Biblia Todo Logo
Bib sou entènèt

- Piblisite -




ଯିରିମୀୟ 44:10 - ପବିତ୍ର ବାଇବଲ (Re-edited) - (BSI)

10 ସେମାନେ ଆଜି ପର୍ଯ୍ୟନ୍ତ ଚୂର୍ଣ୍ଣମନା ହୋଇ ନାହାନ୍ତି, କିଅବା ସେମାନେ ଭୟ କରି ନାହାନ୍ତି, ଅଥବା ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରେ ଓ ତୁମ୍ଭମାନଙ୍କ ପିତୃପୁରୁଷମାନଙ୍କ ସମ୍ମୁଖରେ ଆପଣାର ଯେଉଁ ବ୍ୟବସ୍ଥା ଓ ବିଧି ସ୍ଥାପନ କଲୁ, ତଦନୁସାରେ ଆଚରଣ କରି ନାହାନ୍ତି।

Gade chapit la Kopi

ଓଡିଆ ବାଇବେଲ

10 ସେମାନେ ଆଜି ପର୍ଯ୍ୟନ୍ତ ଚୂର୍ଣ୍ଣମନା ହୋଇ ନାହାନ୍ତି, କିଅବା ସେମାନେ ଭୟ କରି ନାହାନ୍ତି, ଅଥବା ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରେ ଓ ତୁମ୍ଭମାନଙ୍କ ପିତୃପୁରୁଷମାନଙ୍କ ସମ୍ମୁଖରେ ଆପଣାର ଯେଉଁ ବ୍ୟବସ୍ଥା ଓ ବିଧି ସ୍ଥାପନ କଲୁ, ତଦନୁସାରେ ଆଚରଣ କରି ନାହାନ୍ତି।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ସେମାନେ ଆଜି ପର୍ଯ୍ୟନ୍ତ ଚୂର୍ଣ୍ଣମନା ହୋଇ ନାହାନ୍ତି, କିଅବା ସେମାନେ ଭୟ କରି ନାହାନ୍ତି, ଅଥବା ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରେ ଓ ତୁମ୍ଭମାନଙ୍କ ପିତୃପୁରୁଷମାନଙ୍କ ସମ୍ମୁଖରେ ଆପଣାର ଯେଉଁ ବ୍ୟବସ୍ଥା ଓ ବିଧି ସ୍ଥାପନ କଲୁ, ତଦନୁସାରେ ଆଚରଣ କରି ନାହାନ୍ତି।

Gade chapit la Kopi

ପବିତ୍ର ବାଇବଲ

10 ଏପରିକି ଏବେ ମଧ୍ୟ ସେମାନେ ନମ୍ର ହୋଇ ନାହାନ୍ତି କିଅବା ଆମ୍ଭ ପ୍ରତି ଭକ୍ତିଭାବ ଦେଖାଇ ନାହାନ୍ତି। ଆମ୍ଭେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଦେଇଥିବା ବିଧି ଓ ବ୍ୟବସ୍ଥା ଅନୁସାରେ ସେମାନେ ଆଚରଣ କରି ନାହାନ୍ତି।’

Gade chapit la Kopi




ଯିରିମୀୟ 44:10
38 Referans Kwoze  

ଯେଉଁ ଲୋକ ସବୁବେଳେ ଭୟ ରଖେ, ସେ ଧନ୍ୟ; ମାତ୍ର ଯେ ଆପଣା ମନକୁ କଠିନ କରେ, ସେ ଆପଦରେ ପଡ଼ିବ।


ହେ ପ୍ରଭୁ, କିଏ ତୁମ୍ଭକୁ ଭୟ ନ କରିବ? କିଏ ତୁମ୍ଭ ନାମର ଗୌରବ କୀର୍ତ୍ତନ ନ କରିବ? କାରଣ କେବଳ ତୁମ୍ଭେ ହିଁ ପବିତ୍ର; ଜାତିସମୂହ ଆସି ତୁମ୍ଭ ଛାମୁରେ ପ୍ରଣାମ କରିବେ ; ତେଣୁ ତୁମ୍ଭର ନ୍ୟାଯ୍ୟ କର୍ମସମୂହ ପ୍ରକାଶିତ ହୋଇଅଛି।


