Biblia Todo Logo
Bib sou entènèt

- Piblisite -




ଯିରିମୀୟ 5:3 - ପବିତ୍ର ବାଇବଲ (Re-edited) - (BSI)

3 ହେ ସଦାପ୍ରଭୁ, ତୁମ୍ଭର ଚକ୍ଷୁ କʼଣ ସତ୍ୟତା ପ୍ରତି ଦୃଷ୍ଟି ନ କରେ? ତୁମ୍ଭେ ସେମାନଙ୍କୁ ପ୍ରହାର କରିଅଛ, ମାତ୍ର ସେମାନେ ଦୁଃଖିତ ହେଲେ ନାହିଁ; ତୁମ୍ଭେ ସେମାନଙ୍କୁ ଜୀର୍ଣ୍ଣ କରିଅଛ, ମାତ୍ର ସେମାନେ ଶାସ୍ତି ଗ୍ରହଣ କରିବାକୁ ଅସ୍ଵୀକାର କରିଅଛନ୍ତି; ସେମାନେ ଆପଣା ଆପଣା ମୁଖ ପାଷାଣ ଅପେକ୍ଷା କଠିନ କରିଅଛନ୍ତି; ସେମାନେ ଫେରି ଆସିବାକୁ ଅସ୍ଵୀକାର କରିଅଛନ୍ତି ।

Gade chapit la Kopi

ଓଡିଆ ବାଇବେଲ

3 ହେ ସଦାପ୍ରଭୁ, ତୁମ୍ଭର ଚକ୍ଷୁ କ’ଣ ସତ୍ୟତା ପ୍ରତି ଦୃଷ୍ଟି ନ କରେ ? ତୁମ୍ଭେ ସେମାନଙ୍କୁ ପ୍ରହାର କରିଅଛ, ମାତ୍ର ସେମାନେ ଦୁଃଖିତ ହେଲେ ନାହିଁ; ତୁମ୍ଭେ ସେମାନଙ୍କୁ ଜୀର୍ଣ୍ଣ କରିଅଛ, ମାତ୍ର ସେମାନେ ଶାସ୍ତି ଗ୍ରହଣ କରିବାକୁ ଅସ୍ୱୀକାର କରିଅଛନ୍ତି; ସେମାନେ ଆପଣା ଆପଣା ମୁଖ ପାଷାଣ ଅପେକ୍ଷା କଠିନ କରିଅଛନ୍ତି; ସେମାନେ ଫେରି ଆସିବାକୁ ଅସ୍ୱୀକାର କରିଅଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ହେ ସଦାପ୍ରଭୁ, ତୁମ୍ଭର ଚକ୍ଷୁ କʼଣ ସତ୍ୟତା ପ୍ରତି ଦୃଷ୍ଟି ନ କରେ? ତୁମ୍ଭେ ସେମାନଙ୍କୁ ପ୍ରହାର କରିଅଛ, ମାତ୍ର ସେମାନେ ଦୁଃଖିତ ହେଲେ ନାହିଁ; ତୁମ୍ଭେ ସେମାନଙ୍କୁ ଜୀର୍ଣ୍ଣ କରିଅଛ, ମାତ୍ର ସେମାନେ ଶାସ୍ତି ଗ୍ରହଣ କରିବାକୁ ଅସ୍ୱୀକାର କରିଅଛନ୍ତି; ସେମାନେ ଆପଣା ଆପଣା ମୁଖ ପାଷାଣ ଅପେକ୍ଷା କଠିନ କରିଅଛନ୍ତି; ସେମାନେ ଫେରି ଆସିବାକୁ ଅସ୍ୱୀକାର କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

