Biblia Todo Logo
Bib sou entènèt

- Piblisite -




ଯିରିମୀୟ 44:2 - ପବିତ୍ର ବାଇବଲ (Re-edited) - (BSI)

2 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଆମ୍ଭେ ଯିରୂଶାଲମ ଉପରେ ଓ ଯିହୁଦାର ସବୁ ନଗର ଉପରେ ଯେଉଁସବୁ ଅମଙ୍ଗଳ ଘଟାଇଅଛୁ, ତାହା ତୁମ୍ଭେମାନେ ଦେଖିଅଛ; ଆଉ ଦେଖ, ସେସବୁ ଆଜି ଉତ୍ସନ୍ନ ସ୍ଥାନ ହୋଇ ରହିଅଛି, ସେଠାରେ କୌଣସି ମନୁଷ୍ୟ ବାସ କରେ ନାହିଁ;

Gade chapit la Kopi

ଓଡିଆ ବାଇବେଲ

2 “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେ ଯିରୂଶାଲମ ଉପରେ ଓ ଯିହୁଦାର ସବୁ ନଗର ଉପରେ ଯେଉଁସବୁ ଅମଙ୍ଗଳ ଘଟାଇଅଛୁ, ତାହା ତୁମ୍ଭେମାନେ ଦେଖିଅଛ; ଆଉ ଦେଖ, ସେସବୁ ଆଜି ଉତ୍ସନ୍ନ ସ୍ଥାନ ହୋଇ ରହିଅଛି, ସେଠାରେ କୌଣସି ମନୁଷ୍ୟ ବାସ କରେ ନାହିଁ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେ ଯିରୂଶାଲମ ଉପରେ ଓ ଯିହୁଦାର ସବୁ ନଗର ଉପରେ ଯେଉଁସବୁ ଅମଙ୍ଗଳ ଘଟାଇଅଛୁ, ତାହା ତୁମ୍ଭେମାନେ ଦେଖିଅଛ; ଆଉ ଦେଖ, ସେସବୁ ଆଜି ଉତ୍ସନ୍ନ ସ୍ଥାନ ହୋଇ ରହିଅଛି, ସେଠାରେ କୌଣସି ମନୁଷ୍ୟ ବାସ କରେ ନାହିଁ;

Gade chapit la Kopi

ପବିତ୍ର ବାଇବଲ

2 “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେ ଯିରୁଶାଲମ ଉପରେ ଓ ଯିହୁଦାର ସବୁ ନଗର ଉପରେ ଯେଉଁସବୁ ଅମଙ୍ଗଳ ଘଟାଇଅଛୁ ତାହା ତୁମ୍ଭେମାନେ ଦେଖିଅଛ। ଆଉ ସେଗୁଡ଼ିକ ଜନମାନବ ଶୂନ୍ୟ ପ୍ରସ୍ତର ଗଦାରେ ଆଜି ପରିଣତ ହୋଇଅଛି।

Gade chapit la Kopi




ଯିରିମୀୟ 44:2
25 Referans Kwoze  

ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଆଜ୍ଞା ଦ୍ଵାରା ସେମାନଙ୍କୁ ଏହି ନଗରକୁ ପୁନର୍ବାର ଅଣାଇବା; ତହିଁରେ ସେମାନେ ନଗର ବିରୁଦ୍ଧରେ ଯୁଦ୍ଧ କରି ତାହା ହସ୍ତଗତ କରି ଅଗ୍ନିରେ ଦଗ୍ଧ କରିବେ; ପୁଣି, ଆମ୍ଭେ ଯିହୁଦାର ନଗରସମୂହକୁ ନିବାସୀବିହୀନ ଧ୍ଵଂସସ୍ଥାନ କରିବା।


ପୁଣି, ଆମ୍ଭେ ଯିରୂଶାଲମକୁ ଢିପି ଓ ଶୃଗାଳଗଣର ବାସସ୍ଥାନ କରିବା; ଆଉ, ଆମ୍ଭେ ଯିହୁଦାର ନଗରସମୂହକୁ ନିବାସୀବିହୀନ ଧ୍ଵଂସସ୍ଥାନ କରିବା।


