Biblia Todo Logo
Bib sou entènèt

- Piblisite -




ଯିରିମୀୟ 51:6 - ପବିତ୍ର ବାଇବଲ (Re-edited) - (BSI)

6 ତୁମ୍ଭେମାନେ ବାବିଲ ମଧ୍ୟରୁ ପଳାଅ ଓ ପ୍ରତ୍ୟେକ ଜଣ ଆପଣା ଆପଣା ପ୍ରାଣ ରକ୍ଷା କର; ତାହାର ଅଧର୍ମରେ ଉଚ୍ଛିନ୍ନ ହୁଅ ନାହିଁ; କାରଣ ସଦାପ୍ରଭୁଙ୍କର ପ୍ରତିଶୋଧ ନେବାର ସମୟ ଏହି; ସେ ତାହାକୁ ପ୍ରତିଫଳ ଦେବେ।

Gade chapit la Kopi

ଓଡିଆ ବାଇବେଲ

6 ତୁମ୍ଭେମାନେ ବାବିଲ ମଧ୍ୟରୁ ପଳାଅ ଓ ପ୍ରତ୍ୟେକ ଜଣ ଆପଣା ଆପଣା ପ୍ରାଣ ରକ୍ଷା କର; ତାହାର ଅଧର୍ମରେ ଉଚ୍ଛିନ୍ନ ହୁଅ ନାହିଁ; କାରଣ ସଦାପ୍ରଭୁଙ୍କର ପ୍ରତିଶୋଧ ନେବାର ସମୟ ଏହି; ସେ ତାହାକୁ ପ୍ରତିଫଳ ଦେବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତୁମ୍ଭେମାନେ ବାବିଲ ମଧ୍ୟରୁ ପଳାଅ ଓ ପ୍ରତ୍ୟେକ ଜଣ ଆପଣା ଆପଣା ପ୍ରାଣ ରକ୍ଷା କର; ତାହାର ଅଧର୍ମରେ ଉଚ୍ଛିନ୍ନ ହୁଅ ନାହିଁ; କାରଣ ସଦାପ୍ରଭୁଙ୍କର ପ୍ରତିଶୋଧ ନେବାର ସମୟ ଏହି; ସେ ତାହାକୁ ପ୍ରତିଫଳ ଦେବେ।

Gade chapit la Kopi

ପବିତ୍ର ବାଇବଲ

6 ବାବିଲରୁ ପଳାୟନ କର ଓ ତୁମ୍ଭମାନଙ୍କର ନିଜ ନିଜ ପ୍ରାଣ ରକ୍ଷା କର। ଆଉ ତାହାର ଅଧର୍ମରେ ଉଚ୍ଛିନ୍ନ ହୁଅ ନାହିଁ। କାରଣ ଏହା ସଦାପ୍ରଭୁଙ୍କର ପ୍ରତିଶୋଧ ନେବାର ସମୟ ଓ ସେ ସେମାନଙ୍କୁ ତା'ର ପ୍ରତିଫଳ ଦେବେ।

Gade chapit la Kopi




ଯିରିମୀୟ 51:6
29 Referans Kwoze  

ତୁମ୍ଭେମାନେ ବାବିଲ ମଧ୍ୟରୁ ପଳାଅ ଓ କଲ୍ଦୀୟମାନଙ୍କ ଦେଶ ମଧ୍ୟରୁ ବାହାରି ଯାଅ, ପୁଣି ପଲର ଅଗ୍ରଗାମୀ ଛାଗସ୍ଵରୂପ ହୁଅ।


ଯେଉଁ ପଳାତକମାନେ ଓ ବାବିଲ ଦେଶରୁ ରକ୍ଷାପ୍ରାପ୍ତ ଲୋକମାନେ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କର ପ୍ରତିଶୋଧ ନେବାର, ହଁ, ତାହାଙ୍କ ମନ୍ଦିର ହେତୁରୁ ପ୍ରତିଶୋଧ ନେବାର ବିଷୟ ସିୟୋନରେ ପ୍ରକାଶ କରିବାକୁ ଯାଉଅଛନ୍ତି, ଏହା ସେମାନଙ୍କର ରବ।


