Biblia Todo Logo
Bib sou entènèt

- Piblisite -




ଯିରିମୀୟ 52:3 - ପବିତ୍ର ବାଇବଲ (Re-edited) - (BSI)

3 କାରଣ ସଦାପ୍ରଭୁଙ୍କ କ୍ରୋଧ ସକାଶୁ ସେ ସେମାନଙ୍କୁ ଆପଣା ଛାମୁରୁ ଦୂର ନ କରିବା ପର୍ଯ୍ୟନ୍ତ ଯିରୂଶାଲମ ଓ ଯିହୁଦାରେ ଏପରି ଘଟଣା ଘଟିଲା। ଆଉ, ସିଦିକୀୟ ବାବିଲ ରାଜାର ବିଦ୍ରୋହୀ ହେଲା।

Gade chapit la Kopi

ଓଡିଆ ବାଇବେଲ

3 କାରଣ ସଦାପ୍ରଭୁଙ୍କ କ୍ରୋଧ ସକାଶୁ ସେ ସେମାନଙ୍କୁ ଆପଣା ଛାମୁରୁ ଦୂର ନ କରିବା ପର୍ଯ୍ୟନ୍ତ ଯିରୂଶାଲମ ଓ ଯିହୁଦାରେ ଏପରି ଘଟଣା ଘଟିଲା। ଆଉ, ସିଦିକୀୟ ବାବିଲ ରାଜାର ବିଦ୍ରୋହୀ ହେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 କାରଣ ସଦାପ୍ରଭୁଙ୍କ କ୍ରୋଧ ସକାଶୁ ସେ ସେମାନଙ୍କୁ ଆପଣା ଛାମୁରୁ ଦୂର ନ କରିବା ପର୍ଯ୍ୟନ୍ତ ଯିରୂଶାଲମ ଓ ଯିହୁଦାରେ ଏପରି ଘଟଣା ଘଟିଲା। ଆଉ, ସିଦିକୀୟ ବାବିଲ ରାଜାର ବିଦ୍ରୋହୀ ହେଲା।

Gade chapit la Kopi

ପବିତ୍ର ବାଇବଲ

3 ଯିରୁଶାଲମ ଓ ଯିହୁଦାରେ ଭୟଙ୍କର ଘଟଣାମାନ ଘଟିଲା, କାରଣ ସଦାପ୍ରଭୁ ସେମାନଙ୍କ ପ୍ରତି କ୍ରୋଧାନ୍ୱିତ ଥିଲେ। ଶେଷରେ ସଦାପ୍ରଭୁ ସେମାନଙ୍କୁ ଆପଣା ସମ୍ମୁଖରୁ ଦୂର କରିଦେଲେ। ସିଦିକିୟ ବାବିଲ ରାଜାର ବିଦ୍ରୋହୀ ହେଲା।

Gade chapit la Kopi




ଯିରିମୀୟ 52:3
19 Referans Kwoze  

ଦେଖ, ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ଯିରୂଶାଲମ ଓ ଯିହୁଦାଠାରୁ ଯଷ୍ଟି ଓ ଯଷ୍ଟିକା, ଅର୍ଥାତ୍, ଅନ୍ନ ସ୍ଵରୂପ ସମସ୍ତ ଯଷ୍ଟି ଓ ଜଳ ସ୍ଵରୂପ ସମସ୍ତ ଯଷ୍ଟିକା ଦୂର କରୁଅଛନ୍ତି;


ମଧ୍ୟ ଯେଉଁ ନବୂଖଦ୍ନିତ୍ସର ରାଜା ତାଙ୍କୁ ପରମେଶ୍ଵରଙ୍କ ନାମରେ ଶପଥ କରାଇଥିଲା, ସେ ତାହାର ବିଦ୍ରୋହୀ ହେଲେ; ଆଉ ସେ ଆପଣା ଗ୍ରୀବା ଶକ୍ତ କଲେ ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ପ୍ରତି ଫେରିବାକୁ ଆପଣା ହୃଦୟ କଠିନ କଲେ।


