Biblia Todo Logo
Bib sou entènèt

- Piblisite -




ଯିରିମୀୟ 51:12 - ପବିତ୍ର ବାଇବଲ (Re-edited) - (BSI)

12 ବାବିଲର ପ୍ରାଚୀର ବିରୁଦ୍ଧରେ ଧ୍ଵଜା ସ୍ଥାପନ କର, ରକ୍ଷକଦଳ ଦୃଢ଼ କର, ପ୍ରହରୀଗଣ ନିଯୁକ୍ତ କର, ଗୋପନ ସ୍ଥାନରେ ସୈନ୍ୟ ରଖ: କାରଣ ସଦାପ୍ରଭୁ ବାବିଲର ନିବାସୀମାନଙ୍କ ବିଷୟରେ ଯାହା କହିଲେ, ତାହା ସଙ୍କଳ୍ପ କରି ସିଦ୍ଧ କରିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

12 ବାବିଲର ପ୍ରାଚୀର ବିରୁଦ୍ଧରେ ଧ୍ୱଜା ସ୍ଥାପନ କର, ରକ୍ଷକଦଳ ଦୃଢ଼ କର, ପ୍ରହରୀଗଣ ନିଯୁକ୍ତ କର, ଗୋପନ ସ୍ଥାନରେ ସୈନ୍ୟ ରଖ: କାରଣ ସଦାପ୍ରଭୁ ବାବିଲର ନିବାସୀମାନଙ୍କ ବିଷୟରେ ଯାହା କହିଲେ, ତାହା ସଂକଳ୍ପ କରି ସିଦ୍ଧ କରିଅଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ବାବିଲର ପ୍ରାଚୀର ବିରୁଦ୍ଧରେ ଧ୍ୱଜା ସ୍ଥାପନ କର, ରକ୍ଷକଦଳ ଦୃଢ଼ କର, ପ୍ରହରୀଗଣ ନିଯୁକ୍ତ କର, ଗୋପନ ସ୍ଥାନରେ ସୈନ୍ୟ ରଖ: କାରଣ ସଦାପ୍ରଭୁ ବାବିଲର ନିବାସୀମାନଙ୍କ ବିଷୟରେ ଯାହା କହିଲେ, ତାହା ସଂକଳ୍ପ କରି ସିଦ୍ଧ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

12 ବାବିଲର ପ୍ରାଚୀର ବିରୁଦ୍ଧରେ ଧ୍ୱଜା ସ୍ଥାପନ କର। ଅଧିକ ପ୍ରହରୀଗଣ, ରକ୍ଷକ ଦଳ ଯଥା ସ୍ଥାନରେ ନିଯୁକ୍ତ କର। ଗୋପନ ସ୍ଥାନରେ ସୈନ୍ୟ ରଖ, କାରଣ ସଦାପ୍ରଭୁ ବାବିଲ ବିରୁଦ୍ଧରେ ଯାହା କରିବାକୁ ଯୋଜନା କରିଛନ୍ତି, ତାହା ସେ ନିଶ୍ଚୟ ସଫଳ କରିବେ।

Gade chapit la Kopi




ଯିରିମୀୟ 51:12
18 Referans Kwoze  

ତୁମ୍ଭେମାନେ ତୀର ତୀକ୍ଷ୍ଣ କର; ଦୃଢ଼ କରି ଢାଲ ଧର; ସଦାପ୍ରଭୁ ମାଦୀୟ ରାଜଗଣର ମନ ଉତ୍ତେଜିତ କରିଅଛନ୍ତି; କାରଣ ବାବିଲକୁ ନଷ୍ଟ କରିବା ପାଇଁ ତାହା ବିରୁଦ୍ଧରେ ତାହାଙ୍କର ସଙ୍କଳ୍ପ ଅଛି; ଯେହେତୁ ଏହା ସଦାପ୍ରଭୁଙ୍କର ଦାତବ୍ୟ ପ୍ରତିଶୋଧ, ତାହାଙ୍କର ମନ୍ଦିର ନିମିତ୍ତକ ପ୍ରତିଶୋଧ ଅଟେ।


ତୁମ୍ଭେମାନେ ବୃକ୍ଷଶୂନ୍ୟ ପର୍ବତ ଉପରେ ଧ୍ଵଜା ଟେକ, ଲୋକମାନଙ୍କ ପ୍ରତି ରବ ଉଠାଅ, ହସ୍ତ ହଲାଅ,, ସେମାନେ ଅଧିପତିମାନଙ୍କର ନଗର-ଦ୍ଵାରରେ ପ୍ରବେଶ କରନ୍ତୁ।


