Biblia Todo Logo
Bib sou entènèt

- Piblisite -




ଯିରିମୀୟ 50:1 - ପବିତ୍ର ବାଇବଲ (Re-edited) - (BSI)

1 ସଦାପ୍ରଭୁ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ଵାରା ବାବିଲ ବିଷୟରେ, କଲ୍ଦୀୟମାନଙ୍କ ଦେଶ ବିଷୟରେ ଯାହା କହିଲେ, ତାହା ଏହି, ଯଥା।

Gade chapit la Kopi

ଓଡିଆ ବାଇବେଲ

1 ସଦାପ୍ରଭୁ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା ବାବିଲ ବିଷୟରେ, କଲ୍‍ଦୀୟମାନଙ୍କ ଦେଶ ବିଷୟରେ ଯାହା କହିଲେ, ତାହା ଏହି, ଯଥା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ସଦାପ୍ରଭୁ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା ବାବିଲ ବିଷୟରେ, କଲ୍‍ଦୀୟମାନଙ୍କ ଦେଶ ବିଷୟରେ ଯାହା କହିଲେ, ତାହା ଏହି, ଯଥା।

Gade chapit la Kopi

ପବିତ୍ର ବାଇବଲ

1 ସଦାପ୍ରଭୁ ଯିରିମିୟ ଭବିଷ୍ୟ‌ଦ୍‌ବକ୍ତାଙ୍କ ମାଧ୍ୟମରେ ବାବିଲ ବିଷୟରେ ଓ କ‌‌ଲ୍‌‌ଦୀୟମାନଙ୍କ ବିଷୟରେ ଏହି ବାର୍ତ୍ତା ଦେଲେ। ତାହା ଏହିପରି:

Gade chapit la Kopi




ଯିରିମୀୟ 50:1
22 Referans Kwoze  

କାରଣ କୌଣସି ଭାବବାଣୀ କେବେ ହେଁ ମନୁଷ୍ୟର ଇଚ୍ଛାରୁ ଉତ୍ପନ୍ନ ହୋଇ ନାହିଁ, ମାତ୍ର ଈଶ୍ଵର ପ୍ରେରିତ ମନୁଷ୍ୟମାନେ ପବିତ୍ର ଆତ୍ମାଙ୍କ ଦ୍ଵାରା ଚାଳିତ ହୋଇ କଥା କହିଥିଲେ।


ସେଥିରେ କଲ୍ଦୀୟମାନଙ୍କ ଦେଶରୁ ବାହାରି ସେ ହାରଣରେ ବାସ କଲେ, ପୁଣି ତାଙ୍କ ପିତାଙ୍କ ମୃତ୍ୟୁ ଉତ୍ତାରେ, ସେଠାରୁ ଆପଣମାନେ ଏବେ ଯେଉଁ ଦେଶରେ ବାସ କରୁଅଛନ୍ତି, ଏହି ଦେଶକୁ ଈଶ୍ଵର ତାଙ୍କୁ ଘେନିଆସିଲେ,


ଆଉ, ତାହାର ନିଜ ଦେଶର ସମୟ ଉପସ୍ଥିତ ହେବା ପର୍ଯ୍ୟନ୍ତ ସମୁଦାୟ ଗୋଷ୍ଠୀ ତାହାର ଓ ତାହାର ପୁତ୍ରର ଓ ପୌତ୍ରର ଦାସ୍ୟକର୍ମ କରିବେ; ତହିଁ ଉତ୍ତାରେ ଅନେକ ଗୋଷ୍ଠୀ ଓ ମହାନ ମହାନ ରାଜାମାନେ ତାହାକୁ ଆପଣାମାନଙ୍କର ଦାସ୍ୟକର୍ମ କରାଇବେ।


କଲଦୀୟମାନଙ୍କର ଦେଶକୁ ଦେଖ; ଏହି ଲୋକେ ଆଉ ନାହାନ୍ତି; ବନ୍ୟ ଜନ୍ତୁଗଣ ନିମନ୍ତେ ଅଶୂରୀୟଣତାହା ନିରୂପଣ କରିଅଛି; ସେମାନେ ଦୁର୍ଗ କରି ତାହାର ଅଟ୍ଟାଳିକାସକଳ ଉତ୍ପାଟନ କଲେ; ସେ ତାହା କାନ୍ଥଡ଼ାର ଢ଼ିପି କଲା।


ସେଦିନ ତୁମ୍ଭେ ବାବିଲ-ରାଜ ବିରୁଦ୍ଧରେ ଏହି ଦୃଷ୍ଟାନ୍ତ କଥା ନେଇ କହିବ, ଯଥା, ଉପଦ୍ରବକାରୀ କିପରି ଶେଷ ହୋଇଅଛି ! ସୁବର୍ଣ୍ଣ ନଗରୀ କିପରି ଶେଷ ହୋଇଅଛି !


