Biblia Todo Logo
Bib sou entènèt

- Piblisite -




ଯିରିମୀୟ 50:2 - ପବିତ୍ର ବାଇବଲ (Re-edited) - (BSI)

2 ତୁମ୍ଭେମାନେ ଗୋଷ୍ଠୀଗଣ ମଧ୍ୟରେ ପ୍ରକାଶ କରି ପ୍ରଚାର କର ଓ ଧ୍ଵଜା ଉଠାଅ; ପ୍ରଚାର କର ଓ ଗୋପନ ନ କରି କୁହ, ବାବିଲ ହସ୍ତଗତ ହେଲା, ବେଲ ଲଜ୍ଜିତ ହେଲା, ମରୋଦକ ବିସ୍ମିତ ହେଲା; ତାହାର ପ୍ରତିମାଗଣ ଲଜ୍ଜିତ ହେଲେ ଓ ତାହାର ଦେବତାସକଳ ବିସ୍ମିତ ହେଲେ।

Gade chapit la Kopi

ଓଡିଆ ବାଇବେଲ

2 “ତୁମ୍ଭେମାନେ ଗୋଷ୍ଠୀଗଣ ମଧ୍ୟରେ ପ୍ରକାଶ କରି ପ୍ରଚାର କର ଓ ଧ୍ୱଜା ଉଠାଅ; ପ୍ରଚାର କର ଓ ଗୋପନ ନ କରି କୁହ, ‘ବାବିଲ ହସ୍ତଗତ ହେଲା, ବେଲ୍ ଲଜ୍ଜିତ ହେଲା, ମରୋଦକ୍‍ ବିସ୍ମିତ ହେଲା; ତାହାର ପ୍ରତିମାଗଣ ଲଜ୍ଜିତ ହେଲେ ଓ ତାହାର ଦେବତା ସକଳ ବିସ୍ମିତ ହେଲେ।’

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 “ତୁମ୍ଭେମାନେ ଗୋଷ୍ଠୀଗଣ ମଧ୍ୟରେ ପ୍ରକାଶ କରି ପ୍ରଚାର କର ଓ ଧ୍ୱଜା ଉଠାଅ; ପ୍ରଚାର କର ଓ ଗୋପନ ନ କରି କୁହ, ବାବିଲ ହସ୍ତଗତ ହେଲା, ବେଲ୍ ଲଜ୍ଜିତ ହେଲା, ମରୋଦକ୍‍ ବିସ୍ମିତ ହେଲା; ତାହାର ପ୍ରତିମାଗଣ ଲଜ୍ଜିତ ହେଲେ ଓ ତାହାର ଦେବତା ସକଳ ବିସ୍ମିତ ହେଲେ।

Gade chapit la Kopi

ପବିତ୍ର ବାଇବଲ

2 “ତୁମ୍ଭେମାନେ ଗୋଷ୍ଠୀଗଣ ମଧ୍ୟରେ ପ୍ରକାଶ କରି ପ୍ରଗ୍ଭର କର। ଧ୍ୱଜା ଉଠାଇ ପ୍ରଗ୍ଭର କର ଓ ଗୋପନ ନ ରଖି କୁହ, ‘ବାବିଲ ହସ୍ତଗତ ହେଲା, ବେଲ ଲଜ୍ଜିତ ହେଲା; ମରୋଦକ ବିସ୍ମିତ ହେଲା; ତାହାର ପ୍ରତିମାଗଣ ଲଜ୍ଜିତ ହେଲେ ଓ ତାହାର ଦେବତା ସକଳ ବିସ୍ମିତ ହେଲେ।’

Gade chapit la Kopi




ଯିରିମୀୟ 50:2
34 Referans Kwoze  

ବେଲ୍ ଦେବତା ଅବନତ ହୁଏ, ନବୋ ନତ ହୁଏ; ସେମାନଙ୍କ ପ୍ରତିମାଗଣ ଜନ୍ତୁ ଓ ପଶୁମାନଙ୍କ ଉପରେ ଥୁଆ ଯାଇଅଛନ୍ତି; ଯେଉଁ ଦ୍ରବ୍ୟମାନ ତୁମ୍ଭେମାନେ ବହି କରି ବୁଲିଲ, ତାହା ବୋଝ ହୋଇଅଛି, କ୍ଳା; ପଶୁ ପ୍ରତି ଭାର ହୋଇଅଛି।


