Biblia Todo Logo
Bib sou entènèt

- Piblisite -




ଯିରିମୀୟ 7:11 - ପବିତ୍ର ବାଇବଲ (Re-edited) - (BSI)

11 ଆମ୍ଭ ନାମରେ ଖ୍ୟାତ ଏହି ଗୃହ ତୁମ୍ଭମାନଙ୍କ ଦୃଷ୍ଟିରେ କି ଚୋରମାନଙ୍କର ଗହ୍ଵର ହୋଇଅଛି? ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ, ଆମ୍ଭେ ହିଁ ତାହା ଦେଖିଅଛୁ।

Gade chapit la Kopi

ଓଡିଆ ବାଇବେଲ

11 ଆମ୍ଭ ନାମରେ ଖ୍ୟାତ ଏହି ଗୃହ ତୁମ୍ଭମାନଙ୍କ ଦୃଷ୍ଟିରେ କି ଚୋରମାନଙ୍କର ଗହ୍ୱର ହୋଇଅଛି ? ସଦାପ୍ରଭୁ କହନ୍ତି, ‘ଦେଖ, ଆମ୍ଭେ, ଆମ୍ଭେ ହିଁ ତାହା ଦେଖିଅଛୁ।’

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଆମ୍ଭ ନାମରେ ଖ୍ୟାତ ଏହି ଗୃହ ତୁମ୍ଭମାନଙ୍କ ଦୃଷ୍ଟିରେ କି ଚୋରମାନଙ୍କର ଗହ୍ୱର ହୋଇଅଛି? ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ, ଆମ୍ଭେ ହିଁ ତାହା ଦେଖିଅଛୁ।

Gade chapit la Kopi

ପବିତ୍ର ବାଇବଲ

11 ଆମ୍ଭ ନାମରେ ପ୍ରସିଦ୍ଧିଲାଭ କରିଥିବା ଏହି ମନ୍ଦିର ତୁମ୍ଭମାନଙ୍କ ଦୃଷ୍ଟିରେ କ’ଣ ଗ୍ଭେରମାନଙ୍କର ଗହ୍ୱର ହୋଇଅଛି?”’ ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ନିଶ୍ଚୟ ଜାଣିବ ଯେ ଯାହାସବୁ ହେଉଛି ଆମ୍ଭେ ମଧ୍ୟ ଦେଖୁଅଛୁ।

Gade chapit la Kopi




ଯିରିମୀୟ 7:11
16 Referans Kwoze  

ସେସମସ୍ତଙ୍କୁ ଆମ୍ଭେ ଆପଣା ପବିତ୍ର ପର୍ବତକୁ ଆଣିବା ଓ ଆମ୍ଭର ପ୍ରାର୍ଥନା-ଗୃହରେ ସେମାନଙ୍କୁ ଆନନ୍ଦିତ କରିବା; ସେମାନଙ୍କର ହୋମବଳି ଓ ପ୍ରାୟଶ୍ଚିତ୍ତ ବଳିସବୁ ଆମ୍ଭ ଯଜ୍ଞବେଦି ଉପରେ ଗ୍ରାହ୍ୟ ହେବ ; କାରଣ ଆମ୍ଭର ଗୃହ ସର୍ବଗୋଷ୍ଠୀୟ ଲୋକଙ୍କର ପ୍ରାର୍ଥନା-ଗୃହ ବୋଲି ବିଖ୍ୟାତ ହେବ।


ଆଉ ଯୀଶୁ ସେମାନଙ୍କୁ କହିଲେ, ଲେଖା ଅଛି, ଆମ୍ଭର ଗୃହ ପ୍ରାର୍ଥନାଗୃହ ବୋଲି ଖ୍ୟାତ ହେବ, କିନ୍ତୁ ତୁମ୍ଭେମାନେ ତାହାକୁ ଦସ୍ୟୁମାନଙ୍କ ଗହ୍ଵର କରୁଅଛ।


ପୁଣି ସେ ସେମାନଙ୍କୁ ଶିକ୍ଷା ଦେଉ ଦେଉ କହିଲେ, ଏହା କଅଣ ଲେଖା ନାହିଁ, ଆମ୍ଭର ଗୃହ ସମସ୍ତ ଜାତି ନିମନ୍ତେ ପ୍ରାର୍ଥନାଗୃହ ବୋଲି ବିଖ୍ୟାତ ହେବ? କିନ୍ତୁ ତୁମ୍ଭେମାନେ ତାହାକୁ ‘ଦସ୍ୟୁମାନଙ୍କ ଗହ୍ଵରʼ କରିଅଛ।


ତେବେ ତୁମ୍ଭେ ଆପଣା ନିବାସ-ସ୍ଥାନ ସ୍ଵର୍ଗରୁ ତାହା ଶୁଣ ଓ ସେ ବିଦେଶୀ ତୁମ୍ଭ ନିକଟରେ ଯାହା ଯାହା ପ୍ରାର୍ଥନା କରେ, ତଦନୁସାରେ ତାହା ପ୍ରତି କର; ତହିଁରେ ତୁମ୍ଭ ଇସ୍ରାଏଲ ଲୋକ ତୁଲ୍ୟ ତୁମ୍ଭଙ୍କୁ ଭୟ କରିବା ପାଇଁ ପୃଥିବୀସ୍ଥ ସମସ୍ତ ଗୋଷ୍ଠୀ ତୁମ୍ଭ ନାମ ଜ୍ଞାତ ହେବେ ଓ ଆମ୍ଭ ନିର୍ମିତ ଏହି ଗୃହ ତୁମ୍ଭ ନାମରେ ଖ୍ୟାତ ବୋଲି ଜାଣିବେ।