ଅତଏବ, ଈଶ୍ଵରଙ୍କ ବଳବ; ହସ୍ତ ତଳେ ଆପଣା ଆପଣାକୁ ନତ କର, ଯେପରି ସେ ତୁମ୍ଭମାନଙ୍କୁ ଯଥା-ସମୟରେ ଉନ୍ନତ କରିବେ;


ସେମାନେ ଘୃଣାଯୋଗ୍ୟ କାର୍ଯ୍ୟ କରିଅଛନ୍ତି ବୋଲି କʼଣ ଲଜ୍ଜିତ ହେଲେ? ନା, ସେମାନେ କିଛି ହିଁ ଲଜ୍ଜିତ ହେଲେ ନାହିଁ, କିଅବା ମୁଖ ବିବର୍ଣ୍ଣ କଲେ ନାହିଁ; ଏହେତୁ ସେମାନେ ପତିତ ଲୋକମାନଙ୍କ ମଧ୍ୟରେ ପତିତ ହେବେ; ସଦାପ୍ରଭୁ କହନ୍ତି, ସେମାନଙ୍କ ପ୍ରତିଫଳ-ପ୍ରାପ୍ତିର ସମୟରେ ସେମାନେ ନିପାତିତ ହେବେ।


ଭଲ କଥା, ସେମାନଙ୍କର ଅବିଶ୍ଵାସ ହେତୁ ସେମାନେ ଉଚ୍ଛିନ୍ନ ହେଲେ, ଆଉ ବିଶ୍ଵାସ ହେତୁ ତୁମ୍ଭେ ସ୍ଥାନ ପ୍ରାପ୍ତ ହୋଇଅଛ। ଗର୍ବିତମନା ହୁଅ ନାହିଁ, କିନ୍ତୁ ଭୟ କର;


କିନ୍ତୁ ଅନ୍ୟ ଜଣକ ତାହାକୁ ଧମକ ଦେଇ ଉତ୍ତର ଦେଲା, ତୁ ସମାନ ଦଣ୍ତ ତ ପାଉଛୁ, ତୁ ଈଶ୍ଵରଙ୍କୁ କଅଣ ଭୟ ମଧ୍ୟ କରୁ ନାହୁଁ?


ଶତସେନାପତି ଓ ତାଙ୍କ ସାଙ୍ଗରେ ଯେଉଁମାନେ ଯୀଶୁଙ୍କୁ ଜଗିଥିଲେ, ସେମାନେ ଭୂମିକମ୍ପାଦି ଘଟନା ଦେଖି ଅତ୍ୟ; ଭୀତ ହୋଇ କହିଲେ, ସତ୍ୟ, ଏ ଈଶ୍ଵରଙ୍କ ପୁତ୍ର ଥିଲେ।


ମାତ୍ର ଆମ୍ଭ ନାମକୁ ଭୟ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ପ୍ରତି ଧର୍ମରୂପ ସୂର୍ଯ୍ୟ ଆରୋଗ୍ୟଦାୟକ କିରଣ ସଂଯୁକ୍ତ ହୋଇ ଉଦିତ ହେବେ; ଆଉ, ତୁମ୍ଭେମାନେ ବାହାର ହୋଇ ହୃଷ୍ଟପୁଷ୍ଟ ଗୋବତ୍ସ ତୁଲ୍ୟ କୁଦା ମାରିବ।


ପୁଣି, ସଦାପ୍ରଭୁ ତାହାକୁ କହିଲେ, ତୁମ୍ଭେ ନଗରର ମଧ୍ୟ ଦେଇ, ଯିରୂଶାଲମର ମଧ୍ୟ ଦେଇ ଯାଅ ଓ ତହିଁ ମଧ୍ୟରେ କୃତ ସକଳ ଘୃଣାଯୋଗ୍ୟ କ୍ରିୟା ସକାଶୁ ଯେଉଁ ଲୋକମାନେ ଦୀର୍ଘ ନିଃଶ୍ଵାସ ଛାଡ଼ନ୍ତି ଓ କାତରୋକ୍ତି କରନ୍ତି, ସେମାନଙ୍କର କପାଳରେ ଚିହ୍ନ ଦିଅ।


