Biblia Todo Logo
Bib sou entènèt

- Piblisite -




ଯିରିମୀୟ 49:2 - ପବିତ୍ର ବାଇବଲ (Re-edited) - (BSI)

2 ଏହେତୁ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ଅମ୍ମୋନ-ସନ୍ତାନଗଣର ରବ୍ବା ନଗର ବିରୁଦ୍ଧରେ ଯୁଦ୍ଧର ଭୟ-ଧ୍ଵନି ଶୁଣାଇବା, ଏପରି ସମୟ ଆସୁଅଛି; ଆଉ, ତାହା ନରଶୂନ୍ୟ ଢିପି ହେବ ଓ ତାହାର କନ୍ୟାଗଣ ଅଗ୍ନିରେ ଦଗ୍ଧ କରାଯିବେ; ତହିଁରେ ଯେଉଁମାନେ ଇସ୍ରାଏଲ ଉପରେ ଅଧିକାର କରିଥିଲେ, ସେ ସେମାନଙ୍କ ଉପରେ ଅଧିକାର କରିବ, ଏହା ସଦାପ୍ରଭୁ କହନ୍ତି।

Gade chapit la Kopi

ଓଡିଆ ବାଇବେଲ

2 ଏହେତୁ ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ଆମ୍ଭେ ଅମ୍ମୋନ ସନ୍ତାନଗଣର ରବ୍ବା ନଗର ବିରୁଦ୍ଧରେ ଯୁଦ୍ଧର ଭୟ ଧ୍ୱନି ଶୁଣାଇବା, ଏପରି ସମୟ ଆସୁଅଛି; ଆଉ, ତାହା ନରଶୂନ୍ୟ ଢିପି ହେବ ଓ ତାହାର କନ୍ୟାଗଣ ଅଗ୍ନିରେ ଦଗ୍ଧ କରାଯିବେ; ତହିଁରେ ଯେଉଁମାନେ ଇସ୍ରାଏଲ ଉପରେ ଅଧିକାର କରିଥିଲେ, ସେ ସେମାନଙ୍କ ଉପରେ ଅଧିକାର କରିବ,” ଏହା ସଦାପ୍ରଭୁ କହନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଏହେତୁ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ଅମ୍ମୋନ-ସନ୍ତାନଗଣର ରବ୍ବା ନଗର ବିରୁଦ୍ଧରେ ଯୁଦ୍ଧର ଭୟ ଧ୍ୱନି ଶୁଣାଇବା, ଏପରି ସମୟ ଆସୁଅଛି; ଆଉ, ତାହା ନରଶୂନ୍ୟ ଢିପି ହେବ ଓ ତାହାର କନ୍ୟାଗଣ ଅଗ୍ନିରେ ଦଗ୍ଧ କରାଯିବେ; ତହିଁରେ ଯେଉଁମାନେ ଇସ୍ରାଏଲ ଉପରେ ଅଧିକାର କରିଥିଲେ, ସେ ସେମାନଙ୍କ ଉପରେ ଅଧିକାର କରିବ, ଏହା ସଦାପ୍ରଭୁ କହନ୍ତି।

Gade chapit la Kopi

ପବିତ୍ର ବାଇବଲ

2 ଆଉ ସଦାପ୍ରଭୁ କହନ୍ତି, “ସମୟ ଆସିବ ଯେତେବେଳେ ଅମ୍ମୋନର ରବ୍ବା ନଗର ବିରୁଦ୍ଧରେ ଯୁଦ୍ଧର ଧ୍ୱନି ଶୁଣାଯିବ। ରବ୍ବା ଧ୍ୱଂସ ପାଇବ ଓ ତାହା ଏକ ଜନଶୂନ୍ୟ ଢିପି ହେବ। ତା'ର ଚତୁର୍ଦ୍ଦିଗସ୍ଥ ନଗରଗୁଡ଼ିକ ଅଗ୍ନିରେ ଦ‌ଗ୍‌ଧିଭୂତ ହେବ। ଯେଉଁମାନେ ଇସ୍ରାଏଲ ଉପରେ ଅଧିକାର କରିଥିଲେ, ଇସ୍ରାଏଲ ସେମାନଙ୍କ ଉପରେ ଅଧିକାର କରିବ।” ଏହା ସଦାପ୍ରଭୁ କହନ୍ତି।

Gade chapit la Kopi




ଯିରିମୀୟ 49:2
22 Referans Kwoze  

ହାୟ, ମୋହର ଅନ୍ତ୍ର ! ମୋହର ଅନ୍ତ୍ର ! ମୁଁ ହୃଦୟରେ ବ୍ୟଥିତ ଅଛି; ମୋର ହୃଦୟ ମୋʼ ମଧ୍ୟରେ ଅସ୍ଥିର ହେଉଅଛି; ମୁଁ ନୀରବ ରହି ନ ପାରେ; କାରଣ ହେ ମୋହର ପ୍ରାଣ, ତୁମ୍ଭେ ତୂରୀଶଦ୍ଦ ଓ ଯୁଦ୍ଧର ନାଦ ଶୁଣିଅଛ।