ଯେଉଁ ଲୋକ କଚାଡ଼ି ଖଣ୍ତ ଖଣ୍ତ କରେ, ସେ ତୁମ୍ଭ (ନୀନିବୀ) ସମ୍ମୁଖରେ ଉପସ୍ଥିତ ହୋଇଅଛି; ଦୁର୍ଗ ରକ୍ଷା କର, ପଥ ନିରୀକ୍ଷଣ କର, ଆପଣା କଟି ଦୃଢ଼ କର, ଆପଣାକୁ ଅତିଶୟ ବଳବାନ କର।


ପୁଣି, ଦେଶ କମ୍ପିତ ଓ ବେଦନାଗ୍ରସ୍ତ ହେଉଅଛି, କାରଣ ବାବିଲ ଦେଶକୁ ଧ୍ଵଂସିତ ଓ ନିବାସୀଶୂନ୍ୟ କରିବା ପାଇଁ ବାବିଲ ବିରୁଦ୍ଧରେ ସଦାପ୍ରଭୁଙ୍କର ସଙ୍କଳ୍ପ ସଫଳ ହେଉଅଛି।


ସେତେବେଳେ ଆମ୍ଭେ ଯାବତୀୟ ଗୋଷ୍ଠୀଙ୍କୁ ସଂଗ୍ରହ କରି ସେମାନଙ୍କୁ ଯିହୋଶାଫଟ (ସଦାପ୍ରଭୁଙ୍କ ବିଚାର) ଉପତ୍ୟକାକୁ ଓହ୍ଲାଇ ଆଣିବା; ଆଉ, ସେମାନଙ୍କ ସଙ୍ଗେ ଆମ୍ଭ ଲୋକମାନଙ୍କର ଓ ଆମ୍ଭ ଅଧିକାର ଇସ୍ରାଏଲ ସପକ୍ଷରେ ବାଦାନୁବାଦ କରିବା, କାରଣ ସେମାନେ ସେମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଛିନ୍ନଭିନ୍ନ କରି ଆମ୍ଭର ଦେଶ ବିଭାଗ କରିଅଛନ୍ତି।


ସଦାପ୍ରଭୁ ଯାହା ସଙ୍କଳ୍ପ କଲେ, ତାହା ସିଦ୍ଧ କରିଅଛନ୍ତି, ସେ ପୁରାତନ କାଳରେ ଯାହା ଆଜ୍ଞା କରିଥିଲେ, ଆପଣାର ସେହି ବାକ୍ୟ ସଫଳ କରିଅଛନ୍ତି; ସେ ନିପାତ କରିଅଛନ୍ତି ଓ ଦୟା କରି ନାହାନ୍ତି; ଆଉ, ସେ ଶତ୍ରୁକୁ ତୁମ୍ଭ ଉପରେ ଆନନ୍ଦ କରିବାକୁ ଦେଇଅଛନ୍ତି, ସେ ତୁମ୍ଭ ବିପକ୍ଷଗଣର ଶୃଙ୍ଗ ଉନ୍ନତ କରିଅଛନ୍ତି।


ତୁମ୍ଭେମାନେ ଦେଶରେ ଧ୍ଵଜା ସ୍ଥାପନ କର, ଗୋଷ୍ଠୀୟମାନଙ୍କ ମଧ୍ୟରେ ତୂରୀ ବଜାଅ, ଗୋଷ୍ଠୀୟମାନଙ୍କୁ ତାହା ବିରୁଦ୍ଧରେ ପ୍ରସ୍ତୁତ କର, ଅରାରଟ୍, ମିନ୍ନି ଓ ଅସ୍କିନସ୍, ଏହିସବୁ ରାଜ୍ୟକୁ ତାହାର ବିରୁଦ୍ଧରେ ଏକତ୍ର ଡାକ,, ତାହାର ବିରୁଦ୍ଧରେ ସେନାପତି ବର୍ଗକୁ ନିଯୁକ୍ତ କର ଓ କର୍କଶ ପତଙ୍ଗ ପରି ଅଶ୍ଵଗଣକୁ ପଠାଅ।


