Biblia Todo Logo
Bib sou entènèt

- Piblisite -




ଯିରିମୀୟ 4:24 - ପବିତ୍ର ବାଇବଲ (Re-edited) - (BSI)

24 ମୁଁ ପର୍ବତମାଳାକୁ ଅନାଇଲି, ଆଉ ଦେଖ, ସେସବୁ କମ୍ପିଲେ ଓ ଉପପର୍ବତସବୁ ଏଣେତେଣେ ଦୋହଲିଲେ।

Gade chapit la Kopi

ଓଡିଆ ବାଇବେଲ

24 ମୁଁ ପର୍ବତମାଳାକୁ ଅନାଇଲି, ଆଉ ଦେଖ, ସେସବୁ କମ୍ପିଲେ ଓ ଉପପର୍ବତସବୁ ଏଣେତେଣେ ଦୋହଲିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ମୁଁ ପର୍ବତମାଳାକୁ ଅନାଇଲି, ଆଉ ଦେଖ, ସେସବୁ କମ୍ପିଲେ ଓ ଉପପର୍ବତସବୁ ଏଣେତେଣେ ଦୋହଲିଲେ।

Gade chapit la Kopi

ପବିତ୍ର ବାଇବଲ

24 ମୁଁ ପର୍ବତମାଳାକୁ ଅନାଇ ଦେଖିଲି ସେଗୁଡ଼ିକ କମ୍ପିତ ହେଉଥିଲେ ଓ ଉପପର୍ବତଗୁଡ଼ିକ ଦୋହଲୁଥିଲେ।

Gade chapit la Kopi




ଯିରିମୀୟ 4:24
19 Referans Kwoze  

ତହିଁରେ ସମୁଦ୍ରର ମତ୍ସ୍ୟଗଣ, ଆକାଶର ପକ୍ଷୀଗଣ ଓ କ୍ଷେତ୍ରର ପଶୁଗଣ ଓ ଭୂଚର ଉରୋଗାମୀ ଜନ୍ତୁସମସ୍ତ, ଆଉ ପୃଥିବୀସ୍ଥ ମନୁଷ୍ୟ ସକଳ ଆମ୍ଭ ସାକ୍ଷାତରେ କମ୍ପମାନ ହେବେ ଓ ପର୍ବତସବୁ ଉତ୍ପାଟିତ ହେବେ, ଆଉ ଗଡ଼ନ୍ତି ସ୍ଥାନସବୁ ପଡ଼ିଯିବ ଓ ପ୍ରତ୍ୟେକ ପ୍ରାଚୀର ଭୂମିସାତ୍ ହେବ।


ମାତ୍ର ସଦାପ୍ରଭୁ ସତ୍ୟ ପରମେଶ୍ଵର ଅଟନ୍ତି; ସେ ଜୀବତ ପରମେଶ୍ଵର ଓ ଅନ; କାଳସ୍ଥାୟୀ ରାଜା; ତାହାଙ୍କ କୋପରେ ପୃଥିବୀ କମ୍ପିତ ହୁଏ, ପୁଣି ସର୍ବଦେଶୀୟମାନେ ତାହାଙ୍କର କ୍ରୋଧ ସହି ପାରନ୍ତି ନାହିଁ।


ଏହିହେତୁ ସଦାପ୍ରଭୁଙ୍କର କ୍ରୋଧ ତାହାଙ୍କ ଲୋକମାନଙ୍କ ବିରୁଦ୍ଧରେ ପ୍ରଜ୍ଵଳିତ ହୋଇଅଛି ଓ ସେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ସେମାନଙ୍କୁ ଆଘାତ କରିଅଛନ୍ତି, ପୁଣି ଉପପର୍ବତଗଣ କମ୍ପିଲେ ଓ ଲୋକମାନଙ୍କ ଶବ ସଡ଼କ ମଧ୍ୟରେ ଅଳିଆ ପରି ହେଲା। ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି ।


