ଯିରିମୀୟ 5:10 - ପବିତ୍ର ବାଇବଲ (Re-edited) - (BSI)10 ତୁମ୍ଭେମାନେ ତାହାର ପ୍ରାଚୀର ଉପରକୁ ଯାଇ ବିନାଶ କର; ମାତ୍ର ନିଃଶେଷ ରୂପେ ବିନାଶ କର ନାହିଁ; ତାହାର ଶାଖାସବୁ ଦୂର କର; କାରଣ ସେସବୁ ସଦାପ୍ରଭୁଙ୍କର ନୁହେଁ। Gade chapit laଓଡିଆ ବାଇବେଲ10 ତୁମ୍ଭେମାନେ ତାହାର ଦ୍ରାକ୍ଷଲତା ଦେଇ ଯାଇ ସେମାନଙ୍କୁ ବିନାଶ କର; ମାତ୍ର ନିଃଶେଷ ରୂପେ ବିନାଶ କର ନାହିଁ; ତାହାର ଶାଖାସବୁ ଦୂର କର; କାରଣ ସେସବୁ ସଦାପ୍ରଭୁଙ୍କର ନୁହେଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତୁମ୍ଭେମାନେ ତାହାର ଦ୍ରାକ୍ଷଲତା ଦେଇ ଯାଇ ସେମାନଙ୍କୁ ବିନାଶ କର; ମାତ୍ର ନିଃଶେଷ ରୂପେ ବିନାଶ କର ନାହିଁ; ତାହାର ଶାଖାସବୁ ଦୂର କର; କାରଣ ସେସବୁ ସଦାପ୍ରଭୁଙ୍କର ନୁହେଁ। Gade chapit laପବିତ୍ର ବାଇବଲ10 “ତୁମ୍ଭେମାନେ ପ୍ରାଚୀର ଉପରକୁ ଯାଇ ଦ୍ରାକ୍ଷାଲତାର ଶାଖାସବୁ କାଟି ପକାଅ। ମାତ୍ର ସେଗୁଡ଼ିକୁ ସମ୍ପୂର୍ଣ୍ଣ ବିନାଶ କର ନାହିଁ, କାରଣ ସେ ସବୁ ସଦାପ୍ରଭୁଙ୍କର ନୁହେଁ।” Gade chapit la |
କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା ପାଇଁ ତୁମ୍ଭ ସଙ୍ଗରେ ଅଛୁ; ହଁ, ଯେଉଁ ଗୋଷ୍ଠୀମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭକୁ ଛିନ୍ନଭିନ୍ନ କରିଅଛୁ, ସେସମସ୍ତଙ୍କୁ ନିଃଶେଷ ରୂପେ ସଂହାର କରିବା, ମାତ୍ର ତୁମ୍ଭକୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା ନାହିଁ ; ତଥାପି ଆମ୍ଭେ ବିବେଚନାପୂର୍ବକ ତୁମ୍ଭକୁ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଦଣ୍ତ ନ ଦେଇ ଛାଡ଼ିବା ନାହିଁ।
ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍ ଶଦ୍ଦର ବିଷୟ ଓ ଚିର କାଳର ଉତ୍ସନ୍ନ ସ୍ଥାନ କରିବା।