Biblia Todo Logo
Bib sou entènèt

- Piblisite -




ଯିରିମୀୟ 44:12 - ପବିତ୍ର ବାଇବଲ (Re-edited) - (BSI)

12 ପୁଣି, ଯିହୁଦାର ଯେଉଁ ଅବଶିଷ୍ଟାଂଶ ଲୋକେ ମିସର ଦେଶରେ ପ୍ରବାସ କରିବା ପାଇଁ ସେଠାକୁ ଯିବା ଲାଗି ଉତ୍ସୁକ ଅଛନ୍ତି, ଆମ୍ଭେ ସେମାନଙ୍କୁ ଧରିବା ଓ ସେସମସ୍ତେ ଲୁପ୍ତ ହେବେ; ମିସର ଦେଶରେ ସେମାନେ ପତିତ ହେବେ; ଖଡ଼୍‍ଗ ଓ ଦୁର୍ଭିକ୍ଷରେ ସେମାନେ ଲୁପ୍ତ ହେବେ। କ୍ଷୁଦ୍ର ଓ ମହାନ ଖଡ଼୍‍ଗ ଓ ଦୁର୍ଭିକ୍ଷରେ ମରିବେ; ଆଉ, ସେମାନେ ଅଭିଶାପ, ବିସ୍ମୟ, ଶାପ ଓ ନିନ୍ଦାର ପାତ୍ର ହେବେ।

Gade chapit la Kopi

ଓଡିଆ ବାଇବେଲ

12 ପୁଣି, ଯିହୁଦାର ଯେଉଁ ଅବଶିଷ୍ଟାଂଶ ଲୋକେ ମିସର ଦେଶରେ ପ୍ରବାସ କରିବା ପାଇଁ ସେଠାକୁ ଯିବା ଲାଗି ଉତ୍ସୁକ ଅଛନ୍ତି, ଆମ୍ଭେ ସେମାନଙ୍କୁ ଧରିବା ଓ ସେସମସ୍ତେ ଲୁପ୍ତ ହେବେ; ମିସର ଦେଶରେ ସେମାନେ ପତିତ ହେବେ; ଖଡ୍ଗ ଓ ଦୁର୍ଭିକ୍ଷରେ ସେମାନେ ଲୁପ୍ତ ହେବେ। କ୍ଷୁଦ୍ର ଓ ମହାନ ଖଡ୍ଗ ଓ ଦୁର୍ଭିକ୍ଷରେ ମରିବେ; ଆଉ, ସେମାନେ ଅଭିଶାପ, ବିସ୍ମୟ ଓ ନିନ୍ଦାର ପାତ୍ର ହେବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ପୁଣି, ଯିହୁଦାର ଯେଉଁ ଅବଶିଷ୍ଟାଂଶ ଲୋକେ ମିସର ଦେଶରେ ପ୍ରବାସ କରିବା ପାଇଁ ସେଠାକୁ ଯିବା ଲାଗି ଉତ୍ସୁକ ଅଛନ୍ତି, ଆମ୍ଭେ ସେମାନଙ୍କୁ ଧରିବା ଓ ସେସମସ୍ତେ ଲୁପ୍ତ ହେବେ; ମିସର ଦେଶରେ ସେମାନେ ପତିତ ହେବେ; ଖଡ୍ଗ ଓ ଦୁର୍ଭିକ୍ଷରେ ସେମାନେ ଲୁପ୍ତ ହେବେ। କ୍ଷୁଦ୍ର ଓ ମହାନ ଖଡ୍ଗ ଓ ଦୁର୍ଭିକ୍ଷରେ ମରିବେ; ଆଉ, ସେମାନେ ଅଭିଶାପ, ବିସ୍ମୟ ଓ ନିନ୍ଦାର ପାତ୍ର ହେବେ।

