Biblia Todo Logo
Bib sou entènèt

- Piblisite -




ଯିରିମୀୟ 48:8 - ପବିତ୍ର ବାଇବଲ (Re-edited) - (BSI)

8 ପ୍ରତ୍ୟେକ ନଗର ଉପରେ ବିନାଶକ ଆସିବ, କୌଣସି ନଗର ରକ୍ଷା ପାଇବ ନାହିଁ; ସଦାପ୍ରଭୁଙ୍କ ବାକ୍ୟାନୁସାରେ ତଳଭୂମି ବିନଷ୍ଟ ହେବ ଓ ପ୍ରାନ୍ତର ଉଚ୍ଛିନ୍ନ ହେବ।

Gade chapit la Kopi

ଓଡିଆ ବାଇବେଲ

8 ପ୍ରତ୍ୟେକ ନଗର ଉପରେ ବିନାଶକ ଆସିବ, କୌଣସି ନଗର ରକ୍ଷା ପାଇବ ନାହିଁ; ସଦାପ୍ରଭୁଙ୍କ ବାକ୍ୟାନୁସାରେ ତଳଭୂମି ବିନଷ୍ଟ ହେବ ଓ ପ୍ରାନ୍ତର ଉଚ୍ଛିନ୍ନ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ପ୍ରତ୍ୟେକ ନଗର ଉପରେ ବିନାଶକ ଆସିବ, କୌଣସି ନଗର ରକ୍ଷା ପାଇବ ନାହିଁ; ସଦାପ୍ରଭୁଙ୍କ ବାକ୍ୟାନୁସାରେ ତଳଭୂମି ବିନଷ୍ଟ ହେବ ଓ ପ୍ରାନ୍ତର ଉଚ୍ଛିନ୍ନ ହେବ।

Gade chapit la Kopi

ପବିତ୍ର ବାଇବଲ

8 ପ୍ରତ୍ୟେକ ନଗର ଉପରେ ବିନାଶକ ଆସିବ। କୌଣସି ଗୋଟିଏ ନଗର ରକ୍ଷା ପାଇବ ନାହିଁ। ତଳଭୂମି ବିନଷ୍ଟ ହେବ ଓ ଉଚ୍ଚଭୂମି ଧ୍ୱଂସ ପାଇବ। ସଦାପ୍ରଭୁ କହନ୍ତି ଏହା ଘଟିବ।

Gade chapit la Kopi




ଯିରିମୀୟ 48:8
10 Referans Kwoze  

ଆଗୋ ମୋର ଲୋକମାନଙ୍କର କନ୍ୟେ, ତୁମ୍ଭେ ଚଟ ପିନ୍ଧ, ଭସ୍ମରେ ଗଡ଼; ଅଦ୍ଵିତୀୟ ପୁତ୍ର ଲାଗି ଶୋକ ତୁଲ୍ୟ ତୁମ୍ଭେ ଶୋକ ଓ ଅତିଶୟ ବିଳାପ କର ; କାରଣ ବିନାଶକ ଅକସ୍ମାତ୍ ଆମ୍ଭମାନଙ୍କୁ ଆକ୍ରମଣ କରିବ।


ଏଥିପାଇଁ ଦେଖ, ଆମ୍ଭେ ନଗରସମୂହଠାରୁ ମୋୟାବର ପାର୍ଶ୍ଵ ମୁକ୍ତ କରିବା, ଅର୍ଥାତ୍, ତାହାର ସୀମାନ୍ତବର୍ତ୍ତୀ ଓ ଦେଶର ଗୌରବ ସ୍ଵରୂପ ବୈତ୍-ଯିଶୀମୋତ୍ ବାଲ୍-ମୀୟୋନ୍ ଓ କିରୀୟାଥୟିମ୍ ଆଡ଼େ,


କାରଣ ତାହା ବିରୁଦ୍ଧରେ, ହଁ, ବାବିଲର ବିରୁଦ୍ଧରେ ବିନାଶକ ଆସିଅଛି ଓ ତାହାର ବୀରମାନେ ଧରା ଯାଇଅଛନ୍ତି, ସେମାନଙ୍କର ଧନୁସବୁ ଖଣ୍ତ ଖଣ୍ତ ହୋଇ ଭଙ୍ଗା ହୋଇଅଛି; କାରଣ ସଦାପ୍ରଭୁ ପ୍ରତିଫଳଦାତା ପରମେଶ୍ଵର ଅଟନ୍ତି, ସେ ନିଶ୍ଚୟ ସମୁଚିତ ପ୍ରତିଫଳ ଦେବେ।


ହେ ଦୀବୋନ ନିବାସିନୀ କନ୍ୟେ, ତୁମ୍ଭେ ଆପଣା ଐଶ୍ଵର୍ଯ୍ୟରୁ ଓହ୍ଳାଇ ଆସି ତୃଷାରେ ବସ; କାରଣ ମୋୟାବର ବିନାଶକ ତୁମ୍ଭ ବିରୁଦ୍ଧରେ ଉଠି ଆସିଅଛି, ସେ ତୁମ୍ଭର ଦୃଢ଼ ଦୁର୍ଗସବୁ ନଷ୍ଟ କରିଅଛି।


ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍ ଶଦ୍ଦର ବିଷୟ ଓ ଚିର କାଳର ଉତ୍ସନ୍ନ ସ୍ଥାନ କରିବା।


ଆମ୍ଭ ସାକ୍ଷାତରେ ସେମାନଙ୍କର ବିଧବାମାନେ ସମୁଦ୍ରର ବାଲି ଅପେକ୍ଷା ବହୁସଂଖ୍ୟକ ହୋଇଅଛନ୍ତି, ଆମ୍ଭେ ସେମାନଙ୍କ ମଧ୍ୟରେ ଯୁବାଗଣର ମାତା ବିରୁଦ୍ଧରେ ବିନାଶକ ଏକ ଜଣକୁ ମଧ୍ୟାହ୍ନ କାଳରେ ଆଣିଅଛୁ; ଆମ୍ଭେ ଅକସ୍ମାତ୍ ତାହା ପ୍ରତି ଦୁଃଖ ଓ ଆଶଙ୍କା ଉପସ୍ଥିତ କରାଇଅଛୁ।


ପୁଣି ସମଭୂମିସ୍ଥିତ ସମସ୍ତ ନଗର ଓ ହିଷ୍ବୋନରେ ରାଜତ୍ଵକାରୀ ଇମୋରୀୟମାନଙ୍କ ସୀହୋନ ରାଜାର ସମୁଦାୟ ରାଜ୍ୟ, କାରଣ ମୋଶା ତାହାକୁ ଓ ସେହି ଦେଶ ନିବାସୀ ମିଦୀୟନର ପ୍ରଧାନବର୍ଗ ଇବି ଓ ରେକମ ଓ ସୂର ଓ ହୂର ଓ ରେବା ନାମକ ସୀହୋନର ଏହି ଅଧିପତିମାନଙ୍କୁ ବିନାଶ କରିଥିଲେ।


ହିଷ୍ବୋନ ଓ ସମଭୂମିସ୍ଥିତ ଦୀବୋନ ଓ ବାମତ୍ବାଲ ଓ ବୈଥ୍ବାଲ-ମିୟୋନ,


ଅର୍ଣ୍ଣୋନ ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ଓ ଉପତ୍ୟକାର ମଧ୍ୟବର୍ତ୍ତୀ ନଗର ଓ ଦୀବୋନ ପର୍ଯ୍ୟନ୍ତ ମେଦବାର ସମସ୍ତ ସମଭୂମି,


Swiv nou:

Piblisite


Piblisite