Biblia Todo Logo
Bib sou entènèt

- Piblisite -




ଯିରିମୀୟ 5:11 - ପବିତ୍ର ବାଇବଲ (Re-edited) - (BSI)

11 ସଦାପ୍ରଭୁ କହନ୍ତି, ଇସ୍ରାଏଲ-ବଂଶ ଓ ଯିହୁଦା-ବଂଶ ଆମ୍ଭ ବିରୁଦ୍ଧରେ ଅତ୍ୟ; ବିଶ୍ଵାସଘାତକତା କରିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

11 ସଦାପ୍ରଭୁ କହନ୍ତି, “ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ଆମ୍ଭ ବିରୁଦ୍ଧରେ ଅତ୍ୟନ୍ତ ବିଶ୍ୱାସଘାତକତା କରିଅଛନ୍ତି।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ସଦାପ୍ରଭୁ କହନ୍ତି, ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ଆମ୍ଭ ବିରୁଦ୍ଧରେ ଅତ୍ୟନ୍ତ ବିଶ୍ୱାସଘାତକତା କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

11 ସଦାପ୍ରଭୁ କହନ୍ତି, “ଏହିପରି କର କାରଣ ଇସ୍ରାଏଲ ଓ ଯିହୁଦା ପରିବାର ଆମ୍ଭ ବିରୁଦ୍ଧରେ ଅତ୍ୟନ୍ତ ପ୍ରତାରଣା କରିଅଛନ୍ତି।”

Gade chapit la Kopi




ଯିରିମୀୟ 5:11
9 Referans Kwoze  

ସଦାପ୍ରଭୁ କହନ୍ତି, ଯେପରି କୌଣସି ଭାର୍ଯ୍ୟା ବିଶ୍ଵାସଘାତକତାପୂର୍ବକ ଆପଣା ସ୍ଵାମୀକି ଛାଡ଼ିଯାଏ, ସେପରି ହେ ଇସ୍ରାଏଲ, ତୁମ୍ଭେ ନିଶ୍ଚୟ ଆମ୍ଭ ପ୍ରତି ସେହି ପ୍ରକାର ବିଶ୍ଵାସଘାତକତା କରିଅଛ।


ବାସ୍ତବିକ, ତୁମ୍ଭେ ଶୁଣିଲ ନାହିଁ; ତୁମ୍ଭେ ଜାଣିଲ ନାହିଁ; ପୂର୍ବରୁ ତୁମ୍ଭର କର୍ଣ୍ଣ ମୁକ୍ତ ହୋଇ ନ ଥିଲା; କାରଣ ତୁମ୍ଭେ ଯେ ଭାରୀ ବିଶ୍ଵାସଘାତକତା କଲ ଓ ଗର୍ଭରୁ ଅଧର୍ମାଚାରୀ ବୋଲି ବିଖ୍ୟାତ ହୋଇଥିଲ, ଏହା ଆମ୍ଭେ ଜାଣିଲୁ।


ମାତ୍ର ଆଦମର ତୁଲ୍ୟ ସେମାନେ ନିୟମ ଲଙ୍ଘନ କରିଅଛନ୍ତି; ସେସ୍ଥାନରେ ସେମାନେ ଆମ୍ଭ ପ୍ରତିକୂଳରେ ବିଶ୍ଵାସଘାତକତା କରିଅଛନ୍ତି।


ସେମାନେ ସଦାପ୍ରଭୁଙ୍କ ପ୍ରତିକୂଳରେ ବିଶ୍ଵାସ-ଘାତକତା କରିଅଛନ୍ତି; କାରଣ ସେମାନେ ବିଦେଶୀୟ ସନ୍ତାନ ଉତ୍ପନ୍ନ କରିଅଛନ୍ତି; ଏବେ ଅମାବସ୍ୟା ସେମାନଙ୍କୁ ଓ ସେମାନଙ୍କ କ୍ଷେତ୍ରସବୁକୁ ଗ୍ରାସ କରିବ।


ଧାର୍ମିକମାନେ ଶୋଭା ପାଆନ୍ତି, ଏହି ଗାନ ଆମ୍ଭେମାନେ ପୃଥିବୀର ପ୍ରା; ସୀମାରୁ ଶୁଣିଅଛୁ। ମାତ୍ର ମୁଁ କହିଲି, ମୁଁ କ୍ଷୀଣ ହେଉଅଛି, ମୁଁ କ୍ଷୀଣ ହେଉଅଛି ! ମୁଁ ସନ୍ତାପର ପାତ୍ର ! ବିଶ୍ଵାସଘାତକମାନେ ବିଶ୍ଵାସ-ଘାତକତା କରିଅଛନ୍ତି; ହଁ, ବିଶ୍ଵାସଘାତକମାନେ ଅତିଶୟ ବିଶ୍ଵାସଘାତକତା କରିଅଛନ୍ତି।


ତୁମ୍ଭେମାନେ ତାହାର ପ୍ରାଚୀର ଉପରକୁ ଯାଇ ବିନାଶ କର; ମାତ୍ର ନିଃଶେଷ ରୂପେ ବିନାଶ କର ନାହିଁ; ତାହାର ଶାଖାସବୁ ଦୂର କର; କାରଣ ସେସବୁ ସଦାପ୍ରଭୁଙ୍କର ନୁହେଁ।


ଆଃ, ପଥିକମାନଙ୍କର ବସା ପରି ଯେବେ ପ୍ରାନ୍ତରରେ ମୋର ଗୋଟିଏ ବସା ଥାʼନ୍ତା, ତେବେ ମୁଁ ନିଜ ଲୋକମାନଙ୍କୁ ତ୍ୟାଗ କରି ସେମାନଙ୍କଠାରୁ ସ୍ଥାନାନ୍ତରକୁ ଯାଇ ପାରନ୍ତି ! କାରଣ ସେସମସ୍ତେ ବ୍ୟଭିଚାରୀ, ବିଶ୍ଵାସଘାତକ ଲୋକଙ୍କର ସମାଜ।


ହେ ସଦାପ୍ରଭୁ, ମୁଁ ଯେତେବେଳେ ତୁମ୍ଭ ସଙ୍ଗେ ପ୍ରତିବାଦ କରେ, ତୁମ୍ଭେ ଧାର୍ମିକ ଅଟ; ତଥାପି ବିଚାର ବିଷୟରେ ମୁଁ ତୁମ୍ଭ ସଙ୍ଗେ ବାଦାନୁବାଦ କରିବି; ଦୁଷ୍ଟ ଲୋକମାନଙ୍କର ପଥ କାହିଁକି କୁଶଳଯୁକ୍ତ ହୁଏ? ଅତି ବିଶ୍ଵାସଘାତକ ସମସ୍ତେ କାହିଁକି ନିରାପଦରେ ଥାʼନ୍ତିଣ?


Swiv nou:

Piblisite


Piblisite