Biblia Todo Logo
Bib sou entènèt

- Piblisite -




ଯିରିମୀୟ 50:3 - ପବିତ୍ର ବାଇବଲ (Re-edited) - (BSI)

3 କାରଣ ଉତ୍ତର ଦିଗରୁ ଏକ ଗୋଷ୍ଠୀ ତାହା ବିରୁଦ୍ଧରେ ଉଠି ଆସୁଅଛନ୍ତି, ସେମାନେ ତାହାର ଦେଶ ଧ୍ଵଂସ କରିବେ ଓ ତହିଁ ମଧ୍ୟରେ କେହି ବାସ କରିବ ନାହିଁ; ମନୁଷ୍ୟ ଓ ପଶୁ ଉଭୟ ପଳାଇଲେ, ସେମାନେ ଚାଲିଗଲେ।

Gade chapit la Kopi

ଓଡିଆ ବାଇବେଲ

3 କାରଣ ଉତ୍ତର ଦିଗରୁ ଏକ ଗୋଷ୍ଠୀ ତାହା ବିରୁଦ୍ଧରେ ଉଠି ଆସୁଅଛନ୍ତି, ସେମାନେ ତାହାର ଦେଶ ଧ୍ୱଂସ କରିବେ ଓ ତହିଁ ମଧ୍ୟରେ କେହି ବାସ କରିବ ନାହିଁ; ମନୁଷ୍ୟ ଓ ପଶୁ ଉଭୟ ପଳାଇଲେ, ସେମାନେ ଚାଲିଗଲେ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 କାରଣ ଉତ୍ତର ଦିଗରୁ ଏକ ଗୋଷ୍ଠୀ ତାହା ବିରୁଦ୍ଧରେ ଉଠି ଆସୁଅଛନ୍ତି, ସେମାନେ ତାହାର ଦେଶ ଧ୍ୱଂସ କରିବେ ଓ ତହିଁ ମଧ୍ୟରେ କେହି ବାସ କରିବ ନାହିଁ; ମନୁଷ୍ୟ ଓ ପଶୁ ଉଭୟ ପଳାଇଲେ, ସେମାନେ ଚାଲିଗଲେ।

Gade chapit la Kopi

ପବିତ୍ର ବାଇବଲ

3 କାରଣ ଉତ୍ତର ଦିଗରୁ ଏକ ଗୋଷ୍ଠୀ ବାବିଲ ବିରୁଦ୍ଧରେ ଆସିବେ। ସେମାନେ ତାକୁ ଧ୍ୱଂସ କରିବେ। ତାହା ମଧ୍ୟରେ କେହି ବାସ କରିବେ ନାହିଁ, ମନୁଷ୍ୟ ଓ ପଶୁ ସେଠାରୁ ପଳାୟନ କରିବେ।

Gade chapit la Kopi




ଯିରିମୀୟ 50:3
22 Referans Kwoze  

ଆମ୍ଭେ ମନୁଷ୍ୟ ଓ ପଶୁଗଣକୁ ସଂହାର କରିବା; ଆମ୍ଭେ ଆକାଶର ପକ୍ଷୀଗଣକୁ, ସମୁଦ୍ରର ମତ୍ସ୍ୟଗଣକୁ ଓ ଦୁଷ୍ଟଗଣ ସହିତ ବିଘ୍ନସକଳ ସଂହାର କରିବା; ଆଉ, ଆମ୍ଭେ ଭୂମିରୁ ମନୁଷ୍ୟକୁ ଉଚ୍ଛିନ୍ନ କରିବା, ଏହା ସଦାପ୍ରଭୁ କହନ୍ତି।


