Biblia Todo Logo
Bib sou entènèt

- Piblisite -




ଯିରିମୀୟ 40:11 - ପବିତ୍ର ବାଇବଲ (Re-edited) - (BSI)

11 ଆଉ, ମୋୟାବରେ ଓ ଅମ୍ମୋନ-ସନ୍ତାନଗଣ ମଧ୍ୟରେ, ଆଉ ଇଦୋମରେ ଓ ଅନ୍ୟାନ୍ୟ ସକଳ ଦେଶରେ ଯେଉଁ ଯିହୁଦୀୟମାନେ ଥିଲେ, ସେମାନେ ଯେତେବେଳେ ଶୁଣିଲେ ଯେ, ବାବିଲର ରାଜା ଯିହୁଦାର ଏକ ଅଂଶ ଲୋକ ଅବଶିଷ୍ଟ ରଖିଅଛି ଓ ଶାଫନର ପୌତ୍ର ଅହୀକାମର ପୁତ୍ର ଗଦଲୀୟକୁ ସେମାନଙ୍କ ଉପରେ ନିଯୁକ୍ତ କରିଅଛି;

Gade chapit la Kopi

ଓଡିଆ ବାଇବେଲ

11 ଆଉ, ମୋୟାବରେ ଓ ଅମ୍ମୋନ ସନ୍ତାନଗଣ ମଧ୍ୟରେ, ଆଉ ଇଦୋମରେ ଓ ଅନ୍ୟାନ୍ୟ ସକଳ ଦେଶରେ ଯେଉଁ ଯିହୁଦୀୟମାନେ ଥିଲେ, ସେମାନେ ଯେତେବେଳେ ଶୁଣିଲେ ଯେ, ବାବିଲର ରାଜା ଯିହୁଦାର ଏକ ଅଂଶ ଲୋକ ଅବଶିଷ୍ଟ ରଖିଅଛି ଓ ଶାଫନ୍‍ର ପୌତ୍ର ଅହୀକାମ୍‍‍ର ପୁତ୍ର ଗଦଲୀୟଙ୍କୁ ସେମାନଙ୍କ ଉପରେ ନିଯୁକ୍ତ କରିଅଛି;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଆଉ, ମୋୟାବରେ ଓ ଅମ୍ମୋନ-ସନ୍ତାନଗଣ ମଧ୍ୟରେ, ଆଉ ଇଦୋମରେ ଓ ଅନ୍ୟାନ୍ୟ ସକଳ ଦେଶରେ ଯେଉଁ ଯିହୁଦୀୟମାନେ ଥିଲେ, ସେମାନେ ଯେତେବେଳେ ଶୁଣିଲେ ଯେ, ବାବିଲର ରାଜା ଯିହୁଦାର ଏକ ଅଂଶ ଲୋକ ଅବଶିଷ୍ଟ ରଖିଅଛି ଓ ଶାଫନ୍‍ର ପୌତ୍ର ଅହୀକାମ୍‍‍ର ପୁତ୍ର ଗଦଲୀୟଙ୍କୁ ସେମାନଙ୍କ ଉପରେ ନିଯୁକ୍ତ କରିଅଛି;

Gade chapit la Kopi

ପବିତ୍ର ବାଇବଲ

11 ଯିହୁଦାର ଯେଉଁସବୁ ଲୋକ ମୋୟାବ, ଅମ୍ମୋନ, ଇଦୋମ ଓ ଅନ୍ୟାନ୍ୟ ସବୁ ଦେଶରେ ଥିଲେ, ସେମାନେ ଶୁଣିଲେ ଯେ ବାବିଲର ରାଜା ଯିହୁଦା ଏକ ଅବଶିଷ୍ଟ ଅଂଶ ଲୋକ ରଖିଅଛି ଓ ଶାଫନର ପୌତ୍ର, ଅହୀକାମର ପୁତ୍ର ଗଦଲିୟକୁ ସେମାନଙ୍କୁ ଶାସନ କରିବାକୁ ନିଯୁକ୍ତ କରିଅଛି।

