଲ ବିରୁଦ୍ଧରେ ଓ ଲେବ-କାମାଇ (ମୋର ପ୍ରତିରୋଧକାରୀମାନଙ୍କ ଅନ୍ତଃକରଣ) ନିବାସୀମାନଙ୍କ ବିରୁଦ୍ଧରେ ଏକ ବିନାଶକ ବାୟୁ ଉତ୍ପନ୍ନ କରିବା।


ଯଦ୍ୟପି ସେ ଆପଣା ଭ୍ରାତୃଗଣ ମଧ୍ୟରେ ଫଳବାନ ହୁଏ, ତଥାପି ପୂର୍ବୀୟ ବାୟୁ ସଦାପ୍ରଭୁଙ୍କର ଶ୍ଵାସ ପ୍ରାନ୍ତରରୁ ଆସିବ, ତହିଁରେ ତାହାର ନିର୍ଝର ଶୁଷ୍କ ହେବ ଓ ତାହାର ଜଳାକାର ଶୁଖିଯିବ; ସେ ତାହାର ଯାବତୀୟ ମନୋହର ପାତ୍ରର ଭଣ୍ତାର ଲୁଟ କରିବେ।


ଏଉତ୍ତାରେ ସେ ବାୟୁ ତୁଲ୍ୟ ବହି ବ୍ୟାପି ଯିବ ଓ ସେ, ଅର୍ଥାତ୍, ଯାହାର ଶକ୍ତି ତାହାର ଦେବତା, ସେ ଦଣ୍ତନୀୟ ହେବ।


Swiv nou:

Piblisite


Piblisite