3 ହେ ସଦାପ୍ରଭୁ, ମୁଁ ଜାଣୁଛି, ତୁମ୍ଭେ ସେମାନଙ୍କୁ ସତ୍ୟ ଓ ବିଶ୍ୱସ୍ତ ହେବାକୁ ଗ୍ଭହଁ। ସେମାନଙ୍କୁ ପ୍ରହାର କରିଅଛ। ମାତ୍ର ସେମାନେ ଅନୁତପ୍ତ ନୁହନ୍ତି। ତୁମ୍ଭେ ସେମାନଙ୍କୁ ଜୀର୍ଣ୍ଣ କରିଅଛ। ମାତ୍ର ସେମାନେ ଶାସ୍ତି ଗ୍ରହଣ କରିବାକୁ ଅସ୍ୱୀକାର କରିଅଛନ୍ତି। ସେମାନେ ନିଜ ନିଜ ମୁଖ ପାଷାଣଠାରୁ ଅଧିକ କଠିନ କରିଅଛନ୍ତି। ସେମାନେ କୁପଥରୁ ଫେରିବାକୁ ଇଚ୍ଛା କରି ନାହାନ୍ତି।

Gade chapit la Kopi




ଯିରିମୀୟ 5:3
45 Referans Kwoze  

ତହିଁରେ ତୁମ୍ଭେ ସେମାନଙ୍କୁ କହିବ, ଯେଉଁମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କ ରବରେ ଅବଧାନ ଓ ଶିକ୍ଷା ଗ୍ରହଣ କରି ନାହାନ୍ତି, ସେମାନେ ଏହି ଗୋଷ୍ଠୀ; ସତ୍ୟତା ଲୁପ୍ତ ଓ ତାହା ସେମାନଙ୍କ ମୁଖରୁ ଉଚ୍ଛିନ୍ନ ହୋଇଅଛି।


ଆମ୍ଭେ ବ୍ୟର୍ଥରେ ତୁମ୍ଭ ସନ୍ତାନଗଣକୁ ଆଘାତ କରିଅଛୁ; ସେମାନେ ଶାସ୍ତି ଗ୍ରାହ୍ୟ କଲେ ନାହିଁ; ତୁମ୍ଭମାନଙ୍କର ନିଜ ଖଡ଼୍‍ଗ, ବିନାଶକ ସିଂହ ତୁଲ୍ୟ ତୁମ୍ଭମାନଙ୍କର ଭବିଷ୍ୟଦ୍ବକ୍ତାଗଣକୁ ଗ୍ରାସ କରିଅଛି।


ଆମ୍ଭେ କହିଲୁ, ତୁମ୍ଭେ ଅବଶ୍ୟ ଆମ୍ଭକୁ ଭୟ କରିବ, ତୁମ୍ଭେ ଶିକ୍ଷା ଗ୍ରହଣ କରିବ; ତହିଁରେ ତାହାର ବିରୁଦ୍ଧରେ ଆମ୍ଭର ସକଳ ନିରୂପଣ ଅନୁସାରେ ତାହାର ନିବାସ-ସ୍ଥାନ ଉଚ୍ଛିନ୍ନ ହେବ ନାହିଁ; ମାତ୍ର ସେମାନେ ଅତି ପ୍ରଭାତରେ ଉଠି ଆପଣାମାନଙ୍କର କ୍ରିୟାସବୁକୁ ଭ୍ରଷ୍ଟ କଲେ।


ତଥାପି ଲୋକମାନଙ୍କୁ ଯେ ପ୍ରହାର କରିଅଛନ୍ତି, ତାହାଙ୍କ ନିକଟକୁ ସେମାନେ ଫେରି ନାହାନ୍ତି, କିଅବା ସେମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଅନ୍ଵେଷଣ କରି ନାହାନ୍ତି।


କାରଣ ସଦାପ୍ରଭୁଙ୍କ ପ୍ରତି ଯେଉଁମାନଙ୍କର ଅନ୍ତଃକରଣ ସିଦ୍ଧ ଥାଏ, ସେମାନଙ୍କ ସପକ୍ଷରେ ଆପଣାକୁ ବଳବାନ ଦେଖାଇବା ପାଇଁ ତାହାଙ୍କର ଚକ୍ଷୁ ପୃଥିବୀର ସର୍ବତ୍ର ଏଣେତେଣେ ଦୌଡ଼ଇ। ଏ ବିଷୟରେ ତୁମ୍ଭେ ଅଜ୍ଞାନର କାର୍ଯ୍ୟ କରିଅଛ; ଏଣୁ ଏହି ସମୟଠାରୁ ତୁମ୍ଭ ପ୍ରତି ଯୁଦ୍ଧ ଘଟିବ।