ଆଉ, ସେ କାପ୍ତା ବ୍ୟବସାୟୀମାନଙ୍କୁ କହିଲେ, ଏଗୁଡ଼ାକ ଏଠାରୁ ଘେନିଯାଅ, ମୋହର ପିତାଙ୍କର ଗୃହକୁ ବାଣିଜ୍ୟର ଗୃହ କର ନାହିଁ।


ସଦାପ୍ରଭୁ କହନ୍ତି, ଆମ୍ଭେ ଯେଉଁ ସ୍ଥାନରେ ଦେଖି ନ ପାରିବୁ, ଏପରି ଗୁପ୍ତ ସ୍ଥାନରେ କି କେହି ଆପଣାକୁ ଲୁଚାଇ ପାରେ? ସଦାପ୍ରଭୁ କହନ୍ତି, ଆମ୍ଭେ କି ସ୍ଵର୍ଗ ଓ ମର୍ତ୍ତ୍ୟ ବ୍ୟାପି ନ ଥାଉ?


ଈଶ୍ଵରଙ୍କ ସମ୍ମୁଖରେ କୌଣସି ପ୍ରାଣୀ ଅପ୍ରକାଶିତ ନୁହେଁ, ମାତ୍ର ଯାହାଙ୍କ ଛାମୁରେ ଆମ୍ଭମାନଙ୍କୁ ନିକାଶ ଦେବାକୁ ହେବ, ତାହାଙ୍କ ଦୃଷ୍ଟିରେ ସମସ୍ତ ବିଷୟ ଉଲଙ୍ଗ ଓ ଅନାବୃତ ଅଟେ।


କାରଣ ସେମାନେ ଇସ୍ରାଏଲ ମଧ୍ୟରେ ମୂଢ଼ତାର କାର୍ଯ୍ୟ କରିଅଛନ୍ତି, ସେମାନେ ଆପଣା ଆପଣା ପ୍ରତିବାସୀର ଭାର୍ଯ୍ୟା ସଙ୍ଗେ ବ୍ୟଭିଚାର କରିଅଛନ୍ତି, ପୁଣି, ଆମ୍ଭେ ଯାହା ଆଜ୍ଞା କରି ନାହୁଁ, ଏପରି ମିଥ୍ୟା କଥା ଆମ୍ଭ ନାମରେ କହିଅଛନ୍ତି; ସଦାପ୍ରଭୁ କହନ୍ତି, ଆମ୍ଭେ ଜାଣୁ ଓ ଆମ୍ଭେ ସାକ୍ଷୀ ଅଛୁ।


ଆହୁରି, ତୁମ୍ଭ ବସ୍ତ୍ରର ଅଞ୍ଚଳରେ ନିର୍ଦ୍ଦୋଷ ଦୀନହୀନମାନଙ୍କ ପ୍ରାଣର ରକ୍ତ ଦେଖାଯାଏ; ତାହା ସିନ୍ଧି କାଟିବା ସ୍ଥାନରେ ନୁହେଁ, ମାତ୍ର ଏହିସବୁର ଉପରେ ଆମ୍ଭେ ଦେଖିଅଛୁ।


ତହୁଁ ଆମ୍ଭ ନାମରେ ଖ୍ୟାତ ଏହି ଗୃହ ମଧ୍ୟକୁ ଆସି ଆମ୍ଭ ସମ୍ମୁଖରେ ଠିଆ ହେବ, ଆଉ କହିବ, ଆମ୍ଭେମାନେ ଉଦ୍ଧାର ପାଇଲୁ; ଯେପରି ଏହିସବୁ ଘୃଣାଯୋଗ୍ୟ କର୍ମ କରିପାରୁ?


ପୁଣି, ତୁମ୍ଭେମାନେ ଆପଣା ମୁଖରେ ଆମ୍ଭ ବିରୁଦ୍ଧରେ ଆପଣାମାନଙ୍କୁ ବଡ଼ କରିଅଛ ଓ ଆମ୍ଭ ବିରୁଦ୍ଧରେ କଥା ବଢ଼ାଇଅଛ; ଆମ୍ଭେ ତାହା ଶୁଣିଅଛୁ।


ତୁମ୍ଭେମାନେ ଆମ୍ଭ ସମ୍ମୁଖରେ ଉପସ୍ଥିତ ହେବା ବେଳେ ଆମ୍ଭର ପ୍ରାଙ୍ଗଣସକଳ ପଦ ତଳେ ଦଳିବା ପାଇଁ କିଏ ତୁମ୍ଭମାନଙ୍କଠାରୁ ଚାହିଁଅଛି?


ହେ ମୋର ପରମେଶ୍ଵର, କର୍ଣ୍ଣ ଡେରି ଶୁଣ; ଆପଣା ଚକ୍ଷୁ ମେଲି ଆମ୍ଭମାନଙ୍କର ଉଚ୍ଛିନ୍ନତା ପ୍ରତି ଓ ତୁମ୍ଭ ନାମରେ ଖ୍ୟାତ ଏହି ନଗର ପ୍ରତି ଦୃଷ୍ଟିପାତ କର; କାରଣ ଆମ୍ଭେମାନେ ନିଜ ଧାର୍ମିକତା ସକାଶୁ ନୁହେଁ, ମାତ୍ର ତୁମ୍ଭର ମହାଦୟା ସକାଶୁ ତୁମ୍ଭ ଛାମୁରେ ଆମ୍ଭମାନଙ୍କର ନିବେଦନ ଉତ୍ସର୍ଗ କରୁଅଛୁ।


Swiv nou:

Piblisite


Piblisite