ମାତ୍ର ରାଜା କିଅବା ତାହାର ଦାସଗଣ, ଯେଉଁମାନେ ସେହିସବୁ ବାକ୍ୟ ଶୁଣିଲେ, ସେମାନେ କେହି ଭୀତ ହେଲେ ନାହିଁ, କିଅବା ଆପଣା ଆପଣା ବସ୍ତ୍ର ଚିରିଲେ ନାହିଁ।


ହେ ସର୍ବଦେଶୀୟମାନଙ୍କର ରାଜନ୍, ତୁମ୍ଭଙ୍କୁ କିଏ ଭୟ ନ କରିବ? କାରଣ ତାହା ତୁମ୍ଭର ପ୍ରାପ୍ୟ; ଯେହେତୁ ନାନା ଦେଶୀୟ ସମୁଦାୟ ଜ୍ଞାନୀମାନଙ୍କ ମଧ୍ୟରେ ଓ ସେମାନଙ୍କ ସମୁଦାୟ ରାଜକୀୟ ଐଶ୍ଵର୍ଯ୍ୟଶାଳୀମାନଙ୍କ ମଧ୍ୟରେ ତୁମ୍ଭ ତୁଲ୍ୟ କେହି ନାହିଁ।


କାରଣ ଆମ୍ଭର ହସ୍ତ ଏହିସବୁ ନିର୍ମାଣ କରିଅଛି, ଆଉ ତହିଁ ସକାଶୁ ଏହିସବୁ ଉତ୍ପନ୍ନ ହେଲା, ଏହା ସଦାପ୍ରଭୁ କହନ୍ତି; ମାତ୍ର ଏହି ଲୋକ ପ୍ରତି, ଅର୍ଥାତ୍, ଯେଉଁ ଲୋକ ଦୁଃଖୀ ଓ ଚୂର୍ଣ୍ଣମନା ଓ ଯେ ଆମ୍ଭ ବାକ୍ୟରେ କମ୍ପମାନ ହୁଏ, ତାହା ପ୍ରତି ଆମ୍ଭେ ଦୃଷ୍ଟିପାତ କରିବା।


କାରଣ ଯେ ଅନ; କାଳନିବାସୀ, ଯାହାଙ୍କର ନାମ ଧର୍ମମୟ, ସେହି ଉଚ୍ଚ ଓ ଉନ୍ନତ ପୁରୁଷ ଏହି କଥା କହନ୍ତି; ଆମ୍ଭେ ଊର୍ଦ୍ଧ୍ଵ ଓ ପବିତ୍ର ସ୍ଥାନରେ ବାସ କରୁ, ମଧ୍ୟ ନମ୍ର ଲୋକମାନଙ୍କର ଆତ୍ମାକୁ ସଜୀବ ଓ ଚୂର୍ଣ୍ଣମନା ଲୋକମାନଙ୍କର ଅନ୍ତଃକରଣକୁ ସଜୀବ କରିବା ପାଇଁ ଆମ୍ଭେ ଚୂର୍ଣ୍ଣ ଓ ନମ୍ରମନା ଲୋକର ସଙ୍ଗରେ ହେଁ ବାସ କରୁ।


ଦୟା ଓ ସତ୍ୟତାରେ ପାପର ପ୍ରାୟଶ୍ଚିତ୍ତ ହୁଏ, ପୁଣି ସଦାପ୍ରଭୁ ବିଷୟକ ଭୟ ଦ୍ଵାରା ମନୁଷ୍ୟମାନେ କୁକ୍ରିୟା ତ୍ୟାଗ କରନ୍ତି।


ଜ୍ଞାନୀ ଲୋକ ଭୟ କରେ ଓ ମନ୍ଦକୁ ଛାଡ଼ି ଦିଏ; ମାତ୍ର ମୂର୍ଖ ଲୋକ ଦାମ୍ଭିକଭାବ ବହି ଦୁଃସାହସୀ ହୁଏ।