ଏହେତୁ ସେ ତାହାର ଉପରେ ଆପଣା କ୍ରୋଧର ପ୍ରଚଣ୍ତତା ଓ ଯୁଦ୍ଧର ପ୍ରବଳତା ଢାଳିଦେଲେ; ତହିଁରେ ତାହା ଚତୁର୍ଦ୍ଦିଗରେ ଅଗ୍ନି ଜ୍ଵଳି ଉଠିଲା, ମାତ୍ର ସେ ଜାଣିଲା ନାହିଁ; ପୁଣି, ଅଗ୍ନି ତାହାକୁ ଦଗ୍ଧ କଲା, ତଥାପି ସେ ମନୋଯୋଗ କଲା ନାହିଁ ।


ଆହୁରି ମଧ୍ୟ, ଆମ୍ଭମାନଙ୍କ ଶାସନକାରୀ ଆମ୍ଭମାନଙ୍କ ଶାରୀରିକ ପିତୃଗଣଙ୍କୁ ଆମ୍ଭେମାନେ ସମାଦର କଲୁ; ତେବେ ଆତ୍ମାମାନଙ୍କ ପିତାଙ୍କର ବରଂ କେତେ ଅଧିକରୂପେ ବଶୀଭୂତ ହୋଇ ଜୀବନ ପ୍ରାପ୍ତ ନ ହେବୁ?


ଆଉ, ଯେଉଁମାନେ ଏହିପ୍ରକାର କର୍ମ କରନ୍ତି, ସେମାନଙ୍କ ବିରୁଦ୍ଧରେ ଈଶ୍ଵରଙ୍କ ବିଚାର ଯେ ନ୍ୟାୟ-ସଙ୍ଗତ, ଏହା ଆମ୍ଭେମାନେ ଜାଣୁ।


ତୁମ୍ଭର ଅଶୌଚର ଲମ୍ପଟତା ଅଛି; ଆମ୍ଭେ ତୁମ୍ଭକୁ ଶୁଚି କଲେ ହେଁ ତୁମ୍ଭେ ଶୁଚି ହେଲ ନାହିଁ, ଏଥିପାଇଁ ତୁମ୍ଭ ଉପରେ ଆମ୍ଭେ ଆପଣା କୋପ ଶା; ନ କରିବା ପର୍ଯ୍ୟନ୍ତ ତୁମ୍ଭେ ଆପଣା ଅଶୌଚରୁ ଆଉ ଶୁଚୀକୃତ ନୋହିବି।


ତୁମ୍ଭେ ମନ୍ତ୍ରଣାରେ ମହାନ ଓ କ୍ରିୟାରେ ପରାକ୍ରାନ୍ତ; ପ୍ରତ୍ୟେକ ଲୋକକୁ ତାହାର ଗତି ଓ କ୍ରିୟାନୁସାରେ ସମୁଚିତ ଫଳ ଦେବା ନିମନ୍ତେ ମନୁଷ୍ୟ-ସନ୍ତାନଗଣର ସକଳ ପଥ ପ୍ରତି ତୁମ୍ଭର ଚକ୍ଷୁ ମୁକ୍ତ ଥାଏ।


