Biblia Todo Logo
Bib sou entènèt

- Piblisite -




ଯିରିମୀୟ 42:16 - ପବିତ୍ର ବାଇବଲ (Re-edited) - (BSI)

16 ତେବେ ଏହା ଘଟିବ ଯେ, ଯେଉଁ ଖଡ଼୍‍ଗକୁ ତୁମ୍ଭେମାନେ ଭୟ କରୁଅଛ, ତାହା ତୁମ୍ଭମାନଙ୍କର ପଛେ ଗୋଡ଼ାଇ ମିସରରେ ତୁମ୍ଭମାନଙ୍କୁ ଧରିବ ଓ ଯେଉଁ ଦୁର୍ଭିକ୍ଷ ବିଷୟରେ ତୁମ୍ଭେମାନେ ଭୀତ ହେଉଅଛ, ତାହା ମିସର ଦେଶରେ ତୁମ୍ଭମାନଙ୍କର ପଛେ ପଛେ ଲାଗି ରହିବ ଓ ସେଠାରେ ତୁମ୍ଭେମାନେ ମରିବ।

Gade chapit la Kopi

ଓଡିଆ ବାଇବେଲ

16 ତେବେ ଏହା ଘଟିବ ଯେ, ଯେଉଁ ଖଡ୍ଗକୁ ତୁମ୍ଭେମାନେ ଭୟ କରୁଅଛ, ତାହା ତୁମ୍ଭମାନଙ୍କର ପଛେ ଗୋଡ଼ାଇ ମିସରରେ ତୁମ୍ଭମାନଙ୍କୁ ଧରିବ ଓ ଯେଉଁ ଦୁର୍ଭିକ୍ଷ ବିଷୟରେ ତୁମ୍ଭେମାନେ ଭୀତ ହେଉଅଛ, ତାହା ମିସର ଦେଶରେ ତୁମ୍ଭମାନଙ୍କର ପଛେ ପଛେ ଲାଗି ରହିବ ଓ ସେଠାରେ ତୁମ୍ଭେମାନେ ମରିବ।’

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ତେବେ ଏହା ଘଟିବ ଯେ, ଯେଉଁ ଖଡ୍ଗକୁ ତୁମ୍ଭେମାନେ ଭୟ କରୁଅଛ, ତାହା ତୁମ୍ଭମାନଙ୍କର ପଛେ ଗୋଡ଼ାଇ ମିସରରେ ତୁମ୍ଭମାନଙ୍କୁ ଧରିବ ଓ ଯେଉଁ ଦୁର୍ଭିକ୍ଷ ବିଷୟରେ ତୁମ୍ଭେମାନେ ଭୀତ ହେଉଅଛ, ତାହା ମିସର ଦେଶରେ ତୁମ୍ଭମାନଙ୍କର ପଛେ ପଛେ ଲାଗି ରହିବ ଓ ସେଠାରେ ତୁମ୍ଭେମାନେ ମରିବ।

Gade chapit la Kopi

ପବିତ୍ର ବାଇବଲ

16 ତୁମ୍ଭେମାନେ ଯେଉଁ ‌‌ଖ‌ଡ଼୍‌ଗକୁ ଭୟ କରୁଛ ତାହା ତୁମ୍ଭମାନଙ୍କ ପଛେ ପଛେ ଯାଇ ମିଶରରେ ତୁମ୍ଭମାନଙ୍କୁ ଧରିବ ଓ ଯେଉଁ ଦୁର୍ଭିକ୍ଷ ବିଷୟରେ ତୁମ୍ଭେମାନେ ଭୟଭୀତ, ତାହା ମିଶର ଦେଶରେ ତୁମ୍ଭମାନଙ୍କ ପଛେ ପଛେ ଲାଗି ରହିବ ଓ ସେହିଠାରେ ତୁମ୍ଭେମାନେ ମରିବ।

Gade chapit la Kopi




ଯିରିମୀୟ 42:16
13 Referans Kwoze  

ତୁମ୍ଭେମାନେ ଖଡ଼୍‍ଗକୁ ଭୟ କରିଅଛ; ଆଉ ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଖଡ଼୍‍ଗ ଆଣିବା।


ଦେଖ, ଆମ୍ଭେ ସେମାନଙ୍କର ମଙ୍ଗଳର ନିମନ୍ତେ ନୁହେଁ, ମାତ୍ର ଅମଙ୍ଗଳ ନିମନ୍ତେ ଜଗି ରହିବା; ତହିଁରେ ମିସର ଦେଶସ୍ଥ ସମୁଦାୟ ଯିହୁଦୀ ଲୋକ ନିଃଶେଷ ନୋହିବା ପର୍ଯ୍ୟନ୍ତ ଖଡ଼୍‍ଗ ଓ ଦୁର୍ଭିକ୍ଷରେ ଲୁପ୍ତ ହେବେ।


ଯଦି ଆମ୍ଭେମାନେ ତାହାକୁ ଏପରି ଛାଡ଼ିଦେବା, ତାହାହେଲେ ସମସ୍ତେ ତାହାଠାରେ ବିଶ୍ଵାସ କରିବେ, ଆଉ ରୋମୀୟମାନେ ଆସି ଆମ୍ଭମାନଙ୍କର ଏହି ସ୍ଥାନ ଓ ଜାତି ଉଭୟଙ୍କୁ ନଷ୍ଟ କରିଦେବେ।