ତେବେ ମୁଁ କହିଲି, ହେ ପ୍ରଭୋ, କେତେ କାଳ ଯାଏ? ତହିଁରେ ସେ ଉତ୍ତର କଲେ, ଯେଯାଏ ନଗରସବୁ ନିବାସୀବିହୀନ ଓ ଗୃହସବୁ ନରଶୂନ୍ୟ ହୋଇ ଉଜାଡ଼ ନ ହୁଏ ଓ ଭୂମି ସମ୍ପୂର୍ଣ୍ଣ ରୂପେ ଉଜାଡ଼ ନ ହୁଏ,


ଏହେତୁ ତୁମ୍ଭମାନଙ୍କ ସକାଶୁ ସିୟୋନ କ୍ଷେତ୍ର ତୁଲ୍ୟ ଚାଷ କରାଯିବ ଓ ଯିରୂଶାଲମ ଢିପି ହେବ, ଆଉ ଗୃହର ପର୍ବତ ବନସ୍ଥ ଉଚ୍ଚସ୍ଥଳୀର ତୁଲ୍ୟ ହେବ।


ସିଂହ ଆପଣା ଗହ୍ଵରରୁ ବାହାରି ଅଛି, ନାନା ଦେଶୀୟମାନଙ୍କର ବିନାଶକ ଆସୁଅଛି; ତୁମ୍ଭ ନଗରସମୂହ ଯେପରି ଉଚ୍ଛିନ୍ନ, ନିବାସୀବିହୀନ ହେବ, ଏଥିପାଇଁ ତୁମ୍ଭ ଦେଶକୁ ଉଜାଡ଼ କରିବାକୁ ସେ ବାଟରେ ଅଛି, ସେ ଆପଣା ସ୍ଥାନରୁ ବାହାରି ଅଛି ।


ମାତ୍ର ଆମ୍ଭେ ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣକୁ ଯେ ଯେ ବାକ୍ୟ ଓ ବିଧି ଆଜ୍ଞା କଲୁ, ସେସବୁ କି ତୁମ୍ଭମାନଙ୍କ ପୂର୍ବପୁରୁଷଗଣକୁ ଗୋଡ଼ାଇ ଧରିଲା ନାହିଁଣ? ତହିଁରେ ସେମାନେ ଫେରି କହିଲେ, ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ଆଚରଣ ଓ କ୍ରିୟାନୁସାରେ ଆମ୍ଭମାନଙ୍କ ପ୍ରତି ଯେରୂପ କରିବେ ବୋଲି ମନସ୍ଥ କଲେ, ତଦ୍ରୂପ ବ୍ୟବହାର ଆମ୍ଭମାନଙ୍କ ପ୍ରତି ସେ କରିଅଛନ୍ତି।


କାରଣ ସିୟୋନ ପର୍ବତ ଉଚ୍ଛିନ୍ନ ସ୍ଥାନ ହୋଇଅଛି; କୋକିଶିଆଳିମାନେ ତହିଁ ଉପରେ ଭ୍ରମଣ କରନ୍ତି।


ଏହିସବୁ ବିଷୟର ଲାଗି ମୁଁ କ୍ରନ୍ଦନ କରୁଅଛି; ମୋର ଚକ୍ଷୁ, ମୋର ଚକ୍ଷୁ ଜଳର ନିର୍ଝର ହୋଇଅଛି; କାରଣ ମୋʼ ସାନ୍ତ୍ଵନାକାରୀ ଯେ ମୋହର ପ୍ରାଣକୁ ଆଶ୍ଵାସ ଦିଅନ୍ତା; ସେ ମୋʼଠାରୁ ଦୂରରେ ଅଛି; ଶତ୍ରୁ ଜୟଯୁକ୍ତ ହେବାରୁ ମୋର ସନ୍ତାନଗଣ ଅନାଥ ହୋଇଅଛନ୍ତି।


ହାୟ ହାୟ, ଲୋକରେ ପରିପୂର୍ଣ୍ଣ ନଗରୀ କିପରି ଏକାକିନୀ ହୋଇ ବସୁଅଛି ! ସେ କିପରି ବିଧବା ତୁଲ୍ୟ ହୋଇଅଛି ! ଯେ ଗୋଷ୍ଠୀଗଣ ମଧ୍ୟରେ ପ୍ରଧାନା ଥିଲା ଓ ପ୍ରଦେଶସମୂହ ମଧ୍ୟରେ ରାଣୀ ଥିଲା, ସେ କିପରି କରଦାୟିନୀ ହୋଇଅଛି !


