Biblia Todo Logo
Bib sou entènèt

- Piblisite -




ଯିରିମୀୟ 6:12 - ପବିତ୍ର ବାଇବଲ (Re-edited) - (BSI)

12 ପୁଣି, ସେମାନଙ୍କର ଗୃହ ଓ ସେମାନଙ୍କର କ୍ଷେତ୍ର ଓ ସେମାନଙ୍କର ଭାର୍ଯ୍ୟା ଏକାବେଳେ ଅନ୍ୟମାନଙ୍କର ହେବ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ଦେଶନିବାସୀମାନଙ୍କ ଉପରେ ଆପଣା ହସ୍ତ ବିସ୍ତାର କରିବା।

Gade chapit la Kopi

ଓଡିଆ ବାଇବେଲ

12 ପୁଣି, ସେମାନଙ୍କର ଗୃହ ଓ ସେମାନଙ୍କର କ୍ଷେତ୍ର ଓ ସେମାନଙ୍କର ଭାର୍ଯ୍ୟା ଏକାବେଳେ ଅନ୍ୟମାନଙ୍କର ହେବ; କାରଣ ସଦାପ୍ରଭୁ କହନ୍ତି, “ଆମ୍ଭେ ଦେଶନିବାସୀମାନଙ୍କ ଉପରେ ଆପଣା ହସ୍ତ ବିସ୍ତାର କରିବା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ପୁଣି, ସେମାନଙ୍କର ଗୃହ ଓ ସେମାନଙ୍କର କ୍ଷେତ୍ର ଓ ସେମାନଙ୍କର ଭାର୍ଯ୍ୟା ଏକାବେଳେ ଅନ୍ୟମାନଙ୍କର ହେବ; କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ଦେଶନିବାସୀମାନଙ୍କ ଉପରେ ଆପଣା ହସ୍ତ ବିସ୍ତାର କରିବା।”

Gade chapit la Kopi

ପବିତ୍ର ବାଇବଲ

12 ଆଉ ସେମାନଙ୍କ ଗୃହ, ସେମାନଙ୍କର କ୍ଷେତ୍ର ଓ ସେମାନଙ୍କର ସ୍ତ୍ରୀ ଅନ୍ୟମାନଙ୍କୁ ଦିଆଯିବ।” କାରଣ ସଦାପ୍ରଭୁ କହନ୍ତି “ଆମ୍ଭେ ଯିହୁଦାର ଲୋକମାନଙ୍କୁ ଶାସ୍ତି ଦେବା ପାଇଁ ଆମ୍ଭର ହସ୍ତ ସେମାନଙ୍କ ଉପରେ ବିସ୍ତାର କରିବା।”

Gade chapit la Kopi




ଯିରିମୀୟ 6:12
26 Referans Kwoze  

ଏହେତୁ ଆମ୍ଭେ ଅନ୍ୟମାନଙ୍କୁ ସେମାନଙ୍କର ଭାର୍ଯ୍ୟାଗଣ ଓ ଅନ୍ୟ ଅନ୍ୟ ଅଧିକାରୀଙ୍କୁ ସେମାନଙ୍କର କ୍ଷେତ୍ରସବୁ ଦେବା; କାରଣ ସେମାନଙ୍କର କ୍ଷୁଦ୍ରଠାରୁ ଅତ୍ୟ; ମହାନ ଲୋକ ପର୍ଯ୍ୟନ୍ତ ପ୍ରତ୍ୟେକେ ହିଁ ଲୋଭାସକ୍ତ, ଭବିଷ୍ୟଦ୍ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକେ ହିଁ ମିଥ୍ୟାଚରଣ କରନ୍ତି।


ଏହିହେତୁ ସଦାପ୍ରଭୁଙ୍କର କ୍ରୋଧ ତାହାଙ୍କ ଲୋକମାନଙ୍କ ବିରୁଦ୍ଧରେ ପ୍ରଜ୍ଵଳିତ ହୋଇଅଛି ଓ ସେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ସେମାନଙ୍କୁ ଆଘାତ କରିଅଛନ୍ତି, ପୁଣି ଉପପର୍ବତଗଣ କମ୍ପିଲେ ଓ ଲୋକମାନଙ୍କ ଶବ ସଡ଼କ ମଧ୍ୟରେ ଅଳିଆ ପରି ହେଲା। ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି ।


ପୁଣି, ସେମାନଙ୍କର ସମ୍ପତ୍ତି ଲୁଟିତ ହେବ ଓ ସେମାନଙ୍କର ଗୃହ ଧ୍ଵଂସସ୍ଥାନ ହେବ; ଆହୁରି ସେମାନେ ଗୃହ ନିର୍ମାଣ କରିବେ, ମାତ୍ର ତହିଁରେ ବାସ କରିବେ ନାହିଁ; ଆଉ, ସେମାନେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବେ, ମାତ୍ର ତହିଁରୁ ଦ୍ରାକ୍ଷାରସ ପାନ କରିବେ ନାହିଁ।


