Biblia Todo Logo
Bib sou entènèt

- Piblisite -




ଯିରିମୀୟ 42:3 - ପବିତ୍ର ବାଇବଲ (Re-edited) - (BSI)

3 ତହିଁରେ କେଉଁ ପଥ ଆମ୍ଭମାନଙ୍କର ଗନ୍ତବ୍ୟ ଓ କେଉଁ କର୍ମ ଆମ୍ଭମାନଙ୍କର କର୍ତ୍ତବ୍ୟ, ଏହା ସଦାପ୍ରଭୁଆପଣଙ୍କ ପରମେଶ୍ଵର ଆମ୍ଭମାନଙ୍କୁ ଜ୍ଞାତ କରାଇବେ।

Gade chapit la Kopi

ଓଡିଆ ବାଇବେଲ

3 ତହିଁରେ କେଉଁ ପଥ ଆମ୍ଭମାନଙ୍କର ଗନ୍ତବ୍ୟ ଓ କେଉଁ କର୍ମ ଆମ୍ଭମାନଙ୍କର କର୍ତ୍ତବ୍ୟ, ଏହା ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଜ୍ଞାତ କରାଇବେ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତହିଁରେ କେଉଁ ପଥ ଆମ୍ଭମାନଙ୍କର ଗନ୍ତବ୍ୟ ଓ କେଉଁ କର୍ମ ଆମ୍ଭମାନଙ୍କର କର୍ତ୍ତବ୍ୟ, ଏହା ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଜ୍ଞାତ କରାଇବେ।”

Gade chapit la Kopi

ପବିତ୍ର ବାଇବଲ

3 ଆଉ ଆମ୍ଭମାନଙ୍କର କେଉଁ ପଥରେ ଯିବା ଉଚିତ୍ ଓ କେଉଁ କାର୍ଯ୍ୟ କରିବା ଉଚିତ୍, ତାହା ତୁମ୍ଭେ ତୁମ୍ଭ ସଦାପ୍ରଭୁ ପରମେଶ୍ୱରଙ୍କୁ ପ୍ରାର୍ଥନା କରି ଆମ୍ଭମାନଙ୍କୁ ଜଣାଇବ।”

Gade chapit la Kopi




ଯିରିମୀୟ 42:3
13 Referans Kwoze  

ଆପଣାର ସବୁ ଗତିରେ ତାହାଙ୍କୁ ସ୍ଵୀକାର କର; ତହିଁରେ ସେ ତୁମ୍ଭର ପଥସବୁ ସରଳ କରିବେ।


ହେ ସଦାପ୍ରଭୋ, ତୁମ୍ଭର ପଥ ମୋତେ ଶିଖାଅ, ମୁଁ ତୁମ୍ଭ ସତ୍ୟତାରେ ଗମନ କରିବି; ତୁମ୍ଭ ନାମକୁ ଭୟ କରିବା ପାଇଁ ମୋତେ ଏକମନା କର।


ପୁଣି, ଅନେକ ଗୋଷ୍ଠୀ ଯାଉ ଯାଉ କହିବେ, ତୁମ୍ଭେମାନେ ଆସ, ସଦାପ୍ରଭୁଙ୍କ ପର୍ବତକୁ, ଯାକୁବର ପରମେଶ୍ଵରଙ୍କ ଗୃହକୁ ଆମ୍ଭେମାନେ ଯାଉ; ତହିଁରେ ସେ ଆପଣା ପଥ ବିଷୟ ଆମ୍ଭମାନଙ୍କୁ ଶିକ୍ଷା ଦେବେ ଓ ଆମ୍ଭେମାନେ ତାହାଙ୍କ ମାର୍ଗରେ ଗମନ କରିବା। କାରଣ ସିୟୋନଠାରୁ ବ୍ୟବସ୍ଥା ଓ ଯିରୂଶାଲମଠାରୁ ସଦାପ୍ରଭୁଙ୍କର ବାକ୍ୟ ନିର୍ଗତ ହେବ।


ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ପଥମାନର ମଧ୍ୟରେ ଠିଆହୋଇ ଦେଖ, ଆଉ ପୁରାତନ ପଥମାନର ବିଷୟ ପଚାରି କୁହ, ଉତ୍ତମ ପଥ କାହିଁ? ଓ ତହିଁରେ ଗମନ କର; ତେବେ ତୁମ୍ଭେମାନେ ଆପଣା ଆପଣା ପ୍ରାଣରେ ବିଶ୍ରାମ ପାଇବ; ମାତ୍ର ସେମାନେ କହିଲେ, ଆମ୍ଭେମାନେ ତହିଁରେ ଗମନ କରିବା ନାହିଁ।


ଏଉତ୍ତାରେ ଆମ୍ଭମାନଙ୍କ ନିମନ୍ତେ ଓ ଆମ୍ଭମାନଙ୍କ ବାଳକ ବାଳିକା ଓ ସକଳ ସମ୍ପତ୍ତି ନିମନ୍ତେ ଏକ ସରଳ ପଥ ପ୍ରାର୍ଥନା କରିବା ଅଭିପ୍ରାୟରେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ସାକ୍ଷାତରେ ଆପଣାମାନଙ୍କୁ ନମ୍ର କରିବା ପାଇଁ ଆମ୍ଭେ ଅହବା ନଦୀ ନିକଟରେ ଉପବାସର ଘୋଷଣା କଲୁ ।


ପୁଣି, ଅନେକ ଗୋଷ୍ଠୀ ଯାଉ ଯାଉ କହିବେ, ତୁମ୍ଭେମାନେ ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ପର୍ବତକୁ, ଯାକୁବର ପରମେଶ୍ଵରଙ୍କ ଗୃହକୁ ଯାଉ; ତହିଁରେ ସେ ଆପଣା ପଥ ବିଷୟ ଆମ୍ଭମାନଙ୍କୁ ଶିକ୍ଷା ଦେବେ ଓ ଆମ୍ଭେମାନେ ତାହାଙ୍କ ମାର୍ଗରେ ଗମନ କରିବା; କାରଣ ସିୟୋନଠାରୁ ବ୍ୟବସ୍ଥା ଓ ଯିରୂଶାଲମଠାରୁ ସଦାପ୍ରଭୁଙ୍କର ବାକ୍ୟ ନିର୍ଗତ ହେବ।


ତେବେ ତୁମ୍ଭେ ସ୍ଵର୍ଗରେ ଥାଇ ତାହା ଶୁଣ ଓ ସେମାନଙ୍କ ଗନ୍ତବ୍ୟ ସତ୍ପଥ ବିଷୟରେ ଶିକ୍ଷା ଦେଇ ଆପଣା ଦାସମାନଙ୍କର ଓ ଆପଣା ଲୋକ ଇସ୍ରାଏଲର ପାପ କ୍ଷମା କର; ପୁଣି ତୁମ୍ଭ ଲୋକମାନଙ୍କର ଅଧିକାରାର୍ଥେ ଦତ୍ତ ତୁମ୍ଭ ଦେଶ ଉପରେ ବୃଷ୍ଟି କର।


ଆହା, ଯେପରି ସେମାନଙ୍କର ଓ ସେମାନଙ୍କ ସନ୍ତାନଗଣର ଅନନ୍ତକାଳସ୍ଥାୟୀ ମଙ୍ଗଳ ହୁଏ, ଏଥିପାଇଁ ସର୍ବଦା ଆମ୍ଭଙ୍କୁ ଭୟ କରିବାକୁ ଓ ଆମ୍ଭ ଆଜ୍ଞାସବୁ ପାଳନ କରିବାକୁ ଯେବେ ସେମାନଙ୍କର ଏପରି ହୃଦୟ ହୁଅନ୍ତାଣ!


କାରଣ ଆମ୍ଭେମାନେ ଯେପରି ଜୀବିତ ପରମେଶ୍ଵରଙ୍କ ରବ ଅଗ୍ନି ମଧ୍ୟରୁ କହିବାର ଶୁଣି ବଞ୍ଚିଅଛୁ, ପ୍ରାଣୀମାନଙ୍କ ମଧ୍ୟରେ କିଏ ଏପରି ହୋଇଅଛି?


ହେ ସଦାପ୍ରଭୋ, ମୋହର ଶତ୍ରୁଗଣ ସକାଶୁ ମୋତେ ତୁମ୍ଭର ମାର୍ଗ ଶିଖାଅ; ଓ ସରଳ ପଥରେ ମୋତେ କଢ଼ାଇ ନିଅ।


Swiv nou:

Piblisite


Piblisite