Biblia Todo Logo
Bib sou entènèt

- Piblisite -




ଯିରିମୀୟ 45:1 - ପବିତ୍ର ବାଇବଲ (Re-edited) - (BSI)

1 ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ର ଅଧିକାରର ଚତୁର୍ଥ ବର୍ଷରେ, ନେରୀୟର ପୁତ୍ର ବାରୂକ ଏହି ସମସ୍ତ କଥା ଯିରିମୀୟଙ୍କ ମୁଖରୁ ଶୁଣି ପୁସ୍ତକରେ ଲେଖିଲା ବେଳେ ଯିରିମୀୟ ଭବିଷ୍ୟଦ୍ବକ୍ତା ତାହାକୁ ଏହି କଥା କହିଲେ,

Gade chapit la Kopi

ଓଡିଆ ବାଇବେଲ

1 ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍‍ଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ, ନେରୀୟର ପୁତ୍ର ବାରୂକ ଏହି ସମସ୍ତ କଥା ଯିରିମୀୟଙ୍କ ମୁଖରୁ ଶୁଣି ନଳାକାର ପୁସ୍ତକରେ ଲେଖିଲା ବେଳେ ଯିରିମୀୟ ଭବିଷ୍ୟଦ୍‍ବକ୍ତା ତାହାକୁ ଏହି କଥା କହିଲେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍‍ଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ, ନେରୀୟର ପୁତ୍ର ବାରୂକ ଏହି ସମସ୍ତ କଥା ଯିରିମୀୟଙ୍କ ମୁଖରୁ ଶୁଣି ନଳାକାର ପୁସ୍ତକରେ ଲେଖିଲା ବେଳେ ଯିରିମୀୟ ଭବିଷ୍ୟଦ୍‍ବକ୍ତା ତାହାକୁ ଏହି କଥା କହିଲେ,

Gade chapit la Kopi

ପବିତ୍ର ବାଇବଲ

1 ଯୋଶିୟର ପୁତ୍ର ଯିହୁଦାର ରାଜା ଯିହୋୟାକୀ‌‌‌ମ୍‌‌‌ର ରାଜତ୍ୱର ଚତୁର୍ଥ ବର୍ଷରେ ନେରିୟର ପୁତ୍ର ବାରୂକ, ଯିରିମିୟଙ୍କ ମୁଖରୁ ଏହି ସମସ୍ତ କଥା ଶୁଣି ନଳାକାର ପୁସ୍ତକରେ ଲେଖିବା ବେଳେ ଯିରିମିୟ ଭବିଷ୍ୟ‌ଦ୍‌ବକ୍ତା ତାକୁ ଏହି କଥା କହିଲେ।

Gade chapit la Kopi




ଯିରିମୀୟ 45:1
18 Referans Kwoze  

ଅନନ୍ତର ଯୋଶୀୟର ପୁତ୍ର, ଯିହୁଦାର ରାଜା ଯିହୋୟାକୀମ୍ର ଅଧିକାରର ଚତୁର୍ଥ ବର୍ଷରେ ସଦାପ୍ରଭୁଙ୍କଠାରୁଯିରିମୀୟଙ୍କ ନିକଟରେ ଏହି ବାକ୍ୟ ଉପସ୍ଥିତ ହେଲା, ଯଥା,


ତହିଁରେ ଯିରିମୀୟ ନେରୀୟର ପୁତ୍ର ବାରୂକକୁ ଡାକିଲେ; ଆଉ, ବାରୂକ ଯିରିମୀୟଙ୍କ ପ୍ରତି କଥିତ ସଦାପ୍ରଭୁଙ୍କର ବାକ୍ୟସବୁ ତାହାର ମୁଖରୁ ଶୁଣି ଏକ ନଳାକାର ପୁସ୍ତକରେ ଲେଖିଲା।


ପୁଣି, ମୋʼ ପିତୃବ୍ୟର ପୁତ୍ର ହନନେଲର ସାକ୍ଷାତରେ ଓ କ୍ରୟପତ୍ରରେ ସ୍ଵାକ୍ଷରକାରୀ ସାକ୍ଷୀମାନଙ୍କ ସାକ୍ଷାତରେ ଓ ପ୍ରହରୀ-ପ୍ରାଙ୍ଗଣରେ ଉପବିଷ୍ଟ ସମସ୍ତ ଯିହୁଦୀମାନଙ୍କ ସାକ୍ଷାତରେ ମୁଁ ସେହି କ୍ରୟପତ୍ର ମହସେୟର ପୌତ୍ର ନେରୀୟର ପୁତ୍ର ବାରୂକର ହସ୍ତରେ ସମର୍ପଣ କଲି।


ତହୁଁ ଯିରିମୀୟ ଆଉ ଖଣ୍ତେ ପୁସ୍ତକ ନେଇ ନେରୀୟର ପୁତ୍ର ବାରୂକ ଲେଖକକୁ ଦେଲେ; ଯିହୁଦାର ରାଜା ଯିହୋୟାକୀମ୍ ଯେଉଁ ପୁସ୍ତକ ଅଗ୍ନିରେ ଦଗ୍ଧ କରିଥିଲା, ତହିଁର ସମସ୍ତ କଥା ସେ ଯିରିମୀୟଙ୍କର ମୁଖରୁ ଶୁଣି ତହିଁରେ ଲେଖିଲା; ପୁଣି, ତାହା ଛଡ଼ା ସେହି ପ୍ରକାର ଆଉ ଅନେକ କଥା ତହିଁରେ ଯୁକ୍ତ କରାଗଲା।