ସେମାନେ ସିୟୋନରେ ସ୍ତ୍ରୀମାନଙ୍କୁ, ଯିହୁଦାର ନଗରସମୂହରେ କୁମାରୀଗଣକୁ ଭ୍ରଷ୍ଟା କଲେ।


ଆମ୍ଭେମାନେ ଅନାଥ ଓ ପିତୃହୀନ, ଆମ୍ଭମାନଙ୍କର ମାତୃଗଣ ବିଧବା ତୁଲ୍ୟ ହୋଇଅଛନ୍ତି।


ସେ ନିଶ୍ଚୟ ମୋʼ ବିରୁଦ୍ଧରେ ଦିନଯାକ ଆପଣା ହସ୍ତ ପୁନଃ ପୁନଃ ଫେରାଉଅଛନ୍ତି।


ସଦାପ୍ରଭୁ ସିୟୋନ କନ୍ୟାର ପ୍ରାଚୀର ନଷ୍ଟ କରିବାକୁ ସଙ୍କଳ୍ପ କରିଅଛନ୍ତି; ସେ ସୂତ୍ର ଟାଣିଅଛନ୍ତି, ସେ ବିନାଶକରଣରୁ ଆପଣା ହସ୍ତ ନିବୃତ୍ତ କରି ନାହାନ୍ତି; ମାତ୍ର ସେ ପରିଖା ଓ ପ୍ରାଚୀରକୁ ବିଳାପ କରାଇଅଛନ୍ତି; ସେମାନେ ଏକାବେଳେ ନିସ୍ତେଜ ହେଉଅଛନ୍ତି।


ଦେଖନ୍ତୁ, ଯେତେ ସ୍ତ୍ରୀଲୋକ ଯିହୁଦାର ରାଜଗୃହରେ ଅବଶିଷ୍ଟ ଅଛନ୍ତି, ସେସମସ୍ତେ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଅଣାଯିବେ, ଆଉ ସେହି ସ୍ତ୍ରୀମାନେ କହିବେ, ତୁମ୍ଭର ସୁହୃଦ୍ମାନେ ତୁମ୍ଭକୁ ପ୍ରବର୍ତ୍ତାଇ ତୁମ୍ଭକୁ ପରାସ୍ତ କରିଅଛନ୍ତି; ଆଉ, ଏବେ ତୁମ୍ଭର ପାଦ ପଙ୍କରେ ମଗ୍ନ ହେବାରୁ ସେମାନେ ତୁମ୍ଭଠାରୁ ବିମୁଖ ହୋଇଅଛନ୍ତି।


ସେମାନେ କେବଳ ବନ୍ଦୀ ଲୋକମାନଙ୍କର ପଦ ତଳେ ନତ ହେବେ ଓ ହତ ଲୋକମାନଙ୍କର ତଳେ ପଡ଼ିବେ। ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।


ମନଃଶି ଇଫ୍ରୟିମର ଓ ଇଫ୍ରୟିମ ମନଃଶିର, ପୁଣି ସେମାନେ ଏକତ୍ର ହୋଇ ଯିହୁଦାର ପ୍ରତିକୂଳ ହେବେ। ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।


ଏଣୁ ସଦାପ୍ରଭୁ ସେମାନଙ୍କ ଯୁବକମାନଙ୍କଠାରେ ଆନନ୍ଦ କରିବେ ନାହି, କିଅବା ସେମାନଙ୍କର ପିତୃହୀନ ବାଳକ ଓ ବିଧବାଗଣ ପ୍ରତି ଦୟା କରିବେ ନାହିଁ; ଯେହେତୁ ପ୍ରତ୍ୟେକ ଲୋକ ଧର୍ମହୀନ ଓ ଦୁରାଚାରୀ ଓ ପ୍ରତ୍ୟେକ ମୁଖ ମୂଢ଼ତାଭାଷୀ। ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।


ସମ୍ମୁଖରେ ଅରାମୀୟମାନେ ଓ ପଶ୍ଚାତରେ ପଲେଷ୍ଟୀୟମାନେ ହେବେ; ଆଉ, ସେମାନେ ପ୍ରସାରିତ ମୁଖରେ ଇସ୍ରାଏଲକୁ ଗ୍ରାସ କରିବେ। ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।


ତହୁଁ ଦାଉଦ ଅନାଇ ସଦାପ୍ରଭୁଙ୍କ ଦୂତକୁ ପୃଥିବୀ ଓ ଆକାଶ ମଧ୍ୟରେ ଠିଆ ହୋଇ ଆପଣା ହସ୍ତରେ ନିଷ୍କୋଷ ଖଡ଼୍‍ଗ ଯିରୂଶାଲମ ଉପରେ ପ୍ରସାରିତ କରିଥିବାର ଦେଖିଲେ। ସେତେବେଳେ ଅଖାବସ୍ତ୍ର ପରିହିତ ଦାଉଦ ଓ ପ୍ରାଚୀନମାନେ ମୁହଁ ମାଡ଼ି ପଡ଼ିଲେ।


ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଏହି ସ୍ଥାନ ଉପରେ ମନୁଷ୍ୟ ଓ ପଶୁ ଓ କ୍ଷେତ୍ରସ୍ଥିତ ବୃକ୍ଷ ଓ ଭୂମିର ଫଳ, ଏହିସବୁର ଉପରେ ଆମ୍ଭର କ୍ରୋଧ ଓ କୋପ ଢଳାଯିବ; ତାହା ଦଗ୍ଧ କରିବ ଓ ନିର୍ବାଣ ନୋହିବ।


ସଦାପ୍ରଭୁ କହନ୍ତି, ତୁମ୍ଭେ ଆମ୍ଭକୁ ଅଗ୍ରାହ୍ୟ କରିଅଛ, ତୁମ୍ଭେ ପଛକୁ ହଟି ଯାଇଅଛ; ଏନିମନ୍ତେ ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ତୁମ୍ଭକୁ ନଷ୍ଟ କରିଅଛୁ; ଆମ୍ଭେ କ୍ଷମା କରି କରି କ୍ଳା; ଅଛୁ।


ପୁଣି, ଆମ୍ଭେ ଆପେ ବିସ୍ତୃତ ହସ୍ତ ଓ ବଳବାନ ବାହୁ ଦ୍ଵାରା କ୍ରୋଧରେ, ପ୍ରଚଣ୍ତ ରୋଷରେ ଓ ମହାକୋପରେ ତୁମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା।


ପୁଣି, ଲୋକମାନେ ଆପଣଙ୍କ ଭାର୍ଯ୍ୟା ଓ ସନ୍ତାନ ସମସ୍ତଙ୍କୁ ବାହାର କରି କଲ୍ଦୀୟମାନଙ୍କ ନିକଟକୁ ଆଣିବେ; ଆଉ, ଆପଣ ସେମାନଙ୍କ ହସ୍ତରୁ ରକ୍ଷା ପାଇବେ ନାହିଁ, ମାତ୍ର ବାବିଲ ରାଜାର ହସ୍ତରେ ଧରାଯିବେ ଓ ଆପଣ ଏହି ନଗରକୁ ଅଗ୍ନିରେ ଦଗ୍ଧ କରାଇବେ।


ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ହେ ସେୟୀର ପର୍ବତ, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା, ଆଉ ଆମ୍ଭେ ତୁମ୍ଭକୁ ଧ୍ଵଂସସ୍ଥାନ ଓ ବିସ୍ମୟର ବିଷୟ କରିବା।


ସେଦିନ ଲୋକମାନେ ତୁମ୍ଭ ବିରୁଦ୍ଧରେ ଗୋଟିଏ ପ୍ରବାଦ ଧରି ଅତିଶୟ ବିଳାପ କରିବେ, ଆଉ କହିବେ, ଆମ୍ଭମାନଙ୍କର ସର୍ବନାଶ ହେଲା; ସେ ଆମ୍ଭ ଲୋକମାନଙ୍କର ଅଧିକାର ହସ୍ତାନ୍ତର କରନ୍ତି; ସେ କିପରି ଆମ୍ଭଠାରୁ ତାହା ଦୂର କରନ୍ତି। ସେ ଆମ୍ଭମାନଙ୍କର କ୍ଷେତ୍ର ବିଭାଗ କରି ବିଦ୍ରୋହୀମାନଙ୍କୁ ଦିଅନ୍ତି।


ପୁଣି, ଆମ୍ଭେ ଯିହୁଦାର ବିରୁଦ୍ଧରେ ଓ ଯିରୂଶାଲମର ନିବସୀସକଳର ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା; ଆମ୍ଭେ ଏହି ସ୍ଥାନରୁ ବାଲ୍ର ଅବଶିଷ୍ଟାଂଶକୁ ଓ ଯାଜକଗଣ ସହିତ ପୁରୋହିତମାନଙ୍କର ନାମ;


ଆମ୍ଭମାନଙ୍କ ଅଧିକାର ବିଦେଶୀୟମାନଙ୍କର ହସ୍ତକୁ ଯାଇଅଛି, ଆମ୍ଭମାନଙ୍କର ଗୃହସବୁ ପର ଦେଶୀୟମାନଙ୍କର ହସ୍ତଗତ।


ଏଥିପାଇଁ ଆମ୍ଭେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରୁ ଦୁଷ୍ଟତମ ଲୋକଙ୍କୁ ଆଣିବା, ତହିଁରେ ସେମାନେ ଏମାନଙ୍କର ଗୃହସବୁ ଅଧିକାର କରିବେ; ମଧ୍ୟ ଆମ୍ଭେ ବଳବାନମାନଙ୍କର ଦର୍ପ ଚୂର୍ଣ୍ଣ କରିବା; ତହିଁରେ ସେମାନଙ୍କର ପବିତ୍ର ସ୍ଥାନସବୁ ଅପବିତ୍ର ହେବ।


Swiv nou:

Piblisite


Piblisite