Biblia Todo Logo
Bib sou entènèt

- Piblisite -




ଯିରିମୀୟ 43:2 - ପବିତ୍ର ବାଇବଲ (Re-edited) - (BSI)

2 ହୋଶୀୟର ପୁତ୍ର ଅସରୀୟ, କାରେହର ପୁତ୍ର ଯୋହାନନ୍ ଓ ଅହଙ୍କାରୀ ଲୋକ ସମସ୍ତେ ଯିରିମୀୟଙ୍କୁ କହିଲେ, ତୁମ୍ଭେ ମିଥ୍ୟା କଥା କହୁଅଛ; ତୁମ୍ଭେମାନେ ମିସରରେ ପ୍ରବାସ କରିବା ପାଇଁ ଯିବ ନାହିଁ, ଏକଥା କହିବା ପାଇଁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ତୁମ୍ଭକୁ ପଠାଇ ନାହାନ୍ତି;

Gade chapit la Kopi

ଓଡିଆ ବାଇବେଲ

2 ହୋଶୋୟୀୟର ପୁତ୍ର ଅସରୀୟ, କାରେହର ପୁତ୍ର ଯୋହାନନ୍‍ ଓ ଅହଙ୍କାରୀ ଲୋକ ସମସ୍ତେ ଯିରିମୀୟଙ୍କୁ କହିଲେ, “ତୁମ୍ଭେ ମିଥ୍ୟା କଥା କହୁଅଛ; ତୁମ୍ଭେମାନେ ମିସରରେ ପ୍ରବାସ କରିବା ପାଇଁ ଯିବ ନାହିଁ, ଏକଥା କହିବା ପାଇଁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ତୁମ୍ଭକୁ ପଠାଇ ନାହାନ୍ତି;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ହୋଶୋୟୀୟର ପୁତ୍ର ଅସରୀୟ, କାରେହର ପୁତ୍ର ଯୋହାନନ୍‍ ଓ ଅହଙ୍କାରୀ ଲୋକ ସମସ୍ତେ ଯିରିମୀୟଙ୍କୁ କହିଲେ, “ତୁମ୍ଭେ ମିଥ୍ୟା କଥା କହୁଅଛ; ‘ତୁମ୍ଭେମାନେ ମିସରରେ ପ୍ରବାସ କରିବା ପାଇଁ ଯିବ ନାହିଁ,’ ଏ କଥା କହିବା ପାଇଁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ତୁମ୍ଭକୁ ପଠାଇ ନାହାନ୍ତି;

Gade chapit la Kopi

ପବିତ୍ର ବାଇବଲ

2 ହୋଶିୟର ପୁତ୍ର ଅସରିୟ, କାରେହର ପୁତ୍ର ଯୋହାନନ୍ ଓ ଅନ୍ୟ କେତେକ ଅହଙ୍କାରୀ ଲୋକ କ୍ରୋଧାନ୍ୱିତ ହୋଇ ଯିରିମିୟଙ୍କୁ କହିଲେ, “ତୁମ୍ଭେ ମିଥ୍ୟା କଥା କହୁଅଛ। ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଏ କଥା କହି ତୁମ୍ଭକୁ ଆମ୍ଭମାନଙ୍କ ନିକଟକୁ ପଠାଇ ନାହାନ୍ତି, ‘ତୁମ୍ଭେମାନେ ମିଶରରେ ଯାଇ ପ୍ରବାସ କର ନାହିଁ।’

Gade chapit la Kopi




ଯିରିମୀୟ 43:2
31 Referans Kwoze  

ଆଉ, ଇଫ୍ରୟିମର ମସ୍ତକ ଶମରୀୟା ଓ ଶମରୀୟାର ମସ୍ତକ ରମଲୀୟର ପୁତ୍ର। ଯେବେ ତୁମ୍ଭେମାନେ ବିଶ୍ଵାସ ନ କରିବ, ତେବେ ସ୍ଥିରୀକୃତ ହେବ ନାହିଁ, ଏହା ନିଶ୍ଚୟ।


