Biblia Todo Logo
Bib sou entènèt

- Piblisite -




ଯିରିମୀୟ 49:1 - ପବିତ୍ର ବାଇବଲ (Re-edited) - (BSI)

1 ଅମ୍ମୋନ-ସନ୍ତାନଗଣର ବିଷୟ। ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲର କି ପୁତ୍ର ନାହିଁ? ତାହାର ଉତ୍ତରାଧିକାରୀ କି କେହି ନାହିଁ? ତେବେ ମିଲ୍‍କମ୍ କାହିଁକି ଗାଦର ଭୂମି ଅଧିକାର କରୁଅଛି ଓ ତାହାର ଲୋକମାନେ ତହିଁର ନଗରସମୂହରେ ବାସ କରୁଅଛନ୍ତି?

Gade chapit la Kopi

ଓଡିଆ ବାଇବେଲ

1 ଅମ୍ମୋନ ସନ୍ତାନଗଣର ବିଷୟ। ସଦାପ୍ରଭୁ ଏହି କଥା କହନ୍ତି, “ଇସ୍ରାଏଲର କି ପୁତ୍ର ନାହିଁ ? ତାହାର ଉତ୍ତରାଧିକାରୀ କି କେହି ନାହିଁ ? ତେବେ ମିଲ୍‍କମ୍‍ କାହିଁକି ଗାଦ୍‍ର ଭୂମି ଅଧିକାର କରୁଅଛି ଓ ତାହାର ଲୋକମାନେ ତହିଁର ନଗରସମୂହରେ ବାସ କରୁଅଛନ୍ତି ?”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଅମ୍ମୋନ-ସନ୍ତାନଗଣର ବିଷୟ। ସଦାପ୍ରଭୁ ଏହି କଥା କହନ୍ତି, “ଇସ୍ରାଏଲର କି ପୁତ୍ର ନାହିଁ? ତାହାର ଉତ୍ତରାଧିକାରୀ କି କେହି ନାହିଁ? ତେବେ ମିଲ୍‍କମ୍‍ କାହିଁକି ଗାଦ୍‍ର ଭୂମି ଅଧିକାର କରୁଅଛି ଓ ତାହାର ଲୋକମାନେ ତହିଁର ନଗରସମୂହରେ ବାସ କରୁଅଛନ୍ତି?

Gade chapit la Kopi

ପବିତ୍ର ବାଇବଲ

1 ଅମ୍ମୋନ ସନ୍ତାନଗଣ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି, “ହେ ଅମ୍ମୋନୀୟ ସନ୍ତାନଗଣ, ତୁମ୍ଭେମାନେ କ’ଣ ଭାବୁଛ ଇସ୍ରାଏଲର ପୁତ୍ର ନାହିଁ? ତାହାର ଉତ୍ତରାଧିକାରୀ କ’ଣ କେହି ନାହାନ୍ତି? ତେବେ ମି‌‌ଲ୍‌‌କମ୍ କାହିଁକି ଗା‌ଦ୍‌ର ଭୂମି ଅଧିକାର କରୁଅଛି ଓ ତାହାର ଲୋକମାନେ ତହିଁରେ ନଗର ସମୂହରେ ବାସ କରୁଅଛନ୍ତି?”

Gade chapit la Kopi




ଯିରିମୀୟ 49:1
32 Referans Kwoze  

ଅମ୍ମୋନୀୟ କି ମୋୟାବୀୟ ଲୋକ ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବ ନାହିଁ; ଦଶମ ପୁରୁଷ ପର୍ଯ୍ୟନ୍ତ ଚିରକାଳ ସେମାନଙ୍କର କେହି ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରିବ ନାହିଁ।


ଇଦୋମର ବିଷୟ। ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୈମନରେ କି ଆଉ ଜ୍ଞାନ ନାହିଁ? ବୁଦ୍ଧିମାନମାନଙ୍କଠାରୁ କି ପରାମର୍ଶ ଲୁପ୍ତ ହୋଇଅଛି? ସେମାନଙ୍କର ଜ୍ଞାନ କି ଅନ୍ତର୍ହିତ ହୋଇଅଛି?