ଅମ୍ମୋନ ସନ୍ତାନଗଣର ରବ୍ବାକୁ ଓ ପ୍ରାଚୀର-ବେଷ୍ଟିତ ଯିରୂଶାଲମସ୍ଥ ଯିହୁଦାକୁ ଖଡ଼୍‍ଗ ଆସିବା ନିମନ୍ତେ ତୁମ୍ଭେ ପଥ ପ୍ରସ୍ତୁତ କର।


(ଅବଶିଷ୍ଟ ରଫାୟୀୟମାନଙ୍କ ମଧ୍ୟରୁ କେବଳ ବାଶନ-ରାଜା ଓଗ୍ ଅବଶିଷ୍ଟ ରହିଲା, ଦେଖ, ତାହାର ଖଟ ଲୌହମୟ ଖଟ; ତାହା କି ଅମ୍ମୋନ-ସନ୍ତାନଗଣର ରବ୍ବାରେ ନାହିଁ? ମନୁଷ୍ୟ-ହସ୍ତର ପରିମାଣାନୁସାରେ ତାହା ଦୀର୍ଘରେ ନଅ ହାତ ଓ ପ୍ରସ୍ଥରେ ଚାରି ହାତ)।


ମାତ୍ର ଆମ୍ଭେ ରବ୍ବାର ପ୍ରାଚୀର ଉପରେ ଅଗ୍ନି ଜ୍ଵଳାଇବା ଓ ତାହା ଯୁଦ୍ଧ ଦିନରେ ମହାନାଦ ଓ ଘୂର୍ଣ୍ଣିବାୟୁର ଦିନରେ ପ୍ରଚଣ୍ତ ତୋଫାନ ସହିତ ତହିଁର ଅଟ୍ଟାଳିକାସକଳ ଗ୍ରାସ କରିବ;


ଅନନ୍ତର ବର୍ଷର ପରିବର୍ତ୍ତନ ସମୟରେ ରାଜାମାନେ ଯୁଦ୍ଧକୁ ଯିବା ବେଳେ ଦାଉଦ ଯୋୟାବକୁ ଓ ତାହା ସହିତ ଆପଣା ଦାସମାନଙ୍କୁ ଓ ସମୁଦାୟ ଇସ୍ରାଏଲକୁ ପଠାଇଲେ; ତହିଁରେ ସେମାନେ ଅମ୍ମୋନ-ସନ୍ତାନମାନଙ୍କୁ ସଂହାର କରି ରବ୍ବା ନଗର ଅବରୋଧ କଲେ। ମାତ୍ର ଦାଉଦ ଯିରୂଶାଲମରେ ରହିଲେ।


ଅମ୍ମୋନ-ସନ୍ତାନଗଣର ବିଷୟ। ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲର କି ପୁତ୍ର ନାହିଁ? ତାହାର ଉତ୍ତରାଧିକାରୀ କି କେହି ନାହିଁ? ତେବେ ମିଲ୍‍କମ୍ କାହିଁକି ଗାଦର ଭୂମି ଅଧିକାର କରୁଅଛି ଓ ତାହାର ଲୋକମାନେ ତହିଁର ନଗରସମୂହରେ ବାସ କରୁଅଛନ୍ତି?


ହେ ସଦାପ୍ରଭୋ, ତୁମ୍ଭ ଶାସନ ବିଷୟ ସିୟୋନ ଶୁଣି ଆନନ୍ଦିତ ହେଲା ଓ ଯିହୁଦାର କନ୍ୟାଗଣ ଉଲ୍ଲସିତ ହେଲେ।


ତୁମ୍ଭର ସକଳ ଶାସନ ସକାଶୁ ସିୟୋନ ପର୍ବତ ଆନନ୍ଦିତ ହେଉ, ଯିହୁଦାର କନ୍ୟାଗଣ ଉଲ୍ଲାସିତ ହେଉନ୍ତୁ।


ଏହିରୂପେ ଇସ୍ରାଏଲ ସେହି ସମସ୍ତ ନଗର ହସ୍ତଗତ କଲେ ଓ ଇସ୍ରାଏଲ ଇମୋରୀୟମାନଙ୍କର ସମସ୍ତ ନଗରରେ, ଅର୍ଥାତ୍ ହିଷ୍ବୋନ୍ରେ ଓ ତହିଁର ସମସ୍ତ ନଗରରେ ବାସ କଲେ।


ପୁଣି, ଦକ୍ଷିଣର ଲୋକମାନେ ଏଷୌର ପର୍ବତ ଓ ନିମ୍ନ ଭୂମିର ଲୋକମାନେ ପଲେଷ୍ଟୀୟମାନଙ୍କ ଦେଶ ଅଧିକାର କରିବେ ଓ ସେମାନେ ଇଫ୍ରୟିମର ଭୂମି ଓ ଶମରୀୟାର ଭୂମି ଅଧିକାର କରିବେ ଓ ବିନ୍ୟାମୀନ୍ ଗିଲୀୟଦକୁ ଅଧିକାର କରିବ।


