Biblia Todo Logo
Bib sou entènèt

- Piblisite -




ଯିରିମୀୟ 51:10 - ପବିତ୍ର ବାଇବଲ (Re-edited) - (BSI)

10 ସଦାପ୍ରଭୁ ଆମ୍ଭମାନଙ୍କର ଧାର୍ମିକତା ପ୍ରକାଶ କରିଅଛନ୍ତି; ଆସ, ଆମ୍ଭେମାନେ ସିୟୋନରେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କର କ୍ରିୟା ପ୍ରକାଶ କରୁ।

Gade chapit la Kopi

ଓଡିଆ ବାଇବେଲ

10 ସଦାପ୍ରଭୁ ଆମ୍ଭମାନଙ୍କର ଧାର୍ମିକତା ପ୍ରକାଶ କରିଅଛନ୍ତି; ଆସ, ଆମ୍ଭେମାନେ ସିୟୋନରେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କର କ୍ରିୟା ପ୍ରକାଶ କରୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ସଦାପ୍ରଭୁ ଆମ୍ଭମାନଙ୍କର ଧାର୍ମିକତା ପ୍ରକାଶ କରିଅଛନ୍ତି; ଆସ, ଆମ୍ଭେମାନେ ସିୟୋନରେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କର କ୍ରିୟା ପ୍ରକାଶ କରୁ।

Gade chapit la Kopi

ପବିତ୍ର ବାଇବଲ

10 ସଦାପ୍ରଭୁ ଆମ୍ଭମାନଙ୍କର ଧାର୍ମିକତା ପ୍ରକାଶ କରିଅଛନ୍ତି। ଆସ, ଆମ୍ଭେମାନେ ସିୟୋନରେ କହିବା, ସଦାପ୍ରଭୁ ଯାହା କରିଛନ୍ତି।

Gade chapit la Kopi




ଯିରିମୀୟ 51:10
18 Referans Kwoze  

ଯେଉଁ ପଳାତକମାନେ ଓ ବାବିଲ ଦେଶରୁ ରକ୍ଷାପ୍ରାପ୍ତ ଲୋକମାନେ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କର ପ୍ରତିଶୋଧ ନେବାର, ହଁ, ତାହାଙ୍କ ମନ୍ଦିର ହେତୁରୁ ପ୍ରତିଶୋଧ ନେବାର ବିଷୟ ସିୟୋନରେ ପ୍ରକାଶ କରିବାକୁ ଯାଉଅଛନ୍ତି, ଏହା ସେମାନଙ୍କର ରବ।


ଆଉ, ସେ ଦିପ୍ତୀ ତୁଲ୍ୟ ତୁମ୍ଭର ଧର୍ମ ଓ ମଧ୍ୟାହ୍ନ ତୁଲ୍ୟ ତୁମ୍ଭର ବିଚାର ପ୍ରକାଶ କରାଇବେ।


ପୁଣି, ସଦାପ୍ରଭୁଙ୍କର ନିସ୍ତାରିତ ଲୋକମାନେ ଫେରି ଆସିବେ ଓ ଆନନ୍ଦ ଗାନ କରୁ କରୁ ସିୟୋନରେ ଉପସ୍ଥିତ ହେବେ; ନିତ୍ୟସ୍ଥାୟୀ ଆନନ୍ଦ ଓ ଆହ୍ଲାଦ ପ୍ରାପ୍ତ ହେବେ, ପୁଣି ଶୋକ ଓ ଆର୍ତ୍ତସ୍ଵର ଦୂରକୁ ପଳାଇଯିବ।


ତୁମ୍ଭେମାନେ ଯିରୂଶାଲମକୁ ଚିତ୍ତପ୍ରବୋଧକ କଥା କୁହ, ଆଉ ତାହାର ସଂଗ୍ରାମ ସମାପ୍ତ ହେଲା, ତାହାର ଅପରାଧ କ୍ଷମା ହେଲା, ସେ ସଦାପ୍ରଭୁଙ୍କ ହସ୍ତରୁ ଆପଣାର ସମସ୍ତ ପାପ ହେତୁ ଦୁଇ ଗୁଣ ପାଇଅଛି ବୋଲି ତାହା ନିକଟରେ ପ୍ରଚାର କର।


ତହିଁରେ ମୁଁ ତୁମ୍ଭର ସକଳ ପ୍ରଶଂସା ପ୍ରକାଶ କରିବି। ସିୟୋନ-କନ୍ୟାର ନଗର-ଦ୍ଵାରରେ ମୁଁ ତୁମ୍ଭ କୃତ ପରିତ୍ରାଣରେ ଉଲ୍ଲାସ କରିବି।


ପୁଣି, ସକଳ ମନୁଷ୍ୟ ଭୟ କରିବେ ଓ ସେମାନେ ପରମେଶ୍ଵରଙ୍କ କର୍ମ ପ୍ରକାଶ କରିବେ ଓ ତାହାଙ୍କର କ୍ରିୟା ସୁବିବେଚନା କରିବେ।


ଏହେତୁ ସଦାପ୍ରଭୁ ବାବିଲର ବିରୁଦ୍ଧରେ ଯେଉଁ ମନ୍ତ୍ରଣା ଓ କଲ୍ଦୀୟମାନଙ୍କ ଦେଶ ବିରୁଦ୍ଧରେ ଯେଉଁ ସଙ୍କଳ୍ପ କରିଅଛନ୍ତି, ତାହା ଶୁଣ; ଲୋକମାନେ ସେମାନଙ୍କୁ, ପଲର ଛୁଆମାନଙ୍କୁ ହିଁ ଟାଣି ନେଇ ଯିବେ; ସେ ନିଶ୍ଚୟ ସେମାନଙ୍କର ନିବାସ-ସ୍ଥାନ ସହିତ ସେମାନଙ୍କୁ ଉତ୍ସନ୍ନ କରିବ।


ହେ ପରମେଶ୍ଵରଙ୍କ ଭୟକାରୀ ସମସ୍ତେ, ଆସ ଶୁଣ, ଆଉ ସେ ଆମ୍ଭ ପ୍ରାଣ ପାଇଁ ଯାହା କରିଅଛନ୍ତି, ତାହା ମୁଁ ବର୍ଣ୍ଣନା କରିବି।


ମୁଁ ମରିବି ନାହିଁ, ମାତ୍ର ବଞ୍ଚିବି ଓ ସଦାପ୍ରଭୁଙ୍କ କର୍ମସବୁ ବର୍ଣ୍ଣନା କରିବି।


ଏମାନେ ଉଚ୍ଚ ରବ କରିବେ, ଏମାନେ ଆନନ୍ଦଧ୍ଵନି କରିବେ; ସଦାପ୍ରଭୁଙ୍କର ମହିମା ହେତୁରୁ ସେମାନେ ସମୁଦ୍ରରୁ ଉଚ୍ଚ ଧ୍ଵନି କରିବେ।


Swiv nou:

Piblisite


Piblisite