ସେ କହିବା ବେଳେ ଆଉ ଜଣେ ମଧ୍ୟ ଆସି କହିଲା, କଲଦୀୟମାନେ ତିନି ଦଳ ହୋଇ ଉଷ୍ଟ୍ରପଲ ଆକ୍ରମଣ କରି ସେମାନଙ୍କୁ ନେଇଗଲେ, ଆହୁରି ଖଡ଼୍‍ଗଧାରରେ ଦାସମାନଙ୍କୁ ବଧ କଲେ; ପୁଣି ଆପଣଙ୍କୁ ସମ୍ଵାଦ ଦେବା ପାଇଁ କେବଳ ମୁଁ ଏକା ରକ୍ଷା ପାଇଅଛି।


ମୋʼ ଦ୍ଵାରା ସଦାପ୍ରଭୁଙ୍କ ଆତ୍ମା କହିଲେ ଓ ତାହାଙ୍କର ବାକ୍ୟ ମୋʼ ଜିହ୍ଵାରେ ଥିଲା।


ଅନନ୍ତର ତେରହ ଆପଣା ପୁତ୍ର ଅବ୍ରାମଙ୍କୁ ଓ ହାରଣର ପୁତ୍ର ଲୋଟ ନାମକ ପୌତ୍ରକୁ, ପୁଣି ଅବ୍ରାମଙ୍କ ଭାର୍ଯ୍ୟା ସାରୀ ନାମ୍ନୀ ପୁତ୍ରବଧୂକୁ ସଙ୍ଗରେ ନେଲା; ଆଉ ସେସମସ୍ତେ କଲଦୀୟମାନଙ୍କ ଊରଠାରୁ କିଣାନ ଦେଶ ଉଦ୍ଦେଶ୍ୟରେ ଯାତ୍ରା କରି ହାରଣ ନଗରରେ ଉତ୍ତରି ବସତି କଲେ।


ପୁଣି ଶିନୀୟର ଦେଶରେ ବାବିଲ ଓ ଏରକ ଓ ଅକ୍କଦ୍ ଓ କଲନୀ, ଏହିସବୁ ନଗର ତାହାର ପ୍ରଥମ ରାଜ୍ୟ ହେଲା।


ତାହାଙ୍କ ପଶ୍ଚାତରେ ଆଉ ଜଣେ, ଅର୍ଥାତ୍, ଦ୍ଵିତୀୟ ଦୂତ ଆସି କହିଲେ, ଯେଉଁ ମହାନଗରୀ ବାବିଲ ସମସ୍ତ ଜାତିଙ୍କୁ ଆପଣା ବ୍ୟଭିଚାରର କାମରୂପ ମଦିରା ପାନ କରାଇଅଛି, ସେ ପତିତ, ଅଧଃପତିତ ହୋଇଅଛି।


ଏନିମନ୍ତେ ସେହି ନଗରର ନାମ ବାବିଲ (ଭେଦ) ହେଲା; ଯେହେତୁ ସଦାପ୍ରଭୁ ସେ ସ୍ଥାନରେ ସମସ୍ତ ପୃଥିବୀର ଭାଷାଭେଦ ଜନ୍ମାଇଲେ, ପୁଣି ସେ ସ୍ଥାନରୁ ସେମାନଙ୍କୁ ସମୁଦାୟ ପୃଥିବୀରେ ଛିନ୍ନଭିନ୍ନ କଲେ।


ଅନନ୍ତର ଅଶୂରର ରାଜା, ବାବିଲ ଓ କୂଥା ଓ ଅଦ୍ଦା ଓ ହମାତ୍ ଓ ସଫର୍ବୟିମଠାରୁ ଲୋକ ଆଣି ଇସ୍ରାଏଲ-ସନ୍ତାନଗଣ ବଦଳେ ଶମରୀୟାର ନାନା ନଗରରେ ସେମାନଙ୍କୁ ସ୍ଥାପନ କଲା; ତହୁଁ ସେମାନେ ଶମରୀୟା ଅଧିକାର କରି ତହିଁର ନାନା ନଗରରରେ ବାସ କଲେ।


ପୁଣି, ସଦାପ୍ରଭୁ କହନ୍ତି, ସତୁରି ବର୍ଷ ସମ୍ପୂର୍ଣ୍ଣ ହେଲେ ଆମ୍ଭେ ବାବିଲ ରାଜାକୁ ଓ ସେହି ଗୋଷ୍ଠୀକି ଓ କଲ୍ଦୀୟ-ମାନଙ୍କ ଦେଶକୁ ସେମାନଙ୍କ ଅଧର୍ମ ସକାଶେ ଶାସ୍ତି ଦେବା ଓ ତାହା ସଦା କାଳ ଧ୍ଵଂସସ୍ଥାନ କରିବା।


ଯିହୁଦାର ରାଜା ଯିହୋୟାକୀମର ରାଜତ୍ଵର ତୃତୀୟ ବର୍ଷରେ ବାବିଲର ରାଜା ନବୂଖଦ୍ନିତ୍ସର ଯିରୂଶାଲମକୁ ଆସି ତାହା ଅବରୋଧ କଲା।


Swiv nou:

Piblisite


Piblisite