Gade chapit la Kopi




ଯିରିମୀୟ 40:11
23 Referans Kwoze  

ଆମ୍ଭର ବହିଷ୍କୃତ ଲୋକମାନଙ୍କୁ ତୁମ୍ଭ ସଙ୍ଗରେ ବାସ କରିବାକୁ ଦିଅ; ବିନାଶକାରୀର ସମ୍ମୁଖରୁ ତୁମ୍ଭେ ମୋୟାବର ପାଇଁ ଆଶ୍ରୟସ୍ଥାନ ହୁଅ; କାରଣ ପୀଡ଼କ ମହାଜନ ଅକିଞ୍ଚିତ୍ ହୋଇଅଛି, ଅପକାର ନିବୃତ୍ତ ହେଉଅଛି, ଦୌରାତ୍ମ୍ୟ-କାରୀମାନେ ଦେଶରୁ ସଂହାରିତ ହେଉଅଛନ୍ତି।


ଇସ୍ରାଏଲ-ବଂଶର ଅଧିକାର ଧ୍ଵଂସ ହେବାରୁ ତୁମ୍ଭେ ଯେପରି ଆନନ୍ଦ କରିଥିଲ, ସେପରି ଆମ୍ଭେ ତୁମ୍ଭ ପ୍ରତି କରିବା; ହେ ସେୟୀର ପର୍ବତ, ହେ ସମୁଦାୟ ଇଦୋମ, ତୁମ୍ଭେ ଧ୍ଵଂସ ହେବ, ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ; ଏହା ଲୋକମାନେ ଜାଣିବେ।


ତୁମ୍ଭର ଚିରକାଳ ଶତ୍ରୁତାଭାବ ଅଛି ଓ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣର ବିପଦ ସମୟରେ, ଅର୍ଥାତ୍, ସେମାନଙ୍କର ଶେଷ ଅଧର୍ମର ସମୟରେ ଖଡ଼୍‍ଗର ପରାକ୍ରମରେ ସେମାନଙ୍କୁ ସମର୍ପଣ କରିଅଛ;


ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଇଦୋମ ପ୍ରତିଶୋଧ ନେବା ଦ୍ଵାରା ଯିହୁଦା-ବଂଶ ବିରୁଦ୍ଧରେ ଦୁର୍ବ୍ୟବହାର କରିଅଛି ଓ ସେମାନଙ୍କ ଉପରେ ପ୍ରତିହିଂସା ସାଧି ଅତ୍ୟ; ଅପରାଧ କରିଅଛି,


ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ମୋୟାବ ଓ ସେୟୀର କହୁଅଛନ୍ତି, ଦେଖ, ଯିହୁଦା-ବଂଶ ଅନ୍ୟ ସକଳ ଗୋଷ୍ଠୀର ସମାନ;


କାରଣ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ଇସ୍ରାଏଲ ଦେଶ ବିରୁଦ୍ଧରେ କରତାଳି ଦେଇଅଛ, ପଦାଘାତ କରିଅଛ, ପୁଣି ଆପଣା ପ୍ରାଣର ସମ୍ପୂର୍ଣ୍ଣ ଘୃଣା ଭାବରେ ଆନନ୍ଦ କରିଅଛ।


ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଅମ୍ମୋନ-ସନ୍ତାନଗଣର ଆଡ଼େ ଆପଣା ମୁଖ ରଖି ସେମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର;


ତୁମ୍ଭର ତୃତୀୟାଂଶ ମହାମାରୀରେ ମରିବେ, ଆଉ ଦୁର୍ଭିକ୍ଷ ଦ୍ଵାରା ତୁମ୍ଭ ମଧ୍ୟରେ ସେମାନେ କ୍ଷୟ ପାଇବେ; ପୁଣି, ତୃତୀୟାଂଶ ଖଡ଼୍‍ଗ ଦ୍ଵାରା ତୁମ୍ଭ ଚତୁର୍ଦ୍ଦିଗରେ ପତିତ ହେବେ; ଆଉ ତୃତୀୟାଂଶକୁ ଆମ୍ଭେ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ କରିବା ଓ ସେମାନଙ୍କର ପଶ୍ଚାତ୍ ଖଡ଼୍‍ଗ ନିଷ୍କୋଷ କରିବା।


