Biblia Todo Logo
Bib sou entènèt

- Piblisite -




ଯିରିମୀୟ 4:5 - ପବିତ୍ର ବାଇବଲ (Re-edited) - (BSI)

5 ତୁମ୍ଭେମାନେ ଯିହୁଦାରେ ପ୍ରଚାର କର ଓ ଯିରୂଶାଲମରେ ଘୋଷଣା କର; ଆଉ କୁହ, ତୁମ୍ଭେମାନେ ଦେଶରେ ତୂରୀ ବଜାଅ; ଉଚ୍ଚସ୍ଵର କରି କୁହ, ତୁମ୍ଭେମାନେ ଏକତ୍ର ହୁଅ, ଆସ, ଆମ୍ଭେମାନେ ଦୃଢ଼ ନଗରମାନଙ୍କୁ ଯାଉ।

Gade chapit la Kopi

ଓଡିଆ ବାଇବେଲ

5 ତୁମ୍ଭେମାନେ ଯିହୁଦାରେ ପ୍ରଚାର କର ଓ ଯିରୂଶାଲମରେ ଘୋଷଣା କର; ଆଉ କୁହ, ତୁମ୍ଭେମାନେ ଦେଶରେ ତୂରୀ ବଜାଅ; ଉଚ୍ଚସ୍ୱର କରି କୁହ, “ତୁମ୍ଭେମାନେ ଏକତ୍ର ହୁଅ, ଆସ, ଆମ୍ଭେମାନେ ଦୃଢ଼ ନଗରମାନଙ୍କୁ ଯାଉ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତୁମ୍ଭେମାନେ ଯିହୁଦାରେ ପ୍ରଚାର କର ଓ ଯିରୂଶାଲମରେ ଘୋଷଣା କର; “ଆଉ କୁହ, ତୁମ୍ଭେମାନେ ଦେଶରେ ତୂରୀ ବଜାଅ; ଉଚ୍ଚସ୍ୱର କରି କୁହ, ‘ତୁମ୍ଭେମାନେ ଏକତ୍ର ହୁଅ, ଆସ, ଆମ୍ଭେମାନେ ଦୃଢ଼ ନଗରମାନଙ୍କୁ ଯାଉ।’

Gade chapit la Kopi

ପବିତ୍ର ବାଇବଲ

5 “ତୁମ୍ଭେମାନେ ଯିହୁଦାର ଲୋକମାନଙ୍କୁ ଏହି ବାର୍ତ୍ତା ଦିଅ ଓ ଯିରୁଶାଲମରେ ଏହିକଥା ପ୍ରଗ୍ଭର କର। ‘ସମଗ୍ର ଦେଶରେ ତୂରୀ ବଜାଅ’ ଓ ଉଚ୍ଚସ୍ୱରରେ ଚିତ୍କାର କର, ‘ତୁମ୍ଭେମାନେ ଏକତ୍ରିତ ହୁଅ। ଆଉ କୁହ, ଆସ ସୁଦୃଢ଼ ନଗରକୁ ପଳାଇବା।’

Gade chapit la Kopi




ଯିରିମୀୟ 4:5
16 Referans Kwoze  

ଆମ୍ଭେମାନେ କାହିଁକି ତୁନି ହୋଇ ବସୁଅଛୁ? ଏକତ୍ରିତ ହୁଅ, ଆସ, ଆମ୍ଭେମାନେ ପ୍ରାଚୀରବେଷ୍ଟିତ ନଗରମାନରେ ପ୍ରବେଶ କରୁ ଓ ସେଠାରେ ନୀରବ ହେଉ; କାରଣ ଆମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛୁ ବୋଲି ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ଵର ଆମ୍ଭମାନଙ୍କୁ ନୀରବ କରିଅଛନ୍ତି ଓ ବିଷ-ବୃକ୍ଷର ରସ ପାନ କରିବାକୁ ଦେଇଅଛନ୍ତି।


ହେ ବିନ୍ୟାମୀନ-ସନ୍ତାନଗଣ, ତୁମ୍ଭେମାନେ ରକ୍ଷା ପାଇବା ପାଇଁ ଯିରୂଶାଲମ ମଧ୍ୟରୁ ପଳାୟନ କର, ତକୋୟ (ନଗର)ରେ ତୂରୀ ବଜାଅ ଓ ବୈଥ୍ହ-କେରମରେ ଧ୍ଵଜା ଟେକ; କାରଣ ଉତ୍ତର ଦିଗରୁ ଅମଙ୍ଗଳ ଓ ମହାବିନାଶ ନିରୀକ୍ଷଣ କରୁଅଛି।


ଏଥିରେ ଯିହୋଶୂୟ ଓ ଇସ୍ରାଏଲ-ସନ୍ତାନଗଣ ସେମାନଙ୍କ ସର୍ବନାଶ ପର୍ଯ୍ୟନ୍ତ ଓ ସେମାନଙ୍କ ଅବଶିଷ୍ଟ ଲୋକମାନେ କୌଣସି କୌଣସି ପ୍ରାଚୀରବେଷ୍ଟିତ ନଗରକୁ ପଳାଇବା ପର୍ଯ୍ୟନ୍ତ ସେମାନଙ୍କୁ ମହାସଂହାରରେ ସଂହାର କଲେ।


ତୁମ୍ଭେ ଆପଣା ମୁଖରେ ତୂରୀ ଦିଅ; ସେ ସଦାପ୍ରଭୁଙ୍କ ଗୃହ ବିରୁଦ୍ଧରେ ଉତ୍କ୍ରୋଶ ପକ୍ଷୀ ତୁଲ୍ୟ ଆସୁଅଛି; କାରଣ ଲୋକମାନେ ଆମ୍ଭର ନିୟମ ଲଙ୍ଘନ କରିଅଛନ୍ତି ଓ ଆମ୍ଭ ବ୍ୟବସ୍ଥାର ପ୍ରତିକୂଳରେ ଅପରାଧ କରିଅଛନ୍ତି।


ସିଂହ ଗର୍ଜ୍ଜନ କରିଅଛି, କିଏ ଭୟ ନ କରିବ? ପ୍ରଭୁ ସଦାପ୍ରଭୁ କଥା କହିଅଛନ୍ତି, କିଏ ଭବିଷ୍ୟଦ୍ବାକ୍ୟ ପ୍ରଚାର ନ କରିବ?