ତହିଁରେ ତୁମ୍ଭମାନଙ୍କର ଦୁଷ୍କ୍ରିୟା ସକାଶୁ ଓ ତୁମ୍ଭମାନଙ୍କର କୃତ ଘୃଣାଯୋଗ୍ୟ କର୍ମ ସକାଶୁ ସଦାପ୍ରଭୁ ଆଉ ସହ୍ୟ କରି ପାରିଲେ ନାହିଁ; ଏହେତୁ ତୁମ୍ଭମାନଙ୍କର ଦେଶ ଆଜିର ନ୍ୟାୟ ଉତ୍ସନ୍ନ ଓ ବିସ୍ମୟଜନକ, ଶାପଗ୍ରସ୍ତ ଓ ନିବାସୀବିହୀନ ହୋଇଅଛି।


ତହିଁରେ ଏହି ସମୁଦାୟ ଦେଶ ଉତ୍ସନ୍ନ ସ୍ଥାନ ଓ ବିସ୍ମୟର ବିଷୟ ହେବ ଓ ଏହିସବୁ ଗୋଷ୍ଠୀ ସତୁରି ବର୍ଷ ବାବିଲ ରାଜାର ଦାସତ୍ଵ କରିବେ।


ସେସମୟରେ ଆମ୍ଭେ ଯିହୁଦାର ନଗରସବୁରେ ଓ ଯିରୂଶାଲମର ସଡ଼କସବୁରେ, ଆମୋଦର ଧ୍ଵନି ଓ ଆନନ୍ଦର ଧ୍ଵନି ଓ ବରକନ୍ୟାର ଧ୍ଵନି ନିବୃତ୍ତ କରାଇବା; କାରଣ ଦେଶ ଧ୍ଵଂସସ୍ଥାନ ହେବ।


ନଗରରେ ଧ୍ଵଂସତା ମାତ୍ର ଅବଶିଷ୍ଟ ଥାଏ ଓ ଦ୍ଵାର ଭଗ୍ନ ହୋଇ ବିନଷ୍ଟ ହୋଇଅଛି।


ପୁଣି ଆମ୍ଭେ ଯିରୂଶାଲମ ଉପରେ ଶମରୀୟାର ରଜ୍ଜୁ ଓ ଆହାବ-ବଂଶର ଓଳମ ଟାଣିବା ଓ ମନୁଷ୍ୟ ଯେପରି ଥାଳୀ ପୋଛେ, ଆଉ ପୋଛୁ ପୋଛୁ ତାହା ଓଲଟ ପାଲଟ କରେ, ସେପରି ଆମ୍ଭେ ଯିରୂଶାଲମକୁ ପୋଛି ପକାଇବା।


ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ତୁମ୍ଭମାନଙ୍କ ସକାଶୁ ଏହିସବୁ ଦେଶୀୟମାନଙ୍କ ପ୍ରତି ଯାହା ଯାହା କରିଅଛନ୍ତି, ତାହାସବୁ ତୁମ୍ଭେମାନେ ଦେଖିଅଛ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ଆପେ ତୁମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରିଅଛନ୍ତି।


ଅନନ୍ତର ମୋଶା ସମସ୍ତ ଇସ୍ରାଏଲଙ୍କୁ ଡାକି ସେମାନଙ୍କୁ କହିଲେ, ସଦାପ୍ରଭୁ ମିସର ଦେଶରେ ଫାରୋଙ୍କ ପ୍ରତି ଓ ତାଙ୍କ ସମସ୍ତ ଦାସ ପ୍ରତି ତାଙ୍କ ଦେଶ ପ୍ରତି ଯେସବୁ କର୍ମ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ କରିଥିଲେ, ତାହାସବୁ ତୁମ୍ଭେମାନେ ଦେଖିଅଛ,