ସଦାପ୍ରଭୁଙ୍କ ବିଷୟକ ଭୟ, ମନ୍ଦତା ପ୍ରତି ଘୃଣା; ଅହଙ୍କାର ଓ ଦାମ୍ଭିକତା ଓ କୁପଥ ଏବଂ କୁଟିଳମୁଖ ମୁଁ ଘୃଣା କରେ।


ଭଗ୍ନ-ଆତ୍ମା ପରମେଶ୍ଵରଙ୍କର ଗ୍ରାହ୍ୟ ବଳି, ହେ ପରମେଶ୍ଵର, ତୁମ୍ଭେ ଭଗ୍ନ ଓ ଚୂର୍ଣ୍ଣ ଅନ୍ତଃକରଣ ତୁଚ୍ଛ କରିବ ନାହିଁ।


ସଦାପ୍ରଭୁ ଭଗ୍ନାନ୍ତଃକରଣମାନଙ୍କର ନିକଟବର୍ତ୍ତୀ ଅଟନ୍ତି ଓ ସେ ଚୂର୍ଣ୍ଣମନାମାନଙ୍କୁ ତ୍ରାଣ କରନ୍ତି।


ଏହି ସ୍ଥାନ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଉକ୍ତ ପରମେଶ୍ଵରଙ୍କ ବାକ୍ୟ ଶୁଣିବାମାତ୍ରେ ତୁମ୍ଭର ଅନ୍ତଃକରଣ କୋମଳ ହେଲା ଓ ତୁମ୍ଭେ ତାହାଙ୍କ ସାକ୍ଷାତରେ ଆପଣାକୁ ନମ୍ର କଲ; ଏଣୁ ତୁମ୍ଭେ ଆମ୍ଭ ସାକ୍ଷାତରେ ଆପଣାକୁ ନମ୍ର କରିବାରୁ ଓ ଆପଣା ବସ୍ତ୍ର ଚିରି ଆମ୍ଭ ସାକ୍ଷାତରେ ରୋଦନ କରିବାରୁ, ସଦାପ୍ରଭୁ କହନ୍ତି, ଆମ୍ଭେ ମଧ୍ୟ ତୁମ୍ଭ କଥା ଶୁଣିଲୁ।


ମଧ୍ୟ ତାଙ୍କର ପ୍ରାର୍ଥନା ଓ ପରମେଶ୍ଵର ତାଙ୍କ ପ୍ରତି କିପରି ପ୍ରସନ୍ନ ହେଲେ ଓ ତାଙ୍କର ସକଳ ପାପ ଓ ସତ୍ୟଲଙ୍ଘନ ଓ ସେ ଆପଣାକୁ ନମ୍ର କରିବା ପୂର୍ବେ ଯେ ଯେ ସ୍ଥାନରେ ଉଚ୍ଚସ୍ଥଳୀ ନିର୍ମାଣ କରିଥିଲେ, ଆଉ ଆଶେରାମୂର୍ତ୍ତି ଓ ଖୋଦିତ-ପ୍ରତିମା ସ୍ଥାପନ କରିଥିଲେ; ଦେଖ, ତାହାସବୁ ହୋଶେୟର ପୁସ୍ତକରେ ଲିଖିତ ଅଛି।


ପୁଣି, ସେ ଦୁଃଖରେ ଥିବା ବେଳେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କର ଅନ୍ଵେଷଣ କଲେ ଓ ଆପଣା ପିତୃଗଣର ପରମେଶ୍ଵରଙ୍କ ଛାମୁରେ ଆପଣାକୁ ଅତିଶୟ ନମ୍ର କଲେ।


ତଥାପି ଆପଣା ଅନ୍ତଃକରଣର ଗର୍ବ ସକାଶୁ ହିଜକୀୟ ଓ ଯିରୂଶାଲମ ନିବାସୀମାନେ ଆପଣାମାନଙ୍କୁ ନମ୍ର କଲେ, ତେଣୁ ହିଜକୀୟଙ୍କର ସମୟରେ ସେମାନଙ୍କ ଉପରେ ସଦାପ୍ରଭୁଙ୍କ କୋପ ଉପସ୍ଥିତ ହେଲା ନାହିଁ।


