Biblia Todo Logo
Bib sou entènèt

- Piblisite -




ଯିରିମୀୟ 43:10 - ପବିତ୍ର ବାଇବଲ (Re-edited) - (BSI)

10 ଆଉ, ସେମାନଙ୍କୁ କୁହ, ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଦେଖ, ଆମ୍ଭେ ଆଜ୍ଞା ପଠାଇ ଆପଣା ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ଅଣାଇବା ଓ ଏହି ଯେଉଁ ପ୍ରସ୍ତରସବୁ ଲୁଚାଇ ରଖିଅଛୁ, ତହିଁ ଉପରେ ତାହାର ସିଂହାସନ ସ୍ଥାପନ କରିବା; ଆଉ, ସେ ତହିଁ ଉପରେ ଆପଣା ରାଜକୀୟ ଚନ୍ଦ୍ରାତପ ବିସ୍ତାର କରିବ।

Gade chapit la Kopi

ଓଡିଆ ବାଇବେଲ

10 ଆଉ, ସେମାନଙ୍କୁ କୁହ, ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଦେଖ, ଆମ୍ଭେ ଆଜ୍ଞା ପଠାଇ ଆପଣା ଦାସ ବାବିଲର ରାଜା ନବୂଖଦ୍‍ନିତ୍ସରକୁ ଅଣାଇବା ଓ ଏହି ଯେଉଁ ପ୍ରସ୍ତରସବୁ ଲୁଚାଇ ରଖିଅଛୁ, ତହିଁ ଉପରେ ତାହାର ସିଂହାସନ ସ୍ଥାପନ କରିବା; ଆଉ, ସେ ତହିଁ ଉପରେ ଆପଣା ରାଜକୀୟ ଚନ୍ଦ୍ରାତପ ବିସ୍ତାର କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଆଉ, ସେମାନଙ୍କୁ କୁହ, ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଦେଖ, ଆମ୍ଭେ ଆଜ୍ଞା ପଠାଇ ଆପଣା ଦାସ ବାବିଲର ରାଜା ନବୂଖଦ୍‍ନିତ୍ସରକୁ ଅଣାଇବା ଓ ଏହି ଯେଉଁ ପ୍ରସ୍ତରସବୁ ଲୁଚାଇ ରଖିଅଛୁ, ତହିଁ ଉପରେ ତାହାର ସିଂହାସନ ସ୍ଥାପନ କରିବା; ଆଉ, ସେ ତହିଁ ଉପରେ ଆପଣା ରାଜକୀୟ ଚନ୍ଦ୍ରାତପ ବିସ୍ତାର କରିବ।

Gade chapit la Kopi

ପବିତ୍ର ବାଇବଲ

10 ସେମାନଙ୍କୁ କୁହ, ‘ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ଦେଖ, ଆମ୍ଭେ ଆମ୍ଭର ଗ୍ଭକର ବାବିଲର ରାଜା ନବୂଖ‌ଦ୍‌ନିତ୍ସରକୁ ଆସିବା ପାଇଁ ଆଦେଶ ଦେଇଛୁ ଓ ଆମ୍ଭେ ଯେଉଁ ପ୍ରସ୍ତରକୁ ଲୁଗ୍ଭଇ ରଖିଅଛୁ, ତାହା ଉପରେ ଆପଣା ରାଜକୀୟ ଚନ୍ଦ୍ରାତାପ ବିସ୍ତାର କରିବ।

Gade chapit la Kopi




ଯିରିମୀୟ 43:10
19 Referans Kwoze  

କାରଣ ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଉତ୍ତର ଦିଗସ୍ଥ ରାଜ୍ୟସମୂହର ସମୁଦାୟ ଗୋଷ୍ଠୀଙ୍କୁ ଡାକିବା; ତହିଁରେ ସେମାନେ ଆସି ଯିରୂଶାଲମ ନଗର-ଦ୍ଵାରର ପ୍ରବେଶ-ସ୍ଥାନରେ ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ପ୍ରାଚୀର ସମ୍ମୁଖରେ ଓ ଯିହୁଦାର ନଗରସମୂହର ସମ୍ମୁଖରେ ଆପଣା ଆପଣା ସିଂହାସନ ସ୍ଥାପନ କରିବେ।


