Biblia Todo Logo
Bib sou entènèt

- Piblisite -




ଯିରିମୀୟ 5:15 - ପବିତ୍ର ବାଇବଲ (Re-edited) - (BSI)

15 ସଦାପ୍ରଭୁ କହନ୍ତି, ହେ ଇସ୍ରାଏଲ-ବଂଶ, ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଦୂରରୁ ଏକ ଗୋଷ୍ଠୀକି ଆଣିବା; ସେ ବଳବାନ ଗୋଷ୍ଠୀ, ପ୍ରାଚୀନ ଗୋଷ୍ଠୀ, ସେ ଗୋଷ୍ଠୀର ଭାଷା ତୁମ୍ଭେ ଜାଣ ନାହିଁ, କିଅବା ସେମାନଙ୍କର କଥା ତୁମ୍ଭେ ବୁଝ ନାହିଁ।

Gade chapit la Kopi

ଓଡିଆ ବାଇବେଲ

15 ସଦାପ୍ରଭୁ କହନ୍ତି, “ହେ ଇସ୍ରାଏଲ ବଂଶ, ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଦୂରରୁ ଏକ ଗୋଷ୍ଠୀକୁ ଆଣିବା; ସେ ବଳବାନ ଗୋଷ୍ଠୀ, ପ୍ରାଚୀନ ଗୋଷ୍ଠୀ, ସେହି ଗୋଷ୍ଠୀର ଭାଷା ତୁମ୍ଭେ ଜାଣ ନାହିଁ, କିଅବା ସେମାନଙ୍କର କଥା ତୁମ୍ଭେ ବୁଝ ନାହିଁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ସଦାପ୍ରଭୁ କହନ୍ତି, ହେ ଇସ୍ରାଏଲ ବଂଶ, ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଦୂରରୁ ଏକ ଗୋଷ୍ଠୀକୁ ଆଣିବା; ସେ ବଳବାନ ଗୋଷ୍ଠୀ, ପ୍ରାଚୀନ ଗୋଷ୍ଠୀ, ସେହି ଗୋଷ୍ଠୀର ଭାଷା ତୁମ୍ଭେ ଜାଣ ନାହିଁ, କିଅବା ସେମାନଙ୍କର କଥା ତୁମ୍ଭେ ବୁଝ ନାହିଁ।

Gade chapit la Kopi

ପବିତ୍ର ବାଇବଲ

15 ସଦାପ୍ରଭୁ କହନ୍ତି, ହେ ଇସ୍ରାଏଲ ବଂଶ, “ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଦୂରରୁ ଏକ ଗୋଷ୍ଠୀକୁ ଆଣିବା ସେ ଏକ ବଳବାନ୍ ଗୋଷ୍ଠୀ ଓ ପ୍ରାଚୀନ ଗୋଷ୍ଠୀ। ସେ ଗୋଷ୍ଠୀର ଭାଷା ତୁମ୍ଭେମାନେ ଜାଣ ନାହିଁ। ଆଉ ସେମାନଙ୍କର କଥା ତୁମ୍ଭେମାନେ ବୁଝିପାରିବ ନାହିଁ।

Gade chapit la Kopi




ଯିରିମୀୟ 5:15
27 Referans Kwoze  

ଯେପରି ଉତ୍କ୍ରୋଶ ପକ୍ଷୀ ଉଡ଼େ, ସେପରି ସଦାପ୍ରଭୁ ଦୂରରୁ ପୃଥିବୀର ପ୍ରାନ୍ତରୁ ଏକ ଗୋଷ୍ଠୀକି ତୁମ୍ଭ ପ୍ରତିକୂଳରେ ଆଣିବେ; ସେହି ଗୋଷ୍ଠୀର ଭାଷା ତୁମ୍ଭେ ବୁଝି ପାରିବ ନାହିଁ;


ତୁମ୍ଭେମାନେ ନାନା ଦେଶୀୟମାନଙ୍କୁ ଜଣାଅ; ଦେଖ, ଯିରୂଶାଲମ ବିରୁଦ୍ଧରେ ଘୋଷଣା କର, ଦୂର ଦେଶରୁ ଅବରୋଧକାରୀମାନେ ଆସୁଅଛନ୍ତି ଓ ସେମାନେ ଯିହୁଦାର ନଗରସମୂହର ବିରୁଦ୍ଧରେ ହୁଙ୍କାର କରୁଅଛନ୍ତି।