ମଧ୍ୟ ଯେଉଁ ନବୂଖଦ୍ନିତ୍ସର ରାଜା ତାଙ୍କୁ ପରମେଶ୍ଵରଙ୍କ ନାମରେ ଶପଥ କରାଇଥିଲା, ସେ ତାହାର ବିଦ୍ରୋହୀ ହେଲେ; ଆଉ ସେ ଆପଣା ଗ୍ରୀବା ଶକ୍ତ କଲେ ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ପ୍ରତି ଫେରିବାକୁ ଆପଣା ହୃଦୟ କଠିନ କଲେ।


ସେହିପରି, ହେ ଯୁବକମାନେ, ତୁମ୍ଭେମାନେ ପ୍ରାଚୀନ-ମାନଙ୍କର ବଶୀଭୂତ ହୁଅ। ସମସ୍ତେ ପରସ୍ପର ପ୍ରତି ନମ୍ରତାରୂପ ବସ୍ତ୍ର ପରିଧାନ କର, କାରଣ ଈଶ୍ଵର ଅହଂକାରୀମାନଙ୍କ ପ୍ରତିରୋଧ କରି ନମ୍ର ଲୋକମାନଙ୍କୁ ଅନୁଗ୍ରହ କରନ୍ତି।


କିନ୍ତୁ ସେ ମଧ୍ୟ ଅଧିକ ଅନୁଗ୍ରହ ଦାନ କରନ୍ତି; ଏଣୁ ଉକ୍ତ ଅଛି, “ଈଶ୍ଵର ଅହଂକାରୀମାନଙ୍କୁ ପ୍ରତିରୋଧ କରନ୍ତି, କିନ୍ତୁ ନମ୍ର ଲୋକମାନଙ୍କୁ ଅନୁଗ୍ରହ ଦାନ କରନ୍ତି”।


ଅନନ୍ତର ଯିରିମୀୟ ଏହିସବୁ କଥା, ଅର୍ଥାତ୍, ଯେଉଁ ସକଳ କଥା ସମଗ୍ର ଲୋକଙ୍କୁ କହିବା ନିମନ୍ତେ ସଦାପ୍ରଭୁ ସେମାନଙ୍କ ପରମେଶ୍ଵର ସେମାନଙ୍କ ନିକଟକୁ ତାଙ୍କୁ ପଠାଇଥିଲେ, ସଦାପ୍ରଭୁ ସେମାନଙ୍କ ପରମେଶ୍ଵରଙ୍କର ସେହି ସକଳ କଥା କହିବାର ସମାପ୍ତ କରନ୍ତେ,


ଏଥି ଉତ୍ତାରେ ସେନାପତି ସମସ୍ତେ, କାରେହର ପୁତ୍ର ଯୋହାନନ୍ ଓ ହୋଶୋୟୀୟର ପୁତ୍ର ଯାସନୀୟ, ଆଉ କ୍ଷୁଦ୍ର ଓ ମହାନ ସମସ୍ତ ଲୋକ ଯିରିମୀୟ ଭବିଷ୍ୟଦ୍ବକ୍ତା ନିକଟକୁ ଆସି କହିଲେ,


ତହିଁରେ ସେମାନେ, ଅର୍ଥାତ୍, ନଥନୀୟର ପୁତ୍ର ଇଶ୍ମାୟେଲ ଓ କାରେହର ପୁତ୍ର ଯୋହାନନ୍ ଓ ଯୋନାଥନ୍, ତନ୍ହୂମତର ପୁତ୍ର ସରାୟ ଓ ନଟୋଫାତୀୟ ଏଫର ପୁତ୍ରମାନେ ଆଉ ମାଖାତୀୟର ପୁତ୍ର ଯାସନୀୟ, ଏମାନେ, ପୁଣି ଏମାନଙ୍କର ଲୋକମାନେ ମିସ୍ପାକୁ ଗଦଲୀୟ କତିକି ଗଲେ।


ତୁମ୍ଭେମାନେ ଶୁଣ ଓ କର୍ଣ୍ଣପାତ କର; ଅହଙ୍କାର କର ନାହିଁ; କାରଣ ସଦାପ୍ରଭୁ କଥା କହିଅଛନ୍ତି।


ମନରେ ଗର୍ବୀ ପ୍ରତ୍ୟେକ ଲୋକ ସଦାପ୍ରଭୁଙ୍କଠାରେ ଘୃଣିତ, ହାତ ଧରାଧରି ହେଲେ ହେଁ ସେ ଅଦଣ୍ତିତ ନୋହିବ।