ଆଉ, ଆମ୍ଭେ ମିସ୍ରୀୟମାନଙ୍କୁ ଏକ ନିର୍ଦ୍ଦୟ ପ୍ରଭୁ ହସ୍ତରେ ସମର୍ପଣ କରିବା ଓ ଏକ ଦୁର; ରାଜା ସେମାନଙ୍କ ଉପରେ କର୍ତ୍ତୃତ୍ଵ କରିବ, ଏହା ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ହେ ଦେଶ, ତୁମ୍ଭର ରାଜା ଯେବେ ବାଳକ ହୁଏ ଓ ତୁମ୍ଭର ଅଧିପତିଗଣ ଯେବେ ପ୍ରଭାତରେ ଭୋଜନ କରନ୍ତି, ତେବେ ତୁମ୍ଭେ ସନ୍ତାପର ପାତ୍ର।


ଦେଶର ଅଧର୍ମ ସକାଶୁ ତହିଁର ଅଧିପତି ଅନେକ ହୁଅନ୍ତି; ମାତ୍ର ବୁଦ୍ଧିମାନ ଓ ଜ୍ଞାନବାନ ଲୋକମାନଙ୍କ ଦ୍ଵାରା ତହିଁର ସ୍ଥିରତା ଦୀର୍ଘ ହୁଏ।


ସଦାପ୍ରଭୁ ଆପଣଙ୍କ ପରମେଶ୍ଵର ଧନ୍ୟ, ସେ ଆପଣଙ୍କୁ ଇସ୍ରାଏଲର ସିଂହାସନରେ ଉପବିଷ୍ଟ କରାଇବା ପାଇଁ ଆପଣଙ୍କ ପ୍ରତି ସନ୍ତୁଷ୍ଟ ହେଲେ; ସଦାପ୍ରଭୁ ଇସ୍ରାଏଲକୁ ସଦାକାଳ ପ୍ରେମ କରନ୍ତି, ଏହେତୁ ବିଚାର ଓ ନ୍ୟାୟ କରିବାକୁ ଆପଣଙ୍କୁ ରାଜା କଲେ।


ଅନନ୍ତର ଇସ୍ରାଏଲ ପ୍ରତିକୂଳରେ ସଦାପ୍ରଭୁଙ୍କ କ୍ରୋଧ ପୁନର୍ବାର ପ୍ରଜ୍ଜଳିତ ହେଲା, ଆଉ ସେ ଦାଉଦଙ୍କୁ ପ୍ରବର୍ତ୍ତାଇ କହିଲେ, ଯାଅ, ଇସ୍ରାଏଲ ଓ ଯିହୁଦାକୁ ଗଣନା କର।


ଦେଖ, ତୁମ୍ଭେ ଆଜି ମୋତେ ଏ ସ୍ଥାନରୁ ତଡ଼ିଦେଲ, ତହିଁରେ ତୁମ୍ଭ ସମ୍ମୁଖରୁ ମୁଁ ଗୁପ୍ତ ହେବି; ଏହି ରୂପେ ପୃଥିବୀରେ ପଳାତକ ଓ ଭ୍ରମଣକାରୀ ହେଲେ ଏପରି ହେବ ଯେ, କୌଣସି ଲୋକ ମୋତେ ପାଇଲେ ବଧ କରିବ।


ଅନନ୍ତର କୟିନ ସଦାପ୍ରଭୁଙ୍କ ସମ୍ମୁଖରୁ ପ୍ରସ୍ଥାନ କରି ଏଦନର ପୂର୍ବଦିଗସ୍ଥ ନୋଦ ନାମକ ଦେଶରେ ବାସ କଲେ।


କାରଣ ସଦାପ୍ରଭୁଙ୍କ କ୍ରୋଧ ସକାଶୁ ସେ ସେମାନଙ୍କୁ ଆପଣା ଛାମୁରୁ ଦୂର ନ କରିବା ପର୍ଯ୍ୟନ୍ତ ଯିରୂଶାଲମ ଓ ଯିହୁଦା ପ୍ରତି ଏପରି ଘଟନା ଘଟିଲା; ଆଉ ସିଦିକୀୟ ବାବିଲରାଜାର ବିଦ୍ରୋହୀ ହେଲେ।


ଆଉ, ଆମ୍ଭେ ତୁମ୍ଭମାନଙ୍କର ଭ୍ରାତୃସମୂହକୁ, ଅର୍ଥାତ୍, ଇଫ୍ରୟିମର ସମୁଦାୟ ବଂଶକୁ ଯେପରି ଦୂର କରିଅଛୁ, ସେପରି ତୁମ୍ଭମାନଙ୍କୁ ଆମ୍ଭ ଦୃଷ୍ଟିରୁ ଦୂର କରିବା।