ତାହାର ଚତୁର୍ଦ୍ଦିଗରେ ସିଂହନାଦ କର, ସେ ଆପଣାକୁ ସମର୍ପଣ କରିଅଛନ୍ତି; ତାହାର ଗଡ଼ସକଳ ପତିତ ଓ ତାହାର ପ୍ରାଚୀରସକଳ ଉତ୍ପାଟିତ ହୋଇଅଛି; କାରଣ ଏହା ସଦାପ୍ରଭୁଙ୍କର ଦାତବ୍ୟ ପ୍ରତିଶୋଧଦ; ତାହାଠାରୁ ପ୍ରତିଶୋଧ ନିଅ; ସେ ଯେପରି କରିଅଛି, ସେପରି ତାହା ପ୍ରତି କର।


ହେ ଆମ୍ଭର ଲୋକେ, ତୁମ୍ଭେମାନେ ତାହାର ମଧ୍ୟରୁ ବାହାରି ଯାଅ ଓ ପ୍ରତ୍ୟେକ ଲୋକ ସଦାପ୍ରଭୁଙ୍କ ପ୍ରଚଣ୍ତ କ୍ରୋଧରୁ ଆପଣା ଆପଣାକୁ ରକ୍ଷା କରୁ।


କାରଣ ଅନେକ ଗୋଷ୍ଠୀ ଓ ମହାନ ମହାନ ରାଜାମାନେ ସେମାନଙ୍କୁ ହିଁ ଆପଣାମାନଙ୍କର ଦାସ୍ୟକର୍ମ କରାଇବେ, ଆଉ ଆମ୍ଭେ ସେମାନଙ୍କ କ୍ରିୟାନୁସାରେ ଓ ସେମାନଙ୍କ ହସ୍ତକୃତ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବା।


ତହୁଁ ସେ ମଣ୍ତଳୀକି କହିଲେ, ବିନୟ କରୁଅଛି, ତୁମ୍ଭେମାନେ ଏହି ଦୁଷ୍ଟ ଲୋକମାନଙ୍କ ତମ୍ଵୁରୁ ଉଠି ଯାଅ ଓ ସେମାନଙ୍କର କିଛିମାତ୍ର ସ୍ପର୍ଶ କର ନାହିଁ, ନୋହିଲେ ତୁମ୍ଭେମାନେ ସେମାନଙ୍କ ପାପସମୂହରେ ବିନଷ୍ଟ ହେବ।


ସେଥିରେ ସେହି ମହାନଗରୀ ତିନି ଭାଗରେ ବିଭକ୍ତ ହେଲା ଓ ବିଜାତିମାନଙ୍କର ନଗରସମୂହ ଭୂମିସାତ୍ ହେଲା; ଆଉ ମହାନଗରୀ ବାବିଲକୁ ଈଶ୍ଵର ଆପଣା ପ୍ରଚଣ୍ତ କ୍ରୋଧ-ରୂପ ମଦିରାପାତ୍ରରୁ ପାନ କରାଇବା ନିମନ୍ତେ ସ୍ମରଣରେ ଆଣିଲେ।


ଅକସ୍ମାତ୍ କାହାରି ଉପରେ ହସ୍ତାର୍ପଣ କର ନାହିଁ, କିମ୍ଵା ଅନ୍ୟମାନଙ୍କ ପାପର ସହଭାଗୀ ହୁଅ ନାହିଁ; ଆପଣାକୁ ସାଧୁ କରି ରଖ।


ହେ ଖଡ଼୍‍ଗରୁ ରକ୍ଷାପ୍ରାପ୍ତ ଲୋକମାନେ, ତୁମ୍ଭେମାନେ ଚାଲିଯାଅ, ସ୍ଥିର ହୋଇ ଠିଆ ହୁଅ ନାହିଁ ! ଦୂର ଦେଶରୁ ସଦାପ୍ରଭୁଙ୍କୁ ସ୍ମରଣ କର ଓ ଯିରୂଶାଲମ ତୁମ୍ଭମାନଙ୍କ ମନରେ ପଡ଼ୁ।


ତୁମ୍ଭେମାନେ ତୀର ତୀକ୍ଷ୍ଣ କର; ଦୃଢ଼ କରି ଢାଲ ଧର; ସଦାପ୍ରଭୁ ମାଦୀୟ ରାଜଗଣର ମନ ଉତ୍ତେଜିତ କରିଅଛନ୍ତି; କାରଣ ବାବିଲକୁ ନଷ୍ଟ କରିବା ପାଇଁ ତାହା ବିରୁଦ୍ଧରେ ତାହାଙ୍କର ସଙ୍କଳ୍ପ ଅଛି; ଯେହେତୁ ଏହା ସଦାପ୍ରଭୁଙ୍କର ଦାତବ୍ୟ ପ୍ରତିଶୋଧ, ତାହାଙ୍କର ମନ୍ଦିର ନିମିତ୍ତକ ପ୍ରତିଶୋଧ ଅଟେ।