Gade chapit la Kopi

ପବିତ୍ର ବାଇବଲ

12 ପୁଣି ଯିହୁଦାର ଯେଉଁ ଅବଶିଷ୍ଟାଂଶ ଲୋକେ ମିଶର ଦେଶରେ ପ୍ରବାସ କରିବା ପାଇଁ ସେଠାକୁ ଯିବା ଲାଗି ଆଗ୍ରହୀ ହୋଇଅଛନ୍ତି, ଆମ୍ଭେ ସେମାନଙ୍କୁ ଧରିବା। ସେମାନେ ସମସ୍ତେ ଲୁପ୍ତ ହେବେ, ମିଶର ଦେଶରେ ପତିତ ହେବେ। ‌‌ଖ‌ଡ଼୍‌ଗ ଓ ଦୁର୍ଭିକ୍ଷରେ ସେମାନେ ଲୁପ୍ତ ହେବେ। କ୍ଷୁଦ୍ର ଓ ମହାନ ସମସ୍ତେ ‌‌ଖ‌ଡ଼୍‌ଗ ଓ ଦୁର୍ଭିକ୍ଷରେ ମରିବେ। ଆଉ ସେମାନେ ଅନ୍ୟ ଦେଶଗୁଡ଼ିକ ସମ୍ମୁଖରେ ଅଭିଶାପ, ବିସ୍ମୟ, ଶାପ ଓ ନିନ୍ଦାର ପାତ୍ର ହେବେ।

Gade chapit la Kopi




ଯିରିମୀୟ 44:12
18 Referans Kwoze  

ଏହେତୁ ଏବେ ନିଶ୍ଚୟ ଜାଣ ଯେ, ଯେଉଁ ସ୍ଥାନରେ ପ୍ରବାସ କରିବା ନିମନ୍ତେ ତୁମ୍ଭେମାନେ ଯିବା ପାଇଁ ବାଞ୍ଛା କରୁଅଛ, ସେ ସ୍ଥାନରେ ତୁମ୍ଭେମାନେ ଖଡ଼୍‍ଗ, ଦୁର୍ଭିକ୍ଷ ଓ ମହାମାରୀରେ ମରିବ।


ପୁଣି, ତୁମ୍ଭେମାନେ ଆମ୍ଭ ମନୋନୀତ ଲୋକମାନଙ୍କ ନିକଟରେ ତୁମ୍ଭମାନଙ୍କର ନାମ ଶାପାସ୍ପଦ ରୂପେ ରଖିଯିବ ଓ ପ୍ରଭୁ, ସଦାପ୍ରଭୁ ତୁମ୍ଭକୁ ବଧ କରିବେ; ଆଉ, ସେ ଆପଣା ଦାସମାନଙ୍କୁ ଅନ୍ୟ ନାମରେ ଖ୍ୟାତ କରିବେ;


ଆମ୍ଭର ଲୋକମାନେ ଜ୍ଞାନର ଅଭାବ ସକାଶୁ ବିନଷ୍ଟ ହୋଇଅଛନ୍ତି; କାରଣ ତୁମ୍ଭେ ଜ୍ଞାନ ଅଗ୍ରାହ୍ୟ କରିଅଛ, ଆମ୍ଭେ ମଧ୍ୟ ତୁମ୍ଭକୁ ଅଗ୍ରାହ୍ୟ କରିବା, ତହିଁରେ ତୁମ୍ଭେ ଆମ୍ଭର ଯାଜକ ହେବ ନାହିଁ; ତୁମ୍ଭେ ଆପଣା ପରମେଶ୍ଵରଙ୍କ ବ୍ୟବସ୍ଥା ପାସୋରିବାରୁ ଆମ୍ଭେ ମଧ୍ୟ ତୁମ୍ଭ ସନ୍ତାନଗଣକୁ ପାସୋରି ପକାଇବା।


ପୁଣି, ବାବିଲରେ ଯିହୁଦାର ନିର୍ବାସିତ ଯେତେ ଲୋକ ଅଛନ୍ତି, ସେମାନଙ୍କ ମଧ୍ୟରେ ସେହି ଦୁଇ ବ୍ୟକ୍ତିର ଉପଲକ୍ଷ୍ୟରେ ଏହି ଅଭିଶାପର କଥା ପ୍ରଚଳିତ ହେବ, ଯଥା, ବାବିଲର ରାଜା ଯେଉଁମାନଙ୍କୁ ଅଗ୍ନିରେ ଭାଜିଥିଲା, ସେହି ସିଦିକୀୟ ଓ ଆହାବ ପରି ସଦାପ୍ରଭୁ ତୁମ୍ଭମାନଙ୍କୁ କରନ୍ତୁ।