ସୈନ୍ୟାଧିପତି ସଦାପ୍ରଭୁ ଓ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ନଗର ଓ ତହିଁର ସକଳ ଉପନଗର ବିରୁଦ୍ଧରେ ଯେ ଯେ ଅମଙ୍ଗଳର କଥା କହିଅଛୁ, ସେସବୁ ସେମାନଙ୍କ ପ୍ରତି ଘଟାଇବା; କାରଣ ସେମାନେ ଆମ୍ଭର ବାକ୍ୟରେ ଅବଧାନ ନ କରିବା ପାଇଁ ଆପଣାମାନଙ୍କର ଗ୍ରୀବା ଶକ୍ତ କରିଅଛନ୍ତି।


ତଥାପି ସେମାନେ ଆମ୍ଭ କଥା ଶୁଣିଲେ ନାହିଁ, କିଅବା ତହିଁରେ କର୍ଣ୍ଣପାତ କଲେ ନାହିଁ, ମାତ୍ର ଆପଣା ଆପଣା ଗ୍ରୀବା ଶକ୍ତ କଲେ; ସେମାନେ ଆପଣା-ମାନଙ୍କର ପୂର୍ବପୁରୁଷଗଣ ଅପେକ୍ଷା ଅଧିକ ଦୁରାଚାର କଲେ।


ତୁମ୍ଭେ ଅବାଧ୍ୟ, ତୁମ୍ଭର ଗ୍ରୀବା ଲୌହନଳୀ ଓ ତୁମ୍ଭର କପାଳ ପିତ୍ତଳ ସ୍ଵରୂପ ବୋଲି ଆମ୍ଭେ ଜାଣିଲୁ।


ତୁମ୍ଭେ ଗହମ ସହିତ ଅଜ୍ଞାନକୁ ଢିଙ୍କିରେ କୁଟିଲେ ହେଁ ତାହାର ଅଜ୍ଞାନତା ଛାଡ଼ିଯିବ ନାହିଁ।


ତୁମ୍ଭେ କହିବ, ସେମାନେ ମୋତେ ମାଇଲେ, ମାତ୍ର ମୁଁ କ୍ଷତି ପାଇ ନାହିଁ ସେମାନେ ମୋତେ ପ୍ରହାର କଲେ, ମାତ୍ର ମୁଁ କିଛି ଜାଣି ନାହିଁ; ମୁଁ କେବେ ଜାଗିବି? ପୁନର୍ବାର ମୁଁ ତାହା ଖୋଜିବି।


ସଦାପ୍ରଭୁଙ୍କ ଚକ୍ଷୁ ଜ୍ଞାନପ୍ରାପ୍ତ ଲୋକକୁ ରକ୍ଷା କରେ; ମାତ୍ର ବିଶ୍ଵାସଘାତକର କଥା ସେ ଓଲଟାଇ ପକାନ୍ତି।


ଦୁଷ୍ଟ ଲୋକ ଆପଣା ମୁଖ କଠିନ କରେ, ମାତ୍ର ସରଳ ଲୋକ ଆପଣା ବାଟ ସୁସ୍ଥିର କରେ।


ଦେଖ, ତୁମ୍ଭେ ଅନ୍ତରରେ ସତ୍ୟତା ଚାହୁଁଅଛ; ପୁଣି, ତୁମ୍ଭେ ଗୂଢ଼ ସ୍ଥାନରେ ମୋତେ ଜ୍ଞାନ ଶିକ୍ଷା ଦେବ।


ପୁଣି, ସେହି ଆହସ୍ ରାଜା ଆପଣାର କ୍ଳେଶ ସମୟରେ ସଦାପ୍ରଭୁଙ୍କ ବିରୁଦ୍ଧରେ ଆହୁରି ସତ୍ୟଲଙ୍ଘନ କଲେ।


ଏହା ହେଲେ ହେଁ ଯେବେ ତୁମ୍ଭେମାନେ ଆମ୍ଭ ପ୍ରତି ସୁଧୁରିବ ନାହିଁ, ମାତ୍ର ଆମ୍ଭର ପ୍ରତିକୂଳାଚରଣ କରିବ,