ତୁମ୍ଭେମାନେ ତୀର ତୀକ୍ଷ୍ଣ କର; ଦୃଢ଼ କରି ଢାଲ ଧର; ସଦାପ୍ରଭୁ ମାଦୀୟ ରାଜଗଣର ମନ ଉତ୍ତେଜିତ କରିଅଛନ୍ତି; କାରଣ ବାବିଲକୁ ନଷ୍ଟ କରିବା ପାଇଁ ତାହା ବିରୁଦ୍ଧରେ ତାହାଙ୍କର ସଙ୍କଳ୍ପ ଅଛି; ଯେହେତୁ ଏହା ସଦାପ୍ରଭୁଙ୍କର ଦାତବ୍ୟ ପ୍ରତିଶୋଧ, ତାହାଙ୍କର ମନ୍ଦିର ନିମିତ୍ତକ ପ୍ରତିଶୋଧ ଅଟେ।


ଆଉ କହିବ, ହେ ସଦାପ୍ରଭୁ, ତୁମ୍ଭେ ଏହି ସ୍ଥାନ ବିଷୟରେ କହିଅଛ ଯେ, ତୁମ୍ଭେ ତାହା ଉଚ୍ଛିନ୍ନ କରିବ, ତହିଁ ମଧ୍ୟରେ ମନୁଷ୍ୟ କି ପଶୁ କେହି ବାସ କରିବ ନାହିଁ, ମାତ୍ର ତାହା ଚିରକାଳ ଧ୍ଵଂସସ୍ଥାନ ହେବ।


କାରଣ ଦେଖ, ଆମ୍ଭେ ଉତ୍ତର ଦେଶରୁ ମହା ମହା ଗୋଷ୍ଠୀର ସମାଜକୁ ଉତ୍ତେଜିତ କରି ବାବିଲ ବିରୁଦ୍ଧରେ ସେମାନଙ୍କୁ ଗମନ କରାଇବା; ଆଉ, ସେମାନେ ତାହା ବିରୁଦ୍ଧରେ ଆପଣାମାନଙ୍କୁ ସଜାଇବେ; ତହିଁରେ ତାହା ଶତ୍ରୁହସ୍ତଗତ ହେବ; ସେମାନଙ୍କର ତୀର ନିପୁଣ ବୀର ପୁରୁଷର ତୀର ପରି ହେବ, କୌଣସି ତୀର ବିଫଳ ହେବ ନାହିଁ।


ସେସମୟରେ ସ୍ଵର୍ଗ ଓ ପୃଥିବୀ ଓ ତନ୍ମଧ୍ୟସ୍ଥିତସକଳ ବାବିଲ ବିଷୟରେ ଆନନ୍ଦଗାନ କରିବେ; କାରଣ ସଦାପ୍ରଭୁ କହନ୍ତି, ଉତ୍ତର ଦିଗରୁ ବିନାଶକଗଣ ତାହା ବିରୁଦ୍ଧରେ ଆସିବେ।


ଆଉ, ଆମ୍ଭେ ଏହି ନଗରବାସୀ ମନୁଷ୍ୟ ଓ ପଶୁ ସମସ୍ତଙ୍କୁ ସଂହାର କରିବା; ସେମାନେ ମହାମାରୀରେ ମରିବେ।


ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଏହି ସ୍ଥାନ ଉପରେ ମନୁଷ୍ୟ ଓ ପଶୁ ଓ କ୍ଷେତ୍ରସ୍ଥିତ ବୃକ୍ଷ ଓ ଭୂମିର ଫଳ, ଏହିସବୁର ଉପରେ ଆମ୍ଭର କ୍ରୋଧ ଓ କୋପ ଢଳାଯିବ; ତାହା ଦଗ୍ଧ କରିବ ଓ ନିର୍ବାଣ ନୋହିବ।


ଯେହେତୁ ଆମ୍ଭେ ଆଜି ରାତ୍ରି ମିସର ଦେଶର ମଧ୍ୟ ଦେଇ ଯାଇ ମିସର ଦେଶସ୍ଥ ମନୁଷ୍ୟ ଓ ପଶୁର ସମସ୍ତ ପ୍ରଥମଜାତକୁ ସଂହାର କରିବା; ପୁଣି ମିସ୍ରୀୟ ସମସ୍ତ ଦେବତାର ବିଚାର କରି ଦଣ୍ତ ଦେବା; ଆମ୍ଭେ ସଦାପ୍ରଭୁ।