ମାତ୍ର ଆମ୍ଭେ ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣକୁ ଯେ ଯେ ବାକ୍ୟ ଓ ବିଧି ଆଜ୍ଞା କଲୁ, ସେସବୁ କି ତୁମ୍ଭମାନଙ୍କ ପୂର୍ବପୁରୁଷଗଣକୁ ଗୋଡ଼ାଇ ଧରିଲା ନାହିଁଣ? ତହିଁରେ ସେମାନେ ଫେରି କହିଲେ, ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ଆଚରଣ ଓ କ୍ରିୟାନୁସାରେ ଆମ୍ଭମାନଙ୍କ ପ୍ରତି ଯେରୂପ କରିବେ ବୋଲି ମନସ୍ଥ କଲେ, ତଦ୍ରୂପ ବ୍ୟବହାର ଆମ୍ଭମାନଙ୍କ ପ୍ରତି ସେ କରିଅଛନ୍ତି।


ମାତ୍ର ଯେବେ ତୁମ୍ଭେମାନେ କୁହ, ଆମ୍ଭେମାନେ ଏ ଦେଶରେ ବାସ କରିବା ନାହିଁ ଓ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ବାକ୍ୟ ନ ମାନି ଯେବେ କୁହ,


ପାପୀମାନଙ୍କ ପଛେ ମନ୍ଦ ଗୋଡ଼ାଏ; ମାତ୍ର ଧାର୍ମିକମାନଙ୍କୁ ମଙ୍ଗଳରୂପ ପୁରସ୍କାର ଦତ୍ତ ହେବ।


ଆଉ ତୁମ୍ଭେ ବିନଷ୍ଟ ହେବା ପର୍ଯ୍ୟନ୍ତ ଏହିସବୁ ଅଭିଶାପ ତୁମ୍ଭ ଉପରକୁ ଆସିବ ଓ ତୁମ୍ଭ ପଛେ ପଛେ ଗୋଡ଼ାଇବ ଓ ତୁମ୍ଭ ସଙ୍ଗ ଧରିବ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଆପଣାର ଯେ ଯେ ଆଜ୍ଞା ଓ ବିଧି ତୁମ୍ଭକୁ ଆଜ୍ଞା କଲେ, ତାହା ପାଳନ କରିବା ପାଇଁ ତୁମ୍ଭେ ତାହାଙ୍କ ରବରେ କର୍ଣ୍ଣପାତ କଲ ନାହିଁ।


ସଦାପ୍ରଭୁ ଯକ୍ଷ୍ମା ଓ ଜ୍ଵର ଓ ଜ୍ଵାଳା ଓ ଅତିଦାହ ଓ ଖଡ଼୍‍ଗ ଓ ଶସ୍ୟର ଶୋଷ ଓ ମ୍ଳାନି ଦ୍ଵାରା ତୁମ୍ଭକୁ ଆଘାତ କରିବେ; ତୁମ୍ଭର ବିନାଶ ହେବା ପର୍ଯ୍ୟନ୍ତ ସେସବୁ ତୁମ୍ଭର ପିଚ୍ଛା ଲାଗିଥିବେ।


ମାତ୍ର ମୁଁ ଆଜି ତୁମ୍ଭକୁ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ଯେ ଯେ ଆଜ୍ଞା ଓ ବିଧି ଆଦେଶ କରୁଅଛି, ସେସବୁ ମାନିବା ପାଇଁ ଓ କରିବା ପାଇଁ ଯେବେ ତୁମ୍ଭେ ତାହାଙ୍କ ରବରେ କର୍ଣ୍ଣପାତ ନ କରିବ, ତେବେ ଏହିସବୁ ଅଭିଶାପ ତୁମ୍ଭ ଉପରେ ବର୍ତ୍ତିବ ଓ ତୁମ୍ଭ ସଙ୍ଗ ଧରିବ।


ପୁଣି, ଯେଉଁ ଦେଶ ଓ ରାଜ୍ୟ ସେହି ବାବିଲର ରାଜା ନବୂଖଦ୍ନିତ୍ସରର ଦାସ୍ୟକର୍ମ କରିବେ ନାହିଁ ଓ ବାବିଲର ରାଜାର ଯୁଆଳି ତଳେ ଆପଣା ଆପଣା ବେକ ରଖିବେ ନାହିଁ, ସଦାପ୍ରଭୁ କହନ୍ତି, ଆମ୍ଭେ ସେ ଦେଶକୁ ତାହାର ହସ୍ତ ଦ୍ଵାରା ସଂହାରିତ ନ କରିବା ପର୍ଯ୍ୟନ୍ତ ଖଡ଼୍‍ଗ ଓ ଦୁର୍ଭିକ୍ଷ ଓ ମହାମାରୀ ଦ୍ଵାରା ଦଣ୍ତ ଦେବା।


କାରଣ ନଥନୀୟର ପୁତ୍ର ଇଶ୍ମାୟେଲ, ବାବିଲ ରାଜାର ନିଯୁକ୍ତ ଦେଶର ଶାସନକର୍ତ୍ତା ଅହୀକାମର ପୁତ୍ର ଗଦଲୀୟକୁ ବଧ କରିବା ହେତୁରୁ ସେମାନେ କଲ୍ଦୀୟମାନଙ୍କ ବିଷୟରେ ଭୀତ ହୋଇଥିଲେ।


Swiv nou:

Piblisite


Piblisite