ତୁମ୍ଭେ ସେହି ଦୁର; ଗୋଷ୍ଠୀକି, ଅର୍ଥାତ୍, ଯେଉଁମାନଙ୍କର ଗଭୀର ଭାଷା ତୁମ୍ଭେ ଜାଣି ପାରିଲ ନାହିଁ, ଯେଉଁମାନଙ୍କର ବିଦେଶୀୟ ଭାଷା ତୁମ୍ଭେ ବୁଝି ପାରିଲ ନାହିଁ, ସେହି ଗୋଷ୍ଠୀକି ଆଉ ଦେଖିବ ନାହିଁ।


ନା, ମାତ୍ର ସେ ବିଦେଶୀୟ ଓଷ୍ଠାଧର ଓ ପରଭାଷା ଦ୍ଵାରା ଏହି ଲୋକମାନଙ୍କୁ କଥା କହିବେ;


ପୁଣି, ସେ ଦୂର ଦେଶୀୟ ଗୋଷ୍ଠୀଗଣ ପ୍ରତି ଗୋଟିଏ ଧ୍ଵଜା ଉଠାଇବେ ଓ ପୃଥିବୀର ପ୍ରାନ୍ତରୁ ସେମାନଙ୍କ ପାଇଁ ଶିଷ୍ ଦେବେ , ପୁଣି ଦେଖ, ସେମାନେ ଦ୍ରୁତଗମନ କରି ଶୀଘ୍ର ଆସିବେ;


ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍ ଶଦ୍ଦର ବିଷୟ ଓ ଚିର କାଳର ଉତ୍ସନ୍ନ ସ୍ଥାନ କରିବା।


କାରଣ ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଉତ୍ତର ଦିଗସ୍ଥ ରାଜ୍ୟସମୂହର ସମୁଦାୟ ଗୋଷ୍ଠୀଙ୍କୁ ଡାକିବା; ତହିଁରେ ସେମାନେ ଆସି ଯିରୂଶାଲମ ନଗର-ଦ୍ଵାରର ପ୍ରବେଶ-ସ୍ଥାନରେ ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ପ୍ରାଚୀର ସମ୍ମୁଖରେ ଓ ଯିହୁଦାର ନଗରସମୂହର ସମ୍ମୁଖରେ ଆପଣା ଆପଣା ସିଂହାସନ ସ୍ଥାପନ କରିବେ।


ବ୍ୟବସ୍ଥାରେ ଲେଖାଅଛି, “ପ୍ରଭୁ କହନ୍ତି, ବିଦେଶୀୟ ଭାଷାବାଦୀମାନଙ୍କ ଦ୍ଵାରା ଓ ବିଦେଶୀୟମାନଙ୍କ ମୁଖ ଦ୍ଵାରା ଆମ୍ଭେ ଏହି ଲୋକମାନଙ୍କୁ କଥା କହିବା, ତାହାହେଲେ ସୁଦ୍ଧା ସେମାନେ ଆମ୍ଭର କଥା ଶୁଣିବେ ନାହିଁ।”


ତୁମ୍ଭେମାନେ ଆପଣାମାନଙ୍କର କୃତ ସମସ୍ତ ଅପରାଧ ଆପଣା-ମାନଙ୍କଠାରୁ ଦୂର କରି ଦିଅ ଓ ଆପଣାମାନଙ୍କ ପାଇଁ ନୂତନ ଅନ୍ତଃକରଣ ଓ ନୂତନ ଆତ୍ମା ପ୍ରସ୍ତୁତ କର; କାରଣ ହେ ଇସ୍ରାଏଲ-ବଂଶ, ତୁମ୍ଭେମାନେ କିହେତୁ ମରିବ?


ଆମ୍ଭେ ମିସରକୁ ଓ ଯିହୁଦାକୁ, ଇଦୋମକୁ, ଅମ୍ମୋନ-ସନ୍ତାନଗଣକୁ ଓ ମୋୟାବକୁ, ଆପଣା ଆପଣା କେଶ-କୋଣ ମୁଣ୍ତନକାରୀ ପ୍ରାନ୍ତରବାସୀ ସମସ୍ତଙ୍କୁ ଦଣ୍ତ ଦେବା; କାରଣ ସକଳ ଗୋଷ୍ଠୀ ଅସୁନ୍ନତ, ପୁଣି ସମଗ୍ର ଇସ୍ରାଏଲ-ବଂଶ ଅନ୍ତଃକରଣରେ ଅସୁନ୍ନତ ଅଟନ୍ତି।


ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଉତ୍ତର ଦେଶରୁ ଏକ ଜନବୃନ୍ଦ ଆସୁଅଛନ୍ତି ଓ ପୃଥିବୀର ପ୍ରା; ଭାଗରୁ ଏକ ମହାଗୋଷ୍ଠୀ ଉତ୍ତେଜିତ ହେବେ।


ସଦାପ୍ରଭୁ କହନ୍ତି, ଇସ୍ରାଏଲ-ବଂଶ ଓ ଯିହୁଦା-ବଂଶ ଆମ୍ଭ ବିରୁଦ୍ଧରେ ଅତ୍ୟ; ବିଶ୍ଵାସଘାତକତା କରିଅଛନ୍ତି।


ଚୋର ଧରା ପଡ଼ିଲେ ଯେପରି ଲଜ୍ଜିତ ହୁଏ, ସେପରି ଇସ୍ରାଏଲ ବଂଶ, ସେମାନଙ୍କର ରାଜଗଣ, ସେମାନଙ୍କର ଅଧିପତିଗଣ, ସେମାନଙ୍କର ଯାଜକଗଣ ଓ ସେମାନଙ୍କର ଭବିଷ୍ୟଦ୍ବକ୍ତାଗଣ ସମସ୍ତେ ଲଜ୍ଜିତ ହୋଇଅଛନ୍ତି;


ସୈନ୍ୟାଧିପତି ସଦାପ୍ରଭୁ ମେଘଗର୍ଜନ ଓ ଭୂମିକମ୍ପ ଓ ମହାଶଦ୍ଦ, ଘୂର୍ଣ୍ଣିବାୟୁ ଓ ଝଡ଼ ଓ ଗ୍ରାସକାରୀ ଅଗ୍ନିଶିଖା ସହିତ ତାହାର ତତ୍ତ୍ଵ ନେବେ।


ପୁଣି, ଆମ୍ଭେ ଚତୁର୍ଦ୍ଦିଗରେ ତୁମ୍ଭ ବିରୁଦ୍ଧରେ ଛାଉଣି ସ୍ଥାପନ କରିବା ଓ ଗଡ଼ବନ୍ଦୀ କରି ତୁମ୍ଭକୁ ବେଷ୍ଟନ କରିବା ଓ ତୁମ୍ଭ ପ୍ରତିକୂଳରେ ଅବରୋଧକ ଉପାୟ ପ୍ରସ୍ତୁତ କରିବା।


ଯେହେତୁ ଇସ୍ରାଏଲ ବଂଶ ସୈନ୍ୟାଧିପତି ସଦାପ୍ରଭୁଙ୍କର ଦ୍ରାକ୍ଷାକ୍ଷେତ୍ର ଓ ଯିହୁଦାର ଲୋକେ ତାହାଙ୍କର ମନୋରମ ଚାରା; ସେ ନ୍ୟାୟ ଅପେକ୍ଷା କଲେ, ମାତ୍ର ଦେଖ, ଉପଦ୍ରବ; ଧାର୍ମିକତା ଅପେକ୍ଷା କଲେ, ମାତ୍ର ଦେଖ, କ୍ରନ୍ଦନ।


ଏଥି ଉତ୍ତାରେ ମୁଁ ରାତ୍ରିକାଳର ଦର୍ଶନରେ ଦେଖିଲି, ଦେଖ, ଚତୁର୍ଥ ପଶୁ, ସେ ଭୟଙ୍କର, କ୍ଷମତାପନ୍ନ ଓ ଅତିଶୟ ବଳବାନ ଓ ତାହାର ବଡ଼ ବଡ଼ ଲୌହମୟ ଦ; ଥିଲା; ସେ ଗ୍ରାସ କଲା ଓ ଭାଙ୍ଗି ଚୂର୍ଣ୍ଣ କଲା ଓ ଅବଶିଷ୍ଟ ଯାହା ରହିଲା, ତାହା ପଦ ତଳେ ଦଳିତ କଲା; ଆଉ, ସେ ତାହାର ପୂର୍ବବର୍ତ୍ତୀ ସବୁ ପଶୁମାନଙ୍କଠାରୁ ଭିନ୍ନ; ପୁଣି ତାହାର ଦଶ ଶୃଙ୍ଗ ଥିଲା।