ପୁଣି, ତୁମ୍ଭେ ଅଳ୍ପସଂଖ୍ୟକ କେଶ ନେଇ ଆପଣା ବସ୍ତ୍ରର ଅଞ୍ଚଳରେ ବାନ୍ଧିବ


ଆମ୍ଭେ ସେମାନଙ୍କର ଅମଙ୍ଗଳ ନିମନ୍ତେ ପୃଥିବୀର ସକଳ ରାଜ୍ୟ ମଧ୍ୟରେ ସେମାନଙ୍କୁ ଏଣେତେଣେ ନିକ୍ଷିପ୍ତ ହେବା ପାଇଁ, ପୁଣି ଯେସବୁ ସ୍ଥାନରେ ଆମ୍ଭେ ସେମାନଙ୍କୁ ତଡ଼ି ଦେବା, ସେହିସବୁ ସ୍ଥାନରେ ଦୁର୍ନାମ, ପ୍ରବାଦ ଓ ଉପହାସ ଓ ଅଭିଶାପର ପାତ୍ର ହେବା ପାଇଁ ଆମ୍ଭେ ସେମାନଙ୍କୁ ସମର୍ପି ଦେବା।


ଏଥିଉତ୍ତାରେ ଯେତେବେଳେ ତୁମ୍ଭେମାନେ ଦେଖିଲ ଯେ, ଅମ୍ମୋନ-ସନ୍ତାନଗଣର ରାଜା ନାହଶ୍ ତୁମ୍ଭମାନଙ୍କ ପ୍ରତିକୂଳରେ ବାହାର ହୋଇ ଆସୁଅଛି, ସେତେବେଳେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ତୁମ୍ଭମାନଙ୍କର ରାଜା ଥିଲେ ହେଁ ତୁମ୍ଭେମାନେ ମୋତେ କହିଲ; ନାହିଁ, ମାତ୍ର ଜଣେ ରାଜା ଆମ୍ଭମାନଙ୍କ ଉପରେ ରାଜତ୍ଵ କରିବ।


ଅନନ୍ତର ଅମ୍ମୋନୀୟ ନାହଶ୍ ଆସି ଯାବେଶ-ଗିଲୀୟଦସମ୍ମୁଖରେ ଛାଉଣି ସ୍ଥାପନ କଲା; ତହିଁରେ ଯାବେଶର ସମସ୍ତ ଲୋକ ନାହଶ୍କୁ କହିଲେ, ତୁମ୍ଭେ ଆମ୍ଭମାନଙ୍କ ସହିତ ଏକ ନିୟମ ସ୍ଥିର କର, ତେବେ ଆମ୍ଭେମାନେ ତୁମ୍ଭର ସେବା କରିବା ।


ଅନନ୍ତର ଇସ୍ରାଏଲ ଶିଟୀମରେ ବାସ କଲେ, ପୁଣି ଲୋକମାନେ ମୋୟାବର କନ୍ୟାଗଣ ସହିତ ବ୍ୟଭିଚାର କରିବାକୁ ଲାଗିଲେ।


ଅନନ୍ତର ଇସ୍ରାଏଲ-ସନ୍ତାନଗଣ ଯାତ୍ରା କରି ଯିରୀହୋ-ନିକଟସ୍ଥ ଯର୍ଦ୍ଦନ ଆଗରେ ମୋୟାବ-ପଦାରେ ଛାଉଣି ସ୍ଥାପନ କଲେ।


ଏହିରୂପେ ଏଷୌ ସେୟୀର ପର୍ବତରେ ବାସ କଲା; ସେହି ଏଷୌର ଅନ୍ୟତମ ନାମ ଇଦୋମ୍।


ପୁଣି ସେହି କନ୍ୟାମାନେ ଲୋକମାନଙ୍କୁ ଆପଣାମାନଙ୍କ ଦେବଗଣର ବଳିଦାନ ଉପଲକ୍ଷରେ ନିମନ୍ତ୍ରଣ କଲେ; ପୁଣି ଲୋକମାନେ ଭୋଜନ କଲେ ଓ ସେମାନଙ୍କ ଦେବଗଣକୁ ପ୍ରଣାମ କଲେ।


ପୁଣି, ସେମାନେ ପଶ୍ଚିମ ଦିଗରେ ପଲେଷ୍ଟୀୟ-ମାନଙ୍କ ସ୍କନ୍ଧ ଉପରେ ଝାମ୍ପ ମାରିବେ; ସେମାନେ ଏକତ୍ର ହୋଇ ପୂର୍ବଦେଶୀୟ ସନ୍ତାନଗଣର ଦ୍ରବ୍ୟ ଲୁଟ କରିବେ; ସେମାନେ ଇଦୋମ ଓ ମୋୟାବ ଉପରେ ହସ୍ତକ୍ଷେପ କରିବେ ଓ ଅମ୍ମୋନ-ସନ୍ତାନଗଣ ସେମାନଙ୍କର ଆଜ୍ଞାବହ ହେବେ।