ତୁମ୍ଭେମାନେ ଗୋଷ୍ଠୀଗଣ ମଧ୍ୟରେ ପ୍ରକାଶ କରି ପ୍ରଚାର କର ଓ ଧ୍ଵଜା ଉଠାଅ; ପ୍ରଚାର କର ଓ ଗୋପନ ନ କରି କୁହ, ବାବିଲ ହସ୍ତଗତ ହେଲା, ବେଲ ଲଜ୍ଜିତ ହେଲା, ମରୋଦକ ବିସ୍ମିତ ହେଲା; ତାହାର ପ୍ରତିମାଗଣ ଲଜ୍ଜିତ ହେଲେ ଓ ତାହାର ଦେବତାସକଳ ବିସ୍ମିତ ହେଲେ।


ସଦାପ୍ରଭୁଙ୍କ ବିରୁଦ୍ଧରେ କୌଣସି ଜ୍ଞାନ କି ବୁଦ୍ଧି କି ମନ୍ତ୍ରଣା ନାହିଁ।


ସେତେବେଳେ ଅୟର ରାଜା ତାହା ଦେଖନ୍ତେ, ସେ ଓ ତାଙ୍କର ସମସ୍ତ ଲୋକ ପ୍ରଭାତରେ ଶୀଘ୍ର ଉଠିଲେ ଓ ନଗରସ୍ଥ ଲୋକମାନେ ଇସ୍ରାଏଲ ସହିତ ଯୁଦ୍ଧ କରିବାକୁ ବାହାରି ନିରୂପିତ ସମୟରେ ପଦାଭୂମି ସମ୍ମୁଖରେ ଉପସ୍ଥିତ ହେଲେ; ମାତ୍ର ତାଙ୍କ ବିରୁଦ୍ଧରେ ଏକ ଦଳ ସୈନ୍ୟ ନଗର ପଛେ ଗୋପନରେ ଅଛନ୍ତି ବୋଲି ସେ ଜାଣି ନ ଥିଲେ।


ଏଥି ସକାଶୁ ପୃଥିବୀ ଶୋକ କରିବ ଓ ଉପରିସ୍ଥ ଆକାଶମଣ୍ତଳ କୃଷ୍ଣବର୍ଣ୍ଣ ହେବ; କାରଣ ଆମ୍ଭେ ଏହା କହିଅଛୁ, ଆମ୍ଭେ ଏହା ମନରେ ସ୍ଥିର କରିଅଛୁ ଓ ଆମ୍ଭେ ଦୁଃଖିତ ହୋଇ ନାହୁଁ, କିଅବା ଆମ୍ଭେ ଏଥିରୁ ଫେରିବୁ ନାହିଁ ।


ଯେପର୍ଯ୍ୟନ୍ତ ସଦାପ୍ରଭୁ ଆପଣା ମନର ଅଭିପ୍ରାୟ ସଫଳ ଓ ସିଦ୍ଧ ନ କରନ୍ତି, ସେପର୍ଯ୍ୟନ୍ତ ତାହାଙ୍କ କ୍ରୋଧ ଫେରିବ ନାହିଁ ତୁମ୍ଭେମାନେ ଶେଷ କାଳରେ ତାହା ସମ୍ପୂର୍ଣ୍ଣ ରୂପେ ବୁଝିବ।


ସଦାପ୍ରଭୁ ଆପଣା ଅସ୍ତ୍ରାଗାର ଫିଟାଇ ଆପଣା କ୍ରୋଧରୂପ ଅସ୍ତ୍ରସବୁ ବାହାର କରି ଆଣିଅଛନ୍ତି, କାରଣ କଲ୍ଦୀୟମାନଙ୍କ ଦେଶରେ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁଙ୍କର ଗୋଟିଏ କାର୍ଯ୍ୟ କରିବାର ଅଛି।


ପୁଣି, ସେ ଗୋଷ୍ଠୀବର୍ଗ ନିମନ୍ତେ ଗୋଟିଏ ଧ୍ଵଜା ଉଠାଇବେ ଓ ପୃଥିବୀର ଚତୁଷ୍କୋଣରୁ ଇସ୍ରାଏଲର ତାଡ଼ିତ ଲୋକମାନଙ୍କୁ ଏକତ୍ର କରିବେ ଓ ଯିହୁଦାର ଛିନ୍ନଭିନ୍ନ ଲୋକମାନଙ୍କୁ ସଂଗ୍ରହ କରିବେ।


Swiv nou:

Piblisite


Piblisite