Biblia Todo Logo
Bib sou entènèt

- Piblisite -




ଯିରିମୀୟ 43:9 - ପବିତ୍ର ବାଇବଲ (Re-edited) - (BSI)

9 ତୁମ୍ଭେ କେତେଗୁଡ଼ିଏ ବୃହତ ପ୍ରସ୍ତର ଆପଣା ହସ୍ତରେ ନେଇ, ତଫନ୍ହେଷରରେ ଫାରୋ ଗୃହର ପ୍ରବେଶ-ସ୍ଥାନର ନିକଟରେ ଯେଉଁ ଇଟାଗାନ୍ଥୁନି ଅଛି, ତହିଁ ମଧ୍ୟରେ ମଶଲା ଭିତରେ ଯିହୁଦାର ଲୋକମାନଙ୍କ ସାକ୍ଷାତରେ ଲୁଚାଇ ରଖ;

Gade chapit la Kopi

ଓଡିଆ ବାଇବେଲ

9 “ତୁମ୍ଭେ କେତେଗୁଡ଼ିଏ ବୃହତ ପ୍ରସ୍ତର ଆପଣା ହସ୍ତରେ ନେଇ, ତଫନ୍‍ହେଷରରେ ଫାରୋ ଗୃହର ପ୍ରବେଶ ସ୍ଥାନର ନିକଟରେ ଯେଉଁ ଇଟାଗାନ୍ଥୁନି ଅଛି, ତହିଁ ମଧ୍ୟରେ ମଶଲା ଭିତରେ ଯିହୁଦାର ଲୋକମାନଙ୍କ ସାକ୍ଷାତରେ ଲୁଚାଇ ରଖ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 “ତୁମ୍ଭେ କେତେଗୁଡ଼ିଏ ବୃହତ ପ୍ରସ୍ତର ଆପଣା ହସ୍ତରେ ନେଇ, ତଫନ୍‍ହେଷରରେ ଫାରୋ ଗୃହର ପ୍ରବେଶ ସ୍ଥାନର ନିକଟରେ ଯେଉଁ ଇଟାଗାନ୍ଥୁନି ଅଛି, ତହିଁ ମଧ୍ୟରେ ମଶଲା ଭିତରେ ଯିହୁଦାର ଲୋକମାନଙ୍କ ସାକ୍ଷାତରେ ଲୁଚାଇ ରଖ;

Gade chapit la Kopi

ପବିତ୍ର ବାଇବଲ

9 “ହେ ଯିରିମିୟ, ତୁମ୍ଭେ କେତେଗୁଡ଼ିଏ ବୃହତ୍ ପ୍ରସ୍ତର ନେଇ ତଫ‌‌‌ନ୍‌‌‌ହେଷରେ ଫାରୋ ଗୃହର ପ୍ରବେଶ ସ୍ଥାନ ନିକଟରେ କାଦୁଅ ଚଟାଣ ଭିତରେ ଯିହୁଦାର ଲୋକମାନଙ୍କ ସାକ୍ଷାତରେ ଲୁଗ୍ଭଇ ରଖ।

Gade chapit la Kopi




ଯିରିମୀୟ 43:9
18 Referans Kwoze  

ତତ୍ପରେ ଜଣେ ବଳବାନ ଦୂତ ଗୋଟିଏ ବୃହତ ଚକିପଥର ପରି ଗୋଟିଏ ପଥର ସମୁଦ୍ରରେ ନିକ୍ଷେପ କରି କହିଲେ, ଏହିପରି ମହାବଳରେ ମହାନଗରୀ ବାବିଲ ନିକ୍ଷିପ୍ତ ହେବ, ଆଉ କେବେ ହେଁ ତାହାର ଉଦ୍ଦେଶ୍ୟ ମିଳିବ ନାହିଁ।


ସେ ଆମ୍ଭମାନଙ୍କ ନିକଟକୁ ଆସି ପାଉଲଙ୍କ କଟିବନ୍ଧନ ଘେନି ଆପଣା ହସ୍ତପଦ ବନ୍ଧନ କରି କହିଲେ, ପବିତ୍ର ଆତ୍ମା ଏହା କହନ୍ତି, ଏହି କଟିବନ୍ଧନର ଅଧିକାରୀଙ୍କି ଯିରୂଶାଲମନିବାସୀ ଯିହୁଦୀମାନେ ଏହିପରି ବାନ୍ଧି ବିଜାତିମାନଙ୍କ ହସ୍ତରେ ସମର୍ପଣ କରିବେ।