ଆମ୍ଭେମାନେ ବାବିଲକୁ ସୁସ୍ଥ କରିବାକୁ ଇଚ୍ଛା କରୁ, ମାତ୍ର ସେ ସୁସ୍ଥ ହେଲା ନାହିଁ; ଆସ, ଆମ୍ଭେମାନେ ତାହାକୁ ପରିତ୍ୟାଗ କରି ପ୍ରତ୍ୟେକେ ଆପଣା ଆପଣା ଦେଶକୁ ଯାଉ; କାରଣ ତାହାର ଦଣ୍ତ ଗଗନସ୍ପର୍ଶୀ ଓ ଆକାଶ ପର୍ଯ୍ୟନ୍ତ ଉଚ୍ଚୀକୃତ ଅଛି।


ହେ ଅହଙ୍କାରୀ, ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ , କାରଣ ତୁମ୍ଭର ଦିନ, ତୁମ୍ଭକୁ ଆମ୍ଭର ପ୍ରତିଫଳ ଦେବାର ସମୟ ଉପସ୍ଥିତ।


ତୁମ୍ଭେମାନେ ବାବିଲରୁ ବାହାରି ଯାଅ, କଲଦୀୟ-ମାନଙ୍କ ମଧ୍ୟରୁ ପଳାଅନ୍ତ ତୁମ୍ଭେମାନେ ଗାୟନ ଧ୍ଵନିରେ ପ୍ରଚାର କରି ଜଣାଅ, ପୃଥିବୀର ପ୍ରା; ପର୍ଯ୍ୟନ୍ତ ଏହା ପ୍ରକାଶ କର; ତୁମ୍ଭେମାନେ କୁହ, ସଦାପ୍ରଭୁ ଆପଣା ଦାସ ଯାକୁବକୁ ମୁକ୍ତ କରିଅଛନ୍ତି।


କାରଣ ସେଦିନ ପ୍ରଭୁଙ୍କର, ସୈନ୍ୟାଧିପତି ସଦାପ୍ରଭୁଙ୍କର ପ୍ରତିଶୋଧ ନେବାର ଓ ତାହାଙ୍କ ବିପକ୍ଷମାନଙ୍କୁ ପ୍ରତିଫଳ ଦେବାର ଦିନ ଅଟେ; ଖଡ଼୍‍ଗ ଗ୍ରାସ କରି ତୃପ୍ତ ହେବ ଓ ସେମାନଙ୍କର ରକ୍ତ ପାନ କରି ପରିତୃପ୍ତ ହେବ; କାରଣ ଫରାତ୍ ନଦୀ ନିକଟସ୍ଥ ଉତ୍ତର ଦେଶରେ ପ୍ରଭୁଙ୍କର ସୈନ୍ୟାଧିପତି ସଦାପ୍ରଭୁଙ୍କର ଏକ ଯଜ୍ଞ ଅଛି।


ଆଉ, ତାହାର ନିଜ ଦେଶର ସମୟ ଉପସ୍ଥିତ ହେବା ପର୍ଯ୍ୟନ୍ତ ସମୁଦାୟ ଗୋଷ୍ଠୀ ତାହାର ଓ ତାହାର ପୁତ୍ରର ଓ ପୌତ୍ରର ଦାସ୍ୟକର୍ମ କରିବେ; ତହିଁ ଉତ୍ତାରେ ଅନେକ ଗୋଷ୍ଠୀ ଓ ମହାନ ମହାନ ରାଜାମାନେ ତାହାକୁ ଆପଣାମାନଙ୍କର ଦାସ୍ୟକର୍ମ କରାଇବେ।


ତହିଁରେ ସେମାନେ ତାହା ପାନ କରି ଏଣେତେଣେ ଟଳ ଟଳ ହେବେ, ପୁଣି ଆମ୍ଭେ ସେମାନଙ୍କ ମଧ୍ୟକୁ ଯେଉଁ ଖଡ଼୍‍ଗ ପଠାଇବା, ତହିଁ ସକାଶୁ ସେମାନେ ଉନ୍ମତ୍ତ ହେବେ।