ଏଣୁକରି ସେମାନେ ଯେପରି ପରସ୍ପର ଭାଷା ବୁଝି ନ ପାରନ୍ତି, ଏଥିପାଇଁ ଆସ, ଆମ୍ଭେମାନେ ଓହ୍ଲାଇ ଯାଇ ସେ ସ୍ଥାନରେ ସେମାନଙ୍କ ଭାଷାର ଭେଦ ଜନ୍ମାଉ।


ତୁମ୍ଭର ଅଜ୍ଞାତ ଏକ ଗୋଷ୍ଠୀ ତୁମ୍ଭ ଭୂମିର ଓ ତୁମ୍ଭ ସକଳ ପରିଶ୍ରମର ଫଳ ଭୋଗ କରିବ; ପୁଣି ତୁମ୍ଭେ ସର୍ବଦା କେବଳ ଉପଦ୍ରବଗ୍ରସ୍ତ ଓ କ୍ଳିଷ୍ଟ ହେବ।


ସେ ମିସର ଦେଶ ବିରୁଦ୍ଧରେ ବାହାରିବା ବେଳେ ଯୋଷେଫ ମଧ୍ୟରେ ସାକ୍ଷ୍ୟ ନିମନ୍ତେ ତାହା ସ୍ଥାପନ କଲେ; ସେଠାରେ ଆମ୍ଭେ ଆପଣାର ଅଜ୍ଞାତ ବାଣୀ ଶୁଣିଲୁ।


ସେତେବେଳେ ଯିଶାଇୟ ଭବିଷ୍ୟଦ୍ବକ୍ତା ହିଜକୀୟ ରାଜା ନିକଟକୁ ଆସି ତାହାକୁ କହିଲେ, ଏହି ଲୋକମାନେ କଅଣ କହିଲେ? ସେମାନେ କେଉଁଠାରୁ ତୁମ୍ଭ ନିକଟକୁ ଆସିଲେ? ତହିଁରେ ହିଜକୀୟ କହିଲା, ସେମାନେ ଦୂର ଦେଶ ବାବିଲରୁ ମୋʼ ନିକଟକୁ ଆସିଅଛନ୍ତି।


ନିଖୁନ୍ତ, ସୁନ୍ଦର ଓ ସମସ୍ତ ଜ୍ଞାନରେ ନିପୁଣ, ବିଦ୍ୟାରେ ବିଚକ୍ଷଣ, ବୁଦ୍ଧିରେ ବିଜ୍ଞ ଓ ରାଜପ୍ରାସାଦରେ ଠିଆ ହେବାକୁ ଯୋଗ୍ୟ କେତେକ ଯୁବା ଲୋକଙ୍କୁ ଆଣିବାକୁ ଓ କଲ୍ଦୀୟ ବିଦ୍ୟା ଓ ଭାଷା ଶିଖାଇବାକୁ ଆପଣାର ନପୁଂସକାଧିପତି ଅସ୍ପନସ୍କୁ କହିଲା।


ଏହେତୁ ଦେଖ, ହେ ଇସ୍ରାଏଲ-ବଂଶ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ଵର କହନ୍ତି, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଏକ ଗୋଷ୍ଠୀକି ଉଠାଇବା; ତହିଁରେ ସେମାନେ ହମାତ୍ର ପ୍ରବେଶ-ସ୍ଥାନଠାରୁ ଆରାବା ସ୍ରୋତ-ମାର୍ଗ ପର୍ଯ୍ୟନ୍ତ ତୁମ୍ଭମାନଙ୍କୁ କ୍ଳେଶ ଦେବେ।


ମୁଁ ଶୁଣିଲି ଓ ମୋʼ ଉଦର କମ୍ପିଲା, ସେହି ରବରେ ମୋର ଓଷ୍ଠାଧର ଥର ଥର ହେଲା; ମୋʼ ଅସ୍ଥିସକଳରେ ପଚାଭାବ ପ୍ରବେଶ କଲା ଓ ମୁଁ ସ୍ଵସ୍ଥାନରେ କମ୍ପିତ ହେଲି; ତହିଁରେ ଯେଉଁମାନେ ସୈନ୍ୟଦଳ ଘେନି ତାହାକୁ ଆକ୍ରମଣ କରିବାକୁ ଆସିବେ, ସେହି ଲୋକମାନଙ୍କ ବିରୁଦ୍ଧରେ ଯେତେବେଳେ ଦିନ ଆସିବ, ସେତେବେଳେ ସେହି ସଙ୍କଟ ଦିନରେ ମୋତେ ବିଶ୍ରାମ କରିବାକୁ ହେବ।


Swiv nou:

Piblisite


Piblisite