ଆମ୍ଭେ ମିସରକୁ ଓ ଯିହୁଦାକୁ, ଇଦୋମକୁ, ଅମ୍ମୋନ-ସନ୍ତାନଗଣକୁ ଓ ମୋୟାବକୁ, ଆପଣା ଆପଣା କେଶ-କୋଣ ମୁଣ୍ତନକାରୀ ପ୍ରାନ୍ତରବାସୀ ସମସ୍ତଙ୍କୁ ଦଣ୍ତ ଦେବା; କାରଣ ସକଳ ଗୋଷ୍ଠୀ ଅସୁନ୍ନତ, ପୁଣି ସମଗ୍ର ଇସ୍ରାଏଲ-ବଂଶ ଅନ୍ତଃକରଣରେ ଅସୁନ୍ନତ ଅଟନ୍ତି।


ଏଥି ଉତ୍ତାରେ ଇଶ୍ମାୟେଲ, ମିସ୍ପାରେ ଅବଶିଷ୍ଟ ଥିବା ସମସ୍ତ ଲୋକଙ୍କୁ, ଅର୍ଥାତ୍, ସମସ୍ତ ରାଜକନ୍ୟାଗଣକୁ ଓ ମିସ୍ପାରେ ଅବଶିଷ୍ଟ ଥିବା ଯେସମସ୍ତ ଲୋକଙ୍କୁ ପ୍ରହରୀବର୍ଗର ସେନାପତି ନବୂସର୍ଦନ୍ ଅହୀକାମର ପୁତ୍ର ଗଦଲୀୟ ହସ୍ତରେ ସମର୍ପଣ କରିଥିଲା, ସେମାନଙ୍କୁ ବନ୍ଦୀ କରି ନେଇ ଗଲା; ନଥନୀୟର ପୁତ୍ର ଇଶ୍ମାୟେଲ ସେମାନଙ୍କୁ ବନ୍ଦୀ କରି ଅମ୍ମୋନ-ସନ୍ତାନଗଣର ନିକଟକୁ ଯିବା ପାଇଁ ପ୍ରସ୍ଥାନ କଲା।


ମାତ୍ର କାରେହର ପୁତ୍ର ଯୋହାନନ୍ ଓ ସେନାପତି ସମସ୍ତେ, ଯିହୁଦାର ସକଳ ଅବଶିଷ୍ଟ ଲୋକଙ୍କୁ, ଅର୍ଥାତ୍, ନାନା ଗୋଷ୍ଠୀ ମଧ୍ୟକୁ ତାଡ଼ିତ ଯେସକଳ ଲୋକ ଯିହୁଦା ଦେଶରେ ପ୍ରବାସ କରିବା ପାଇଁ ଫେରି ଆସିଥିଲେ,


ଆମ୍ଭର ମେଷଗଣ ପର୍ବତସକଳରେ ଓ ପ୍ରତ୍ୟେକ ଉଚ୍ଚ ଗିରିରେ ଭ୍ରମଣ କଲେ; ହଁ, ଆମ୍ଭର ମେଷମାନେ ପୃଥିବୀର ସବୁଆଡ଼େ ଛିନ୍ନଭିନ୍ନ ହୋଇଗଲେ; ପୁଣି, ସେମାନଙ୍କୁ ଖୋଜିବାକୁ ଓ ସେମାନଙ୍କର ପଛେ ପଛେ ଅନୁସନ୍ଧାନ କରିବାକୁ କେହି ନ ଥିଲା।


ସେହି ପୁରୁଷ, ସ୍ତ୍ରୀ, ବାଳକ, ବାଳିକା ଓ ରାଜକନ୍ୟା-ମାନଙ୍କୁ ଓ ଯେପ୍ରତ୍ୟେକ ଲୋକକୁ ପ୍ରହରୀ-ବର୍ଗର ସେନାପତି ନବୂସର୍ଦନ୍ ଶାଫନର ପୌତ୍ର ଅହୀକାମର ପୁତ୍ର ଗଦଲୀୟ ନିକଟରେ ଛାଡ଼ି ଯାଇଥିଲା, ସେମାନଙ୍କୁ, ଆଉ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କୁ ଓ ନେରୀୟର ପୁତ୍ର ବାରୂକକୁ ନେଇ,


Swiv nou:

Piblisite


Piblisite