ଇଦୋମ, ମୋୟାବ ଓ ଅମ୍ମୋନର ସନ୍ତାନଗଣକୁ;


ଅନନ୍ତର ମୋୟାବ-ସନ୍ତାନଗଣ ଓ ଅମ୍ମୋନ-ସନ୍ତାନଗଣ ଓ ସେମାନଙ୍କ ସଙ୍ଗେ ଅମ୍ମୋନୀୟ କେତେକ ଲୋକ ଯିହୋଶାଫଟ୍ଙ୍କ ପ୍ରତିକୂଳରେ ଯୁଦ୍ଧ କରିବାକୁ ଆସିଲେ।


ବାବିଲର ରାଜା ନବୂଖଦ୍ନିତ୍ସର ଦ୍ଵାରା ପରାଜିତ କେଦରର ଓ ହାତ୍ସୋର ରାଜ୍ୟସମୂହର ବିଷୟ। ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଉଠି କେଦରକୁ ଯାଅ ଓ ପୂର୍ବଦେଶୀୟ ସନ୍ତାନଗଣର ସର୍ବସ୍ଵ ହରଣ କର।


ଦାମାସ୍କସ୍ର ବିଷୟ। ହମାତ୍ ଓ ଅର୍ପଦ ଲଜ୍ଜିତ ହେଉଅଛନ୍ତି, କାରଣ ସେମାନେ ଅମଙ୍ଗଳର ବାର୍ତ୍ତା ଶୁଣିଅଛନ୍ତି, ସେମାନେ ତରଳି ଯାଇଅଛନ୍ତି; ସମୁଦ୍ରରେ ଉଦ୍ବେଗ ଦେଖା ଯାଉଅଛି, ତାହା ସୁସ୍ଥିର ହୋଇ ନ ପାରେ।


ମୋୟାବର ବିଷୟ। ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ହାୟ, ହାୟ, ନବୋ ! କାରଣ ତାହା ଉଚ୍ଛିନ୍ନ ହେଲା; କିରୀୟାଥୟିମ୍ ଲଜ୍ଜିତ ହେଲା, ତାହା ଧୃତ ହେଲା; ମିସ୍ଗନ୍ ଲଜ୍ଜିତ ଓ ଭଗ୍ନ ହେଲା।


ପୁଣି, ଯେଉଁ ଦୂତଗଣ ଯିହୁଦାର ରାଜା ସିଦିକୀୟ ନିକଟକୁ ଯିରୂଶାଲମକୁ ଆସିଅଛନ୍ତି, ସେମାନଙ୍କ ହସ୍ତ ଦ୍ଵାରା ସେସବୁ ଇଦୋମର ରାଜା ଓ ମୋୟାବର ରାଜା, ଅମ୍ମୋନ-ସନ୍ତାନଗଣର ରାଜା, ସୋରର ରାଜା ଓ ସୀଦୋନର ରାଜା ନିକଟକୁ ତାହା ପଠାଅ;


ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍ ଶଦ୍ଦର ବିଷୟ ଓ ଚିର କାଳର ଉତ୍ସନ୍ନ ସ୍ଥାନ କରିବା।


ଗବାଲ ଓ ଅମ୍ମୋନ୍ ଓ ଅମାଲେକ୍ ଓ ସୋର-ନିବାସୀମାନଙ୍କ ସହିତ ପଲେଷ୍ଟୀୟା, ସମସ୍ତେ ତୁମ୍ଭ ବିରୁଦ୍ଧରେ ନିୟମ ସ୍ଥାପନ କରିଅଛନ୍ତି।


ଶତ୍ରୁମାନେ ଶେଷ ପାଇଅଛନ୍ତି, ସେମାନେ ସଦାକାଳ ଉଚ୍ଛିନ୍ନ ହୋଇଅଛନ୍ତି; ତୁମ୍ଭେ ନଗରମାନଙ୍କୁ ଉତ୍ପାଟନ କରିଅଛ, ସେମାନଙ୍କର ସ୍ମରଣ ସୁଦ୍ଧା ଲୁପ୍ତ ହୋଇଅଛି।