ତହିଁରେ ସଦାପ୍ରଭୁ କହିଲେ, ଆମ୍ଭେ ଭୂମଣ୍ତଳରୁ ଆପଣାର ସୃଷ୍ଟ ମନୁଷ୍ୟକୁ, ଆଉ ମନୁଷ୍ୟ ସହିତ ପଶୁ ଓ ଉରୋଗାମୀ ଜନ୍ତୁ ଓ ଖେଚର ପକ୍ଷୀଗଣକୁ ଲୁପ୍ତ କରିବା; କାରଣ ଆମ୍ଭେ ସେମାନଙ୍କୁ ନିର୍ମାଣ କରିବାରୁ ଆମ୍ଭର ଅନୁତାପ ହେଉଅଛି।


ଆମ୍ଭେ ଉତ୍ତର ଦିଗରୁ ଏକ ଜଣକୁ ଉତ୍ପନ୍ନ କରିଅଛୁ ଓ ସେ ଉପସ୍ଥିତ; ସେ ସୂର୍ଯ୍ୟୋଦୟ ଦିଗରୁ ଆମ୍ଭ ନାମ ଆହ୍ଵାନ କରେ; ସେ ଗାନ୍ଥନୀର ମଶଲା ଓ କୁମ୍ଭକାରର ମର୍ଦ୍ଦିତ ମୃତ୍ତିକା ପରି ଦେଶାଧ୍ୟକ୍ଷମାନଙ୍କୁ ଦଳିତ କରିବ।


ସଦାପ୍ରଭୁ ଆପଣା ଅଭିଷିକ୍ତ ବ୍ୟକ୍ତିର, ଅର୍ଥାତ୍, କୋରସ୍ର ବିଷୟରେ ଏହି କଥା କହନ୍ତି, ଆମ୍ଭେ ତାହା ସମ୍ମୁଖରେ ନାନା ଗୋଷ୍ଠୀଙ୍କି ପରାସ୍ତ କରିବା ନିମନ୍ତେ ତାହାର ଦକ୍ଷିଣ ହସ୍ତ ଧରିଅଛୁ ଓ ଆମ୍ଭେ ରାଜାମାନଙ୍କର କଟିବନ୍ଧନ ଫିଟାଇବା ; ଆମ୍ଭେ ତାହା ସମ୍ମୁଖରେ କବାଟସବୁ ମୁକ୍ତ କରିବା ଓ ନଗର-ଦ୍ଵାରସବୁ ବନ୍ଦ ନୋହିବ;


ମୁଁ ପର୍ବତମାନର ବିଷୟରେ ରୋଦନ ଓ ହାହାକାର ଓ ପ୍ରାନ୍ତରସ୍ଥ ଚରାସ୍ଥାନସକଳର ବିଷୟରେ ବିଳାପ କରିବି, କାରଣ ସେସବୁ ଦଗ୍ଧ ହୋଇଅଛି ଓ ତହିଁର ମଧ୍ୟ ଦେଇ କେହି ଗତାୟାତ କରେ ନାହିଁ; ଅଥବା ଲୋକମାନେ ପଶୁପଲର ରବ ଶୁଣି ପାରନ୍ତି ନାହିଁ; ଆକାଶସ୍ଥ ପକ୍ଷୀଗଣ ଓ ଭୂଚର ପଶୁଗଣ ଉଭୟ ପଳାୟନ କରିଅଛନ୍ତି, ସେମାନେ ଚାଲି ଯାଇଅଛନ୍ତି।


ପୁଣି, ଆମ୍ଭେ ଯିରୂଶାଲମକୁ ଢିପି ଓ ଶୃଗାଳଗଣର ବାସସ୍ଥାନ କରିବା; ଆଉ, ଆମ୍ଭେ ଯିହୁଦାର ନଗରସମୂହକୁ ନିବାସୀବିହୀନ ଧ୍ଵଂସସ୍ଥାନ କରିବା।


Swiv nou:

Piblisite


Piblisite