ତହିଁରେ ଅଗ୍ନି ଆଗରେ ଯେପରି ମହମ ତରଳି ଯାଏ ଓ ଗଡ଼ନ୍ତି ସ୍ଥାନରେ ଜଳ ଗଡ଼ିପଡ଼େ, ସେପରି ତାହାଙ୍କ ପଦ ତଳେ ପର୍ବତଗଣ ତରଳି ଯିବେ ଓ ତଳଭୂମିସକଳ ବିଦୀର୍ଣ୍ଣ ହେବ।


ତାହାଙ୍କ ବିଜୁଳି ଜଗତକୁ ଦୀପ୍ତିମାନ କଲା; ପୃଥିବୀ ଦେଖି କମ୍ପିଲା।


ସେତେବେଳେ ପୃଥିବୀ ଟଳଟଳ ଓ କମ୍ପିତ ହେଲା, ପର୍ବତଗଣର ଭିତ୍ତିମୂଳ ମଧ୍ୟ ବିଚଳିତ ହେଲା ଓ ତାହାଙ୍କ କୋପ ସକାଶୁ ଟଳଟଳ ହେଲା।


ଏଥିରେ ସେ କହିଲେ, ତୁମ୍ଭେ ବାହାର ହୋଇ ଏହି ପର୍ବତରେ ସଦାପ୍ରଭୁଙ୍କ ସମ୍ମୁଖରେ ଛିଡ଼ା ହୁଅ। ଆଉ ଦେଖ, ସଦାପ୍ରଭୁ ନିକଟ ଦେଇ ଗମନ କଲେ, ତହିଁରେ ପ୍ରବଳ ଓ ପ୍ରଚଣ୍ତ ବାୟୁ ସଦାପ୍ରଭୁଙ୍କ ସମ୍ମୁଖରେ ପର୍ବତଗଣକୁ ବିଦୀର୍ଣ୍ଣ କଲା ଓ ଶୈଳସବୁ ଭାଙ୍ଗି ଖଣ୍ତ ଖଣ୍ତ କଲା; ମାତ୍ର ସଦାପ୍ରଭୁ ସେହି ବାୟୁରେ ନ ଥିଲେ; ପୁଣି ବାୟୁ ଉତ୍ତାରେ ଭୂମିକମ୍ପ ହେଲା; ମାତ୍ର ସଦାପ୍ରଭୁ ସେହି ଭୂମିକମ୍ପରେ ନ ଥିଲେ।


ପର୍ବତଗଣ ତୁମ୍ଭଙ୍କୁ ଦେଖି ଭୀତ ହେଲେ; ପ୍ରଚଣ୍ତ ଜଳରାଶି ବହିଗଲା; ବାରିଧି ଆପଣା ରବ ଶୁଣାଇଲା ଓ ଆପଣା ହସ୍ତ ଉଚ୍ଚକୁ ଉଠାଇଲା।


ସେ ଠିଆ ହୋଇ ପୃଥିବୀର ପରିମାଣ କଲେ। ସେ ଦୃଷ୍ଟିପାତ କରି ଗୋଷ୍ଠୀଗଣକୁ ଭିନ୍ନଭିନ୍ନ କରି ତଡ଼ି ଦେଲେ; ଆଉ, ଚିରସ୍ଥାୟୀ ପର୍ବତଗଣ ଛିନ୍ନଭିନ୍ନ କରାଗଲେ, ନିତ୍ୟସ୍ଥାୟୀ ଉପପର୍ବତଗଣ ନତ ହେଲେ; ତାହାଙ୍କର ଗତି ପୁରାତନ କାଳର ଗତି ତୁଲ୍ୟ ଥିଲା।