ଆଉ, ଦେଖ, ଏଠି ଏକ ଦଳ ଲୋକ ଦୁଇ ଦୁଇ ଅଶ୍ଵାରୋହୀ ହୋଇ ଆସୁଅଛନ୍ତି। ଆହୁରି, ସେ ପ୍ରତ୍ୟୁତ୍ତର କରି କହିଲା, ବାବିଲ ପଡ଼ିଲାନ୍ତ ପଡ଼ିଲା ଓ ତାହାର ଖୋଦିତ ପ୍ରତିମାସବୁ ଭାଙ୍ଗି ଭୂମିସାତ୍ ହେଲା।


ଏହେତୁ ଦେଖ, ଯେଉଁ ସମୟରେ ଆମ୍ଭେ ବାବିଲର ଖୋଦିତ ପ୍ରତିମାଗଣକୁ ପ୍ରତିଫଳ ଦେବା ଓ ତାହାର ସମୁଦାୟ ଦେଶ ଲଜ୍ଜିତ ହେବ, ଆଉ ତାହାର ହତ ଲୋକମାନେ ତାହା ମଧ୍ୟରେ ପଡ଼ିବେ, ଏପରି ସମୟ ଆସୁଅଛି।


ପୁଣି, ଆମ୍ଭେ ବାବିଲରେ ବେଲ ଦେବତାକୁ ପ୍ରତିଫଳ ଦେବା ଓ ଯାହା ସେ ଗିଳିଅଛି, ଆମ୍ଭେ ତାହାର ମୁଖରୁ ତାହା ବାହାର କରିବା ଓ ଗୋଷ୍ଠୀୟମାନେ ଆଉ ତାହା ନିକଟକୁ ଧାବମାନ ହେବେ ନାହିଁ; ଆହୁରି ବାବିଲର ପ୍ରାଚୀର ପଡ଼ିଯିବ।


ସେ ମହା ଶଦ୍ଦ କରି ଉଚ୍ଚ ସ୍ଵରରେ କହିଲେ, ମହାନଗରୀ ବାବିଲ ପତିତ, ଅଧଃପତିତ ହୋଇଅଛି, ତାହା ଭୂତମାନଙ୍କ ବାସସ୍ଥାନ, ପୁଣି ଅଶୁଚି ଆତ୍ମାମାନଙ୍କର ଏବଂ ଅଶୁଚି ଓ ଘୃଣ୍ୟ ପକ୍ଷୀମାନଙ୍କର ଆଶ୍ରୟସ୍ଥାନ ହୋଇଅଛି।


ସଦାପ୍ରଭୁ ସେମାନଙ୍କ ପ୍ରତି ଭୟଙ୍କର ହେବେ; କାରଣ ସେ ପୃଥିବୀସ୍ଥ ଯାବତୀୟ ଦେବତାକୁ କ୍ଷୀଣ କରିବେ; ପୁଣି, ଲୋକମାନେ ଓ ଗୋଷ୍ଠୀଗଣର ଦ୍ଵୀପସକଳ ଆପଣା ଅପାଣା ସ୍ଥାନରୁ ତାହାକୁ ପ୍ରଣାମ କରିବେ।


ଅନନ୍ତର ଯିହୁଦାର ରାଜା ଯିହୋୟାଖୀନ୍ର ବନ୍ଦୀତ୍ଵର ସଇଁତିରିଶ ବର୍ଷର ଦ୍ଵାଦଶ ମାସରେ ଓ ସେହି ମାସର ପଚିଶ ଦିନରେ ବାବିଲର ରାଜା ଇବିଲ୍-ମରୋ-ଦକ୍ ଆପଣା ଅଧିକାରର ପ୍ରଥମ ବର୍ଷରେ, ଯିହୁଦାର ରାଜା ଯିହୋୟାଖୀନ୍କୁ କାରାଗାରରୁ ବାହାର କରି ତାହାର ମସ୍ତକ ଉନ୍ନତ କଲା;


ଏଣୁକରି ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ତାହାର ଖୋଦିତ ପ୍ରତିମାଗଣକୁ ପ୍ରତିଫଳ ଦେବା, ଏପରି ସମୟ ଆସୁଅଛି ଓ କ୍ଷତବିକ୍ଷତ ଲୋକମାନେ ତାହାର ଦେଶର ସର୍ବତ୍ର କାତରୋକ୍ତି କରିବେ।