ଏଥିରେ ରାଜା ପୁନର୍ବାର ତୃତୀୟ ପଚାଶପତିକି ତାହାର ପଚାଶ ଲୋକ ସହିତ ପଠାଇଲେ। ପୁଣି ସେହି ତୃତୀୟ ପଚାଶପତି ଉପରକୁ ଗଲା ଓ ଏଲୀୟଙ୍କ ସମ୍ମୁଖରେ ଉପସ୍ଥିତ ହୋଇ ଆପଣା ଆଣ୍ଠୁ ପାତି ବିନୟ କରି ତାଙ୍କୁ କହିଲା, ହେ ପରମେଶ୍ଵରଙ୍କ ଲୋକ, ମୁଁ ବିନୟ କରୁଅଛି, ଆପଣଙ୍କ ଦୃଷ୍ଟିରେ ମୋʼ ପ୍ରାଣ ଓ ଆପଣଙ୍କ ଦାସ ଏହି ପଚାଶ ଲୋକଙ୍କର ପ୍ରାଣ ବହୁମୂଲ୍ୟ ହେଉ।


ତେବେ ଯିରୂଶାଲମସ୍ଥ ଏହି ଲୋକମାନେ ଚିରକାଳ ବିପଥଗମନରେ କାହିଁକି ବିପଥଗାମୀ ହୋଇଅଛନ୍ତି? ସେମାନେ ପ୍ରବଞ୍ଚନା ଦୃଢ଼ ରୂପେ ଧରନ୍ତି, ସେମାନେ ଫେରିବାକୁ ଅସମ୍ମତ।


ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ତୁମ୍ଭେ ଯାଇ ଯିହୁଦାର ଲୋକମାନଙ୍କୁ ଓ ଯିରୂଶାଲମର ନିବାସୀମାନଙ୍କୁ କୁହ, ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଆମ୍ଭ ବାକ୍ୟରେ ମନୋଯୋଗ କରିବା ପାଇଁ କି ଶିକ୍ଷା ଗ୍ରହଣ କରିବ ନାହିଁ?


ସେହି ସନ୍ତାନମାନେ ନିର୍ଲଜ୍ଜମୁଖ ଓ କଠିନଚିତ୍ତ; ଆମ୍ଭେ ସେମାନଙ୍କ ନିକଟକୁ ତୁମ୍ଭକୁ ପ୍ରେରଣ କରୁଅଛୁ; ତୁମ୍ଭେ ସେମାନଙ୍କୁ କହିବ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି।


ମୋଶାଙ୍କ ବ୍ୟବସ୍ଥାର ଲିଖନାନୁସାରେ ଏହିସବୁ ଅମଙ୍ଗଳ ଆମ୍ଭମାନଙ୍କ ପ୍ରତି ଘଟିଅଛି; ତଥାପି ଆମ୍ଭେମାନେ ଆପଣା ଆପଣା ଅଧର୍ମରୁ ଫେରିବା ପାଇଁ ଓ ତୁମ୍ଭର ସତ୍ୟତା ବୁଝିବା ପାଇଁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ନିକଟରେ ବିନତି କରି ନାହୁଁ।


ଆଉ, ଆମ୍ଭେ ତୁମ୍ଭମାନଙ୍କର ସମୁଦାୟ ନଗରରେ ଦନ୍ତପଂକ୍ତିର ନିର୍ମଳତା ଓ ତୁମ୍ଭମାନଙ୍କର ସମୁଦାୟ ବାସସ୍ଥାନରେ ଅନ୍ନାଭାବ ତୁମ୍ଭମାନଙ୍କୁ ଦେଇଅଛୁ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ, ଏହା ସଦାପ୍ରଭୁ କହନ୍ତି।


ଆର ଦିନ ସେହି ଜ୍ୟେଷ୍ଠା କନ୍ୟା କନିଷ୍ଠାକୁ କହିଲା, ଦେଖ, ମୁଁ ଗତ ରାତ୍ର ପିତାଙ୍କ ସଙ୍ଗରେ ଶୟନ କଲି, ଆସ, ଆଜ ରାତ୍ର ମଧ୍ୟ ପିତାଙ୍କୁ ଦ୍ରାକ୍ଷାରସ ପାନ କରାଉ; ତହୁଁ ତୁମ୍ଭେ ଯାଇ ପିତାଙ୍କ ବଂଶ ରକ୍ଷାର୍ଥେ ତାଙ୍କ ସଙ୍ଗେ ଶୟନ କର।