ଆଉ ଯେଉଁ ସମୟରେ ତୁମ୍ଭେମାନେ ଆପଣା ଦେଶରେ କ୍ଳେଶଦାୟୀ ବିପକ୍ଷଗଣର ବିରୁଦ୍ଧରେ ଯୁଦ୍ଧ କରିବାକୁ ଯିବ, ସେହି ସମୟରେ ତୁମ୍ଭେମାନେ ଏହି ତୂରୀରେ ରଣବାଦ୍ୟ ବଜାଇବ; ତହିଁରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ସାକ୍ଷାତରେ ତୁମ୍ଭେମାନେ ସ୍ମରଣ କରାଯିବ ଓ ତୁମ୍ଭେମାନେ ଆପଣାମାନଙ୍କ ଶତ୍ରୁଗଣଠାରୁ ରକ୍ଷା ପାଇବ।


ଆଉ ତୁମ୍ଭେ ତହିଁର ଲୁଟିତ ଦ୍ରବ୍ୟସବୁ ତହିଁର ଛକ ମଧ୍ୟରେ ସଂଗ୍ରହ କରି ସେହି ନଗର ଓ ସେସକଳ ଦ୍ରବ୍ୟ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଅଗ୍ନିରେ ଦଗ୍ଧ କରିବ, ପୁଣି ତାହା ଅନନ୍ତକାଳୀନ ଢିପି ହେବ; ତାହା ପୁନର୍ବାର ନିର୍ମିତ ହେବ ନାହିଁ।


ପୁଣି ଇଷାଖର ଓ ଆଶେର୍ ମଧ୍ୟରେ ବୈଥ୍ଶାନ ଓ ତହିଁର ଉପନଗର, ଯିବ୍ଲୀୟମ୍ ଓ ତହିଁର ଉପନଗର, ଦୋର ଓ ତହିଁର ଉପନଗର ନିବାସୀଗଣ, ଐନ୍-ଦୋର ଓ ତହିଁର ଉପନଗର ନିବାସୀଗଣ, ତାନକ୍ ଓ ତହିଁର ଉପନଗର ନିବାସୀଗଣ, ମିଗିଦ୍ଦୋ ଓ ତହିଁର ଉପନଗର ନିବାସୀଗଣ, ଏହି ତିନି ଉପପର୍ବତ ମନଃଶି ପାଇଲା।


ତହିଁରେ ଯୋଷେଫର ସନ୍ତାନଗଣ କହିଲେ, ଏହି ପର୍ବତମୟ ଦେଶ ଆମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ ନୁହେଁ, ପୁଣି ତଳଭୂମିରେ ବିଶେଷତଃ ବୈଥ୍ଶାନରେ ଓ ତହିଁର ଉପନଗରମାନରେ ଓ ଯିଷ୍ରିୟେଲର ତଳ-ଭୂମିରେ ଯେସବୁ କିଣାନୀୟ ଲୋକ ବାସ କରନ୍ତି, ସେମାନଙ୍କର ଲୌହ-ରଥ ଅଛି।


ଦାମାସ୍କସ୍ (ଦମ୍ମେଶକ) ବିଷୟକ ଭାରୋକ୍ତି। ଦେଖ, ଦାମାସ୍କସ୍ (ଦମ୍ମେଶକ) ଆଉ ନଗର ନ ହୋଇ ଦୂରୀକୃତ ହୋଇଅଛି, ତାହା କାନ୍ଥଡ଼ାର ଢ଼ିପି ହେବ।


ପୁଣି, ସେମାନେ ପଶ୍ଚିମ ଦିଗରେ ପଲେଷ୍ଟୀୟ-ମାନଙ୍କ ସ୍କନ୍ଧ ଉପରେ ଝାମ୍ପ ମାରିବେ; ସେମାନେ ଏକତ୍ର ହୋଇ ପୂର୍ବଦେଶୀୟ ସନ୍ତାନଗଣର ଦ୍ରବ୍ୟ ଲୁଟ କରିବେ; ସେମାନେ ଇଦୋମ ଓ ମୋୟାବ ଉପରେ ହସ୍ତକ୍ଷେପ କରିବେ ଓ ଅମ୍ମୋନ-ସନ୍ତାନଗଣ ସେମାନଙ୍କର ଆଜ୍ଞାବହ ହେବେ।


ପୁଣି, ହେ ଆହତ ଦୁଷ୍ଟଇସ୍ରାଏଲୀୟ ଅଧିପତି, ଅନ୍ତିମ ଅପରାଧ ସମୟରେ ତୁମ୍ଭର ଦିନ ଉପସ୍ଥିତ ହୋଇଅଛି;


Swiv nou:

Piblisite


Piblisite