ବାବିଲ ରାଜାର ନଗର ଚତୁର୍ଦ୍ଦିଗରେ ହସ୍ତଗତ ହୋଇଅଛି, ଏହି ସମ୍ଵାଦ ତାହାକୁ ଦେବା ନିମନ୍ତେ ଏକ ଧାଉଡ଼ିଆ ଅନ୍ୟ ଧାଉଡ଼ିଆର ଓ ଏକ ଦୂତ ଅନ୍ୟ ଦୂତ ସହିତ ଭେଟିବାକୁ ଦୌଡ଼ିବେ,


ବାବିଲ ଅକସ୍ମାତ୍ ପତିତ ଓ ବିନଷ୍ଟ ହୋଇଅଛି; ତାହା ପାଇଁ ହାହାକାର କର; ତାହାର ବେଦନାର ପାଇଁ ଔଷଧ ନିଅ , କେଜାଣି ସେ ସୁସ୍ଥ ହୋଇ ପାରିବ।


ବାବିଲ ଶତ୍ରୁହସ୍ତଗତ ହେବାର ଶଦ୍ଦରେ ପୃଥିବୀ କମ୍ପୁଅଛି ଓ ଗୋଷ୍ଠୀଗଣ ମଧ୍ୟରେ କ୍ରନ୍ଦନର ଶଦ୍ଦ ଶୁଣା ଯାଉଅଛି।


ତୁମ୍ଭେମାନେ ମିସରରେ ପ୍ରଚାର କର, ମିଗଦୋଲରେ ଘୋଷଣା କର, ଆଉ ନୋଫ ଓ ତଫନ୍ହେଷରେ ଘୋଷଣା କର; ତୁମ୍ଭେମାନେ କୁହ, ତୁମ୍ଭେ ଠିଆ ହୁଅ, ଆପଣାକୁ ପ୍ରସ୍ତୁତ କର, କାରଣ ଖଡ଼୍‍ଗ ତୁମ୍ଭ ଚାରିଆଡ଼େ ସବୁ ଗ୍ରାସ କରିଅଛି।


ହେ ଗୋଷ୍ଠୀବର୍ଗ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ ଓ ଦୂରସ୍ଥ ଦ୍ଵୀପସମୂହରେ ତାହା ପ୍ରଚାର କରି କୁହ, ଯେ ଇସ୍ରାଏଲକୁ ଛିନ୍ନଭିନ୍ନ କଲେ, ସେ ତାହାକୁ ସଂଗ୍ରହ କରିବେ, ଆଉ ପାଳକ ଯେପରି ଆପଣା ପଲ ରକ୍ଷା କରେ, ସେପରି ସେ ତାହାକୁ ରକ୍ଷା କରିବେ।


ଏହେତୁ ହେ ନାନା ଦେଶୀୟମାନେ, ତୁମ୍ଭେମାନେ ଶୁଣ, ଆଉ ହେ ମଣ୍ତଳୀ, ସେମାନଙ୍କ ମଧ୍ୟରେ କଅଣ ଅଛି, ତାହା ଜ୍ଞାତ ହୁଅ।


ତୁମ୍ଭେମାନେ ନାନା ଦେଶୀୟମାନଙ୍କୁ ଜଣାଅ; ଦେଖ, ଯିରୂଶାଲମ ବିରୁଦ୍ଧରେ ଘୋଷଣା କର, ଦୂର ଦେଶରୁ ଅବରୋଧକାରୀମାନେ ଆସୁଅଛନ୍ତି ଓ ସେମାନେ ଯିହୁଦାର ନଗରସମୂହର ବିରୁଦ୍ଧରେ ହୁଙ୍କାର କରୁଅଛନ୍ତି।


ତୁମ୍ଭେ ଶୁଣିଅଛ; ଏହିସବୁ ଦେଖ ଓ ତୁମ୍ଭେମାନେ କି ତାହା ପ୍ରକାଶ କରିବ ନାହିଁ? ଏହି ସମୟଠାରୁ ଆମ୍ଭେ ତୁମ୍ଭକୁ ନୂତନ ବିଷୟ, ଅର୍ଥାତ୍, ତୁମ୍ଭର ଅଜ୍ଞାତ ନିଗୂଢ଼ ବିଷୟ ଦେଖାଇ ଅଛୁ।