ଦେଶ ମଧ୍ୟ ସେମାନଙ୍କ ଦ୍ଵାରା ତ୍ୟକ୍ତ ହୋଇ ରହିବ ଓ ସେମାନଙ୍କ ଅବର୍ତ୍ତମାନରେ ଶୂନ୍ୟସ୍ଥାନ ହୋଇ ପଡ଼ିଥିବା ସମୟରେ ଆପଣା ବିଶ୍ରାମ ଗ୍ରହଣ କରିବ; ପୁଣି ସେମାନେ ଆପଣା ଆପଣା ଅପରାଧର ଦଣ୍ତ ଗ୍ରହଣ କରିବେ; ଏଥିର କାରଣ ଏହି ଯେ, ସେମାନେ ଆମ୍ଭର ଶାସନ ଅଗ୍ରାହ୍ୟ କଲେ ଓ ସେମାନଙ୍କ ପ୍ରାଣ ଆମ୍ଭ ବିଧି ଘୃଣା କଲା।


ଆମ୍ଭେ ମିସ୍ରୀୟମାନଙ୍କ ପ୍ରତି ଯାହା କଲୁ ଓ ତୁମ୍ଭମାନଙ୍କୁ କିରୂପେ ଉତ୍କୋଶ ପକ୍ଷୀର ପକ୍ଷରେ ବହି ଆପଣା ନିକଟକୁ ଆଣିଲୁ, ତାହା ତୁମ୍ଭେମାନେ ଦେଖିଅଛ।


ଆମ୍ଭେ ତୁମ୍ଭମାନଙ୍କ ନଗରସକଳ ମରୁଭୂମି କରିବା ଓ ତୁମ୍ଭମାନଙ୍କ ପବିତ୍ର ସ୍ଥାନସକଳ ଶୂନ୍ୟ କରିବା ଓ ଆମ୍ଭେ ତୁମ୍ଭମାନଙ୍କର (ଦତ୍ତ) ତୁଷ୍ଟିଜନକ ସୁଗନ୍ଧି ଆଘ୍ରାଣ କରିବା ନାହିଁ।


ତୁମ୍ଭେମାନେ ଧୂପ ଜ୍ଵଳାଇଅଛ, ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛ ଓ ସଦାପ୍ରଭୁଙ୍କ ରବରେ ମନୋଯୋଗ କରି ନାହଁ, ପୁଣି ତାହାଙ୍କର ବ୍ୟବସ୍ଥା ବିଧି ଓ ପ୍ରମାଣ ବାକ୍ୟାନୁସାରେ ଆଚରଣ କରି ନାହଁ; ଏଥିପାଇଁ ଆଜିର ନ୍ୟାୟ ଏହି ଅମଙ୍ଗଳ ତୁମ୍ଭମାନଙ୍କ ପ୍ରତି ଘଟିଅଛି।


ପୁଣି, ସେ ଆମ୍ଭମାନଙ୍କ ଉପରେ ମହା ଅମଙ୍ଗଳ ଘଟାଇବା ଦ୍ଵାରା ଆମ୍ଭମାନଙ୍କ ବିରୁଦ୍ଧରେ ଓ ଯେଉଁ ବିଚାରକର୍ତ୍ତାଗଣ ଆମ୍ଭମାନଙ୍କର ବିଚାର କଲେ, ସେମାନଙ୍କ ବିରୁଦ୍ଧରେ ଯାହା କହିଥିଲେ, ଆପଣାର ସେହି ବାକ୍ୟ ସେ ସଫଳ କରିଅଛନ୍ତି; କାରଣ ଯିରୂଶାଲମ ପ୍ରତି ଯାହା କରା ଯାଇଅଛି, ସମୁଦାୟ ଆକାଶମଣ୍ତଳ ତଳେ ସେପରି କରାଯାଇ ନାହିଁ।


ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଏହି ଦୁଷ୍ଟ ବଂଶକୁ ଆମ୍ଭେ ଯେଉଁ ଯେଉଁ ସ୍ଥାନକୁ ତଡ଼ି ଦେଇଅଛୁ, ସେସବୁ ସ୍ଥାନରେ ସେମାନଙ୍କର ଅବଶିଷ୍ଟ ଥିବା ସମସ୍ତଙ୍କ ପ୍ରତି ଜୀବନ ଅପେକ୍ଷା ବରଞ୍ଚ ମୃତ୍ୟୁ ବାଞ୍ଛନୀୟ ହେବ।


Swiv nou:

Piblisite


Piblisite