ଏ ଘଟନା ଉତ୍ତାରେ ଯାରବୀୟାମ ଆପଣା କୁପଥରୁ ଫେରିଲେ ନାହିଁ, ମାତ୍ର ପୁନର୍ବାର ସମୁଦାୟ ଲୋକଙ୍କ ମଧ୍ୟରୁ ଉଚ୍ଚସ୍ଥଳୀର ଯାଜକ ନିଯୁକ୍ତ କଲେ; ସମସ୍ତ ଉଚ୍ଚସ୍ଥଳୀ ପାଇଁ ଯେପରି ଯାଜକ ହେବେ ଏଥିପାଇଁ ଯେ ଇଚ୍ଛା କଲା, ତାହାକୁ ସେ ନିଯୁକ୍ତ କଲେ।


ମୋତେ ଆହ୍ଲାଦ ଓ ଆନନ୍ଦଜନକ ବାକ୍ୟ ଶୁଣାଅ; ତହିଁରେ ତୁମ୍ଭ ଦ୍ଵାରା ଭଗ୍ନ ଅସ୍ଥିସବୁ ପ୍ରଫୁଲ୍ଲ ହେବ।


ସେ ଆପଣା ସଙ୍ଗେ ମିଳନରେ ଥିବା ଲୋକ ବିରୁଦ୍ଧରେ ହାତ ଉଠାଇଅଛି; ସେ ଆପଣା ନିୟମ ଲଙ୍ଘନ କରିଅଛି।


ହେ ସଦାପ୍ରଭୋ, ତୁମ୍ଭର ହସ୍ତ ଉତ୍ଥିତ ହୋଇଅଛି, ତଥାପି ସେମାନେ ଦେଖନ୍ତି ନାହିଁ, ମାତ୍ର ଲୋକମାନଙ୍କ ପକ୍ଷରେ ତୁମ୍ଭର ଉଦ୍ଯୋଗ ଦେଖି ସେମାନେ ଲଜ୍ଜିତ ହେବେ; ହଁ, ଅଗ୍ନି ତୁମ୍ଭ ବିପକ୍ଷଗଣକୁ ଗ୍ରାସ କରିବ।


ଏହେତୁ ବୃଷ୍ଟି ନିବାରିତ ହୋଇଅଛି ଓ ଶେଷ-ବର୍ଷା ହୋଇ ନାହିଁ; ତଥାପି ତୁମ୍ଭେ ବେଶ୍ୟାର କପାଳ ଧାରଣ କରିଅଛ, ତୁମ୍ଭେ ଲଜ୍ଜିତା ହେବାକୁ ଅସମ୍ମତା ହୋଇଅଛ।


ଆମ୍ଭେ ସେମାନଙ୍କୁ ଦେଶର ପୁର-ଦ୍ଵାରସମୂହରେ କୁଲାରେ ପାଛୁଡ଼ି ଅଛୁ; ଆମ୍ଭେ ସେମାନଙ୍କୁ ସନ୍ତାନ-ସନ୍ତତିବିହୀନ କରିଅଛୁ, ଆମ୍ଭେ ଆପଣା ଲୋକମାନଙ୍କୁ ବିନାଶ କରିଅଛୁ; ସେମାନେ ଆପଣା ଆପଣା ପଥରୁ ଫେରି ନାହାନ୍ତି।


ମାତ୍ର ସେମାନେ ମନୋଯୋଗ କଲେ ନାହିଁ, କିଅବା କର୍ଣ୍ଣପାତ କଲେ ନାହିଁ, ବରଞ୍ଚ ନ ଶୁଣିବା ପାଇଁ ଓ ଶିକ୍ଷା ଗ୍ରହଣ ନ କରିବା ପାଇଁ ଆପଣା ଆପଣା ଗ୍ରୀବା ଶକ୍ତ କଲେ।