ଅବରୋଧର ସମୟ ନିମନ୍ତେ ଜଳ କାଢ଼ି ଆଣ, ତୁମ୍ଭର ଦୁର୍ଗସବୁ ଦୃଢ଼ କର; କାଦୁଅକୁ ଯାଇ ମାଟି ଚକଟ, ଇଟାଭାଟି ଦୃଢ଼ କର।


ଆହୁରି, ଆମ୍ଭେ ଭବିଷ୍ୟଦ୍ବକ୍ତାଗଣ ନିକଟରେ କଥା କହିଅଛୁ ଓ ଆମ୍ଭେ ନାନା ଦର୍ଶନର ବୃଦ୍ଧି କରିଅଛୁ; ଆଉ ଭବିଷ୍ୟଦ୍ବକ୍ତାଗଣ ଦ୍ଵାରା ଦୃଷ୍ଟାନ୍ତ-କଥା ବ୍ୟବହାର କରିଅଛୁ।


ଆହୁରି, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଖଣ୍ତେ ଇଟା ନେଇ ଆପଣା ସମ୍ମୁଖରେ ରଖ ଓ ତହିଁ ଉପରେ ଏକ ନଗରର,ଅର୍ଥାତ୍,ଯିରୂଶାଲମର ଛବି ଅଙ୍କିତ କର;


ଆହୁରି ସେ ତନ୍ମଧ୍ୟବର୍ତ୍ତୀ ଲୋକମାନଙ୍କୁ ବାହାର କରି ଆଣି ସେମାନଙ୍କୁ କରତ ଓ ଲୁହା ମଇ ଓ ଲୁହା କୁହ୍ରାଡ଼ି ଦ୍ଵାରା ଦଣ୍ତ ଦେଲେ ଓ ସେମାନଙ୍କୁ ଇଟାଭାଟି ଦେଇ ଗମନ କରାଇଲେ; ସେ ଅମ୍ମୋନ-ସନ୍ତାନଗଣର ସମୁଦାୟ ନଗର ପ୍ରତି ଏହି ପ୍ରକାର କଲେ। ଏଉତ୍ତାରେ ଦାଉଦ ଓ ସମସ୍ତ ଲୋକ ଯିରୂଶାଲମକୁ ଫେରି ଆସିଲେ।


ପୁଣି କାଦୁଅ ଓ ଇଟା ଓ ବିଲର ସବୁ କର୍ମାଦି କଠିନ ଦାସ୍ୟକର୍ମ ଦ୍ଵାରା ସେମାନଙ୍କ ପ୍ରାଣକୁ ବିରକ୍ତ କରିବାକୁ ଲାଗିଲେ। ସେମାନେ ଯେସମସ୍ତ ଦାସ୍ୟକର୍ମ କରାଇଲେ; ସେସମସ୍ତ ନିର୍ଦ୍ଦୟ ଭାବରେ କରାଇଲେ।


ଅନନ୍ତର ତଫନ୍ହେଷରରେ ସଦାପ୍ରଭୁଙ୍କର ଏହି ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,


ଆଉ, ସେମାନଙ୍କୁ କୁହ, ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଦେଖ, ଆମ୍ଭେ ଆଜ୍ଞା ପଠାଇ ଆପଣା ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ଅଣାଇବା ଓ ଏହି ଯେଉଁ ପ୍ରସ୍ତରସବୁ ଲୁଚାଇ ରଖିଅଛୁ, ତହିଁ ଉପରେ ତାହାର ସିଂହାସନ ସ୍ଥାପନ କରିବା; ଆଉ, ସେ ତହିଁ ଉପରେ ଆପଣା ରାଜକୀୟ ଚନ୍ଦ୍ରାତପ ବିସ୍ତାର କରିବ।


ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଯେପରି ଯିହୁଦାର ରାଜା ସିଦିକୀୟକୁ ତାହାର ପ୍ରାଣନାଶର ଚେଷ୍ଟାକାରୀ ଶତ୍ରୁ ବାବିଲର ରାଜା ନବୂଖଦ୍ନିତ୍ସର ହସ୍ତରେ ସମର୍ପଣ କଲୁ, ସେପରି ଆମ୍ଭେ ମିସରର ରାଜା ଫାରୋ-ହଫ୍ରାକୁ ତାହାର ଶତ୍ରୁମାନଙ୍କ ହସ୍ତରେ ଓ ତାହାର ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା।


ମିସରର ରାଜା ଫାରୋକୁ, ତାହାର ଦାସଗଣକୁ ଓ ଅଧିପତିଗଣକୁ ଓ ତାହାର ସମସ୍ତ ଲୋକଙ୍କୁ;


Swiv nou:

Piblisite


Piblisite