ଆମ୍ଭେ କୋରସ୍ ବିଷୟରେ କହୁ, ସେ ଆମ୍ଭ ପଲର ପାଳକ ଓ ଆମ୍ଭର ଇଷ୍ଟ ସାଧନ କରିବ; ସେ ଯିରୂଶାଲମ ବିଷୟରେ କହିବ, ତାହା ପୁନର୍ନିର୍ମିତ ହେବ ଓ ମନ୍ଦିରକୁ କହିବ, ତୁମ୍ଭର ଭିତ୍ତିମୂଳ ସ୍ଥାପିତ ହେବ।


ତୁମ୍ଭେ ମନୁଷ୍ୟର ସବୁ କୁମନ୍ତ୍ରଣାରୁ ସେମାନଙ୍କୁ ଆପଣା ଶ୍ରୀଛାମୁର ଅନ୍ତରାଳରେ ଲୁଚାଇବ; ତୁମ୍ଭେ ଜିହ୍ଵାସମୂହର ବିରୋଧରୁ ସେମାନଙ୍କୁ ଆପଣା ଆବାସରେ ଗୋପନ କରି ରଖିବ।


କାରଣ ବିପଦ ଦିନରେ ସେ ଆପଣା ଆବାସରେ ମୋତେ ଗୋପନ କରି ରଖିବେ; ସେ ଆପଣା ତମ୍ଵୁର ଅନ୍ତରାଳରେ ମୋତେ ଲୁଚାଇବେ; ସେ ମୋତେ ଶୈଳ ଉପରକୁ ଉଠାଇବେ।


ସେ ଅନ୍ଧକାରକୁ ଆପଣାର ନିଭୃତ ସ୍ଥାନ ଓ ଜଳମୟ ଅନ୍ଧକାରକୁ, ଗଗନମଣ୍ତଳର ନିବିଡ଼ ମେଘମାଳକୁ ଆପଣା ଚତୁର୍ଦ୍ଦିଗରେ ଆବାସ ସ୍ଵରୂପ କଲେ।


କିନ୍ତୁ ରାଜା କ୍ରୋଧାନ୍ଵିତ ହୋଇ ଆପଣା ସୈନ୍ୟମାନଙ୍କୁ ପ୍ରେରଣ କରି ସେହି ହତ୍ୟାକାରୀମାନଙ୍କୁ ବିନାଶ କଲେ ଏବଂ ସେମାନଙ୍କ ନଗର ଭସ୍ମସାତ୍ କଲେ।


ଆଉ, ସେ କାଳ ଓ ଋତୁ ପରିବର୍ତ୍ତନ କରନ୍ତି; ସେ ରାଜଗଣକୁ ପଦଚ୍ୟୁତ କରନ୍ତି ଓ ରାଜଗଣକୁ ପଦସ୍ଥ କରନ୍ତି; ସେ ଜ୍ଞାନୀମାନଙ୍କୁ ଜ୍ଞାନ ଓ ବୁଦ୍ଧିମନ୍ତମାନଙ୍କୁ ବିବେଚନା ଦିଅନ୍ତିୁ;


ଏଉତ୍ତାରେ ସେମାନେ ମଧ୍ୟାହ୍ନ କାଳରେ ବାହାରିଲେ। ମାତ୍ର ବିନ୍ହଦଦ୍ ଓ ତାହାର ସାହାଯ୍ୟକାରୀ ବତିଶ ଜଣ ରାଜା କୁଟୀରରେ ପାନ କରି ମତ୍ତ ହେଉଥିଲେ।