ସେତେବେଳେ ସଦାପ୍ରଭୁ ମୋତେ କହିଲେ, ଯଦ୍ୟପି ମୋଶା ଓ ଶାମୁୟେଲ ଆମ୍ଭ ସମ୍ମୁଖରେ ଠିଆ ହୁଅନ୍ତେ, ତଥାପି ଆମ୍ଭର ମନ ଏହି ଲୋକମାନଙ୍କ ପ୍ରତି ଅନୁକୂଳ ହୁଅନ୍ତା ନାହିଁ; ସେମାନଙ୍କୁ ଆମ୍ଭ ଦୃଷ୍ଟିରୁ ଦୂର କର, ସେମାନେ ବାହାରି ଯାଉନ୍ତୁ।


ଏହେତୁ ସଦାପ୍ରଭୁ ଇସ୍ରାଏଲ ଉପରେ ଅତିଶୟ କ୍ରୁଦ୍ଧ ହେଲେ ଓ ସେମାନଙ୍କୁ ଆପଣା ଦୃଷ୍ଟିରୁ ଦୂର କଲେ; କେବଳ ଯିହୁଦା-ଗୋଷ୍ଠୀ ଛଡ଼ା ଆଉ କେହି ଅବଶିଷ୍ଟ ରହିଲା ନାହିଁ।


ଏଣୁ ସଦାପ୍ରଭୁ ସମୁଦାୟ ଇସ୍ରାଏଲ-ବଂଶକୁ ଅଗ୍ରାହ୍ୟ କଲେ ଓ ସେମାନଙ୍କୁ କ୍ଳେଶ ଦେଲେ ଓ ଆପଣା ଦୃଷ୍ଟିରୁ ସେମାନଙ୍କୁ ଦୂର ନ କରିବା ପର୍ଯ୍ୟନ୍ତ ଲୁଟକାରୀମାନଙ୍କ ହସ୍ତରେ ସମର୍ପଣ କଲେ।


ଶେଷରେ ସଦାପ୍ରଭୁ ଆପଣାର ସମସ୍ତ ସେବକ-ଭବିଷ୍ୟଦ୍ବକ୍ତାଙ୍କ ହସ୍ତରେ ଯେପରି କହିଥିଲେ, ତଦନୁସାରେ ସେ ଆପଣା ଦୃଷ୍ଟିରୁ ଇସ୍ରାଏଲକୁ ଦୂର କଲେ। ତେଣୁ ଇସ୍ରାଏଲ ଆପଣାମାନଙ୍କ ଦେଶରୁ ଅଶୂରକୁ ନିଆଗଲେ ଓ ଆଜିଯାଏ ସେଠାରେ ଅଛନ୍ତି।


ଆପଣଙ୍କ ପିତୃପୁରୁଷଗଣର ଇତିହାସ-ପୁସ୍ତକ ଅନୁସନ୍ଧାନ କରାଯାଉ; ତେବେ ସେହି ଇତିହାସ-ପୁସ୍ତକରେ ଆପଣ ଦେଖିବେ ଓ ଜାଣିବେ ଯେ, ଏହି ନଗର ବିଦ୍ରୋହୀ ନଗର, ଆଉ ରାଜଗଣ ଓ ପ୍ରଦେଶସମୂହ ପ୍ରତି ଅନିଷ୍ଟକର, ପୁଣି ସେମାନେ ପୂର୍ବ କାଳରେ ତହିଁ ମଧ୍ୟରେ ଗଣ୍ତଗୋଳ ଘଟାଇଅଛନ୍ତି। ତହିଁ ସକାଶୁ ଏହି ନଗର ବିନଷ୍ଟ ହୋଇଅଛି।


ମୁଁ କହୁଅଛି, ଯୁଦ୍ଧ କରିବା ପାଇଁ ତୁମ୍ଭର ମନ୍ତ୍ରଣା ଓ ବଳ କେବଳ ବୃଥା କଥା; ତୁମ୍ଭେ କାହା ଉପରେ ନିର୍ଭର କରି ମୋହର ବିଦ୍ରୋହୀ ହୋଇଅଛ?


Swiv nou:

Piblisite


Piblisite