ନଗର ମଧ୍ୟରେ ତୂରୀ ବଜାଗଲେ ଲୋକମାନେ କି ଭୀତ ନୋହିବେ? ସଦାପ୍ରଭୁ ନ ଘଟାଇଲେ ନଗର ମଧ୍ୟରେ କି ଅମଙ୍ଗଳ ଘଟିବ?


ମାତ୍ର ବାବିଲର ରାଜା ନବୂଖଦ୍ନିତ୍ସର ଯେତେବେଳେ ଏହି ଦେଶକୁ ଆସିଲେ, ସେତେବେଳେ ଆମ୍ଭେମାନେ କହିଲୁ, ଆସ, କଲ୍ଦୀୟ ସୈନ୍ୟର ଓ ଅରାମୀୟ ସୈନ୍ୟର ଭୟ ସକାଶୁ ଆମ୍ଭେମାନେ ଯିରୂଶାଲମକୁ ଯାଉ; ଏହେତୁ ଆମ୍ଭେମାନେ ଯିରୂଶାଲମରେ ବାସ କରୁଅଛୁ।


ତୁମ୍ଭେମାନେ ଏହି ନିୟମର ବାକ୍ୟ ଶୁଣ ଓ ଯିହୁଦାର ଲୋକମାନଙ୍କୁ ଓ ଯିରୂଶାଲମ ନିବାସୀମାନଙ୍କୁ କୁହ;


ଏହା ଯେ ବୁଝିପାରେ, ଏପରି ଜ୍ଞାନୀ ମନୁଷ୍ୟ କିଏ ଅଛି? ଓ ଏହା ବ୍ୟକ୍ତ କରିବା ପାଇଁ ସଦାପ୍ରଭୁଙ୍କର ମୁଖ ଯାହାକୁ ଜ୍ଞାତ କରାଇଅଛି, ଏପରି ବ୍ୟକ୍ତି କିଏ? ଦେଶ କି ନିମନ୍ତେ ବିନଷ୍ଟ ଓ ପ୍ରାନ୍ତର ତୁଲ୍ୟ ଦଗ୍ଧ ହେଲା ଯେ, କେହି ତହିଁର ମଧ୍ୟଦେଇ ଗତାୟାତ କରେ ନାହିଁ?


ତୁମ୍ଭେମାନେ ଯାକୁବ-ବଂଶକୁ ଏକଥା ଜଣାଅ ଓ ଯିହୁଦା ମଧ୍ୟରେ ପ୍ରଚାର କରି କୁହ,


ପୁଣି ସେମାନେ ସେହି ଦୁଇ ତୂରୀ ବଜାନ୍ତେ, ସମସ୍ତ ମଣ୍ତଳୀ ସମାଗମ-ତମ୍ଵୁ ଦ୍ଵାରରେ ତୁମ୍ଭ ନିକଟରେ ଏକତ୍ରିତ ହେବେ।


ସେମାନେ ତୂରୀ ବଜାଇ ସବୁ ପ୍ରସ୍ତୁତ କରିଅଛନ୍ତି; ମାତ୍ର କେହି ଯୁଦ୍ଧକୁ ଯାଏ ନାହିଁ; କାରଣ ସେସ୍ଥାନର ସମସ୍ତ ଲୋକାରଣ୍ୟ ଉପରେ ଆମ୍ଭର କୋପ ଅଛି।


ତୁମ୍ଭେମାନେ ସିୟୋନରେ ତୂରୀ ବଜାଅ ଓ ଆମ୍ଭ ପବିତ୍ର ପର୍ବତରେ ଘୋରନାଦ କର ! ଦେଶନିବାସୀ ସମସ୍ତେ କମ୍ପମାନ ହେଉନ୍ତୁ; କାରଣ ସଦାପ୍ରଭୁଙ୍କର ଦିନ ଆସୁଅଛି, ସେ ଦିନ ନିକଟ।


ତୁମ୍ଭେ ରୂପାର ଦୁଇ ତୂରୀ ନିର୍ମାଣ କର; ତୁମ୍ଭେ ପିଟାକର୍ମରେ ତାହା ନିର୍ମାଣ କରିବ; ଆଉ ତୁମ୍ଭେ ମଣ୍ତଳୀକି ଆହ୍ଵାନ କରିବା ବେଳେ ଓ ଛାଉଣିସମୂହ ପ୍ରସ୍ଥାନ କରିବା ବେଳେ ତାହା ବ୍ୟବହାର କରିବ।


ତାହା ଯେତେଥର ଉପସ୍ଥିତ ହେବ, ସେତେଥର ତୁମ୍ଭମାନଙ୍କୁ ଧରିବ; କାରଣ ପ୍ରଭାତକୁ ପ୍ରଭାତ, ଦିବସ ଓ ରାତ୍ରି ତାହା ଉପସ୍ଥିତ ହେବ; ଆଉ, ସେହି ସମାଚାର ବୁଝିବାର କେବଳ ତ୍ରାସଜନକ ହେବ।


Swiv nou:

Piblisite


Piblisite