ତହୁଁ ନଥନୀୟର ପୁତ୍ର ଇଶ୍ମାୟେଲ ଅହୀକାମର ପୁତ୍ର ଗଦଲୀୟକୁ ବଧ କଲା ଉତ୍ତାରେ କାରେହର ପୁତ୍ର ଯୋହାନନ୍ ଆପଣା ସଙ୍ଗୀ ସେନାପତିଗଣ ସହିତ ଯେସମସ୍ତ ଅବଶିଷ୍ଟ ଲୋକଙ୍କୁ ତାହା ହସ୍ତରୁ ଉଦ୍ଧାର କରି ମିସ୍ପାରୁ ଆଣିଥିଲା, ସେମାନଙ୍କୁ, ଅର୍ଥାତ୍, ଗିବୀୟୋନରୁ ଆଣିଥିବା ଯୋଦ୍ଧା ପୁରୁଷମାନଙ୍କୁ ଓ ସ୍ତ୍ରୀଲୋକ, ବାଳକ ବାଳିକା ଓ ନପୁଂସକମାନଙ୍କୁ ସେ ସଙ୍ଗେ ନେଲା;


ନୋହିଲେ ମୁଁ ପରିତୃପ୍ତ ହୋଇ ତୁମ୍ଭକୁ ଅସ୍ଵୀକାର କରି କହିବି, ସଦାପ୍ରଭୁ କିଏ? କିଅବା ଦରିଦ୍ର ହେଲେ ଚୋରି କରି ଆପଣା ପରମେଶ୍ଵରଙ୍କର ନାମ ମିଥ୍ୟାରେ ନେବି।


ସଦାପ୍ରଭୁଙ୍କ ବିଷୟକ ଭୟ, ମନ୍ଦତା ପ୍ରତି ଘୃଣା; ଅହଙ୍କାର ଓ ଦାମ୍ଭିକତା ଓ କୁପଥ ଏବଂ କୁଟିଳମୁଖ ମୁଁ ଘୃଣା କରେ।


ଅହଙ୍କାର-ଦୃଷ୍ଟି, ମିଥ୍ୟାବାଦୀ-ଜିହ୍ଵା ଓ ନିର୍ଦ୍ଦୋଷର ରକ୍ତପାତକାରୀ-ହସ୍ତ ;


ସୁଖଶାଳୀମାନଙ୍କ ଉପହାସରେ ଓ ଅହଙ୍କାରୀ-ମାନଙ୍କ ଅବଜ୍ଞାରେ ଆମ୍ଭମାନଙ୍କ ପ୍ରାଣ ଅତିଶୟ ପୂର୍ଣ୍ଣ ହୋଇଅଛି।


ଯେଉଁ ଶାପଗ୍ରସ୍ତ ଅହଙ୍କାରୀମାନେ ତୁମ୍ଭ ଆଜ୍ଞାପଥରୁ ଭ୍ରମନ୍ତି, ତୁମ୍ଭେ ସେମାନଙ୍କୁ ଧମକାଇଅଛ।


ସଦାପ୍ରଭୁ ଚାଟୁବାଦୀ ଓଷ୍ଠାଧରସବୁ ଓ ଦର୍ପବାଦୀ ଜିହ୍ଵା ଉଚ୍ଛିନ୍ନ କରିବେ;


ଏବେ ହେଁ ତୁମ୍ଭେ କି ଆମ୍ଭ ଲୋକମାନଙ୍କୁ ଛାଡ଼ି ନ ଦେଇ ସେମାନଙ୍କ ଉପରେ ଦର୍ପ କରୁଅଛ?


ତହିଁରେ ଫାରୋ କହିଲେ, ସଦାପ୍ରଭୁ କିଏ, ଯେ ଆମ୍ଭେ ତାହାର କଥା ମାନି ଇସ୍ରାଏଲକୁ ଛାଡ଼ି ଦେବୁ? ଆମ୍ଭେ ସଦାପ୍ରଭୁକୁ ଚିହ୍ନି ନାହୁଁ ଓ ଇସ୍ରାଏଲକୁ ଛାଡ଼ି ଦେବୁ ନାହିଁ।


