Biblia Todo Logo
Bib sou entènèt

- Piblisite -




ଯିରିମୀୟ 48:2 - ପବିତ୍ର ବାଇବଲ (Re-edited) - (BSI)

2 ମୋୟାବର ପ୍ରଶଂସା ଆଉ ତ ନାହିଁ; ଲୋକମାନେ ହିଶ୍ବୋନ୍ରେ ତାହାର ଅମଙ୍ଗଳର ମନ୍ତ୍ରଣା କରି କହିଅଛନ୍ତି, ଆସ, ଆମ୍ଭେମାନେ ତାହାକୁ ଉଚ୍ଛିନ୍ନ କରି ଗୋଟିଏ ଗୋଷ୍ଠୀ ହୋଇ ରହିବାକୁ ନ ଦେଉ। ହେ ମଦ୍ମେନା।, ତୁମ୍ଭେ ମଧ୍ୟ ନୀରବ କରାଯିବ; ଖଡ଼୍‍ଗ ତୁମ୍ଭ ପଶ୍ଚାଦ୍ଗାମୀ ହେବ।

Gade chapit la Kopi

ଓଡିଆ ବାଇବେଲ

2 ମୋୟାବର ପ୍ରଶଂସା ଆଉ ତ ନାହିଁ; ଲୋକମାନେ ହିଷ୍‍ବୋନରେ ତାହାର ଅମଙ୍ଗଳର ମନ୍ତ୍ରଣା କରି କହିଅଛନ୍ତି, ‘ଆସ, ଆମ୍ଭେମାନେ ତାହାକୁ ଉଚ୍ଛିନ୍ନ କରି ଗୋଟିଏ ଗୋଷ୍ଠୀ ହୋଇ ରହିବାକୁ ନ ଦେଉ। ହେ ମଦ୍‍ମେନା, ତୁମ୍ଭେ ମଧ୍ୟ ନୀରବ କରାଯିବ; ଖଡ୍ଗ ତୁମ୍ଭ ପଶ୍ଚାଦ୍‍ଗାମୀ ହେବ।’

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ମୋୟାବର ପ୍ରଶଂସା ଆଉ ତ ନାହିଁ; ଲୋକମାନେ ହିଷ୍‍ବୋନରେ ତାହାର ଅମଙ୍ଗଳର ମନ୍ତ୍ରଣା କରି କହିଅଛନ୍ତି, ‘ଆସ, ଆମ୍ଭେମାନେ ତାହାକୁ ଉଚ୍ଛିନ୍ନ କରି ଗୋଟିଏ ଗୋଷ୍ଠୀ ହୋଇ ରହିବାକୁ ନ ଦେଉ। ହେ ମଦ୍‍ମେନା, ତୁମ୍ଭେ ମଧ୍ୟ ନୀରବ କରାଯିବ; ଖଡ୍ଗ ତୁମ୍ଭ ପଶ୍ଚାଦ୍‍ଗାମୀ ହେବ।

Gade chapit la Kopi

ପବିତ୍ର ବାଇବଲ

2 ମୋୟାବ ପୁନର୍ବାର ପ୍ରଶଂସିତ ହେବ ନାହିଁ। ହି‌‌‌ଶ୍‌‌‌ବୋ‌‌‌ନ୍‌‌‌ରେ ଲୋକମାନେ ତାହାର ବିନାଶର ଯୋଜନା କରିବେ। ‘ଆସ, ଆମ୍ଭେମାନେ ଏହାକୁ ଧ୍ୱଂସ କରିବା ଏବଂ ଗୋଷ୍ଠୀରୁ ଏହାକୁ ସମାପ୍ତ କରିଦେବା।’ ହେ ମ‌‌ଦ୍‌‌ମେନା! ତୁମ୍ଭେ ମଧ୍ୟ ନୀରବ ହେବ, କାରଣ ‌‌ଖ‌ଡ଼୍‌ଗ ତୁମ୍ଭର ପଶ୍ଚା‌‌ଦ୍‌‌ଗାମୀ ହେବ।

Gade chapit la Kopi




ଯିରିମୀୟ 48:2
20 Referans Kwoze  

ଯେବେ ଏହି ସକଳ ବିଧାନ ଆମ୍ଭ ସମ୍ମୁଖରୁ ବିଚଳିତ ହୁଏ, ତେବେ ଇସ୍ରାଏଲ-ବଂଶ ହିଁ ଆମ୍ଭ ସମ୍ମୁଖରେ ସଦାକାଳ ଏକ ଗୋଷ୍ଠୀ ହୋଇ ରହିବା ପାଇଁ ନିବୃତ୍ତ ହେବେ, ଏହା ପ୍ରଭୁ କହନ୍ତି।