ପୁଣି, ଆମ୍ଭେ ଯେ ଯେ ଗୋଷ୍ଠୀ ମଧ୍ୟକୁ ସେମାନଙ୍କୁ ତଡ଼ି ଦେଇଅଛୁ, ସେସମସ୍ତଙ୍କ ମଧ୍ୟରେ ସେମାନଙ୍କୁ ଅଭିଶାପର, ବିସ୍ମୟର ଓ ଶୀସ୍ ଶଦ୍ଦର ଓ ନିନ୍ଦାର ପାତ୍ର ହେବା ନିମନ୍ତେ ଆମ୍ଭେ ଖଡ଼୍‍ଗ, ଦୁର୍ଭିକ୍ଷ ଓ ମହାମାରୀ ନେଇ ସେମାନଙ୍କ ପଛେ ପଛେ ଗୋଡ଼ାଇବା ଓ ପୃଥିବୀର ସମସ୍ତ ରାଜ୍ୟରେ ସେମାନଙ୍କୁ ଏଣେତେଣେ ନିକ୍ଷେପ କରିବା;


ଏଥିରେ ସେମାନଙ୍କର ଦେଶକୁ ବିସ୍ମୟର ଓ ନିତ୍ୟ ଶୀସ୍ ଶଦ୍ଦର ପାତ୍ର କରନ୍ତି; ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ବିସ୍ମୟାପନ୍ନ ହୋଇ ଆପଣା ମସ୍ତକ ହଲାଇବ।


ମାତ୍ର ଅଧର୍ମାଚାରୀ ଓ ପାପୀମାନେ ଏକତ୍ର ବିନଷ୍ଟ ହେବେ ଓ ଯେଉଁମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରନ୍ତି, ସେମାନେ ସଂହାରିତ ହେବେ।


ପୁଣି ସେ ସେହି ସ୍ତ୍ରୀକି ଜଳ ପାନ କରାଇଲେ ଏପରି ହେବ, ଯେବେ ସେହି ସ୍ତ୍ରୀ ଆପଣା ସ୍ଵାମୀ ବିରୁଦ୍ଧରେ ସତ୍ୟ ଲଙ୍ଘନ କରି ଅଶୁଚି ହୋଇଥାଏ, ତେବେ ସେହି ଶାପଜନକ ଜଳ ତାହା ମଧ୍ୟରେ ପ୍ରବେଶ କରି ତିକ୍ତ ହେବ ଓ ତାହାର ଉଦର ଫୁଲିବ ଓ ତାହାର ଊରୁ ଅବଶ ହେବ; ଆଉ ସେହି ସ୍ତ୍ରୀ ଆପଣା ଲୋକଙ୍କ ମଧ୍ୟରେ ଶାପ ସ୍ଵରୂପ ହେବ।


ସେମାନେ ଅତି ଯନ୍ତ୍ରଣାଦାୟକ ମୃତ୍ୟୁରେ ପ୍ରାଣତ୍ୟାଗ କରିବେ; ସେମାନଙ୍କ ନିମନ୍ତେ ବିଳାପ କରାଯିବ ନାହିଁ, କିଅବା ସେମାନଙ୍କୁ କବର ଦିଆଯିବ ନାହିଁ, ସେମାନେ ଭୂମି ଉପରେ ଖତ ପରି ହେବେ; ଆଉ, ସେମାନେ ଖଡ଼୍‍ଗ ଓ ଦୁର୍ଭିକ୍ଷ ଦ୍ଵାରା ସଂହାରିତ ହେବେ; ପୁଣି, ସେମାନଙ୍କର ଶବ ଆକାଶ-ପକ୍ଷୀଗଣର ଓ ଭୂଚର ପଶୁଗଣର ଖାଦ୍ୟ ହେବ।


ଆମ୍ଭେ ସେମାନଙ୍କର ଅମଙ୍ଗଳ ନିମନ୍ତେ ପୃଥିବୀର ସକଳ ରାଜ୍ୟ ମଧ୍ୟରେ ସେମାନଙ୍କୁ ଏଣେତେଣେ ନିକ୍ଷିପ୍ତ ହେବା ପାଇଁ, ପୁଣି ଯେସବୁ ସ୍ଥାନରେ ଆମ୍ଭେ ସେମାନଙ୍କୁ ତଡ଼ି ଦେବା, ସେହିସବୁ ସ୍ଥାନରେ ଦୁର୍ନାମ, ପ୍ରବାଦ ଓ ଉପହାସ ଓ ଅଭିଶାପର ପାତ୍ର ହେବା ପାଇଁ ଆମ୍ଭେ ସେମାନଙ୍କୁ ସମର୍ପି ଦେବା।


