Biblia Todo Logo
Bib sou entènèt

- Piblisite -




ଯିରିମୀୟ 42:10 - ପବିତ୍ର ବାଇବଲ (Re-edited) - (BSI)

10 ଯେବେ ତୁମ୍ଭେମାନେ ଏହି ଦେଶରେ ଆହୁରି ବାସ କରିବ, ତେବେ ଆମ୍ଭେ ତୁମ୍ଭମାନଙ୍କୁ ଗାନ୍ଥିବା, ଆଉ ଭାଙ୍ଗିବା ନାହିଁ ଓ ଆମ୍ଭେ ତୁମ୍ଭମାନଙ୍କୁ ରୋପଣ କରିବା, ଉତ୍ପାଟନ କରିବା ନାହିଁ; କାରଣ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଯେ ଅମଙ୍ଗଳ କରିଅଛୁ, ତହିଁରୁ କ୍ଷା; ହେଲୁ।

Gade chapit la Kopi

ଓଡିଆ ବାଇବେଲ

10 ‘ଯଦି ତୁମ୍ଭେମାନେ ଏହି ଦେଶରେ ଆହୁରି ବାସ କରିବ, ତେବେ ଆମ୍ଭେ ତୁମ୍ଭମାନଙ୍କୁ ନିର୍ମାଣ କରିବା, ଆଉ ଭାଙ୍ଗିବା ନାହିଁ ଓ ଆମ୍ଭେ ତୁମ୍ଭମାନଙ୍କୁ ରୋପଣ କରିବା, ଉତ୍ପାଟନ କରିବା ନାହିଁ; କାରଣ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଯେ ଅମଙ୍ଗଳ କରିଅଛୁ, ତହିଁରୁ କ୍ଷାନ୍ତ ହେଲୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଯଦି ତୁମ୍ଭେମାନେ ଏହି ଦେଶରେ ଆହୁରି ବାସ କରିବ, ତେବେ ଆମ୍ଭେ ତୁମ୍ଭମାନଙ୍କୁ ନିର୍ମାଣ କରିବା, ଆଉ ଭାଙ୍ଗିବା ନାହିଁ ଓ ଆମ୍ଭେ ତୁମ୍ଭମାନଙ୍କୁ ରୋପଣ କରିବା, ଉତ୍ପାଟନ କରିବା ନାହିଁ; କାରଣ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଯେ ଅମଙ୍ଗଳ କରିଅଛୁ, ତହିଁରୁ କ୍ଷାନ୍ତ ହେଲୁ।

Gade chapit la Kopi

ପବିତ୍ର ବାଇବଲ

10 ‘ଯଦି ତୁମ୍ଭେମାନେ ଯିହୁଦାରେ ବାସ କର, ତେବେ ଆମ୍ଭେ ତୁମ୍ଭମାନଙ୍କୁ ଶକ୍ତିଶାଳୀ କରିବା ଓ ବିନଷ୍ଟ କରିବା ନାହିଁ। ଆମ୍ଭେ ତୁମ୍ଭମାନଙ୍କର ବୀଜ ବୁଣିବା ଓ ତୁମ୍ଭକୁ ଧ୍ୱଂସ କରିବା ନାହିଁ। କାରଣ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଦୁର୍ଭାଗ୍ୟ ଆଣିଥିବାରୁ ଦୁଃଖିତ।

Gade chapit la Kopi




ଯିରିମୀୟ 42:10
25 Referans Kwoze  

ସେତେବେଳେ ଆମ୍ଭେ ସଦାପ୍ରଭୁ ଯେ ଉତ୍ପାଟିତ ସ୍ଥାନସବୁ ନିର୍ମାଣ କରିଅଛୁ ଓ ଧ୍ଵଂସିତ ସ୍ଥାନରେ ରୋପଣ କରିଅଛୁ, ଏହା ତୁମ୍ଭମାନଙ୍କର ଚତୁର୍ଦ୍ଦିଗସ୍ଥିତ ଅବଶିଷ୍ଟ ଗୋଷ୍ଠୀୟମାନେ ଜ୍ଞାତ ହେବେ; ଆମ୍ଭେ ସଦାପ୍ରଭୁ ଏହା କହିଅଛୁ ଓ ଆମ୍ଭେ ଏହା ସଫଳ କରିବା।


