Biblia Todo Logo
Bib sou entènèt

- Piblisite -




ଯିରିମୀୟ 4:3 - ପବିତ୍ର ବାଇବଲ (Re-edited) - (BSI)

3 କାରଣ ସଦାପ୍ରଭୁ ଯିହୁଦାର ଓ ଯିରୂଶାଲମର ଲୋକମାନଙ୍କୁ ଏହି କଥା କହନ୍ତି, ତୁମ୍ଭେମାନେ ଆପଣା-ମାନଙ୍କର ପଡ଼ିଆ-ଭୂମି ଚାଷ କର ଓ କଣ୍ଟାବଣ ମଧ୍ୟରେ ବୀଜ ବୁଣ ନାହିଁ।

Gade chapit la Kopi

ଓଡିଆ ବାଇବେଲ

3 କାରଣ ସଦାପ୍ରଭୁ ଯିହୁଦାର ଓ ଯିରୂଶାଲମର ଲୋକମାନଙ୍କୁ ଏହି କଥା କହନ୍ତି, ‘ତୁମ୍ଭେମାନେ ଆପଣାମାନଙ୍କର ପଡ଼ିଆ ଭୂମି ଚାଷ କର ଓ କଣ୍ଟାବଣ ମଧ୍ୟରେ ବୀଜ ବୁଣ ନାହିଁ।’”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 କାରଣ ସଦାପ୍ରଭୁ ଯିହୁଦାର ଓ ଯିରୂଶାଲମର ଲୋକମାନଙ୍କୁ ଏହି କଥା କହନ୍ତି, “ତୁମ୍ଭେମାନେ ଆପଣାମାନଙ୍କର ପଡ଼ିଆ ଭୂମି ଚାଷ କର ଓ କଣ୍ଟାବଣ ମଧ୍ୟରେ ବୀଜ ବୁଣ ନାହିଁ।

Gade chapit la Kopi

ପବିତ୍ର ବାଇବଲ

3 କାରଣ ସଦାପ୍ରଭୁ ଯିହୁଦା ଓ ଯିରୁଶାଳମର ଲୋକମାନଙ୍କୁ ଏହିକଥା କହନ୍ତି, “ତୁମ୍ଭେମାନେ ନିଜ ପାଇଁ ପଡ଼ିଆ ଭୂମି ପ୍ରସ୍ତୁତ କର ଓ କଣ୍ଟାବଣ ମଧ୍ୟରେ ବୀଜ ବୁଣ ନାହିଁ।

Gade chapit la Kopi




ଯିରିମୀୟ 4:3
10 Referans Kwoze  

ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଧାର୍ମିକତାରେ ବିହନ ବୁଣ, ଦୟାନୁଯାୟୀ ଶସ୍ୟ କାଟ; ଆପଣାମାନଙ୍କର ପଡ଼ିଆ-ଭୂମି ଭାଙ୍ଗ; କାରଣ ଯେପର୍ଯ୍ୟନ୍ତ ସଦାପ୍ରଭୁ ଆସି ତୁମ୍ଭମାନଙ୍କ ଉପରେ ଧାର୍ମିକତା ନ ବର୍ଷାନ୍ତି, ସେପର୍ଯ୍ୟନ୍ତ ତାହାଙ୍କର ଅନ୍ଵେଷଣ କରିବାର ସମୟ ଅଛି।


ଆଉ, କଣ୍ଟାଗଛଗୁଡ଼ାକ ମଧ୍ୟରେ ଯାହା ପଡ଼ିଲା, ତାହା ଏହିପରି ଲୋକେ, ଯେଉଁମାନେ ଶୁଣି ସାଂସାରିକ ଚିନ୍ତା, ଧନ ଓ ସୁଖଭୋଗର ବଶବର୍ତ୍ତୀ ହୋଇ ଜୀବନଯାତ୍ରା କରୁ କରୁ ଚାପି ହୋଇଯାଆନ୍ତି, ପୁଣି ପରିପକ୍ଵ ଫଳ ଉତ୍ପନ୍ନ କରନ୍ତି ନାହିଁ।


ଆଉ କେତେକ କଣ୍ଟାଗଛଗୁଡ଼ାକ ମଧ୍ୟରେ ପଡ଼ିଲା, ପୁଣି କଣ୍ଟା-ଗଛଗୁଡ଼ାକ ତାହା ସାଙ୍ଗେ ସାଙ୍ଗେ ବଢ଼ି ସେଗୁଡ଼ିକୁ ଚାପି ପକାଇଲା।


ଆଉ କେତେକ କଣ୍ଟାଗଛଗୁଡ଼ାକ ମଧ୍ୟରେ ପଡ଼ିଲା, ପୁଣି କଣ୍ଟାଗଛଗୁଡ଼ାକ ଉଠି ବଡ଼ ହୋଇ ସେଗୁଡ଼ିକୁ ଚାପି ପକାଇଲା।


ଆଉ, କେତେକ କଣ୍ଟାଗଛଗୁଡ଼ାକ ମଧ୍ୟରେ ପଡ଼ିଲା, ପୁଣି କଣ୍ଟାଗଛଗୁଡ଼ିକ ଉଠି ବଡ଼ ହୋଇ ସେଗୁଡ଼ିକୁ ଚାପିପକାଇଲା ଏବଂ କୌଣସି ଫଳ ଫଳିଲା ନାହିଁ।


ଯେ ବାକ୍ୟ ଶୁଣେ, ପୁଣି ସାଂସାରିକ ଚିନ୍ତା ଓ ଧନର ମାୟା ବାକ୍ୟକୁ ଚାପିପକାଏ, ଆଉ ସେ ଫଳହୀନ ହୁଏ, ସେହି ଜଣକ ବୁଣାଯାଇଥିବା କଣ୍ଟକମୟ ଭୂମି ସଦୃଶ।


ତହିଁରେ କଣ୍ଟା ଓ ଗୋଖରା ଗଛ ଜାତ ହେବ, ପୁଣି ତୁମ୍ଭେ କ୍ଷେତ୍ରର ଶାକ ଭୋଜନ କରିବ।


ମାତ୍ର ସପ୍ତମ ବର୍ଷରେ ତାକୁ ବିଶ୍ରାମ ଦେବ ଓ ପଡ଼ିଆ ରଖିବ; ତହିଁରେ ତୁମ୍ଭର ଦରିଦ୍ରମାନେ ଖାଇବାକୁ ପାଇବେ; ସେମାନେ ଯାହା ଅବଶିଷ୍ଟ ରଖିବେ, ତାହା ବନପଶୁମାନେ ଖାଇବେ। ପୁଣି ତୁମ୍ଭ ଦ୍ରାକ୍ଷାକ୍ଷେତ୍ର ଓ ଜୀତ ବୃକ୍ଷ ପ୍ରତି ମଧ୍ୟ ସେହିରୂପ କରିବ।


Swiv nou:

Piblisite


Piblisite