Biblia Todo Logo
Bib sou entènèt

- Piblisite -




ଯିରିମୀୟ 49:6 - ପବିତ୍ର ବାଇବଲ (Re-edited) - (BSI)

6 ତଥାପି ସଦାପ୍ରଭୁ କହନ୍ତି, ଏଥି ଉତ୍ତାରେ ଆମ୍ଭେ ଅମ୍ମୋନ-ସନ୍ତାନଗଣକୁ ବନ୍ଦୀତ୍ଵାବସ୍ଥାରୁ ପୁନର୍ବାର ଫେରାଇ ଆଣିବା।

Gade chapit la Kopi

ଓଡିଆ ବାଇବେଲ

6 ତଥାପି ସଦାପ୍ରଭୁ କହନ୍ତି, “ଏଥିଉତ୍ତାରେ ଆମ୍ଭେ ଅମ୍ମୋନ ସନ୍ତାନଗଣକୁ ବନ୍ଦୀତ୍ୱାବସ୍ଥାରୁ ପୁନର୍ବାର ଫେରାଇ ଆଣିବା।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତଥାପି ସଦାପ୍ରଭୁ କହନ୍ତି, ଏଥିଉତ୍ତାରେ ଆମ୍ଭେ ଅମ୍ମୋନ-ସନ୍ତାନଗଣକୁ ବନ୍ଦୀତ୍ୱାବସ୍ଥାରୁ ପୁନର୍ବାର ଫେରାଇ ଆଣିବା।”

Gade chapit la Kopi

ପବିତ୍ର ବାଇବଲ

6 ସଦାପ୍ରଭୁ କହନ୍ତି, “ଅମ୍ମୋନୀୟ ସନ୍ତାନଗଣ ବନ୍ଦୀ ହୋଇ ନିଆଯିବେ, ମାତ୍ର ସମୟ ଆସିବ, ଆମ୍ଭେ ପୁନର୍ବାର ସେମାନଙ୍କୁ ବନ୍ଦୀତ୍ୱ ଅବସ୍ଥାରୁ ଫେରାଇ ଆଣିବା।”

Gade chapit la Kopi




ଯିରିମୀୟ 49:6
8 Referans Kwoze  

ମାତ୍ର ଶେଷ କାଳରେ ଆମ୍ଭେ ଏଲମକୁ ବନ୍ଦୀତ୍ଵାବସ୍ଥାରୁ ଫେରାଇ ଆଣିବା, ଏହା ସଦାପ୍ରଭୁ କହନ୍ତି।


ତଥାପି ସଦାପ୍ରଭୁ କହନ୍ତି, ଆମ୍ଭେ ଶେଷ କାଳରେ ପୁନର୍ବାର ମୋୟାବକୁ ବନ୍ଦୀତ୍ଵାବସ୍ଥାରୁ ଫେରାଇ ଆଣିବା। ମୋୟାବର ବିଚାର କଥା ଏତିକି।


ପୁଣି, ଆମ୍ଭେ ସେମାନଙ୍କର ବନ୍ଦୀତ୍ଵାବସ୍ଥା, ଅର୍ଥାତ୍, ସଦୋମ ଓ ତାହାର କନ୍ୟାଗଣର ବନ୍ଦୀତ୍ଵାବସ୍ଥା, ଶମରୀୟା ଓ ତାହାର କନ୍ୟାଗଣର ବନ୍ଦୀତ୍ଵାବସ୍ଥା, ପୁଣି ସେମାନଙ୍କ ମଧ୍ୟବର୍ତ୍ତୀ ତୁମ୍ଭର ବନ୍ଦୀଗଣର ବନ୍ଦୀତ୍ଵାବସ୍ଥା ପରିବର୍ତ୍ତନ କରିବା;


ପୁଣି, ସେମାନଙ୍କର ପ୍ରାଣନାଶର ଚେଷ୍ଟାକାରୀ ଲୋକମାନଙ୍କ ହସ୍ତରେ ଓ ବାବିଲର ରାଜା ନବୂଖଦ୍ନିତ୍ସର ଓ ତାହାର ଦାସମାନଙ୍କ ହସ୍ତରେ ଆମ୍ଭେ ସେମାନଙ୍କୁ ସମର୍ପଣ କରିବା। ପୁଣି, ସଦାପ୍ରଭୁ କହନ୍ତି, ତହିଁ ଉତ୍ତାରେ ସେ ଦେଶ ପୂର୍ବ କାଳର ନ୍ୟାୟ ବସତିସ୍ଥାନ ହେବ।


ଆଉ, ତାହାର ବାଣିଜ୍ୟ ଓ ଭଡ଼ା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ; ତାହା ଭଣ୍ତାରରେ ରଖା କି ସଞ୍ଚୟ କରାଯିବ ନାହିଁ; କାରଣ ଯେଉଁମାନେ ସଦାପ୍ରଭୁଙ୍କ ସମ୍ମୁଖରେ ବାସ କରନ୍ତି, ସେମାନଙ୍କର ଯଥେଷ୍ଟ ଭକ୍ଷ୍ୟ ଓ ଚିରସ୍ଥାୟୀ ବସ୍ତ୍ର ନିମନ୍ତେ ତାହାର ବାଣିଜ୍ୟ ହେବ।


ପୁଣି, ସେମାନଙ୍କୁ ଉତ୍ପାଟନ କଲା ଉତ୍ତାରେ ଆମ୍ଭେ ଫେରି ସେମାନଙ୍କୁ ଦୟା କରିବା ଓ ଆମ୍ଭେ ସେମାନଙ୍କର ପ୍ରତ୍ୟେକ ଲୋକକୁ ତାହାର ଅଧିକାରକୁ ଓ ପ୍ରତ୍ୟେକ ଲୋକକୁ ତାହାର ଭୂମିକି ପୁନର୍ବାର ଆଣିବା।


ସେ ମଧ୍ୟ ରମ୍ୟ ଦେଶରେ ପ୍ରବେଶ କରିବ, ତହିଁରେ ଅନେକ ଦେଶ ପରାସ୍ତ ହେବ; ମାତ୍ର ଇଦୋମ ଓ ମୋୟାବ ଓ ଅମ୍ମୋନ-ସନ୍ତାନଗଣର ଶ୍ରେଷ୍ଠାଂଶ ତାହାର ହସ୍ତରୁ ରକ୍ଷା ପାଇବେ।


Swiv nou:

Piblisite


Piblisite