ମାତ୍ର ଯିରୂଶାଲମ ପ୍ରାଚୀରର ଜୀର୍ଣ୍ଣସଂସ୍କାର କାର୍ଯ୍ୟ ଅଗ୍ରସର ହେଉଅଛି ଓ ଭଗ୍ନସ୍ଥାନସବୁ ବନ୍ଦ ହେବାକୁ ଲାଗୁଅଛି, ଏହା ଶୁଣି ସନ୍ବଲ୍ଲଟ୍ ଓ ଟୋବୀୟ, ପୁଣି ଆରବୀୟମାନେ ଓ ଅମ୍ମୋନୀୟମାନେ ଓ ଅସ୍ଦୋଦୀୟମାନେ ଅତିଶୟ କୋପାନ୍ଵିତ ହେଲେ।


ମାତ୍ର ହୋରୋଣୀୟ ସନ୍ବଲ୍ଲଟ୍ ଓ ଅମ୍ମୋନୀୟ ଦାସ ଟୋବୀୟ ଓ ଆରବୀୟ ଗେଶମ୍ ଏହା ଶୁଣି ଆମ୍ଭମାନଙ୍କୁ ପରିହାସ ଓ ତୁଚ୍ଛ କରି କହିଲେ, ତୁମ୍ଭେମାନେ ଏ କି କାର୍ଯ୍ୟ କରୁଅଛ? ତୁମ୍ଭେମାନେ କି ରାଜଦ୍ରୋହ କରିବ?


କାରଣ ଅମ୍ମୋନର ଓ ମୋୟାବର ସନ୍ତାନଗଣ ସେୟୀର-ପର୍ବତ ନିବାସୀମାନଙ୍କୁ ନିଃଶେଷ ରୂପେ ବଧ ଓ ବିନାଶ କରିବାକୁ ସେମାନଙ୍କ ପ୍ରତିକୂଳରେ ଉଠିଲେ; ଆଉ ସେମାନେ ସେୟୀର ନିବାସୀମାନଙ୍କୁ ଉଚ୍ଛିନ୍ନ କଲା ଉତ୍ତାରେ ପ୍ରତି ଜଣ ଏକ ଆରେକକୁ ବିନାଶ କରିବା ପାଇଁ ସାହାଯ୍ୟ କଲେ।


ଏଉତ୍ତାରେ ସଦାପ୍ରଭୁ ତାଙ୍କ ବିରୁଦ୍ଧରେ କଲ୍ଦୀୟ ସୈନ୍ୟଦଳ ଓ ଅରାମୀୟ ସୈନ୍ୟଦଳ ଓ ମୋୟାବୀୟ ସୈନ୍ୟଦଳ ଓ ଅମ୍ମୋନ-ସନ୍ତାନମାନଙ୍କ ସୈନ୍ୟଦଳ ପ୍ରେରଣ କଲେ; ସଦାପ୍ରଭୁ ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣ ଦ୍ଵାରା ଯାହା କହିଥିଲେ, ଆପଣାର ସେହି ବାକ୍ୟାନୁସାରେ ଯିହୁଦାକୁ ବିନାଶ କରିବା ପାଇଁ ତହିଁ ବିରୁଦ୍ଧରେ ସେମାନଙ୍କୁ ପ୍ରେରଣ କଲେ।


ଯର୍ଦ୍ଦନଠାରୁ ପୂର୍ବଦିଗରେ ସମସ୍ତ ଗିଲୀୟଦ ଦେଶ, ଅର୍ଣ୍ଣୋନ୍ ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ଗାଦ୍ ଓ ରୁବେନ୍ ଓ ମନଃଶି ବଂଶୀୟ ଲୋକମାନଙ୍କ ଦେଶ, ଅର୍ଥାତ୍, ଗିଲୀୟଦ ଓ ବାଶନକୁ ଆଘାତ କଲା।