ଆଉ, ଆମ୍ଭେ ଯେପରି ସେମାନଙ୍କୁ ଉତ୍ପାଟନ, ଭଗ୍ନ, ନିପାତ ଓ ବିନାଶ କରିବାକୁ ଓ କ୍ଳେଶ ଦେବାକୁ ଜଗି ରହିଲୁ; ସେପରି ସେମାନଙ୍କୁ ନିର୍ମାଣ ଓ ରୋପଣ କରିବା ପାଇଁଜଗି ରହିବା, ଏହା ସଦାପ୍ରଭୁ କହନ୍ତି।


କାରଣ ଆମ୍ଭେ ମଙ୍ଗଳ ପାଇଁ ସେମାନଙ୍କ ପ୍ରତି ଆପଣା ଦୃଷ୍ଟି ରଖିବା ଓ ସେମାନଙ୍କୁ ପୁନର୍ବାର ଏହି ଦେଶକୁ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିର୍ମାଣ କରିବା ଓ ଭଗ୍ନ କରିବା ନାହିଁ; ଆମ୍ଭେ ସେମାନଙ୍କୁ ରୋପଣ କରିବା ଓ ଉତ୍ପାଟନ କରିବା ନାହିଁ।


ପୁଣି, ଆପଣା ଆପଣା ବସ୍ତ୍ର ନ ଚିରି ଅନ୍ତଃକରଣ ଚିର ଓ ସଦାପ୍ରଭୁ ଆପଣାମାନଙ୍କର ପରମେଶ୍ଵରଙ୍କ ନିକଟକୁ ଫେରି ଆସ; କାରଣ ସେ କୃପାମୟ ଓ ସ୍ନେହଶୀଳ, କ୍ରୋଧରେ ଧୀର ଓ ଦୟାରେ ପରିପୂର୍ଣ୍ଣ, ଆଉ ସେ ଅମଙ୍ଗଳ କରିବା ବିଷୟରେ କ୍ଷା; ହୁଅନ୍ତି।


ସଦାପ୍ରଭୁ ସେ ବିଷୟରେ ଦୁଃଖିତ ହେଲେ; ତାହା ମଧ୍ୟ ହେବ ନାହିଁ, ପ୍ରଭୁ ସଦାପ୍ରଭୁ ଏହା କହନ୍ତି।


ଆଉ, ଆମ୍ଭେ ଯିହୁଦାର ବନ୍ଦୀତ୍ଵାବସ୍ଥା ଓ ଇସ୍ରାଏଲର ବନ୍ଦୀତ୍ଵାବସ୍ଥା ପରିବର୍ତ୍ତନ କରିବା, ପୁଣି ଆଦ୍ୟ କାଳର ନ୍ୟାୟ ସେମାନଙ୍କୁ ଗଠନ କରିବା।


ଆଉ, ସେ ସଦାପ୍ରଭୁଙ୍କର ନିକଟରେ ପ୍ରାର୍ଥନା କରି କହିଲେ, ହେ ସଦାପ୍ରଭୁ, ବିନତି କରେ, ମୁଁ ସ୍ଵଦେଶରେ ଥିବା ବେଳେ କି ଏହି କଥା କହି ନ ଥିଲି? ଏଥିପାଇଁ ଶୀଘ୍ର କରି ତର୍ଶୀଶକୁ ପଳାଇଲି; କାରଣ ତୁମ୍ଭେ ଯେ କୃପାମୟ, ସ୍ନେହଶୀଳ, କ୍ରୋଧରେ ଧୀର, ଦୟାରେ ମହାନ ଓ ଅମଙ୍ଗଳର ବିଷୟରେ ଅନିଚ୍ଛୁକ ପରମେଶ୍ଵର ଅଟ, ଏହା ମୁଁ ଜାଣିଲି।


ତହୁଁ ସେମାନେ ଯେ ଆପଣା ଆପଣା କୁପଥରୁ ଫେରିଲେ, ସେମାନଙ୍କର ଏହି କର୍ମ ପରମେଶ୍ଵର ଦେଖିଲେ; ପୁଣି, ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବେ ବୋଲି କହିଥିଲେ, ପରମେଶ୍ଵର ତଦ୍ବିଷୟରେ ଦୁଃଖିତ ହୋଇ ତାହା ଘଟାଇଲେ ନାହିଁ।