ଜ୍ଞାନୀ ସଙ୍ଗରେ ଗମନାଗମନ କର, ତହିଁରେ ତୁମ୍ଭେ ଜ୍ଞାନୀ ହେବ; ମାତ୍ର ମୂର୍ଖମାନଙ୍କର ସଙ୍ଗୀ କ୍ଳେଶ ପାଇବ।


ହେ ଅନ୍ୟ ଦେଶୀୟ ଲୋକମାନେ, ତୁମ୍ଭେମାନେ ତାହାଙ୍କ ଲୋକମାନଙ୍କ ସଙ୍ଗରେ ଆନନ୍ଦ କର; କାରଣ ସେ ଆପଣା ଦାସମାନଙ୍କ ରକ୍ତପାତର ପ୍ରତିକାର କରିବେ ଓ ଆପଣା ବିପକ୍ଷଗଣଠାରୁ ପରିଶୋଧ ନେବେ, ପୁଣି ସେ ଆପଣା ଦେଶ ନିମନ୍ତେ, ଆପଣା ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବେ।


ତେବେ ଆମ୍ଭେ ଆପଣା ବଜ୍ର ତୁଲ୍ୟ ଖଡ଼୍‍ଗରେ ଶାଣ ଦେଲେ ଓ ବିଚାର ସାଧନ କରିବା ପାଇଁ ହସ୍ତକ୍ଷେପ କଲେ, ଆମ୍ଭେ ଆପଣା ବିପକ୍ଷଗଣଠାରୁ ପରିଶୋଧ ନେବା, ପୁଣି ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ସେମାନଙ୍କୁ ଆମ୍ଭେ ପ୍ରତିଫଳ ଦେବା।


ବାହାରେ ଖଡ଼୍‍ଗ ଶୂନ୍ୟ କରିବ ଓ ଗୃହ ଭିତରେ ତ୍ରାସ; ତାହା ଯୁବା ଓ ଯୁବତୀ ଦୁହିଙ୍କି, ପୁଣି ଦୁଗ୍ଧପୋଷ୍ୟ ଶିଶୁ ସହିତ ପକ୍ଵକେଶ ବୃଦ୍ଧକୁ (ବିନାଶ କରିବ)।


କାରଣ ପ୍ରତିଶୋଧର ଦିନ ଆମ୍ଭ ଚିତ୍ତରେ ଥିଲା ଓ ଆମ୍ଭ ମୁକ୍ତ ଲୋକମାନଙ୍କର ବର୍ଷ ଉପସ୍ଥିତ ହୋଇଅଛି।


ପଳାଅ, ଆପଣା ଆପଣା ପ୍ରାଣ ରକ୍ଷା କର ଓ ପ୍ରାନ୍ତରସ୍ଥ ଝାଉଁ ବୃକ୍ଷ ତୁଲ୍ୟ ହୁଅ।


ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ତୁମ୍ଭର ବିବାଦ ନିଷ୍ପନ୍ନ କରିବା ଓ ତୁମ୍ଭ ନିମନ୍ତେ ପ୍ରତିଶୋଧ ନେବା। ପୁଣି, ଆମ୍ଭେ ତାହାର ସମୁଦ୍ରକୁ ଜଳଶୂନ୍ୟ ଓ ତାହାର ନିର୍ଝରକୁ ଶୁଷ୍କ କରିବା।


କାରଣ ତାହା ବିରୁଦ୍ଧରେ, ହଁ, ବାବିଲର ବିରୁଦ୍ଧରେ ବିନାଶକ ଆସିଅଛି ଓ ତାହାର ବୀରମାନେ ଧରା ଯାଇଅଛନ୍ତି, ସେମାନଙ୍କର ଧନୁସବୁ ଖଣ୍ତ ଖଣ୍ତ ହୋଇ ଭଙ୍ଗା ହୋଇଅଛି; କାରଣ ସଦାପ୍ରଭୁ ପ୍ରତିଫଳଦାତା ପରମେଶ୍ଵର ଅଟନ୍ତି, ସେ ନିଶ୍ଚୟ ସମୁଚିତ ପ୍ରତିଫଳ ଦେବେ।


ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କ ହସ୍ତକୃତ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବ।


ହେ ସଦାପ୍ରଭୋ, ପ୍ରତିଫଳଦାତା ପରମେଶ୍ଵର, ହେ ପ୍ରତିଫଳଦାତା ପରମେଶ୍ଵର, ତୁମ୍ଭେ ପ୍ରକାଶମାନ ହୁଅ।


Swiv nou:

Piblisite


Piblisite