ତହୁଁ ଲୋଟ ବାହାରକୁ ଯାଇ ଆପଣା କନ୍ୟାମାନଙ୍କ ସହିତ ବିବାହ କରିବାକୁ ଉଦ୍ୟତ ଜୁଆଁଇମାନଙ୍କୁ କହିଲା, ଉଠ, ଏଠାରୁ ବାହାର ହୁଅ, ସଦାପ୍ରଭୁ ଏ ନଗର ଉଚ୍ଛିନ୍ନ କରିବେ; ମାତ୍ର ଜୁଆଁଇମାନେ ତାହାକୁ ପରିହାସକ ପରି ମଣିଲେ।


ତେବେ ସେମାନେ କହିଲେ, ଆସ, ଆମ୍ଭେମାନେ ଯିରିମୀୟ ବିରୁଦ୍ଧରେ ପରାମର୍ଶ କରୁ; କାରଣ ଯାଜକ ନିକଟରୁ ବ୍ୟବସ୍ଥା ଅବା ଜ୍ଞାନବାନ ନିକଟରୁ ମନ୍ତ୍ରଣା ଅଥବା ଭବିଷ୍ୟଦ୍ବକ୍ତା ନିକଟରୁ ବାକ୍ୟ ଲୁପ୍ତ ହେବ ନାହିଁ। ଆସ, ଆମ୍ଭେମାନେ ଜିହ୍ଵା ଦ୍ଵାରା ତାହାକୁ ପ୍ରହାର କରୁ, ପୁଣି ତାହାର କୌଣସି କଥାରେ ମନୋଯୋଗ ନ କରୁ।


କାରଣ ନଥନୀୟର ପୁତ୍ର ଇଶ୍ମାୟେଲ, ବାବିଲ ରାଜାର ନିଯୁକ୍ତ ଦେଶର ଶାସନକର୍ତ୍ତା ଅହୀକାମର ପୁତ୍ର ଗଦଲୀୟକୁ ବଧ କରିବା ହେତୁରୁ ସେମାନେ କଲ୍ଦୀୟମାନଙ୍କ ବିଷୟରେ ଭୀତ ହୋଇଥିଲେ।


ତହିଁରେ ସେମାନେ ଯିରିମୀୟଙ୍କୁ କହିଲେ, ସଦାପ୍ରଭୁ ଆପଣଙ୍କ ପରମେଶ୍ଵର ଯେଉଁ କଥା କହି ଆପଣଙ୍କୁ ଆମ୍ଭମାନଙ୍କ ନିକଟକୁ ପଠାଇବେ, ତଦନୁସାରେ ଯେବେ ଆମ୍ଭେମାନେ କର୍ମ ନ କରୁ, ତେବେ ସଦାପ୍ରଭୁ ଆମ୍ଭମାନଙ୍କ ମଧ୍ୟରେ ସତ୍ୟ ଓ ବିଶ୍ଵସ୍ତ ସାକ୍ଷୀ ହେଉନ୍ତୁ।


ତୁମ୍ଭେମାନେ ଆପଣା ଆପଣା ପ୍ରାଣ ବିରୁଦ୍ଧରେ ପ୍ରବଞ୍ଚନା କରିଅଛ; କାରଣ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵରଙ୍କ ନିକଟକୁ ମୋତେ ପଠାଇ କହିଲ, ତୁମ୍ଭେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ନିକଟରେ ଆମ୍ଭମାନଙ୍କ ପାଇଁ ପ୍ରାର୍ଥନା କର ଓ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ଯାହା ଯାହା କହିବେ, ତଦନୁସାରେ ଆମ୍ଭମାନଙ୍କୁ ଜଣାଅ, ଆମ୍ଭେମାନେ ତାହା କରିବୁ;


ତୁମ୍ଭେ ସଦାପ୍ରଭୁଙ୍କ ନାମରେ ଆମ୍ଭମାନଙ୍କୁ ଯେଉଁ କଥା କହିଅଛ, ତୁମ୍ଭର ସେହି କଥା ଆମ୍ଭେମାନେ ଶୁଣିବୁ ନାହିଁ।


ଯାକୁବ ମଧ୍ୟକୁ ପ୍ରଭୁ ଏକ ବାକ୍ୟ ପ୍ରେରଣ କଲେ ଓ ତାହା ଇସ୍ରାଏଲ ଉପରେ ପଡ଼ିଅଛି,


Swiv nou:

Piblisite


Piblisite