ସଦାପ୍ରଭୁ ସେ ବିଷୟରେ ଦୁଃଖିତ ହେଲେ; ଏହା ହେବ ନାହିଁ, ଏହା ସଦାପ୍ରଭୁ କହନ୍ତି।


ହେ ଇଫ୍ରୟିମ, ଆମ୍ଭେ କିରୂପେ ତୁମ୍ଭକୁ ତ୍ୟାଗ କରିବା? ହେ ଇସ୍ରାଏଲ, ଆମ୍ଭେ କିରୂପେ ତୁମ୍ଭକୁ ସମର୍ପି ଦେବା? ଆମ୍ଭେ କିରୂପେ ତୁମ୍ଭକୁ ଅଦ୍ମାର ତୁଲ୍ୟ କରିବା? ଆମ୍ଭେ କିରୂପେ ତୁମ୍ଭକୁ ସବୋୟିମର ତୁଲ୍ୟ ରଖିବା? ଆମ୍ଭ ହୃଦୟ ଆମ୍ଭ ଅନ୍ତରରେ ବ୍ୟାକୁଳ ହେଉଅଛି, ଆମ୍ଭର ବିବିଧ ସ୍ନେହ ଏକତ୍ର ପ୍ରଜ୍ଵଳିତ ହେଉଅଛି।


ତେବେ ସଦାପ୍ରଭୁ ଆପଣା ଲୋକମାନଙ୍କ ପ୍ରତି ଯେଉଁ ଅନିଷ୍ଟ କରିବାର କଥା କହିଥିଲେ, ତହିଁରୁ ନିବୃତ୍ତ ହେଲେ।


“ଏଥିଉତ୍ତାରେ ଆମ୍ଭେ ବାହୁଡ଼ିଆସି ଦାଉଦର ପତିତ ଆବାସ ପୁନଃ ନିର୍ମାଣ କରିବା, ପୁଣି ତାହାର ଧ୍ଵଂସସ୍ଥାନସବୁ ପୁନଃ ନିର୍ମାଣ କରି ତାହା ପୁନଃସ୍ଥାପନ କରିବା,


ଯିହୁଦାର ରାଜା ହିଜକୀୟ ଓ ଯିହୁଦାର ଲୋକ-ସମସ୍ତେ କʼଣ ତାହାକୁ କୌଣସିମତେ ବଧ କରିଥିଲେ? ହିଜକୀୟ କʼଣ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କଲେ ନାହିଁ? ତହିଁରେ ସଦାପ୍ରଭୁ ସେମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଥିଲେ, ତାହା କରିବାରୁ କʼଣ କ୍ଷା; ନୋହିଲେ? ଆମ୍ଭେମାନେ ଆପଣା ଆପଣା ପ୍ରାଣର ପ୍ରତିକୂଳରେ ଭାରୀ ଅମଙ୍ଗଳ କରୁଅଛୁ।


ପୁଣି, ସେମାନଙ୍କ ପକ୍ଷରେ ସେ ଆପଣା ନିୟମ ସ୍ମରଣ କଲେ ଓ ନିଜର ଦୟାର ବାହୁଲ୍ୟ ଅନୁସାରେ ସେମାନଙ୍କ ପ୍ରତି କୃପା କଲେ।


କାରଣ ସଦାପ୍ରଭୁ ସିୟୋନକୁ ପୁନର୍ନିର୍ମାଣ କରିଅଛନ୍ତି ଓ ସେ ଆପଣା ଗୌରବରେ ଦର୍ଶନ ଦେଇଅଛନ୍ତି;


କାରଣ ପରମେଶ୍ଵର ସିୟୋନକୁ ପରିତ୍ରାଣ କରିବେ ଓ ଯିହୁଦାର ନଗରସବୁ ନିର୍ମାଣ କରିବେ; ପୁଣି, ଲୋକମାନେ ସେଠାରେ ବାସ କରି ତାହା ଅଧିକାର କରିବେ।