ମାତ୍ର ଏବେ ସଦାପ୍ରଭୁ ଏହି କଥା କହନ୍ତି, ବେତନଜୀବୀର ବର୍ଷ ତୁଲ୍ୟ ତିନି ବର୍ଷ ମଧ୍ୟରେ ମୋୟାବର ଗୌରବ ତାହାର ମହାଜନତା ସୁଦ୍ଧା ତୁଚ୍ଛୀକୃତ ହେବ, ଆଉ ଅବଶିଷ୍ଟାଂଶ ଅତି ଅଳ୍ପ ହେବ ଓ ଗଣନାଯୋଗ୍ୟ ହେବ ନାହିଁ।


ପୁଣି ରୁବେନ-ସନ୍ତାନଗଣ ହିଷ୍ବୋନ୍ ଓ ଇଲୀୟାଲୀ ଓ କିରୀୟାଥୟିମ୍;


ହେ ହିଶ୍ବୋନ୍, ହାହାକାର କର, କାରଣ ଅୟ ଉଚ୍ଛିନ୍ନ ହେଲା! ହେ ରବ୍ବାର କନ୍ୟାଗଣ, କ୍ରନ୍ଦନ କର, ଚଟବସ୍ତ୍ର ପରିଧାନ କର; ବିଳାପ କର, ପ୍ରାଚୀର ମଧ୍ୟରେ ଏଣେତେଣେ ଦୌଡ଼; କାରଣ ମିଲ୍‍କମ୍, ତାହାର ଯାଜକଗଣ ଓ ଅଧିପତିଗଣ ଏକତ୍ର ବନ୍ଦୀ ହୋଇଯିବେ।


ଯେଉଁମାନେ ପଳାଇ ଗଲେ, ସେମାନେ ବଳହୀନ ହୋଇ ହିଶ୍ବୋନର ଛାୟା ତଳେ ଠିଆ ହୁଅନ୍ତି; କାରଣ ହିଶ୍ବୋନରୁ ଅଗ୍ନି ଓ ସୀହୋନ ମଧ୍ୟରୁ ଅଗ୍ନିଶିଖା ନିର୍ଗତ ହୋଇ ମୋୟାବର କୋଣ ଓ କଳହକାରୀମାନଙ୍କ ମସ୍ତକର ତାଳୁଆ ଗ୍ରାସ କରିଅଛି।


ପୁଣି, ମୋୟାବ ଲୁପ୍ତ ହେବ, ଆଉ ଏକ ଗୋଷ୍ଠୀ ହୋଇ ରହିବ ନାହିଁ, କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଆପଣାକୁ ବଡ଼ କରିଅଛି।


ତାହାର ଚତୁର୍ଦ୍ଦିଗସ୍ଥିତ ଓ ତାହାର ନାମ ଜାଣିଥିବା ଯେ ତୁମ୍ଭେମାନେ, ତୁମ୍ଭେ ସମସ୍ତେ ତାହାର ପାଇଁ ବିଳାପ କର, ଆଉ କୁହ, ଏହି ଦୃଢ଼ ଦଣ୍ତ, ସୁନ୍ଦର ଯଷ୍ଟି କିପରି ଭଗ୍ନ ହୋଇଅଛି !


ସଦାପ୍ରଭୁ କହନ୍ତି,ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ; କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ: ଯେଉଁମାନଙ୍କ ଗୋଷ୍ଠୀଙ୍କୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା, ମାତ୍ର ଆମ୍ଭେ ତୁମ୍ଭକୁ ନିଃଶେଷ ରୂପେ ସଂହାର କରିବା ନାହିଁ; ତଥାପି ଆମ୍ଭେ ତୁମ୍ଭକୁ ବିବେଚନାପୂର୍ବକ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଅଦଣ୍ତିତ କରି ଛାଡ଼ିବା ନାହିଁ।