ଏହା ଶୁଣି ତୁମ୍ଭର ଅନ୍ତଃକରଣ କୋମଳ ହେଲା, ତୁମ୍ଭେ ସଦାପ୍ରଭୁଙ୍କ ଛାମୁରେ ଆପଣାକୁ ନମ୍ର କଲ ଓ ଆପଣା ବସ୍ତ୍ର ଚିରିଲ ଓ ଆମ୍ଭ ଛାମୁରେ ରୋଦନ କଲ, ଏହେତୁ ଆମ୍ଭେ ମଧ୍ୟ ତୁମ୍ଭ କଥା ଶୁଣିଲୁ।


ଆହାବ ଆମ୍ଭ ସାକ୍ଷାତରେ କିପରି ଆପଣାକୁ ନମ୍ର କରୁଅଛି, ଏହା କି ତୁମ୍ଭେ ଦେଖୁଅଛ? ସେ ଆମ୍ଭ ସାକ୍ଷାତରେ ଆପଣାକୁ ନମ୍ର କରିବା ହେତୁରୁ ଆମ୍ଭେ ତାହାର ସମୟରେ ସେହି ଅମଙ୍ଗଳ ଘଟାଇବା ନାହିଁ; ମାତ୍ର ତାହାର ପୁତ୍ରର ସମୟରେ ତାହାର ବଂଶ ପ୍ରତି ଏହି ଅମଙ୍ଗଳ ଘଟାଇବା।


ସେତେବେଳେ ମୋଶା ଓ ହାରୋଣ ଫାରୋଙ୍କ ନିକଟକୁ ଯାଇ କହିଲେ, ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ଵର କହନ୍ତି, ତୁମ୍ଭେ ଆମ୍ଭ ସାକ୍ଷାତରେ ନମ୍ର ହେବାକୁ କେତେ କାଳ ନାସ୍ତି କରିବ? ଆମ୍ଭର ସେବା କରିବା ନିମନ୍ତେ ଆମ୍ଭ ଲୋକମାନଙ୍କୁ ଛାଡ଼ି ଦିଅ।


ମାତ୍ର ମୁଁ ଜାଣେ, ଆପଣ ଓ ଆପଣଙ୍କ ଦାସଗଣ ଅଦ୍ୟାପି ସଦାପ୍ରଭୁ ପରମେଶ୍ଵରଙ୍କୁ ଭୟ କରୁ ନାହାନ୍ତି।


ଏବେ ହେଁ ତୁମ୍ଭେ କି ଆମ୍ଭ ଲୋକମାନଙ୍କୁ ଛାଡ଼ି ନ ଦେଇ ସେମାନଙ୍କ ଉପରେ ଦର୍ପ କରୁଅଛ?


ସେମାନେ ପରମେଶ୍ଵରଙ୍କ ନିୟମ ପାଳନ କଲେ ନାହିଁ ଓ ତାହାଙ୍କ ବ୍ୟବସ୍ଥାନୁସାରେ ଚଳିବା ପାଇଁ ଅସ୍ଵୀକାର କଲେ;


ସେମାନେ ଘୃଣାଯୋଗ୍ୟ କାର୍ଯ୍ୟ କରିଅଛନ୍ତି ବୋଲି କି ଲଜ୍ଜିତ ହେଲେ? ନା, ସେମାନେ କିଛି ହିଁ ଲଜ୍ଜିତ ହେଲେ ନାହିଁ, କିଅବା ମୁଖ ବିବର୍ଣ୍ଣ କଲେ ନାହିଁ; ଏହେତୁ ସେମାନେ ପତିତ ଲୋକମାନଙ୍କ ମଧ୍ୟରେ ପତିତ ହେବେ; ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପ୍ରତିଫଳ ଦେବା ବେଳେ ସେମାନେ ନିପାତିତ ହେବେ।