ସଦାପ୍ରଭୁଙ୍କଠାରେ ନିର୍ଭର ରଖି ସୁକର୍ମ କର; ଦେଶରେ ବାସ କରି ବିଶ୍ଵସ୍ତତାର ଅନୁଗାମୀ ହୁଅ।


ଆଉ ଦୂତ ଯିରୂଶାଲମକୁ ବିନାଶ କରିବା ପାଇଁ ତହିଁ ଆଡ଼କୁ ହସ୍ତ ବିସ୍ତାର କରନ୍ତେ, ସଦାପ୍ରଭୁ ସେହି ବିପଦ ସକାଶୁ ଦୁଃଖିତ ହୋଇ ସେହି ବିନାଶକ ଦୂତକୁ କହିଲେ, ଯଥେଷ୍ଟ ହେଲା; ଏବେ ତୁମ୍ଭ ହସ୍ତ ସଙ୍କୁଚିତ କର। ଏହି ସମୟରେ ସଦାପ୍ରଭୁଙ୍କ ସେହି ଦୂତ ଯିବୂଷୀୟ ଅରୌଣାର ଶସ୍ୟମର୍ଦ୍ଦନ ସ୍ଥାନ ନିକଟରେ ଥିଲା।


ଆଉ ସଦାପ୍ରଭୁ ଯେତେବେଳେ ସେମାନଙ୍କ ନିମନ୍ତେ କୌଣସି ବିଚାରକର୍ତ୍ତାକୁ ଉତ୍ପନ୍ନ କଲେ, ସେତେବେଳେ ସେହି ବିଚାରକର୍ତ୍ତାର ଜୀବନଯାଏ ସଦାପ୍ରଭୁ ତାହାର ସଙ୍ଗେ ସଙ୍ଗେ ଥାଇ ସେମାନଙ୍କୁ ସେମାନଙ୍କ ଶତ୍ରୁଗଣ ହସ୍ତରୁ ଉଦ୍ଧାର କଲେ; କାରଣ ଉପଦ୍ରବ ଓ ତାଡ଼ନାକାରୀମାନଙ୍କ ସକାଶୁ ସେମାନେ ଯେଉଁ କାତରୋକ୍ତି କଲେ, ତହିଁ ହେତୁ ସଦାପ୍ରଭୁ ସଦୟ ହେଲେ।


ଯେହେତୁ ସଦାପ୍ରଭୁ ସେମାନଙ୍କୁ ଶକ୍ତିହୀନ ଓ ସେମାନଙ୍କ ମଧ୍ୟରେ ବଦ୍ଧ କି ମୁକ୍ତ କେହି ଅବଶିଷ୍ଟ ନ ଥିବାର ଦେଖିଲେ, ସେ ଆପଣା ଲୋକମାନଙ୍କର ବିଚାର କରିବେ ଓ ଆପଣା ଦାସମାନଙ୍କ ପ୍ରତି ସଦୟ ହେବେ।


ମାତ୍ର ଯେଉଁ ଦେଶୀୟ ଲୋକେ ବାବିଲ-ରାଜାର ଯୁଆଳି ତଳେ ଆପଣାମାନଙ୍କର ବେକ ଦେବେ ଓ ତାହାର ଦାସ୍ୟକର୍ମ କରିବେ, ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ସ୍ଵଦେଶରେ ରହିବାକୁ ଦେବା, ସେମାନେ ସେଠାରେ କୃଷିକର୍ମ କରି ବାସ କରିବେ।


ଏହିରୂପେ କାରେହର ପୁତ୍ର ଯୋହାନନ୍ ଓ ସେନାପତିସକଳ ଓ ଲୋକ ସମସ୍ତେ ଯିହୁଦା ଦେଶରେ ବାସ କରିବା ବିଷୟରେ ସଦାପ୍ରଭୁଙ୍କ ରବରେ ମନୋଯୋଗ କଲେ ନାହିଁ।


ପୁଣି, ଯୁନସ ନଗରରେ ପ୍ରବେଶ କରିବାର ଆରମ୍ଭ କରି, ଏକ ଦିନର ପଥ ଯାଇ ଉଚ୍ଚୈଃସ୍ଵରରେ ଘୋଷଣା କରି କହିଲେ, ଯଥା, ଆଉ ଚାଳିଶ ଦିନ ଗତ ହେଲେ ନୀନିବୀ ଉତ୍ପାଟିତ ହେବ।


Swiv nou:

Piblisite


Piblisite