ଦାନ୍ ନଗରଠାରୁ ତାହାର ଅଶ୍ଵଗଣର ନାସା ଶଦ୍ଦ ଶୁଣା ଯାଉଅଛି; ତାହାର ବଳିଷ୍ଠ ଅଶ୍ଵଗଣର ହିଁ ହିଁ ଶଦ୍ଦରେ ସମୁଦାୟ ଦେଶ କମ୍ପୁଅଛି; କାରଣ ସେମାନେ ଆସିଅଛନ୍ତି, ଆଉ ଦେଶ ଓ ତନ୍ମଧ୍ୟସ୍ଥିତ ସକଳ ନଗର ଓ ତନ୍ନିବାସୀଗଣକୁ ଗ୍ରାସ କରିଅଛନ୍ତି;


ଘୂର୍ଣ୍ଣିବାୟୁରେ ତୁମ୍ଭର ବଜ୍ରଧ୍ଵନି ହେଲା; ବିଜୁଳି ଜଗତକୁ ଆଲୁଅମୟ କଲା; ପୃଥିବୀ କମ୍ପିତ ଓ ଥରହର ହେଲା।


ଆକାଶମଣ୍ତଳ ଚର୍ମପୁସ୍ତକ ଗୁଡ଼ା ହେଲା ପରି ଗୁଡ଼ା ହୋଇ ଦୂରୀଭୂତ ହେଲା, ପୁଣି ପର୍ବତ ଓ ଦ୍ଵୀପସମସ୍ତ ସ୍ଥାନାନ୍ତରିତ ହେଲେ।


ସେତେବେଳେ ସୀନୟ ପର୍ବତ ଧୂମମୟ ଥିଲା, କାରଣ ସଦାପ୍ରଭୁ ଅଗ୍ନି ବାହନରେ ତହିଁ ଉପରେ ଅବରୋହଣ କଲେ; ତହିଁରେ ଭାଟୀର ଧୂମ ପରି ତହିଁରୁ ଧୂମ ଉଠିଲା, ପୁଣି ସମୁଦାୟ ପର୍ବତ ଅତିଶୟ କମ୍ପିଲା।


ମୁଁ ପର୍ବତମାନର ବିଷୟରେ ରୋଦନ ଓ ହାହାକାର ଓ ପ୍ରାନ୍ତରସ୍ଥ ଚରାସ୍ଥାନସକଳର ବିଷୟରେ ବିଳାପ କରିବି, କାରଣ ସେସବୁ ଦଗ୍ଧ ହୋଇଅଛି ଓ ତହିଁର ମଧ୍ୟ ଦେଇ କେହି ଗତାୟାତ କରେ ନାହିଁ; ଅଥବା ଲୋକମାନେ ପଶୁପଲର ରବ ଶୁଣି ପାରନ୍ତି ନାହିଁ; ଆକାଶସ୍ଥ ପକ୍ଷୀଗଣ ଓ ଭୂଚର ପଶୁଗଣ ଉଭୟ ପଳାୟନ କରିଅଛନ୍ତି, ସେମାନେ ଚାଲି ଯାଇଅଛନ୍ତି।


ଏହେତୁ ଆମ୍ଭେ ଆକାଶମଣ୍ତଳକୁ କମ୍ପାନ୍ଵିତ କରିବା, ଆଉ ସୈନ୍ୟାଧିପତି ସଦାପ୍ରଭୁଙ୍କ କୋପରେ ଓ ତାହାଙ୍କ ପ୍ରଚଣ୍ତ କ୍ରୋଧର ଦିନରେ ପୃଥିବୀ ଟଳି ସ୍ଵସ୍ଥାନଚ୍ୟୁତ ହେବ।


ପୃଥିବୀ ମତ୍ତ ଲୋକ ପରି ଟଳଟଳ ହେବ ଓ କୁଡ଼ିଆ ଘର ପରି ଏଣେତେଣେ ଦୋହଲିବ; ଆଉ, ତାହାର ଅପରାଧ ତାହା ଉପରେ ଭାରୀ ହେବ, ତହିଁରେ ସେ ପଡ଼ିବ, ଆଉ ଉଠିବ ନାହିଁ।


Swiv nou:

Piblisite


Piblisite