ନେରୀୟର ପୁତ୍ର ବାରୂକକୁ ସେହି କ୍ରୟପତ୍ର ସମର୍ପି ଦେଲା ଉତ୍ତାରେ ମୁଁ ସଦାପ୍ରଭୁଙ୍କ ନିକଟରେ ଏହି ପ୍ରାର୍ଥନା କଲି।


ଯୋଶୀୟର ପୁତ୍ର, ଯିହୁଦାର ରାଜା ଯିହୋୟାକୀମ୍ର ଅଧିକାରର ଚତୁର୍ଥ ବର୍ଷରେ ଯିହୁଦାର ସମଗ୍ର ଲୋକ ବିଷୟରେ ଯିରିମୀୟଙ୍କ ନିକଟରେ ଏହି ବାକ୍ୟ ଉପସ୍ଥିତ ହେଲା, ସେହି ବର୍ଷ ବାବିଲର ରାଜା ନବୂଖଦ୍ନିତ୍ସରର ଅଧିକାରର ପ୍ରଥମ ବର୍ଷ ଥିଲା;


ଯିହୋୟାକୀମ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଏଗାର ବର୍ଷ ରାଜ୍ୟ କଲେ; ପୁଣି, ସେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ଦୃଷ୍ଟିରେ କୁକର୍ମ କଲେ।


ପୁଣି ରାଜା, ବାରୂକ ଲେଖକକୁ ଓ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କୁ ଧରିବା ପାଇଁ ରାଜପୁତ୍ର ଯିରହମେଲ୍‍କୁ ଓ ଅସ୍ରୀୟେଲର ପୁତ୍ର ସରାୟକୁ ଓ ଅବ୍ଦୀୟେଲର ପୁତ୍ର ଶେଲିମୀୟକୁ ଆଜ୍ଞା କଲେ; ମାତ୍ର ସଦାପ୍ରଭୁ ସେମାନଙ୍କୁ ଲୁଚାଇ ରଖିଲେ।


ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ରୁ ରାଜତ୍ଵର ଆରମ୍ଭରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଉପସ୍ଥିତ ହେଲା,


ତାଙ୍କର ଅଧିକାରର ସମୟରେ ବାବିଲ୍ର ରାଜା ନବୂଖଦ୍ନିତ୍ସର ଆସନ୍ତେ, ଯିହୋୟାକୀମ୍ ତିନି ବର୍ଷ ତାହାର ଦାସ ହେଲେ; ତହିଁ ଉତ୍ତାରେ ସେ ଫେରି ତାହାର ବିଦ୍ରୋହୀ ହେଲେ।


ହେ ବାରୂକ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ତୁମ୍ଭକୁ ଏହି କଥା କହନ୍ତି;


ମିସର ବିଷୟ। ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ର ଅଧିକାରର ଚତୁର୍ଥ ବର୍ଷରେ ବାବିଲର ରାଜା ନବୂଖଦ୍ନିତ୍ସର, ମିସରର ରାଜା ଫାରୋ-ନଖୋର ଯେଉଁ ସୈନ୍ୟସାମନ୍ତକୁ ପରାଜୟ କଲା, ଫରାତ୍ ନଦୀ ନିକଟସ୍ଥ କର୍କମୀଶରେ ଉପସ୍ଥିତ ସେହି ସୈନ୍ୟସାମ; ବିଷୟକ କଥା।


ଯିହୁଦାର ରାଜା ସିଦିକୀୟର ଅଧିକାରର ଚତୁର୍ଥ ବର୍ଷରେ ମହସେୟର ପୌତ୍ର ନେରୀୟର ପୁତ୍ର ସରାୟ ଯେଉଁ ସମୟରେ ରାଜା ସଙ୍ଗେ ବାବିଲକୁ ଗଲା, ସେ ସମୟରେ ଯିରିମୀୟ ଭବିଷ୍ୟଦ୍ବକ୍ତା ସରାୟକୁ ଯାହା ଆଜ୍ଞା କରିଥିଲେ, ତହିଁର ବୃତ୍ତା;। ଏହି ସରାୟ ରାଜଗୃହର ପ୍ରଧାନ ଅଧ୍ୟକ୍ଷ ଥିଲା।


ଯିହୁଦାର ରାଜା ଯିହୋୟାକୀମର ରାଜତ୍ଵର ତୃତୀୟ ବର୍ଷରେ ବାବିଲର ରାଜା ନବୂଖଦ୍ନିତ୍ସର ଯିରୂଶାଲମକୁ ଆସି ତାହା ଅବରୋଧ କଲା।


ତୁମ୍ଭେ ଖଣ୍ତେ ନଳାକାର ପୁସ୍ତକ ନିଅ, ପୁଣି ଆମ୍ଭେ ତୁମ୍ଭକୁ କଥା କହିବା ଦିନଠାରୁ, ଯୋଶୀୟର ଅଧିକାର ଦିନଠାରୁ ଆଜି ପର୍ଯ୍ୟନ୍ତ ଇସ୍ରାଏଲର, ଯିହୁଦାର ଓ ସମସ୍ତ ଗୋଷ୍ଠୀର ବିରୁଦ୍ଧରେ ଯାହା ଯାହା ତୁମ୍ଭକୁ କହିଅଛୁ, ସେସମସ୍ତ ବାକ୍ୟ ତହିଁରେ ଲେଖ।


Swiv nou:

Piblisite


Piblisite