ଏହି ଲୋକମାନେ ଯାହା କହିଅଛନ୍ତି, ତାହା କି ତୁମ୍ଭେ ବିବେଚନା କରୁ ନାହଁ? ସେମାନେ କହିଅଛନ୍ତି, ସଦାପ୍ରଭୁ ଆପଣାର ମନୋନୀତ ଦୁଇ ଗୋଷ୍ଠୀଙ୍କି ଅଗ୍ରାହ୍ୟ କରିଅଛନ୍ତି। ଏହିରୂପେ ସେମାନେ ଆମ୍ଭ ଲୋକମାନଙ୍କୁ ତୁଚ୍ଛ ଜ୍ଞାନ କରନ୍ତି, ସେମାନଙ୍କ ସାକ୍ଷାତରେ ସେମାନେ ଏକ ଗୋଷ୍ଠୀ ହୋଇ ଯେପରି ଆଉ ରହିବେ ନାହିଁ।


ତହିଁରେ ମୁଁ ସଦାପ୍ରଭୁଙ୍କ ହସ୍ତରୁ ସେହି ପାତ୍ର ନେଇ, ସଦାପ୍ରଭୁ ମୋତେ ଯେଉଁ ଯେଉଁ ଗୋଷ୍ଠୀ ନିକଟକୁ ପଠାଇଲେ, ସେହି ସମସ୍ତଙ୍କୁ ତାହା ପାନ କରାଇଲି;


କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ମୋତେ ଏହି କଥା କହନ୍ତି, ତୁମ୍ଭେ ଆମ୍ଭ ହସ୍ତରୁ ଏହି ପ୍ରଚଣ୍ତ କ୍ରୋଧରୂପ ଦ୍ରାକ୍ଷାରସର ପାତ୍ର ନେଇ, ଆମ୍ଭେ ତୁମ୍ଭକୁ ଯେଉଁ ସକଳ ଗୋଷ୍ଠୀ ନିକଟକୁ ପଠାଉ, ସେମାନଙ୍କୁ ତାହା ପାନ କରାଅ।


କାରଣ ଏହି ପର୍ବତରେ ସଦାପ୍ରଭୁଙ୍କର ହସ୍ତ ଅଧିଷ୍ଠିତ ହେବ, ଆଉ ଯେପରି କୁଟା ଖତଗଦାର ଜଳରେ ପଦ ତଳେ ଦଳିତ ହୁଏ, ସେପରି ମୋୟାବ ସ୍ଵସ୍ଥାନରେ ଦଳିତ ହେବ।


ଆମ୍ଭର ହୃଦୟ ମୋୟାବ ପାଇଁ କ୍ରନ୍ଦନ କରୁଅଛି; ତାହାର କୁଳୀନମାନେ ସୋୟର୍ ପର୍ଯ୍ୟନ୍ତ ଇଗ୍ଲତ୍-ଶଲୀଶୀୟାକୁ ପଳାଉଅଛନ୍ତି; କାରଣ ସେମାନେ ରୋଦନ କରୁ କରୁ ଲୂହୀତ-ଘାଟୀ ଉପରକୁ ଯାଉଅଛନ୍ତି; ହୋରୋନୟିମ ବାଟରେ ବିନାଶ ହେତୁ ସେମାନେ ଆର୍ତ୍ତନାଦ କରୁଅଛନ୍ତି।


ମୋୟାବ ବିଷୟକ ଭାରୋକ୍ତି। ମୋୟାବର ଆରନଗର ଏକ ରାତ୍ରି ମଧ୍ୟରେ ଉଚ୍ଛିନ୍ନ ଓ ଧ୍ଵଂସିତ ହେଲା; ଏକ ରାତ୍ରି ମଧ୍ୟରେ ମୋୟାବର କୀର୍ ନଗର ଉଚ୍ଛିନ୍ନ ଓ ଧ୍ଵଂସିତ ହେଲା।


ପୁଣି, ଆମ୍ଭେ ଏଲମର ଲୋକମାନଙ୍କୁ ସେମାନଙ୍କ ଶତ୍ରୁଗଣ ସମ୍ମୁଖରେ ଓ ସେମାନଙ୍କ ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ସମ୍ମୁଖରେ ବିସ୍ମିତ କରାଇବା; ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍, ଆମ୍ଭର ପ୍ରଚଣ୍ତ କ୍ରୋଧ ଘଟାଇବା ଓ ସେମାନଙ୍କୁ ସଂହାର ନ କରିବା ପର୍ଯ୍ୟନ୍ତ ଆମ୍ଭେ ସେମାନଙ୍କ ପଛେ ପଛେ ଖଡ଼୍‍ଗ ପଠାଇବା।


Swiv nou:

Piblisite


Piblisite