(ପୁଣି ତୁମ୍ଭେ ଅମ୍ମୋନ-ସନ୍ତାନଗଣର ସମ୍ମୁଖରେ ଉପସ୍ଥିତ ହେଲେ ସେମାନଙ୍କୁ କ୍ଳେଶ ଦିଅ ନାହିଁ, କି ସେମାନଙ୍କ ସଙ୍ଗେ ବିରୋଧ କର ନାହିଁ, କାରଣ ଆମ୍ଭେ ଅଧିକାରାର୍ଥେ ତୁମ୍ଭକୁ ଅମ୍ମୋନ-ସନ୍ତାନଗଣର ଦେଶରୁ କିଛି ଦେବା ନାହିଁ; ଯେହେତୁ ଆମ୍ଭେ ଲୋଟର ସନ୍ତାନଗଣକୁ ତାହା ଅଧିକାର କରିବା ପାଇଁ ଦେଇଅଛୁ।


ପୁଣି କନିଷ୍ଠା କନ୍ୟା ପୁତ୍ର ପ୍ରସବ କରି ତାହାର ନାମ ବିନ-ଅମ୍ମି ଦେଲା; ସେ ବର୍ତ୍ତମାନ କାଳର ଅମ୍ମୋନୀୟ ଲୋକମାନଙ୍କର ଆଦିପିତା।


ଗାଦ-ସନ୍ତାନଗଣର ବଂଶ ଓ ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;


କାରଣ ତୁମ୍ଭେମାନେ ମିସରରୁ ବାହାର ହୋଇ ଆସିବା ବେଳେ ସେମାନେ ଅନ୍ନଜଳ ନେଇ ତୁମ୍ଭମାନଙ୍କୁ ପଥରେ ଭେଟିଲେ ନାହିଁ; ପୁଣି ସେମାନେ ତୁମ୍ଭମାନଙ୍କୁ ଶାପ ଦେବା ନିମନ୍ତେ ତୁମ୍ଭ ପ୍ରତିକୂଳରେ ଆରାମ୍-ନହରୟିମସ୍ଥ ପଥୋର ନିବାସୀ ବିୟୋରର ପୁତ୍ର ବିଲୀୟମକୁ ବେତନ ଦେଲେ।


ଆମ୍ଭେ ଆପଣା ଇସ୍ରାଏଲ-ଲୋକଙ୍କୁ ଯେଉଁ ଅଧିକାର ଭୋଗ କରିବାକୁ ଦେଇଅଛୁ, ତାହା ସ୍ପର୍ଶକାରୀ ଆମ୍ଭର ଦୁଷ୍ଟ ପ୍ରତିବାସୀସକଳର ବିରୁଦ୍ଧରେ ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ସେମାନଙ୍କ ଦେଶରୁ ସେମାନଙ୍କୁ ଉତ୍ପାଟନ କରିବା ଓ ସେମାନଙ୍କ ମଧ୍ୟରୁ ଯିହୁଦା-ବଂଶକୁ ଉତ୍ପାଟନ କରିବା।


ଆଉ, ଯେଉଁମାନେ ଛାତ ଉପରେ ଆକାଶର ବାହିନୀକି ପ୍ରଣାମ କରନ୍ତି ଓ ଯେଉଁମାନେ ସଦାପ୍ରଭୁଙ୍କ ନିକଟରେ ଶପଥ କରନ୍ତି ଓ ମାଲ୍‍କମ୍ ନାମରେ ଶପଥ କରି ପ୍ରଣାମ କରନ୍ତି;


ପୁଣି, ହେ ଆହତ ଦୁଷ୍ଟଇସ୍ରାଏଲୀୟ ଅଧିପତି, ଅନ୍ତିମ ଅପରାଧ ସମୟରେ ତୁମ୍ଭର ଦିନ ଉପସ୍ଥିତ ହୋଇଅଛି;


ଅନନ୍ତର ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା,


Swiv nou:

Piblisite


Piblisite