ତେବେ ଆମ୍ଭେ ଏହି ଗୃହକୁ ଶୀଲୋର ସମାନ କରିବା ଓ ଏହି ନଗରକୁ ପୃଥିବୀସ୍ଥ ସକଳ ଗୋଷ୍ଠୀର ଅଭିଶାପାସ୍ପଦ କରିବା।


ଏଥି ଉତ୍ତାରେ ସେନାପତି ସମସ୍ତେ, କାରେହର ପୁତ୍ର ଯୋହାନନ୍ ଓ ହୋଶୋୟୀୟର ପୁତ୍ର ଯାସନୀୟ, ଆଉ କ୍ଷୁଦ୍ର ଓ ମହାନ ସମସ୍ତ ଲୋକ ଯିରିମୀୟ ଭବିଷ୍ୟଦ୍ବକ୍ତା ନିକଟକୁ ଆସି କହିଲେ,


ତହିଁରେ ତୁମ୍ଭମାନଙ୍କର ଦୁଷ୍କ୍ରିୟା ସକାଶୁ ଓ ତୁମ୍ଭମାନଙ୍କର କୃତ ଘୃଣାଯୋଗ୍ୟ କର୍ମ ସକାଶୁ ସଦାପ୍ରଭୁ ଆଉ ସହ୍ୟ କରି ପାରିଲେ ନାହିଁ; ଏହେତୁ ତୁମ୍ଭମାନଙ୍କର ଦେଶ ଆଜିର ନ୍ୟାୟ ଉତ୍ସନ୍ନ ଓ ବିସ୍ମୟଜନକ, ଶାପଗ୍ରସ୍ତ ଓ ନିବାସୀବିହୀନ ହୋଇଅଛି।


ପୁଣି, ହେ ଯିହୁଦା-ବଂଶ ଓ ଇସ୍ରାଏଲ-ବଂଶ, ତୁମ୍ଭେମାନେ ନାନା ଗୋଷ୍ଠୀ ମଧ୍ୟରେ ଯେପରି ଅଭିଶାପ ସ୍ଵରୂପ ହୋଇଥିଲ, ସେପରି ଆମ୍ଭେ ତୁମ୍ଭମାନଙ୍କୁ ଉଦ୍ଧାର କରିବା ଓ ତୁମ୍ଭେମାନେ ଆଶୀର୍ବାଦ ସ୍ଵରୂପ ହେବ; ଭୟ କର ନାହିଁ, ମାତ୍ର ତୁମ୍ଭମାନଙ୍କର ହସ୍ତ ସବଳ ହେଉ।


ପୁଣି, ସେ ଆସି ମିସର ଦେଶକୁ ଆଘାତ କରି ମୃତ୍ୟୁଯୋଗ୍ୟ ଲୋକଙ୍କୁ ମୃତ୍ୟୁରେ, ବନ୍ଦୀତ୍ଵର ଯୋଗ୍ୟ ଲୋକଙ୍କୁ ବନ୍ଦୀତ୍ଵରେ ଓ ଖଡ଼୍‍ଗଯୋଗ୍ୟ ଲୋକଙ୍କୁ ଖଡ଼୍‍ଗରେ ସମର୍ପଣ କରିବ।


କାରଣ ଦେଖ, ସେମାନେ ଧ୍ଵଂସ ସ୍ଥାନରୁ ଯାଇଅଛନ୍ତି, ତଥାପି ମିସର ସେମାନଙ୍କୁ ଏକତ୍ର କରିବ, ମେମ୍ପିସ ସେମାନଙ୍କୁ କବର ଦେବ। ସେମାନଙ୍କର ରୂପାର ମନୋହର ପଦାର୍ଥସବୁ ବିଛୁଆତି ଗଛର ଅଧିକାର ହେବ; ସେମାନଙ୍କ ତମ୍ଵୁସବୁରେ କଣ୍ଟକ ବୃକ୍ଷ ଉତ୍ପନ୍ନ ହେବ।


Swiv nou:

Piblisite


Piblisite