ସେମାନେ ଆଜି ପର୍ଯ୍ୟନ୍ତ ଚୂର୍ଣ୍ଣମନା ହୋଇ ନାହାନ୍ତି, କିଅବା ସେମାନେ ଭୟ କରି ନାହାନ୍ତି, ଅଥବା ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରେ ଓ ତୁମ୍ଭମାନଙ୍କ ପିତୃପୁରୁଷମାନଙ୍କ ସମ୍ମୁଖରେ ଆପଣାର ଯେଉଁ ବ୍ୟବସ୍ଥା ଓ ବିଧି ସ୍ଥାପନ କଲୁ, ତଦନୁସାରେ ଆଚରଣ କରି ନାହାନ୍ତି।


ତହିଁ ସକାଶୁ ଦୁଇ, ତିନି ନଗରସ୍ଥ ଲୋକମାନେ ଜଳ ପାନ କରିବା ନିମନ୍ତେ ବୁଲି ବୁଲି ଅନ୍ୟ ଏକ ନଗରକୁ ଗଲେ, ମାତ୍ର ତୃପ୍ତ ନୋହିଲେ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ, ଏହା ସଦାପ୍ରଭୁ କହନ୍ତି।


ଆମ୍ଭେ ଶସ୍ୟର ଶୋଷ ଓ ମ୍ଳାନି ଦ୍ଵାରା ତୁମ୍ଭମାନଙ୍କୁ ଆଘାତ କରିଅଛୁ; ଶୁକକୀଟ ତୁମ୍ଭମାନଙ୍କର ବହୁସଂଖ୍ୟକ ଉଦ୍ୟାନ, ଦ୍ରାକ୍ଷାକ୍ଷେତ୍ର ଓ ଡିମିରି ବୃକ୍ଷ ଓ ଜୀତବୃକ୍ଷ ଗ୍ରାସ କରିଅଛି; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ, ଏହା ସଦାପ୍ରଭୁ କହନ୍ତି।


ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରୁ ମିସର ଦେଶର ମହାମାରୀ ତୁଲ୍ୟ ମହାମାରୀ ପଠାଇଅଛୁ; ତୁମ୍ଭମାନଙ୍କର ଯୁବାଗଣକୁ ଆମ୍ଭେ ଖଡ଼୍‍ଗରେ ସଂହାର କରିଅଛୁ ଓ ତୁମ୍ଭମାନଙ୍କର ଅଶ୍ଵଗଣକୁ ନେଇ ଯାଇଅଛୁ; ପୁଣି, ଆମ୍ଭେ ତୁମ୍ଭମାନଙ୍କର ଛାଉଣି-ସ୍ଥାନର ଦୁର୍ଗନ୍ଧ ତୁମ୍ଭମାନଙ୍କର ନାସିକା ପର୍ଯ୍ୟନ୍ତ ହିଁ ପ୍ରବେଶ କରାଇଅଛୁଣ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ, ଏହା ସଦାପ୍ରଭୁ କହନ୍ତି।


ପରମେଶ୍ଵର ସଦୋମ ଓ ହମୋରାକୁ ଯେପରି ଉତ୍ପାଟନ କରିଥିଲେ, ସେପରି ଆମ୍ଭେ ତୁମ୍ଭମାନଙ୍କର କେତେକ (ସ୍ଥାନ) ଉତ୍ପାଟନ କରିଅଛୁ, ଆଉ ତୁମ୍ଭେମାନେ ପୋଡ଼ା ଖୁଣ୍ଟା ପରି ଅଗ୍ନିରୁ କଢ଼ାଗଲ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ, ଏହା ସଦାପ୍ରଭୁ କହନ୍ତି।


Swiv nou:

Piblisite


Piblisite