ବିନ୍ହଦଦ୍ ଓ ରାଜାମାନେ କୁଟୀରରେ ପାନ କରୁଥିବା ସମୟରେ ସେ ଏହି ସମ୍ଵାଦ ଶୁଣି ଆପଣା ଦାସମାନଙ୍କୁ କହିଲା, ଆପଣାମାନଙ୍କୁ ସଜାଅ। ତହୁଁ ସେମାନେ ନଗର ବିରୁଦ୍ଧରେ ଆପଣାମାନଙ୍କୁ ସଜାଇଲେ।


ସଦାପ୍ରଭୁ ଆପଣା ଅଭିଷିକ୍ତ ବ୍ୟକ୍ତିର, ଅର୍ଥାତ୍, କୋରସ୍ର ବିଷୟରେ ଏହି କଥା କହନ୍ତି, ଆମ୍ଭେ ତାହା ସମ୍ମୁଖରେ ନାନା ଗୋଷ୍ଠୀଙ୍କି ପରାସ୍ତ କରିବା ନିମନ୍ତେ ତାହାର ଦକ୍ଷିଣ ହସ୍ତ ଧରିଅଛୁ ଓ ଆମ୍ଭେ ରାଜାମାନଙ୍କର କଟିବନ୍ଧନ ଫିଟାଇବା ; ଆମ୍ଭେ ତାହା ସମ୍ମୁଖରେ କବାଟସବୁ ମୁକ୍ତ କରିବା ଓ ନଗର-ଦ୍ଵାରସବୁ ବନ୍ଦ ନୋହିବ;


ତୁମ୍ଭେ କେତେଗୁଡ଼ିଏ ବୃହତ ପ୍ରସ୍ତର ଆପଣା ହସ୍ତରେ ନେଇ, ତଫନ୍ହେଷରରେ ଫାରୋ ଗୃହର ପ୍ରବେଶ-ସ୍ଥାନର ନିକଟରେ ଯେଉଁ ଇଟାଗାନ୍ଥୁନି ଅଛି, ତହିଁ ମଧ୍ୟରେ ମଶଲା ଭିତରେ ଯିହୁଦାର ଲୋକମାନଙ୍କ ସାକ୍ଷାତରେ ଲୁଚାଇ ରଖ;


ବାବିଲର ରାଜା ନବୂଖଦ୍ନିତ୍ସର ମିସର ଦେଶକୁ ଆସି ତାହା ପରାସ୍ତ କରିବା ବିଷୟରେ ସଦାପ୍ରଭୁ ଯିରିମୀୟଙ୍କୁ ଯେଉଁ କଥା କହିଲେ, ତାହା ଏହି, ଯଥା,


ତୁମ୍ଭର ତୃତୀୟାଂଶ ମହାମାରୀରେ ମରିବେ, ଆଉ ଦୁର୍ଭିକ୍ଷ ଦ୍ଵାରା ତୁମ୍ଭ ମଧ୍ୟରେ ସେମାନେ କ୍ଷୟ ପାଇବେ; ପୁଣି, ତୃତୀୟାଂଶ ଖଡ଼୍‍ଗ ଦ୍ଵାରା ତୁମ୍ଭ ଚତୁର୍ଦ୍ଦିଗରେ ପତିତ ହେବେ; ଆଉ ତୃତୀୟାଂଶକୁ ଆମ୍ଭେ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ କରିବା ଓ ସେମାନଙ୍କର ପଶ୍ଚାତ୍ ଖଡ଼୍‍ଗ ନିଷ୍କୋଷ କରିବା।


ପୁଣି, ସଦାପ୍ରଭୁ କହନ୍ତି, ଆମ୍ଭେ ଏଲମରେ ଆପଣା ସିଂହାସନ ସ୍ଥାପନ କରିବା ଓ ସେସ୍ଥାନରୁ ରାଜାକୁ ଓ ଅଧିପତିଗଣକୁ ଉଚ୍ଛିନ୍ନ କରିବା।


Swiv nou:

Piblisite


Piblisite