ସେସମୟରେ ବଲଦନର ପୁତ୍ର ବାବିଲରାଜ ମରୋଦକ୍-ବଲ୍ଦନ୍ ହିଜକୀୟ ନିକଟକୁ ପତ୍ରମାନ ଓ ଦର୍ଶନୀ ପଠାଇଲା; କାରଣ ତାହାର ପୀଡ଼ିତ ହେବାର ଓ ସୁସ୍ଥ ହେବାର ସମ୍ଵାଦ ସେ ଶୁଣିଥିଲା।


ଓ ସେମାନଙ୍କର ଦେବତାଗଣକୁ ଅଗ୍ନିରେ ନିକ୍ଷେପ କରିଅଛନ୍ତି, ଏହା ସତ୍ୟ; କାରଣ ସେମାନେ ପରମେଶ୍ଵର ନୁହନ୍ତି, ମନୁଷ୍ୟର ହସ୍ତକୃତ କର୍ମ, କାଷ୍ଠ ଓ ପ୍ରସ୍ତର ମାତ୍ର; ଏହେତୁ ସେମାନେ ସେମାନଙ୍କୁ ବିନାଶ କରିଅଛନ୍ତି।


ତୁମ୍ଭେମାନେ ବୃକ୍ଷଶୂନ୍ୟ ପର୍ବତ ଉପରେ ଧ୍ଵଜା ଟେକ, ଲୋକମାନଙ୍କ ପ୍ରତି ରବ ଉଠାଅ, ହସ୍ତ ହଲାଅ,, ସେମାନେ ଅଧିପତିମାନଙ୍କର ନଗର-ଦ୍ଵାରରେ ପ୍ରବେଶ କରନ୍ତୁ।


ପୁଣି, ସେଦିନରେ ତୁମ୍ଭେମାନେ କହିବ, ସଦାପ୍ରଭୁଙ୍କର ଧନ୍ୟବାଦ କର, ତାହାଙ୍କ ନାମରେ ପ୍ରାର୍ଥନା କର, ଗୋଷ୍ଠୀୟମାନଙ୍କ ମଧ୍ୟରେ ତାହାଙ୍କର କ୍ରିୟାସକଳ ପ୍ରଚାର କର, ତାହାଙ୍କର ନାମ ଉନ୍ନତ ବୋଲି ବ୍ୟକ୍ତ କର ।


ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ତାହାଙ୍କ ଗୌରବ, ସମସ୍ତ ଗୋଷ୍ଠୀ ମଧ୍ୟରେ ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ପ୍ରକାଶ କର।


ପୁଣି, ସକଳ ମନୁଷ୍ୟ ଭୟ କରିବେ ଓ ସେମାନେ ପରମେଶ୍ଵରଙ୍କ କର୍ମ ପ୍ରକାଶ କରିବେ ଓ ତାହାଙ୍କର କ୍ରିୟା ସୁବିବେଚନା କରିବେ।


ଖୋଦିତ ପ୍ରତିମାଗଣର ସେବକସମସ୍ତେ ଓ ଦେବତାଗଣର ଦର୍ପକାରୀସମସ୍ତେ ଲଜ୍ଜିତ ହେଉନ୍ତୁ; ହେ ଦେବସବୁ, ତୁମ୍ଭେମାନେ ତାହାଙ୍କୁ ପ୍ରଣାମ କର।


ତୁମ୍ଭେମାନେ ବାବିଲରୁ ବାହାରି ଯାଅ, କଲଦୀୟ-ମାନଙ୍କ ମଧ୍ୟରୁ ପଳାଅନ୍ତ ତୁମ୍ଭେମାନେ ଗାୟନ ଧ୍ଵନିରେ ପ୍ରଚାର କରି ଜଣାଅ, ପୃଥିବୀର ପ୍ରା; ପର୍ଯ୍ୟନ୍ତ ଏହା ପ୍ରକାଶ କର; ତୁମ୍ଭେମାନେ କୁହ, ସଦାପ୍ରଭୁ ଆପଣା ଦାସ ଯାକୁବକୁ ମୁକ୍ତ କରିଅଛନ୍ତି।