ପୁଣି, ତୁମ୍ଭେ ସେମାନଙ୍କୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଯେବେ ତୁମ୍ଭମାନଙ୍କ ସମ୍ମୁଖରେ ଆମ୍ଭର ସ୍ଥାପିତ ବ୍ୟବସ୍ଥାନୁସାରେ ଚାଲିବା ପାଇଁ ଆମ୍ଭ ବାକ୍ୟରେ ମନୋଯୋଗ ନ କରିବ,


ପୁଣି, ସେମାନେ ଆସି ତାହା ଅଧିକାର କଲେ; ମାତ୍ର ସେମାନେ ତୁମ୍ଭ ରବରେ ମନୋଯୋଗ କଲେ ନାହିଁ; କିଅବା ତୁମ୍ଭ ବ୍ୟବସ୍ଥା ପଥରେ ଚାଲିଲେ ନାହିଁ; ତୁମ୍ଭେ ସେମାନଙ୍କୁ ଯାହା ଯାହା ପାଳନ କରିବାକୁ ଆଜ୍ଞା ଦେଲ, ସେସବୁ ମଧ୍ୟରୁ ସେମାନେ କିଛି ହିଁ ପାଳନ କରି ନାହାନ୍ତି; ଏହେତୁ ତୁମ୍ଭେ ଏହିସବୁ ଅମଙ୍ଗଳ ସେମାନଙ୍କ ଉପରେ ଘଟାଇଅଛ।


ତୁମ୍ଭେମାନେ ଧୂପ ଜ୍ଵଳାଇଅଛ, ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛ ଓ ସଦାପ୍ରଭୁଙ୍କ ରବରେ ମନୋଯୋଗ କରି ନାହଁ, ପୁଣି ତାହାଙ୍କର ବ୍ୟବସ୍ଥା ବିଧି ଓ ପ୍ରମାଣ ବାକ୍ୟାନୁସାରେ ଆଚରଣ କରି ନାହଁ; ଏଥିପାଇଁ ଆଜିର ନ୍ୟାୟ ଏହି ଅମଙ୍ଗଳ ତୁମ୍ଭମାନଙ୍କ ପ୍ରତି ଘଟିଅଛି।


ଯାକୁବକୁ ଲୁଟ ସ୍ଵରୂପ ହେବା ପାଇଁ ଓ ଇସ୍ରାଏଲକୁ ଅପହାରକ-ମାନଙ୍କ ହସ୍ତରେ କିଏ ସମର୍ପଣ କଲେ? ଯାହାଙ୍କ ବିରୁଦ୍ଧରେ ଆମ୍ଭେମାନେ ପାପ କରିଅଛୁ ଓ ଯାହାଙ୍କ ପଥରେ ଲୋକମାନେ ଗମନ କରିବାକୁ ସମ୍ମତ ନୋହିଲେ, ଅଥବା ସେମାନେ ଯାହାଙ୍କ ବ୍ୟବସ୍ଥାର ଆଜ୍ଞାକାରୀ ନୋହିଲେ, ସେହି ସଦାପ୍ରଭୁ କି ଏହା କରି ନାହାନ୍ତି?


ହେ ସଦାପ୍ରଭୁ, ତୁମ୍ଭର ଚକ୍ଷୁ କʼଣ ସତ୍ୟତା ପ୍ରତି ଦୃଷ୍ଟି ନ କରେ? ତୁମ୍ଭେ ସେମାନଙ୍କୁ ପ୍ରହାର କରିଅଛ, ମାତ୍ର ସେମାନେ ଦୁଃଖିତ ହେଲେ ନାହିଁ; ତୁମ୍ଭେ ସେମାନଙ୍କୁ ଜୀର୍ଣ୍ଣ କରିଅଛ, ମାତ୍ର ସେମାନେ ଶାସ୍ତି ଗ୍ରହଣ କରିବାକୁ ଅସ୍ଵୀକାର କରିଅଛନ୍ତି; ସେମାନେ ଆପଣା ଆପଣା ମୁଖ ପାଷାଣ ଅପେକ୍ଷା କଠିନ କରିଅଛନ୍ତି; ସେମାନେ ଫେରି ଆସିବାକୁ ଅସ୍ଵୀକାର କରିଅଛନ୍ତି ।


Swiv nou:

Piblisite


Piblisite