ସିୟୋନ ଆଡ଼େ ଧ୍ଵଜା ଟେକ, ରକ୍ଷା ନିମନ୍ତେ ପଳାଅ, ବିଳମ୍ଵ କର ନାହିଁ; କାରଣ ଆମ୍ଭେ ଉତ୍ତର ଦିଗରୁ ଅମଙ୍ଗଳ ଓ ମହାବିନାଶ ଆଣିବା।


ବାବିଲର ପ୍ରାଚୀର ବିରୁଦ୍ଧରେ ଧ୍ଵଜା ସ୍ଥାପନ କର, ରକ୍ଷକଦଳ ଦୃଢ଼ କର, ପ୍ରହରୀଗଣ ନିଯୁକ୍ତ କର, ଗୋପନ ସ୍ଥାନରେ ସୈନ୍ୟ ରଖ: କାରଣ ସଦାପ୍ରଭୁ ବାବିଲର ନିବାସୀମାନଙ୍କ ବିଷୟରେ ଯାହା କହିଲେ, ତାହା ସଙ୍କଳ୍ପ କରି ସିଦ୍ଧ କରିଅଛନ୍ତି।


ତୁମ୍ଭେମାନେ ଦେଶରେ ଧ୍ଵଜା ସ୍ଥାପନ କର, ଗୋଷ୍ଠୀୟମାନଙ୍କ ମଧ୍ୟରେ ତୂରୀ ବଜାଅ, ଗୋଷ୍ଠୀୟମାନଙ୍କୁ ତାହା ବିରୁଦ୍ଧରେ ପ୍ରସ୍ତୁତ କର, ଅରାରଟ୍, ମିନ୍ନି ଓ ଅସ୍କିନସ୍, ଏହିସବୁ ରାଜ୍ୟକୁ ତାହାର ବିରୁଦ୍ଧରେ ଏକତ୍ର ଡାକ,, ତାହାର ବିରୁଦ୍ଧରେ ସେନାପତି ବର୍ଗକୁ ନିଯୁକ୍ତ କର ଓ କର୍କଶ ପତଙ୍ଗ ପରି ଅଶ୍ଵଗଣକୁ ପଠାଅ।


ପୁଣି, ପ୍ରଭୁ ଯିହୁଦାର ରାଜା ଯିହୋୟାକୀମକୁ ଓ ପରମେଶ୍ଵରଙ୍କ ଗୃହର କେତେକ ପାତ୍ର ତାହାର ହସ୍ତରେ ସମର୍ପି ଦେଲେ; ତହିଁରେ ସେ ଶିନୀୟର ଦେଶସ୍ଥ ଆପଣା ଦେବ ମନ୍ଦିରକୁ ସେସବୁ ନେଇଗଲା ଓ ପାତ୍ରସକଳ ସେ ଆପଣା ଦେବତାର ଭଣ୍ତାର ଗୃହରେ ରଖିଲା।


ନବୂଖଦ୍ନିତ୍ସର ସେମାନଙ୍କୁ ଉତ୍ତର କରି କହିଲା, ହେ ଶଦ୍ରକ, ମୈଶକ୍ ଓ ଅବେଦ୍-ନଗୋ, ତୁମ୍ଭେମାନେ କି ମନସ୍ଥ ହୋଇ ମୋର ଦେବତାର ସେବା କରୁ ନାହଁ, କିଅବା ମୋʼ ସ୍ଥାପିତ ସୁବର୍ଣ୍ଣମୟ ପ୍ରତିମାକୁ ପ୍ରଣାମ କରୁ ନାହଁ?


ତୁମ୍ଭେମାନେ ସେମାନଙ୍କୁ ଏହି କଥା କହିବ, ଯେଉଁ ଦେବତାମାନେ ଆକାଶମଣ୍ତଳ ଓ ପୃଥିବୀ ନିର୍ମାଣ କରି ନାହାନ୍ତି, ସେମାନେ ପୃଥିବୀରୁ ଓ ଆକାଶମଣ୍ତଳର ତଳୁ ବିନଷ୍ଟ ହେବେ।


ସେସବୁ ଅସାର ଓ ଭ୍ରାନ୍ତିର କର୍ମ; ସେମାନେ ଆପଣା ପ୍ରତିଫଳ ପାଇବା ସମୟରେ ବିନଷ୍ଟ ହେବେ।


Swiv nou:

Piblisite


Piblisite